Posted inRasifala

ରାଶିଫଳ: ଗୁରୁବାର, ଜୁନ୍‌ ୧୭ ତାରିଖ – Daily Horoscope

ମେଷ
ଆଜି ଯେଉଁ କାମ ଆରମ୍ଭ କରିବେ ସେଥିରେ ସଫଳତା ମିଳିବ। କଷ୍ଟ ସ୍ବୀକାର ପୂର୍ବକ କୈାଣସି ସାହାଯ୍ୟପ୍ରାର୍ଥୀ ଲୋକଙ୍କୁ ସାହାଯ୍ୟ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ବାଣିଜ୍ୟ, ବ୍ୟବସାୟ, ପରିବହନରେ ପ୍ରତିବନ୍ଧକ ଦୂରେଇବାରେ ଲାଗିବ। ସହକର୍ମୀମାନଙ୍କ ସହ ଆଲୋଚନା କ୍ରମେ ପୂର୍ବ ସ୍ଥିରୀକୃତ କାର୍ଯ୍ୟାରମ୍ଭ ହୋଇପାରେ।
ବୃଷ
ବୃଷ
ଆନୁଷ୍ଠାନିକ କ୍ଷେତ୍ରରେ ସମସ୍ୟା ସମାଧାନ ପୂର୍ବକ କାମ ହାସଲରେ ସମର୍ଥ ହେବେ। ବନ୍ଧୁଙ୍କ କାର୍ଯ୍ୟକଳାପ ମନେ ଦୁଃଖ ଦେଇପାରେ, କିନ୍ତୁ କିଛି କହି ପାରିବେ ନାହିଁ। ବ୍ୟବସାୟ ଓ ବାଣିଜ୍ୟରେ ଉନ୍ନତି କରିବେ, କିନ୍ତୁ ପରିବହନରେ ଝଗଡାର ସମ୍ଭାବନା ରହିଛି। ପାରିବାରିକ ସ୍ତରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ସଜାଡି ନେଇପାରନ୍ତି।
ମିଥୁନ
ମିଥୁନ
ଦିନସାରା କଠିନ ପରିଶ୍ରମଜନିତ ଆଜି ଅପରାହ୍ନରେ ଦେହଟା ଟିକିଏ ଭଲ ଲାଗି ନ ପାରେ। ବ୍ୟବସାୟ କ୍ଷେତ୍ରରେ କୌଶଳ ଖଟାଇ କାର୍ଯ୍ୟ ହାସଲ ପାଇଁ ଚେଷ୍ଟିତ ହେବେ। କଚେରୀ ମାମଲାର ଶୁଣାଣି ବିଳମ୍ବ କାରଣରୁ ବ୍ୟସ୍ତତା ଅନୁଭବ କରିପାରନ୍ତି। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି କାମ ହାସଲ କରି କାମ ହାସଲ କରିପାରନ୍ତି।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ସମସ୍ୟା ରହିଥିଲେ ମଧ୍ୟ କେତେକ ନୂତନ ସୁଯୋଗ ପାଇ ମନ ହାଲୁକା ହୋଇଯିବ। କୌଣସି ଭୁଲ୍‌ ଖବର ପାଇ ବିବ୍ରତ ହେବାକୁ ପଡିପାରେ। ଅଟଳି ରହିଥିବା ନିର୍ମାଣ କାମଟିକୁ ହଠାତ୍‌ ଆରମ୍ଭ କରିବାକୁ ମନ ବଳାଇ ଖୁସୀ ହେବେ। ଧାତୁ, ଅଳଙ୍କାର, ଗୃହୋପକରଣ କିମ୍ବା ମୂଲ୍ୟବାନ ଦ୍ରବ୍ୟ କ୍ରୟ କରିବାକୁ ମନ ବଳାଇପାରନ୍ତି।
ସି˚ହ
ସି˚ହ
ପ୍ରତିବନ୍ଧକ ମଧ୍ୟରେ କେତେକ ସ୍ଥଗିତ କାମ ସକାଶେ ଚିନ୍ତିତ ରହି ପାରନ୍ତି। ପରିବାରରେ ଭୁଲ୍‌ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହୋଇପାରେ। ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣ ମଧ୍ୟରେ ରହିଥିଲେ ମଧ୍ୟ ସମ୍ପୂର୍ଣ୍ଣ ଭଲ ନହୋଇଥିବାରୁ ବ୍ୟସ୍ତତା ଅନୁଭବ କରିବେ। ବ୍ୟବସାୟ, ବାଣିଜ୍ୟ, ନିର୍ମାଣ, ଗୃହ, ଜମି, ପରିବହନ ପ୍ରଭୃତିରୁ ଖୁସି ରହିବେ।
କନ୍ୟା
ପାରିବାରିକ କ୍ଷେତ୍ରରେ ମତାନ୍ତର କାରଣରୁ ଦ୍ୱନ୍ଦ୍ୱରେ ପଡି କେତେକ କାମକୁ ଆରମ୍ଭ କରି ପାରିବେ ନାହିଁ। ଲେଖାପଢ଼ା, ପ୍ରକାଶନ, ପ୍ରଶାସନ, ମାଲି ମକଦ୍ଦମା ଓ ସଭାସମିତି କ୍ଷେତ୍ରରେ ଶୁଭଫଳ ପାଇବେ। ବନ୍ଧୁମାନଙ୍କ ସାହାଯ୍ୟରେ ଗୃହ, ଭୂମି, ଗାଡିମୋଟର ସମ୍ପର୍କୀୟ ଚିନ୍ତା ଦୂର ହେବ। ଜଣେ ବନ୍ଧୁଙ୍କ ଟାଣ କଥାକୁ କେନ୍ଦ୍ର କରି ଝଗଡା ଲାଗିପାରେ।
ତୁଳା
ତୁଳା
ଆଜି କୌଣସି ସମ୍ପର୍କୀୟ ବ୍ୟକ୍ତିଙ୍କ ଦ୍ୱାରା ସ୍ଥଗିତ କର୍ମ ସମ୍ପାଦନ କରିବାର ସୂଚନା ରହିଛି। କୈାଣସି ଆନୁଷ୍ଠାନିକ କିମ୍ବା ସାଂସ୍କୃତିକ କାର୍ଯ୍ୟକ୍ରମରେ ସାମିଲ ହୋଇ ଖୁସୀ ହୋଇ ପାରନ୍ତି। ଉପରିସ୍ଥଙ୍କ କାମର ଚାପ ରେ ସାମୟିକ ବିବ୍ରତ ହେବାର ଆଶଙ୍କା ରହିଛି। ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ସାମୟିକ ମନ୍ଥର କରିପାରେ।
ବିଛା
ବିଛା
ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଆଜିର କାମଗୁଡିକ କରିବାରେ ସଫଳତା ପାଇବେ। ଅନ୍ୟ ଉପରେ ପୂର୍ଣ୍ଣ ଭରଷା କଲେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ସାଧାରଣ କଥାକୁ ଅସାଧାରଣ ଭାବେ କଳ୍ପନା କରି ଆଶକାଂଗ୍ରସ୍ଥ ହେବେ। ପ୍ରଶାସନ, ସାମ୍ବାଦିକତା, ସଭାସମିତି ଏବଂ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ସଫଳତା ପାଇବେ।
ଧନୁ
ଧନୁ
ଆଜି ଛୋଟ କଥାକୁ କେନ୍ଦ୍ରକରି ନିଜ ଲୋକଙ୍କ ସହ ଯୁକ୍ତି ତର୍କ କରିବେ। ଆନୁଷ୍ଠାନିକ କାମରେ ସୁଯୋଗ ପାଇଲେ ମଧ୍ୟ ସଦ୍‌ବ୍ୟବହାର କରିବା କଷ୍ଟ ହେବ। ସ୍ବାସ୍ଥ୍ୟ ପ୍ରତି ସାବଧାନତା ଅବଲମ୍ବନ କରନ୍ତ, ନତୁବା ହଇରାଣ ହୋଇପାରନ୍ତି। କେତେକ କ୍ଷେତ୍ରରେ ନିଜ ଲୋକମାନେ ପରୋକ୍ଷ ଶତ୍ରୁତା କରି ସମସ୍ୟାକୁ ବଢାଇଦେବେ।
ମକର
ମକର
ବହୁ ଦିନରୁ ଅଟକି ରହିଥିବା କାର୍ଯ୍ୟଟି ଆକସ୍ମିକ ଭାବରେ ଆଜି ସମାଧାନ ହୋଇଯିବ। କର୍ମ କ୍ଷେତ୍ରରେ ଅନ୍ୟ ମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ। ଆଜିର ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ ଓ ଖାଲି ହାତରେ ଫେରିବେ ନାହିଁ। ପାରିବାରିକ କ୍ଷେତ୍ରରେ କୈାଣସି ଆଳ ଦେଖାଇ ଆତ୍ମୀୟସ୍ବଜନ ଦୂରେଇ ଯାଇପାରନ୍ତି।
କୁମ୍ଭ
କୁମ୍ଭ
ସବୁ କିଛି ଠିକ୍‌ ଥିଲେ ମଧ୍ୟ କର୍ମକ୍ଷେତ୍ରରେ ହଠାତ୍‌ କୌଣସି ଘଟଣା ମନକୁ ବିବ୍ରତ କରିପାରେ। ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜି ବୁଲିବେ। ଯାତ୍ରା, ପ୍ରଶାସନ, ଆଇନ, କଳା, ସାହିତ୍ୟ କ୍ଷେତ୍ର ମନ୍ଦ ହେବନି। ଅଧିକାଂଶ ସମୟ ଅନ୍ୟମନସ୍କ ନରହି ଯାନବାହାନ ଚାଳାନାରେ ସତର୍କତା ଅବଲମ୍ବନ କରନ୍ତୁ।
ମୀନମୀନ
ଅନୁକୂଳ ଗ୍ରହସ୍ଥିତି କାରଣରୁ ବିଭିନ୍ନ ଦିଗରୁ ସାହାଯ୍ୟ ପାଇ ସ୍ଥଗିତ କାମ ତ୍ୱରାନ୍ବିତ କରିବେ। ପରିବାରରେ ଅତୀତ ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। ଧାତୁ, ଅଳଙ୍କାର ଔଷଧପତ୍ର କିମ୍ବା ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି। ବ୍ୟବସାୟ, ପରିବହନ, ଆଇନ ଅଦାଲତ ଓ ଜମିଜମା କ୍ଷେତ୍ରରୁ ସଫଳତା ପାଇବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଏପ୍ରିଲ ୨୫ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଇଚ୍ଛା ନ ଥାଇ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ। ଅନ୍ୟଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ। ବୈଷୟିକ...

ରାଶିଫଳ: ବୁଧବାର, ଏପ୍ରିଲ ୨୪ ତାରିଖ – Daily Horoscope

ମେଷ ଆଜି ଗଜକେଶରୀ ଯୋଗ ପ୍ରଭାବରୁ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପ୍ରତ୍ୟୁଷ ଯାତ୍ରା, ବ୍ୟବସାୟ, ପରିବହନ, କଳା, ସାହିତ୍ୟ, ସଙ୍ଗୀତାଦି ପ୍ରତି ରୁଚି...

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୨୩ ତାରିଖ – Daily Horoscope

ମେଷ ଆଜି ଅଧିକାଂଶ କ୍ଷେତ୍ରରେ ଭୟ ସୃଷ୍ଟିହେବା ସହ ଆଶଙ୍କାଜନିତ ମନ ଅସ୍ଥିର ରହିବ। କେବଳ ରବିଙ୍କ ସୁପ୍ରଭାବ ଯୋଗୁ ଝିନ୍‌ଝଟ୍‌ ମଧ୍ୟରେ ହିଁ କାମଗୁଡ଼ିକ...

ରାଶିଫଳ: ସୋମବାର, ଏପ୍ରିଲ ୨୨ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ରର ବହୁତ ଦିନରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଘଟିପାରେ। ବୃହସ୍ପତିଙ୍କ ପ୍ରଭାବରୁ ନୂଆ ଯୋଜନାଟିଏ କରିବା ସକାଶେ...

ରାଶିଫଳ: ରବିବାର, ଏପ୍ରିଲ ୨୧ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ସହ କେତୁଯୁକ୍ତ କାରଣରୁ ମାନସିକ ସ୍ବାସ୍ଥ୍ୟ ଭଲ ରହିବ ନାହିଁ। ଉଚ୍ଚସ୍ଥ ଶୁକ୍ର ଏକାଧାରରେ କର୍ମକ୍ଷେତ୍ରରେ ବନ୍ଧୁବର୍ଗଙ୍କ ପ୍ରୀତିଭାଜନ କରାଇପାରେ। କଳା,...

ରାଶିଫଳ: ଶନିବାର, ଏପ୍ରିଲ ୨୦ ତାରିଖ – Daily Horoscope

ମେଷ ନିଜ ରାଶିରେ ରବି ଓ ବୃହସ୍ପତି ଥିବାରୁ କର୍ମାରମ୍ଭ ପ୍ରୀତିପ୍ରଦ ରହିବ। ଚନ୍ଦ୍ର ପ୍ରଭାବରୁ ପରିବହନ, ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ଶିଥିଳତା ଦେଖାଦେଇପାରେ। ସମସ୍ୟା...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୯ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଶୁଭସଂସ୍ଥିତି ପ୍ରଭାବରେ ପାରିବାରିକ ଶାନ୍ତି ଓ ସ୍ଥିରତା ସଙ୍ଗକୁ ବୈଷୟିକ ଅଭିବୃଦ୍ଧି ଘଟିବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ସମ୍ପର୍କୀୟଙ୍କ ସହାନୁଭୂତି ଲାଭ...

ରାଶିଫଳ: ଗୁରୁବାର, ଏପ୍ରିଲ ୧୮ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରୁ କୌଣସି ନୂତନ କର୍ମାରମ୍ଭ ସକାଶେ ଯୋଜନା ପ୍ରସ୍ତୁତ କରିବେ। ପାରିବାରିକ ସମସ୍ୟା ସମାଧାନ ହେବା କ୍ଷେତ୍ରରେ ଜଣେ ପ୍ରିୟବନ୍ଧୁ ସାହାଯ୍ୟ କରିପାରନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri