Posted inRasifala

ରାଶିଫଳ: ବୁଧବାର, ଜାନୁଆରୀ ୧୭ ତାରିଖ – Daily Horoscope

ମେଷ
କର୍ମକ୍ଷେତ୍ରରେ କୃତ୍ତିକା ନକ୍ଷତ୍ର ସତକଥା କହି ବିବାଦୀୟ ହୋଇପାରନ୍ତି। ସତର୍କ ନ ହେଲେ ଠକାମିରେ ପଡିପାରନ୍ତି। ଜଣେ ବନ୍ଧୁଙ୍କଠାରୁ ଆଶାନୁଯାୟୀ ଅର୍ଥ ସାହାଯ୍ୟ ପାଇବେ। ପରିବାରରେ ମାଙ୍ଗଳିକ କାର୍ଯ୍ୟ ସକାଶେ ଆଲୋଚନା କରିପାରନ୍ତି। ସ୍ଥଗିତ କାମ ପାଇଁ ଅନ୍ୟକୁ କୈଫିୟତ ଦେବାକୁ ପଡିପାରେ।
ବୃଷ
ବୃଷ
ଆଜିର ଯାତ୍ରାରେ ଅଭିଳଷିତ ଫଳ ପାଇବେ ଏବଂ ଆମୋଦ ପ୍ରମୋଦର ମଉକା ଜୁଟିବ। ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବା ସାଙ୍ଗକୁ ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ। ଇଚ୍ଛା ବିରୋଧରେ କୌଣସି କାମ କରି ପଶ୍ଚାତ୍ତାପ କରିବାକୁ ପଡ଼ିପାରେ। ରୋହିଣୀ ନକ୍ଷତ୍ରର ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ।
ମିଥୁନ
ମିଥୁନ
ଭୁଲ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ପରିଜନଙ୍କ ସହିତ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ମୃଗଶିରା ନକ୍ଷତ୍ର ସକାଶେ ବିବାଦୀୟ ଘଟଣାର ଦିଗ ପରିବର୍ତ୍ତନ ହୋଇଯାଇପାରେ। କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ।
କର୍କଟ
କର୍କଟ
ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି। ସମ୍ପର୍କୀୟ ଜଣେ ବନ୍ଧୁ ଅର୍ଥ ସାହାଯ୍ୟର ପ୍ରତିଶ୍ରୁତି ଦେବେ। କଳା,ସାହିତ୍ୟରେ ଉନ୍ନତି କରିବା ସହ ଉଚ୍ଚଶିକ୍ଷା ପ୍ରତି ଆଗ୍ରହୀ ହୋଇପାରନ୍ତି। ଅଶ୍ଳେଷା ନକ୍ଷତ୍ର ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟ ଧରି କର୍ମ କଲେ ଉପକୃତ ହୋଇପାରିବେ।
ସି˚ହ
ସି˚ହ
ପ୍ରତ୍ୟେକ କ୍ଷେତ୍ର୍ରରେ ସଫଳତା ହାସଲ ହେତୁ ଆନନ୍ଦ ଅନୁଭବ କରିବେ। ପରିବାରରେ ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଦେଖାଦେଇପାରେ। ପୂର୍ବାଫାଲଗୁନୀ ନକ୍ଷତ୍ର ବନ୍ଧୁ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ କାମ କରିପାରନ୍ତି। ସାମାଜିକ ସ୍ତରରେ ସମ୍ମାନ ଲାଭ କରିିବେ ଏବଂ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ।
କନ୍ୟା
କର୍ମକ୍ଷେତ୍ରରେ ସହକର୍ମୀଙ୍କ ପରାମର୍ଶ ଓ ସହଯୋଗରୁ ସମସ୍ୟା ସମାଧାନ ହୋଇଯିବ। ସରକାରୀ ସ୍ତରରୁ ହଠାତ୍‌ କାୈଣସି ଖବର ପାଇ ଖୁସି ହେବେ। ହସ୍ତା ନକ୍ଷତ୍ରର ସତ୍‌ସଙ୍ଗ ଓ ପୁରାଣ ପଠନ ସାଙ୍ଗକୁ ଧର୍ମକାର୍ଯ୍ୟ ପ୍ରତି ରୁଚି ବଳିବ। ବିଶିଷ୍ଟ ବ୍ୟକ୍ତିଙ୍କ ସାହାଯ୍ୟରୁ ରାଜନୀତି କ୍ଷେତ୍ରରେ ଲୋକସମ୍ପର୍କ ବଢ଼ିବାର ସମ୍ଭାବନା ରହିଛି।
ତୁଳା
ତୁଳା
ଆଜିର ସଭାସମିତି କାର୍ଯ୍ୟରେ ସ୍ବାତୀ ନକ୍ଷତ୍ର ସଫଳତା ହାସଲ କରିବେ। ସ୍ତ୍ରୀଙ୍କ ପରାମର୍ଶ ନେଇ କାର୍ଯ୍ୟ କଲେ ବିଶେଷ ଭାବରେ ଉପକୃତ ହେବେ। ଲେଖାପଢ଼ା ତଥା ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ। ଆନୁଷ୍ଠାନିକ କାମରେ ଅତ୍ୟଧିକ ଦାୟିତ୍ୱ ନେବେ କିନ୍ତୁ ସତର୍କରେ ନ ଚଳିଲେ ବିବାଦ ଘେରରେ ପଡିବେ।
ବିଛା
ବିଛା
ଘରେ ବନ୍ଧୁ ମିଳନ ସହିତ ଖୁସିର ଆସର ଜମିପାରେ। ବିଶାଖା ନକ୍ଷତ୍ରର ଯାନ୍ତ୍ରିକ ତ୍ରୁଟି ଯାତ୍ରାକୁ ବିଳମ୍ବ କରିବାର ଆଶଙ୍କା ରହିଛି। ବିଳମ୍ବ ହେଲେ ମଧ୍ୟ ହାତକୁ ନେଇଥିବା କାମଗୁଡିକ ଠିକ୍‌ ଭାବରେ ସମ୍ପନ୍ନ ହେବ। ସାଧାରଣ କଥାକୁ କେନ୍ଦ୍ରକରି ମଧ୍ୟାହ୍ନେ ମନରେ ବିରକ୍ତିଭାବ ସୃଷ୍ଟି ହୋଇପାରେ।
ଧନୁ
ଧନୁ
ବ୍ୟସ୍ତ ବିବ୍ରତ ହୋଇ ଅଯଥାଗୁଡାଏ ଅତୀତ କଥା ଚିନ୍ତା କରି ମନକୁ ଭାରାକ୍ରାନ୍ତ କରନ୍ତୁ ନାହିଁ। ଅତି ନିଜର ବୋଲି ଭାବୁଥିବା ବନ୍ଧୁଟି ହିଁ ସ୍ବାର୍ଥବାଦୀ ହୋଇପଡିବ। ଅସଂଯତ କାର୍ଯ୍ୟକଳାପ ପାଇଁ ଉଚ୍ଚବର୍ଗଙ୍କଠାରୁ ସମାଲୋଚିତ ହେବେ। ପୂର୍ବାଷାଢ଼ା ନକ୍ଷତ୍ର ସାହିତ୍ୟ, କଳା ଓ ରଚନାମତ୍କ କାମରେ ଉଚ୍ଚ ପ୍ରଶଂସା ପାଇବେ।
ମକର
ମକର
ନୂତନ କାମରେ ପ୍ରତିବନ୍ଧକ ଯୋଗୁ ଅଗ୍ରଗତି ହୋଇପାରିବ ନାହିଁ। ଶ୍ରବଣା ନକ୍ଷତ୍ରର ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି। ବିବାଦର ସମାଧାନପୂର୍ବକ ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ।
କୁମ୍ଭ
କୁମ୍ଭ
ପରିବାରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ଶତଭିଷା ନକ୍ଷତ୍ର ସନ୍ତାନଙ୍କ ସ୍ବାସ୍ଥ୍ୟ ଓ ସ୍ବଭାବ ଯୋଗୁ ବିଚଳିତ ହେବେ। ବନ୍ଧୁଙ୍କ ପରାମର୍ଶରେ ସତ୍‌ସଙ୍ଗ ସାଙ୍ଗକୁ ଧର୍ମଚର୍ଚ୍ଚା ପ୍ରତି ମନ ବଳିପାରେ। କର୍ମକ୍ଷେତ୍ରରେ ସ୍ଥଗିତ କାମକୁ ପୂରା ଦମରେ କରିବା ପାଇଁ ନିଷ୍ପତ୍ତି ନେବେ।
ମୀନମୀନ

କର୍ମକ୍ଷେତ୍ରରେ ବୃଥା ଚିନ୍ତା ମନକୁ ଆନ୍ଦୋଳିତ କରିପାରେ। ଅପ୍ରିୟ ସତ୍ୟ କଥା ପ୍ରକାଶ କରିବାରୁ ଭଲ ସମ୍ପର୍କ ଥିବା ବନ୍ଧୁଟି ଭୁଲ୍‌ ବୁଝିବେ। ସାମାଜିକ ସ୍ତରରେ ବିବାଦୀୟ ପରିସ୍ଥିତିର ଦୃଢ଼ ମୁକାବିଲା କରି ସଫଳହେବେ। ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ ପଦକ୍ଷେପ ଗ୍ରହଣ କରିପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ର କର୍ମାରମ୍ଭ ସକାଶେ ସାହାଯ୍ୟ, ସହଯୋଗର ଅଭାବ ରହିବ ନାହିଁ। ଆନୁଷ୍ଠାନିକ, ସଭାସମିତି, ଧର୍ମକାର୍ଯ୍ୟ, ବନ୍ଧୁମିଳନ ପାଇଁ ଦିନଟି ଭଲ। ଛୋଟ ଛୋଟ…

ରାଶିଫଳ: ବୁଧବାର, ସେପ୍ଟେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଧନସପ୍ତମାଧିପତି ଯୁକ୍ତ ହୋଇଥିବାରୁ ଯାତ୍ରାରେ ଲକ୍ଷ୍ୟପୂରଣ ହେବା ସହ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ପିଲାଙ୍କ ସ୍ବାସ୍ଥ୍ୟହାନି କିମ୍ବା ବିବାହ ସମସ୍ୟା ନେଇ ମାନସିକ…

ରାଶିଫଳ: ମଙ୍ଗଳବାର, ସେପ୍ଟେମ୍ବର ୧୫ ତାରିଖ – Daily Horoscope

ମେଷ କାମକୁ ସହଜ କରିବା ସକାଶେ ଆନୁଷଙ୍ଗିକ ଅନୁକୂଳ ପରିବେଶ ସୃଷ୍ଟି ହେବ। କେତେକ କ୍ଷେତ୍ରରେ ଅନ୍ୟମନସ୍କ ହେତୁକ ଭୁଲ୍‌ କାମ କରି ଅନୁତପ୍ତ ହେବେ। ପାଖକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?