Posted inRasifala

ରାଶିଫଳ: ରବିବାର, ଜୁଲାଇ ୧୭ ତାରିଖ – Daily Horoscope

ମେଷ
ଆଜି କୌଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟରେ ସଫଳତା ପାଇବେ। ଯାତ୍ରାରେ ଟେନ୍‌ସନ ଲାଗି ରହିବ, କିନ୍ତୁ ବିବାଦୀୟ ପରିସ୍ଥିତିର ଦୃଢ଼ ମୁକାବିଲାରେ ସମର୍ଥ ହୋଇପାରନ୍ତି । ପରିସ୍ଥିତି ପ୍ରତି ଦୃଷ୍ଟି ରଖି କାମ ନ କଲେ ପରୋକ୍ଷ ଶତ୍ରୁତା ବାଧା ସୃଷ୍ଟି କରିପାରେ। ବାଣିଜ୍ୟ ଓ ପରିବହନ ବ୍ୟବସାୟରେ ମଧ୍ୟ ଶିଥିଳତା ଦେଖାଦେଇପାରେ।
ବୃଷ
ବୃଷ
ସକାଳୁ ସକାଳୁ ପ୍ରତୀକ୍ଷିତ ଖବରଟି ବନ୍ଧୁଙ୍କ ନିକଟରୁ ପାଇ ଖୁସି ହେବେ। ପୁରୁଣା ସମ୍ପର୍କ, ଜମିଜମା, ଗାଡ଼ି ମୋଟରରୁ ଭଲ ଲାଭବାନ୍‌ ହୋଇପାରନ୍ତି। ନୀଚ ସଂସର୍ଗରୁ ଦୂରେଇ ରହନ୍ତୁ, ନତୁବା ଆକସ୍ମିକ ଭାବେ ସମସ୍ୟା ନିୟନ୍ତ୍ରଣ ବାହାରକୁ ଚାଲିଯାଇପାରେ । ଆନୁଷ୍ଠାନିକ କାମରେ ବନ୍ଧୁ ଗହଣରେ ପ୍ରଶଂସିତ ହେବେ।
ମିଥୁନ
ମିଥୁନ
ଆପଣଙ୍କ ଆକର୍ଷଣୀୟ ବ୍ୟବହାର ଅନ୍ୟମାନଙ୍କ ମନକୁ ଆକର୍ଷିତ କରିବ। ପରିସ୍ଥିତିକୁ ବ୍ୟବସାୟୀମାନେ ବ୍ୟବସାୟରେ କିଛି ନୂତନ ପଦେକ୍ଷପ ନେବା ସକାଶେ ଚିନ୍ତା କରିବେ। ଶିଳ୍ପ, ବାଣିଜ୍ୟ, ପ୍ରଶାସନ, ଆଇନ, ଅଦାଲତ, କଳା, କାରିଗରି କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହେବେ। ଆଜି ଦିନଟିରେ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ।
କର୍କଟ
କର୍କଟ
ଆକସ୍ମିକ ଭାବରେ ଦୂରଯାତ୍ରା ଓ ବନ୍ଧୁ ମିଳନ ଘଟିବ। ଦୀର୍ଘଦିନର ଆଶା ଫଳବତୀ ହେବା ସମ୍ଭାବନା ରହିଛି। ଖର୍ଚ୍ଚାନ୍ତ ହେବାକୁ ପଡ଼ିପାରେ। ଅଫିସ୍‌ କାମରେ ବ୍ୟସ୍ତ ଥିବା ସମୟରେ ହଠାତ୍‌ କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ। ପ୍ରକାଶନ, ଯାତ୍ରା, ବ୍ୟବସାୟ, ପରିବହନ ଓ ବାଣିଜ୍ୟରେ ପ୍ରତିବନ୍ଧକର ସମ୍ମୁଖୀନ ହୋଇପାରନ୍ତି।
ସି˚ହ
ସି˚ହ
କେତେକ କ୍ଷେତ୍ରରେ ଅନ୍ୟ ଉପରେ ନିର୍ଭର କରିବାକୁ ପଡ଼ିପାରେ। ଆମତ୍ୀୟମାନେ ସହଯୋଗ କରିବାରୁ ତାଙ୍କ ପ୍ରଶଂସାରେ ଶତମୁଖ ହେବେ। ଆଜିର ସକାଳୁଆ ଯାତ୍ରା ଫଳପ୍ରଦ ହେବ, କିନ୍ତୁ ସାମୟିକ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହୋଇପାରେ। ପାରିବାରିକ କ୍ଷେତ୍ରରେ ଅର୍ଥ ସଂକଟ ଲାଗି ରହିବାର ଆଶଙ୍କା ରହିଛି।
କନ୍ୟା
ଦୀର୍ଘ ଦିନରୁ ଲାଗି ରହିଥିବା ରୋଗ, ଋଣ ଯୋଗୁ ବ୍ୟସ୍ତ ରହିପାରନ୍ତି । ବିବାଦୀୟ ଘଟଣା, ଜମିଜମା କଳହରେ ତଥା ମାଲିମକଦ୍ଦମା ସମାଧାନ ହୋଇଯିବ। କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ବନ୍ଧୁଙ୍କ ସହାୟତାରେ ସାୟାହ୍ନେ ଅର୍ଥ ଓ ସମ୍ମାନ ପାଇ ଖୁସି ହେବେ।
ତୁଳା
ତୁଳା
ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ପାରିବାରିକ ଆବଶ୍ୟକତା ପୂରଣ କ୍ଷେତ୍ରରେ ସମ୍ପର୍କୀୟ ଜଣେ ପଡ଼ୋଶୀ ସାହାଯ୍ୟର ପ୍ରତିଶ୍ରୁତି ଦେବେ । କ୍ରୀଡ଼ା, କଳା, ଚଳଚ୍ଚିତ୍ର ଓ ସଙ୍ଗୀତ କ୍ଷେତ୍ରରୁ ସୁନାମ ଅର୍ଜନ କରିବେ। କୌଣସି ପଦସ୍ଥ ବ୍ୟକ୍ତିଙ୍କ ବଦାନ୍ୟତା ଦୁଃଖ ଲାଘବରେ ସହାୟକ ହେବ।
ବିଛା
ବିଛା
ଆନୁଷ୍ଠାନିକ କାର୍ଯ୍ୟ ସକାଶେ ଆମତ୍ୀୟଙ୍କ ସହ ଆଲୋଚନା କରିପାରନ୍ତି। କୌଣସି ବନ୍ଧୁଙ୍କ ଅସଂଯତ କାର୍ଯ୍ୟକଳାପ ସମସ୍ୟାକୁ ବଢ଼ାଇ ଦେଇପାରେ। ଅଫିସ୍‌ କାମରେ ଅନ୍ୟମନସ୍କତା କାରଣରୁ କେତେକ ଭୁଲ୍‌ କରିପାରନ୍ତି। କ୍ରୀଡ଼ା, କଳା, ସାହିତ୍ୟ, ସାମ୍ବାଦିକତା କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ ।
ଧନୁ
ଧନୁ
ଅବସାଦ ବୃଦ୍ଧି ପାଇବା ହେତୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ପୁନଶ୍ଚ ଏହା ସାଙ୍ଗଙ୍କୁ ସ୍ବାସ୍ଥ୍ୟ ସମସ୍ୟା ମାନସିକ ଅସୁସ୍ଥତାର କାରଣ ହୋଇପାରେ। ଅଫିସ୍‌ର କୌଣସି ସଙ୍କଟଜନକ ସ୍ଥିତି ଅପରାହ୍ନରେ ସମାଧାନ ହୋଇଯିବ। ବାଣିଜ୍ୟ, ବ୍ୟବସାୟ, ପରିବହନ, ସଭାସମିତି ଓ ରାଜନୈତିକ କ୍ଷେତ୍ରରୁ ସୁଫଳ ପାଇବେ।
ମକର
ମକର
ସ୍ବାସ୍ଥ୍ୟ ସମସ୍ୟା କ୍ରମଶଃ ଦୂରେଇଯିବ ଓ ଆରୋଗ୍ୟ ଲାଭ କରିବେ । ପରିବାରରେ ଭୁଲ୍‌ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହେବାର ଆଶଙ୍କା ରହିଛି। ଆନୁଷ୍ଠାନିକ କାମରେ ବନ୍ଧୁମାନଙ୍କ ସହ ଆଳାପ ଆଲୋଚନାରେ ସମୟ କଟାଇବେ । ଶିଳ୍ପ, ବାଣିଜ୍ୟ, ପ୍ରଶାସନ ଓ ରାଜନୈତିକ କ୍ଷେତ୍ର ସମସ୍ୟା ବହୁଳ ରହିବ।
କୁମ୍ଭ
କୁମ୍ଭ
ଆକସ୍ମିକ ଆବଶ୍ୟକତା ପୂରଣ କରିବା ସକାଶେ ଧାର ଉଧାର କରିବାକୁ ପଡ଼ିପାରେ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍‌ ବନ୍ଧୁଙ୍କ ସହାୟତାରେ ସମ୍ପନ୍ନ ହୋଇଯିବ। ସାମାଜିକ କ୍ଷେତ୍ରରେ ନୀଚବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇ ପାରନ୍ତି। ଅସାବଧାନତା ହେତୁ ଦ୍ରବ୍ୟ ନଷ୍ଟ ଯୋଗୁ କ୍ଷୋଭ ପ୍ରକାଶ କରିପାରନ୍ତି।
ମୀନମୀନ
ଅସମର୍ଥିତ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିପାରେ । ଶତ୍ରୁତା କରୁଥିବା ବ୍ୟକ୍ତିମାନେ ଆଗରେ ନ ହେଲେ ମଧ୍ୟ ପଛରେ ବହୁତ କଥା କହିପାରନ୍ତି। ଆଜି ବାଣିଜ୍ୟ, ଲେଖାପଢା, ଆଲୋଚନା, ମନୋରଞ୍ଜନରୁ ଖୁସି ରହିବେ। ଆଲୋଚନା କାଳରେ ନିଜର ସିଦ୍ଧାନ୍ତ ବଦଳାଇବାକୁ ପଡିପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଫେବୃଆରୀ ୧୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସମସ୍ତ କାର୍ଯ୍ୟ ସକାଶେ ଅନୁକୂଳ ବାତାବରଣ ସୃଷ୍ଟି କରିବ। କିନ୍ତୁ ଅଶ୍ଳେଷା ସକାଶେ ଯେତେ ଭଲ କଲେ ମଧ୍ୟ ଅନ୍ୟମାନଙ୍କର ଆନ୍ତରିକତା ରହିବନି।…

ରାଶିଫଳ: ରବିବାର, ଫେବୃଆରୀ ୧୫ ତାରିଖ – Daily Horoscope

ମେଷ ଆଜିର କର୍ମଭାବସ୍ଥ ଚନ୍ଦ୍ରମଙ୍ଗଳଯାଗ ଆପଣଙ୍କୁ ଧୈର୍ଯ୍ୟର ସହ କାମ ହାସଲ ଦିଗରେ ସାହାଯ୍ୟ କରିବ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ…

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୦ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବନ୍ଧୁ ଓ ପରିଜନଙ୍କ ସହ ଦୂରଯାତ୍ରା କରି ଖୁସି ମନେଇବେ। ପାରସ୍ପରିକ ଆଲୋଚନା କ୍ରମରେ ଘରର କେତେକ କାମକୁ ସମ୍ପନ୍ନ କରିବା…

ରାଶିଫଳ: ସୋମବାର, ଫେବୃଆରୀ ୯ ତାରିଖ – Daily Horoscope

ମେଷ ଆଗାମୀ ମାଙ୍ଗଳିକ କାର୍ଯ୍ୟ ପରିପ୍ରେକ୍ଷୀରେ ପାରିବାରିକ ବନ୍ଧୁମିଳନର ସୂଚନା ରହିଛି। ମାନସିକ ଅସ୍ଥିରତା ଲାଗିରହିଲେ ମଧ୍ୟ ଶାରୀରିକ ସ୍ବାସ୍ଥ୍ୟ ଭଲ ରହିବ ଏବଂ କୌଣସି କାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri