Posted inRasifala

ରାଶିଫଳ: ଶନିବାର, ଜୁଲାଇ ୧୭ ତାରିଖ – Daily Horoscope

ମେଷ
ଆଜି ଆପଣ ସ୍ଥିର ଭାବରେ କୌଣସି ସ୍ଥାନରେ ଦୀର୍ଘ ସମୟ ରହି ପାରିବେ ନାହିଁ। ଅବଶ୍ୟ କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ ଓ କାର୍ଯ୍ୟସାଧିତ ହେବ। କୌଣସି କାମ ସକାଶେ ଈର୍ଷାପରାୟଣ ନିକଟ ସମ୍ପର୍କୀୟମାନେ ପାଖ ମାଡ଼ିବେ ନାହିଁ। ସେହିମାନଙ୍କ ସହମତି ନେଇ କାମକଲେ ସମସ୍ୟାର ସରଳ ସମାଧାନ ହୋଇପାରେ।
ବୃଷ
ବୃଷ
କର୍ମକ୍ଷେତ୍ରରେ ପ୍ରତ୍ୟେକ ପ୍ରତିବନ୍ଧକକୁ ଦୃଢ଼ତାର ସହ ସମ୍ମୁଖୀନ ହୋଇ କାମ କରିବେ। ପାରିବାରିକ ସ୍ଥିତି ପୂର୍ବଭଳି ରହିବ, କିନ୍ତୁ ବିଶେଷ କିଛି ଅସୁବିଧା ହେବ ନାହିଁ। କୃତି ଓ କୃତିତ୍ୱ ହେତୁକ ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ। କେତେକ କ୍ଷେତ୍ରରେ ଅନ୍ୟ ମାନଙ୍କ ଉପରେ ପୂରା ଭରଷା କରି ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି।
ମିଥୁନ
ମିଥୁନ
ଆଜି କୌଣସି କ୍ଷେତ୍ରରେ ନିଷ୍ପତ୍ତି ମୂଳକ ଆଲୋଚନାରେ ପ୍ରତିଦ୍ୱନ୍ଦ୍ୱୀ, ଦୋଷାରୋପ କରି ସମସ୍ୟାକୁ ବଢ଼ାଇ ଦେଇପାରନ୍ତି। ଆକସ୍ମିକ ଭାବରେ ପୁରାତନ ରୋଗର ପୀଡ଼ା ଅନୁଭବ ହୋଇପାରେ। ପିଲାଙ୍କ ଅଭିଯୋଗକୁ ଗୁରୁତର ସହ ବିଚାର ନ କଲେ ପରିବାରରେ କଳହ ଲାଗିବ। ପଡ଼ୋଶୀ କୌଶଳପୂର୍ଣ୍ଣ କଥା କହି କାର୍ଯ୍ୟ ହାସଲ କରିବେ।
କର୍କଟ
କର୍କଟ
ଆଜିର ପ୍ରତ୍ୟାବର୍ତ୍ତନ ପଥରେ କଷ୍ଟ ସ୍ବୀକାର କରିବାକୁ ପଡ଼ିପାରେ। ସାମାଜିକ ସ୍ତରରେ ଓ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବାରେ ବନ୍ଧୁ ସାହାଯ୍ୟ କରିବେ। ପରିବାରରେ କାହାର ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହୋଇପାରେ।
ସି˚ହ
ସି˚ହ
ଆକସ୍ମିକ ଭାବରେ ବନ୍ଧୁଙ୍କ ସାକ୍ଷାତରୁ ଉପକୃତ ହୋଇପାରନ୍ତି। ଦିନ ଭିତରେ ମାତ୍ରାଧିକ ଭ୍ରମଣ ଯୋଗୁ କ୍ଲାନ୍ତି ଅନୁଭବ କରିବେ। ସାମାଜିକ ସ୍ତରରେ ପର ପାଇଁ ନିଜେ ହଇରାଣରେ ପଡ଼ିପାରନ୍ତି। ଅନ୍ୟମାନଙ୍କ କଥାକୁ ସତ ମନେକରି ନିଜ ଲୋକଙ୍କୁ ଭୁଲ୍‌ ବୁଝିପାରନ୍ତି।
କନ୍ୟା
ଆଜିର ଦିନଟିରେ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ। ବ୍ୟବସାୟକୁ କ୍ରମଶଃ ବହୁମୁଖୀ କରାଇବାର ଯୋଜନା କରିପାରନ୍ତି। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ସାଧାରଣ ଆଶ୍ୱସ୍ତି ଲାଭ କରିବେ। ସୁପ୍ତ ଅବସ୍ଥାରେ ରହିଯାଇଥିବା କୌଣସି ଜମିଜମା ସମ୍ପର୍କୀୟ ବିବାଦ ମୁଣ୍ଡ ଟେକିପାରେ।
ତୁଳା
ତୁଳା
ଦୀର୍ଘ ଦିନରୁ ଲାଗି ରହିଥିବା ସମସ୍ୟା ସମାଧାନ ହୋଇଯିବ। ନିର୍ମାଣ କ୍ଷେତ୍ରରେ ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିପାରେ। କେତେକ କ୍ଷେତ୍ରରେ ଇଚ୍ଛା ନ ଥିଲେ ମଧ୍ୟ ପରିସ୍ଥିତିରେ ପଡ଼ି ଖର୍ଚ୍ଚାନ୍ତ ହେବେ। ଆକସ୍ମିକ ପ୍ରତିବନ୍ଧକ କାରଣରୁ ଯୋଜନାଗୁଡ଼ିକ ଠିକ୍‌ଭାବେ ସମ୍ପୂର୍ଣ୍ଣ ନ ହୋଇପାରେ।
ବିଛା
ବିଛା
କର୍ମକ୍ଷେତ୍ରରେ ଦକ୍ଷତା ଓ ସାହସିକତା ପ୍ରଦର୍ଶନ କରି ଉଚ୍ଚ ପ୍ରଶଂସିତ ହେବେ। କଳା, ସାହିତ୍ୟ, ସଂଗୀତ, ସାମ୍ବାଦିକତାରେ ସୁନାମ ଅର୍ଜନ କରିପାରନ୍ତି। ଯେଉଁ କାମ କରିବାକୁ ଯାଉଛନ୍ତି, ସେଥିପାଇଁ ସମ୍ପର୍କୀୟଙ୍କ ସହଯୋଗର ଅଭାବ ରହିବ ନାହିଁ। ଯାନବାହନରେ ଭ୍ରମଣବେଳେ ଦ୍ରବ୍ୟ ହରଣ ହୋଇପାରେ।
ଧନୁ
ଧନୁ
ଆଜିର ଯାତ୍ରା ଫଳପ୍ରଦ ହେବ ଏବଂ ସଭାସମିତିରେ ବିଶିଷ୍ଟବ୍ୟକ୍ତିଙ୍କ ଦ୍ୱାରା ସମ୍ବର୍ଦ୍ଧିତ ହୋଇପାରନ୍ତି। ସହକର୍ମୀଙ୍କ ସାହାଯ୍ୟ ନେଇ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହୋଇପାରନ୍ତି। ଶିଳ୍ପ, ବ୍ୟବସାୟରେ କ୍ଷତିର ଆଶଙ୍କା ରହିଛି। ପାରିବାରିକ ଅସ୍ଥିରତାକୁ ସାମୟିକ ଦୂରେଇବାରେ ବନ୍ଧୁଙ୍କ ସାହାଯ୍ୟ ଅବିସ୍ମରଣୀୟ ରହିବ।
ମକର
ମକର
ଅଭିଳଷିତ ଫଳ ନ ପାଇବା କାରଣରୁ ମାନସିକ ଅସ୍ଥିରତା ମଧ୍ୟରେ କାମ କରିବାକୁ ବାଧ୍ୟ ହେବେ। ଶିଳ୍ପ, ବ୍ୟବସାୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ। କ୍ରୀଡ଼ା, କଳା, ସାହିତ୍ୟ, ସଙ୍ଗୀତ, ନୃତ୍ୟାଦିରେ ସୃ୍‌ଷ୍ଟି ହୋଇଥିବା ସମସ୍ୟା ସମାଧାନ ହୋଇଯିବ। ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍‌ ଦୃଷ୍ଟିକୋଣରୁ ବିଚାର କରିପାରନ୍ତି।
କୁମ୍ଭ
କୁମ୍ଭ
ପରିସ୍ଥିତିକୁ ନିୟନ୍ତ୍ରଣ ମଧ୍ୟରେ ରଖି ପାରିବାରିକ ଶୃଙ୍ଖଳା ରକ୍ଷା କରିବାରେ ସମର୍ଥ ହେବେ। ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହୋଇପାରନ୍ତି। କର୍ମକ୍ଷେତ୍ରରେ କୌଣସି ନୀଚ ଜାତିର ବ୍ୟକ୍ତିଙ୍କ ସହାୟତାରୁ ଉପକୃତ ହେବେ। ବନ୍ଧୁଙ୍କ ସହାୟତାରେ ଆର୍ଥିକ ସ୍ଥିତିରେ ଆଂଶିକ ଉନ୍ନତି ପରିଲକ୍ଷିତ ହେବ।
ମୀନମୀନ
ଆଜି ହଠାତ୍‌ ଆକସ୍ମିକ ଭାବରେ ଜରୁରୀ କାମରେ ବାହାରକୁ ଯିବାକୁ ପଡ଼ିପାରେ। ପାରିବାରିକ ସ୍ତରରେ ଗୁଡ଼ାଏ ଚିନ୍ତା କରି ମନକୁ ଭାରାକ୍ରାନ୍ତ କରନ୍ତୁ ନାହିଁ। ଆଜି ଆପଣ ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିବେ। ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଏପ୍ରିଲ ୨୭ ତାରିଖ – Daily Horoscope

ମେଷ ଆଜି ଜଣେ ସମ୍ପର୍କୀୟଙ୍କ ଦ୍ୱାରା ସ୍ଥଗିତ କାମଟି ସମ୍ପନ୍ନ ହୋଇଯିବାର ବହୁତ ସମ୍ଭାବନା ରହିଛି। କୃତ୍ତିକା ନକ୍ଷତ୍ର ଅନ୍ୟକୁ ନିର୍ଦ୍ଦେଶ ଦେବେ କିନ୍ତୁ ନିଜକୁ...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୨୬ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ଭ୍ରାତୃ ବିରୋଧ, ସହକର୍ମୀ ସହ ଝଗଡ଼ାର ଆଶଙ୍କା ରହିଛି। ଚନ୍ଦ୍ରଙ୍କ ପ୍ରତି ଶନିଙ୍କ ଦୃଷ୍ଟିରୁ ଋଣବାଡ଼ି, ବ୍ୟବସାୟରେ ପ୍ରତିବନ୍ଧକ ଚିନ୍ତାର...

ରାଶିଫଳ: ଗୁରୁବାର, ଏପ୍ରିଲ ୨୫ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଇଚ୍ଛା ନ ଥାଇ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ। ଅନ୍ୟଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ। ବୈଷୟିକ...

ରାଶିଫଳ: ବୁଧବାର, ଏପ୍ରିଲ ୨୪ ତାରିଖ – Daily Horoscope

ମେଷ ଆଜି ଗଜକେଶରୀ ଯୋଗ ପ୍ରଭାବରୁ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପ୍ରତ୍ୟୁଷ ଯାତ୍ରା, ବ୍ୟବସାୟ, ପରିବହନ, କଳା, ସାହିତ୍ୟ, ସଙ୍ଗୀତାଦି ପ୍ରତି ରୁଚି...

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୨୩ ତାରିଖ – Daily Horoscope

ମେଷ ଆଜି ଅଧିକାଂଶ କ୍ଷେତ୍ରରେ ଭୟ ସୃଷ୍ଟିହେବା ସହ ଆଶଙ୍କାଜନିତ ମନ ଅସ୍ଥିର ରହିବ। କେବଳ ରବିଙ୍କ ସୁପ୍ରଭାବ ଯୋଗୁ ଝିନ୍‌ଝଟ୍‌ ମଧ୍ୟରେ ହିଁ କାମଗୁଡ଼ିକ...

ରାଶିଫଳ: ସୋମବାର, ଏପ୍ରିଲ ୨୨ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ରର ବହୁତ ଦିନରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଘଟିପାରେ। ବୃହସ୍ପତିଙ୍କ ପ୍ରଭାବରୁ ନୂଆ ଯୋଜନାଟିଏ କରିବା ସକାଶେ...

ରାଶିଫଳ: ରବିବାର, ଏପ୍ରିଲ ୨୧ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ସହ କେତୁଯୁକ୍ତ କାରଣରୁ ମାନସିକ ସ୍ବାସ୍ଥ୍ୟ ଭଲ ରହିବ ନାହିଁ। ଉଚ୍ଚସ୍ଥ ଶୁକ୍ର ଏକାଧାରରେ କର୍ମକ୍ଷେତ୍ରରେ ବନ୍ଧୁବର୍ଗଙ୍କ ପ୍ରୀତିଭାଜନ କରାଇପାରେ। କଳା,...

ରାଶିଫଳ: ଶନିବାର, ଏପ୍ରିଲ ୨୦ ତାରିଖ – Daily Horoscope

ମେଷ ନିଜ ରାଶିରେ ରବି ଓ ବୃହସ୍ପତି ଥିବାରୁ କର୍ମାରମ୍ଭ ପ୍ରୀତିପ୍ରଦ ରହିବ। ଚନ୍ଦ୍ର ପ୍ରଭାବରୁ ପରିବହନ, ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ଶିଥିଳତା ଦେଖାଦେଇପାରେ। ସମସ୍ୟା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri