Posted inRasifala

ରାଶିଫଳ: ଶନିବାର, ଜୁଲାଇ ୧୭ ତାରିଖ – Daily Horoscope

ମେଷ
ଆଜି ଆପଣ ସ୍ଥିର ଭାବରେ କୌଣସି ସ୍ଥାନରେ ଦୀର୍ଘ ସମୟ ରହି ପାରିବେ ନାହିଁ। ଅବଶ୍ୟ କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ ଓ କାର୍ଯ୍ୟସାଧିତ ହେବ। କୌଣସି କାମ ସକାଶେ ଈର୍ଷାପରାୟଣ ନିକଟ ସମ୍ପର୍କୀୟମାନେ ପାଖ ମାଡ଼ିବେ ନାହିଁ। ସେହିମାନଙ୍କ ସହମତି ନେଇ କାମକଲେ ସମସ୍ୟାର ସରଳ ସମାଧାନ ହୋଇପାରେ।
ବୃଷ
ବୃଷ
କର୍ମକ୍ଷେତ୍ରରେ ପ୍ରତ୍ୟେକ ପ୍ରତିବନ୍ଧକକୁ ଦୃଢ଼ତାର ସହ ସମ୍ମୁଖୀନ ହୋଇ କାମ କରିବେ। ପାରିବାରିକ ସ୍ଥିତି ପୂର୍ବଭଳି ରହିବ, କିନ୍ତୁ ବିଶେଷ କିଛି ଅସୁବିଧା ହେବ ନାହିଁ। କୃତି ଓ କୃତିତ୍ୱ ହେତୁକ ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ। କେତେକ କ୍ଷେତ୍ରରେ ଅନ୍ୟ ମାନଙ୍କ ଉପରେ ପୂରା ଭରଷା କରି ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି।
ମିଥୁନ
ମିଥୁନ
ଆଜି କୌଣସି କ୍ଷେତ୍ରରେ ନିଷ୍ପତ୍ତି ମୂଳକ ଆଲୋଚନାରେ ପ୍ରତିଦ୍ୱନ୍ଦ୍ୱୀ, ଦୋଷାରୋପ କରି ସମସ୍ୟାକୁ ବଢ଼ାଇ ଦେଇପାରନ୍ତି। ଆକସ୍ମିକ ଭାବରେ ପୁରାତନ ରୋଗର ପୀଡ଼ା ଅନୁଭବ ହୋଇପାରେ। ପିଲାଙ୍କ ଅଭିଯୋଗକୁ ଗୁରୁତର ସହ ବିଚାର ନ କଲେ ପରିବାରରେ କଳହ ଲାଗିବ। ପଡ଼ୋଶୀ କୌଶଳପୂର୍ଣ୍ଣ କଥା କହି କାର୍ଯ୍ୟ ହାସଲ କରିବେ।
କର୍କଟ
କର୍କଟ
ଆଜିର ପ୍ରତ୍ୟାବର୍ତ୍ତନ ପଥରେ କଷ୍ଟ ସ୍ବୀକାର କରିବାକୁ ପଡ଼ିପାରେ। ସାମାଜିକ ସ୍ତରରେ ଓ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବାରେ ବନ୍ଧୁ ସାହାଯ୍ୟ କରିବେ। ପରିବାରରେ କାହାର ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହୋଇପାରେ।
ସି˚ହ
ସି˚ହ
ଆକସ୍ମିକ ଭାବରେ ବନ୍ଧୁଙ୍କ ସାକ୍ଷାତରୁ ଉପକୃତ ହୋଇପାରନ୍ତି। ଦିନ ଭିତରେ ମାତ୍ରାଧିକ ଭ୍ରମଣ ଯୋଗୁ କ୍ଲାନ୍ତି ଅନୁଭବ କରିବେ। ସାମାଜିକ ସ୍ତରରେ ପର ପାଇଁ ନିଜେ ହଇରାଣରେ ପଡ଼ିପାରନ୍ତି। ଅନ୍ୟମାନଙ୍କ କଥାକୁ ସତ ମନେକରି ନିଜ ଲୋକଙ୍କୁ ଭୁଲ୍‌ ବୁଝିପାରନ୍ତି।
କନ୍ୟା
ଆଜିର ଦିନଟିରେ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ। ବ୍ୟବସାୟକୁ କ୍ରମଶଃ ବହୁମୁଖୀ କରାଇବାର ଯୋଜନା କରିପାରନ୍ତି। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ସାଧାରଣ ଆଶ୍ୱସ୍ତି ଲାଭ କରିବେ। ସୁପ୍ତ ଅବସ୍ଥାରେ ରହିଯାଇଥିବା କୌଣସି ଜମିଜମା ସମ୍ପର୍କୀୟ ବିବାଦ ମୁଣ୍ଡ ଟେକିପାରେ।
ତୁଳା
ତୁଳା
ଦୀର୍ଘ ଦିନରୁ ଲାଗି ରହିଥିବା ସମସ୍ୟା ସମାଧାନ ହୋଇଯିବ। ନିର୍ମାଣ କ୍ଷେତ୍ରରେ ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିପାରେ। କେତେକ କ୍ଷେତ୍ରରେ ଇଚ୍ଛା ନ ଥିଲେ ମଧ୍ୟ ପରିସ୍ଥିତିରେ ପଡ଼ି ଖର୍ଚ୍ଚାନ୍ତ ହେବେ। ଆକସ୍ମିକ ପ୍ରତିବନ୍ଧକ କାରଣରୁ ଯୋଜନାଗୁଡ଼ିକ ଠିକ୍‌ଭାବେ ସମ୍ପୂର୍ଣ୍ଣ ନ ହୋଇପାରେ।
ବିଛା
ବିଛା
କର୍ମକ୍ଷେତ୍ରରେ ଦକ୍ଷତା ଓ ସାହସିକତା ପ୍ରଦର୍ଶନ କରି ଉଚ୍ଚ ପ୍ରଶଂସିତ ହେବେ। କଳା, ସାହିତ୍ୟ, ସଂଗୀତ, ସାମ୍ବାଦିକତାରେ ସୁନାମ ଅର୍ଜନ କରିପାରନ୍ତି। ଯେଉଁ କାମ କରିବାକୁ ଯାଉଛନ୍ତି, ସେଥିପାଇଁ ସମ୍ପର୍କୀୟଙ୍କ ସହଯୋଗର ଅଭାବ ରହିବ ନାହିଁ। ଯାନବାହନରେ ଭ୍ରମଣବେଳେ ଦ୍ରବ୍ୟ ହରଣ ହୋଇପାରେ।
ଧନୁ
ଧନୁ
ଆଜିର ଯାତ୍ରା ଫଳପ୍ରଦ ହେବ ଏବଂ ସଭାସମିତିରେ ବିଶିଷ୍ଟବ୍ୟକ୍ତିଙ୍କ ଦ୍ୱାରା ସମ୍ବର୍ଦ୍ଧିତ ହୋଇପାରନ୍ତି। ସହକର୍ମୀଙ୍କ ସାହାଯ୍ୟ ନେଇ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହୋଇପାରନ୍ତି। ଶିଳ୍ପ, ବ୍ୟବସାୟରେ କ୍ଷତିର ଆଶଙ୍କା ରହିଛି। ପାରିବାରିକ ଅସ୍ଥିରତାକୁ ସାମୟିକ ଦୂରେଇବାରେ ବନ୍ଧୁଙ୍କ ସାହାଯ୍ୟ ଅବିସ୍ମରଣୀୟ ରହିବ।
ମକର
ମକର
ଅଭିଳଷିତ ଫଳ ନ ପାଇବା କାରଣରୁ ମାନସିକ ଅସ୍ଥିରତା ମଧ୍ୟରେ କାମ କରିବାକୁ ବାଧ୍ୟ ହେବେ। ଶିଳ୍ପ, ବ୍ୟବସାୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ। କ୍ରୀଡ଼ା, କଳା, ସାହିତ୍ୟ, ସଙ୍ଗୀତ, ନୃତ୍ୟାଦିରେ ସୃ୍‌ଷ୍ଟି ହୋଇଥିବା ସମସ୍ୟା ସମାଧାନ ହୋଇଯିବ। ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍‌ ଦୃଷ୍ଟିକୋଣରୁ ବିଚାର କରିପାରନ୍ତି।
କୁମ୍ଭ
କୁମ୍ଭ
ପରିସ୍ଥିତିକୁ ନିୟନ୍ତ୍ରଣ ମଧ୍ୟରେ ରଖି ପାରିବାରିକ ଶୃଙ୍ଖଳା ରକ୍ଷା କରିବାରେ ସମର୍ଥ ହେବେ। ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହୋଇପାରନ୍ତି। କର୍ମକ୍ଷେତ୍ରରେ କୌଣସି ନୀଚ ଜାତିର ବ୍ୟକ୍ତିଙ୍କ ସହାୟତାରୁ ଉପକୃତ ହେବେ। ବନ୍ଧୁଙ୍କ ସହାୟତାରେ ଆର୍ଥିକ ସ୍ଥିତିରେ ଆଂଶିକ ଉନ୍ନତି ପରିଲକ୍ଷିତ ହେବ।
ମୀନମୀନ
ଆଜି ହଠାତ୍‌ ଆକସ୍ମିକ ଭାବରେ ଜରୁରୀ କାମରେ ବାହାରକୁ ଯିବାକୁ ପଡ଼ିପାରେ। ପାରିବାରିକ ସ୍ତରରେ ଗୁଡ଼ାଏ ଚିନ୍ତା କରି ମନକୁ ଭାରାକ୍ରାନ୍ତ କରନ୍ତୁ ନାହିଁ। ଆଜି ଆପଣ ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିବେ। ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri