Posted inRasifala

ରାଶିଫଳ: ମଙ୍ଗଳବାର, ଜାନୁୟାରୀ ୧୭ ତାରିଖ – Daily Horoscope

ମେଷ
କୌଣସି ପଦସ୍ଥ ବ୍ୟକ୍ତିଙ୍କ ସହଯୋଗରୁ ଅଟକି ରହିଥିବା କାମରେ ଅଗ୍ରଗତି ଘଟିବ। ଆର୍ଥିକ ସଙ୍କଟ ଥିଲେ ମଧ୍ୟ ନୂତନ ଯୋଜନା ସକାଶେ ମନ ବଳାଇବେ। ସ୍ଥିର ମନ ନେଇ କାମକଲେ ସମସ୍ୟା ସମାଧାନ ସମ୍ଭାବନା ରହିଛି। ପାରିବାରିକ ଅଶାନ୍ତି ଲାଗି ରହିଥିଲେ ମଧ୍ୟ କୃତ୍ତିକା ନକ୍ଷତ୍ର ମନକୁ ବୁଝାଇ ରହିବାକୁ ବାଧ୍ୟ ହେବେ।
ବୃଷ
ବୃଷ
ପାରିବାରିକ କ୍ଷେତ୍ରରେ ପ୍ରତ୍ୟେକ ପ୍ରତିବନ୍ଧକକୁ ଦୃଢ଼ତାର ସହ ସମ୍ମୁଖୀନ ହୋଇ କାମ କରିବେ। ରୋହିଣୀ ନକ୍ଷତ୍ର କଳା,ସାହିତ୍ୟରେ ଉନ୍ନତି କରି ପ୍ରଶଂସିତ ହେବେ। ଆନୁଷ୍ଠାନିକ କାମରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି।
ମିଥୁନ
ମିଥୁନ
ସାବଧାନତା ସହକାରେ କାମ ନ କଲେ ପରିସ୍ଥିତି ବଦଳିଯାଇପାରେ। ବନ୍ଧୁଙ୍କ ମନକୁ ପରଖି ଆଗକୁ ବଢ଼ନ୍ତୁ ,ଅନ୍ୟଥା କଳହର କାରଣ ହୋଇପାରେ। ମୃଗଶିରା ପିଲାଙ୍କ ଅଭିଯୋଗକୁ ଗୁରୁତର ସହ ବିଚାର କରି କାମ କରିବା ଭଲ ହେବ। ପଡ଼ୋଶୀମାନେ ବାକ୍‌ ଚାତୁରୀ କଥା କହି କାର୍ଯ୍ୟ ହାସଲର ଅପଚେଷ୍ଟା କରିପାରନ୍ତି।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ଉଚ୍ଚ ପଦାଧିକାରୀଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ଅନ୍ୟମାନଙ୍କୁ ସାହାଯ୍ୟ କରିବା ପରିପ୍ରେକ୍ଷୀରେ ନିଜେ ହଇରାଣରେ ପଡ଼ିପାରନ୍ତି। ଅସଫଳତାର କାରଣ ଖୋଜିବାକୁ ଯାଇ ନିଜ ଲୋକଙ୍କୁ ଭୁଲ୍‌ ବୁଝିବେ। ମଘା ନକ୍ଷତ୍ର ପରୋକ୍ଷ ଶତ୍ରୁତାରୁ ମନ ଠିକ୍‌ ରହିବ ନାହିଁ।
ସି˚ହ
ସି˚ହ
କର୍ମକ୍ଷେତ୍ର ଭଲ ରହିଲେ ମଧ୍ୟ ପାରିବାରିକ ବିବାଦ କାରଣରୁ ମନ ଅସ୍ଥିର ରହିବ। ଇଚ୍ଛା ନ ଥିଲେ ମଧ୍ୟ ଦୂରସ୍ଥାନକୁ ଯିବାପାଇଁ ବାଧ୍ୟ ହେବେ। ଅଶାନ୍ତ ମନ ବନ୍ଧୁଙ୍କ ସହ ଆଳାପ ଆଲୋଚନା ପରେ ଶାନ୍ତ ହେବ ଓ ମାନସିକ ସ୍ଥିତି ଠିକ୍‌ ରହିବ। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି କିମ୍ବା ସନ୍ତାନଙ୍କ ବିଶୃଙ୍ଖଳିତ କାମ ସକାଶେ ଅପମାନିତ ହୋଇପାରନ୍ତି।
କନ୍ୟା
ଆଜି ଦିନଟିରେ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ। ମନୋଭାବ ବଦଳିଯିବା କାରଣରୁ ପ୍ରିୟ ବନ୍ଧୁଟି ସାହାଯ୍ୟ କରିବାର ପ୍ରତିଶ୍ରୁତି ଦେଇ ମଧ୍ୟ ପାଖ ମାଡ଼ିବେ ନାହିଁ। ବ୍ୟବସାୟରେ କ୍ରମଶଃ ଲାଭ ଅପେକ୍ଷା କ୍ଷତି ଅଧିକ ହେବା ଆଶଙ୍କା ରହିଛି। କୌଣସି ଗୁରୁତ୍ୱପୂର୍ଣ୍ଣ କାରଣ ନ ଥାଇ ମଧ୍ୟ ଯାତ୍ରା ସମୟରେ ଝଗଡ଼ା ଲାଗିପାରେ।
ତୁଳା
ତୁଳା
କର୍ମକ୍ଷେତ୍ରରେ ଦୀର୍ଘଦିନରୁ ଲାଗି ରହିଥିବା ସମସ୍ୟା ସମାଧାନ ହେବ। ପରିବାରରେ କାହାର ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ଆଶଙ୍କା ରହିଛି। ପଡ଼ୋଶୀମାନେ ସ୍ବାର୍ଥସାଧନ ମାନସିକତାରେ ନିଜ କାମକୁ ଅଗ୍ରାଧିକାର ଦେବେ। ସ୍ବାତୀ ନକ୍ଷତ୍ର ପୁରୁଣା ରୋଗ, ଘର ଲୋକଙ୍କ ଟୁପ୍‌ଟାପ୍‌ କଥା ମନକୁ ବିଚଳିତ କରିବ।
ବିଛା
ବିଛା
ଆଜି ସାଙ୍ଗସାଥୀଙ୍କ ସହ କିଛି ନୂଆ ସ୍ଥାନକୁ ପରିଦର୍ଶନରେ ଯାଇପାରନ୍ତି। ଅନ୍ୟମନସ୍କ କାରଣରୁ କିମ୍ବା ଅସାବଧାନତା ହେତୁ ଟଙ୍କା ପଇସା ହଜି ଯାଇପାରେ। କିନ୍ତୁ ଅନୁରାଧା ନକ୍ଷତ୍ର କର୍ମକ୍ଷେତ୍ରରେ ସାହସିକତା ପ୍ରଦର୍ଶନ କରି ଉଚ୍ଚ ପ୍ରଶଂସିତ ହେବେ। ସାହିତ୍ୟ, ରଚନାମତ୍କ କାର୍ଯ୍ୟ ଓ ସଂଗୀତରେ ସୁନାମ ଅର୍ଜନ କରିବେ।
ଧନୁ
ଧନୁ
ଆଜିର ଆଲୋଚନା ପରିସରରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ। ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ, କିନ୍ତୁ ଏଥିପାଇଁ ବହୁ ଟଣାଓଟରା ଲାଗିବ। ମୂଳା ନକ୍ଷତ୍ର ଯଥା ସମ୍ଭବ ଶତ୍ରୁଠାରୁ ଦୂରେଇ ରହି କାମ କରିବା ଭଲ ହେବ। ପରିବାରରେ ପ୍ରିୟ କଥା କହି ସମସ୍ୟା ସୁଧାରିନେବେ।
ମକର
ମକର
ସାମାନ୍ୟ ଥଣ୍ଡାଜନିତ କାରଣରୁ ଦେହଟା ଭଲ ଲାଗି ନ ପାରେ। ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍‌ ଦୃଷ୍ଟିକୋଣରୁ ବିଚାର କରିପାରନ୍ତି। ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ। ଶ୍ରବଣା ନକ୍ଷତ୍ର ଭୁଲ୍‌ ବୁଝାମଣା ଯୋଗୁ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି।
କୁମ୍ଭ
କୁମ୍ଭ
ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟକଲେ ଉପକୃତ ହେବେ। ପାରିବାରିକ କ୍ଷେତ୍ରରେ ଜାଣିଶୁଣି ମଧ୍ୟ ନୀରବ ରହିବାକୁ ବାଧ୍ୟ ହେବେ। କୌଣସି ନୀଚ ଜାତିର ବ୍ୟକ୍ତିଙ୍କ ସହାୟତାରୁ ଉପକୃତ ହୋଇପାରନ୍ତି। ଶତଭିଷା ନକ୍ଷତ୍ରର ଅର୍ଥଲାଭ ଓ ବନ୍ଧୁ ସମ୍ପର୍କ ସ୍ଥାପିତ ହୋଇପାରେ।
ମୀନମୀନ
ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିବେ। ବିଶେଷ ଅସୁବିଧା ନ ହେଲେ ମଧ୍ୟ କେତେକ କ୍ଷେତ୍ରରେ ବୃଥା ଆଶଙ୍କା କରି ମନ ଅସ୍ଥିର ରହିବ। ପ୍ରକୃତ ଘଟଣା ନ ବୁଝି ପଡ଼ୋଶୀ କ୍ରୋଧ ପ୍ରକାଶକରି କଟୁ କଥା କହିବାକୁ ପଛାଇବେ ନାହିଁ। ଉତ୍ତରଭାଦ୍ରପବ ନକ୍ଷତ୍ରର ପରୋକ୍ଷ ଶତ୍ରୁତା ଲାଗି ରହିବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri