Posted inRasifala

ରାଶିଫଳ: ସୋମବାର, ମେ ୧୭ ତାରିଖ – Daily Horoscope

ମେଷ
ପାରିବାରିକ କ୍ଷେତ୍ରରେ ଅର୍ଥ ସମ୍ପର୍କକୁ କେନ୍ଦ୍ରକରି ବିବାଦ ବଢ଼ିପାରେ। ସବୁ କଥାକୁ ଭଲରୂପେ ବିଚାର ପୂର୍ବକ କାମ କରି ଆଗକୁ ବଢ଼ିବା ଠିକ୍‌ ହେବ। ବ୍ୟବସାୟ, ବାଣିଜ୍ୟ, ପରିବହନ, ନିର୍ମାଣ, ପ୍ରଶାସନ ଓ ଆଇନ କ୍ଷେତ୍ରରେ ସମସ୍ୟା ସମାଧାନର ସୂଚନା ପ୍ରାପ୍ତ ହେବ। ମୁଖ୍ୟ ଭାବରେ ଏକାଧିକ ଗ୍ରହ ଆପଣଙ୍କ କଥାବାର୍ତ୍ତାକୁ ଅନିୟନ୍ତ୍ରିତ କରିପାରନ୍ତି।
ବୃଷ
ବୃଷ
ଉଦ୍ଦେଶ୍ୟମୂଳକ ଭାବେ ସମ୍ପର୍କୀୟମାନଙ୍କ ସହ ବେଶ୍‌ ବନ୍ଧୁତା ଜମାଇ କାମ ହାସଲ ପାଇଁ ଚେଷ୍ଟିତ ହେବେ। ଆଗାମୀ ଆନୁଷ୍ଠାନିକ କାମ ସକାଶେ ବିଶେଷ ଭାବେ ଧାଁ ଧଉଡ଼ କରିବାକୁ ପଡ଼ିପାରେ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ବିବାଦୀୟ ମନ୍ତବ୍ୟରେ ମୁଣ୍ଡ ନ ପୂରାଇବା ଭଲ। ପାରିବାରିକ କ୍ଷେତ୍ରରେ ଭାବପ୍ରବଣତା ଯୋଗୁ ମନୋବଳ କ୍ରମଶଃ ହ୍ରାସ ପାଇବ।
ମିଥୁନ
ମିଥୁନ
ବନ୍ଧୁଙ୍କ ନିମନ୍ତ୍ରଣ କ୍ରମେ ଦୂରଯାତ୍ରା କରିବା ସକାଶେ ମନ ବଳାଇ ପାରନ୍ତି। ନିଜର କୃତୀ ଓ କୃତିତ୍ୱ ସକାଶେ ସାମାଜିକ ସ୍ତରରେ ଶୁଭେଚ୍ଛୁମାନଙ୍କ ଶ୍ରଦ୍ଧାଭାଜନ ହେବେ। ମାଲିମକଦ୍ଦମାରେ ବିଚାର ବିଳମ୍ବିତ ହେବାର ଚିନ୍ତା ପ୍ରକଟ କରିପାରନ୍ତି। ଆର୍ଥିକ ଅନଟନ ଲାଗି ରହିବା କାରଣରୁ ବିଚଳିତବୋଧ କରିବାର ସୂଚନା ମିଳେ।
କର୍କଟ
କର୍କଟ
ଅନାଗତ ସମସ୍ୟା ବିଷୟ ଚିନ୍ତାକରି ମନରେ ସରସତା ଆଗଭଳି ରହିବ ନାହିଁ। ନିର୍ମାଣ, ମାଲିମକଦ୍ଦମା, କ୍ରୟବାଣିଜ୍ୟ, ବ୍ୟବସାୟରେ ସ୍ଥିତି ଅନୁକୂଳ ହୋଇପାରେ। ସହକର୍ମୀଙ୍କ ପ୍ରତ୍ୟେକ କଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ। ପରିବହନରେ କିଛି ସମସ୍ୟା ଦେଖାଦେବ, କିନ୍ତୁ ସେଥିରୁ ସହଜରେ ମୁକୁଳି ଯିବେ।
ସି˚ହ
ସି˚ହ
ପ୍ରତ୍ୟେକ ପରିସ୍ଥିତିରେ ବିବାଦୀୟ ପରିସ୍ଥିତିର ଦୃଢ଼ ମୁକାବିଲା କରି ସଫଳତା ପାଇବେ। ଆବଶ୍ୟକତା ପୂରଣ ସକାଶେ ଟଙ୍କା ପଇସା ଯୋଗାଡ଼ କରିବା ସକାଶେ ବିଭିନ୍ନ ଫନ୍ଦିଫିକର କରିପାରନ୍ତି। କର୍ମ କ୍ଷେତ୍ରରେ ଏକ ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ। ପରିବହନ, ଏଜେନ୍ସି, ସାମ୍ବାଦିକତାରେ ପ୍ରଶଂସିତ ହେବେ।
କନ୍ୟା
ପ୍ରତିବନ୍ଧକ ମଧ୍ୟରେ ଗତି କରିବା କାରଣରୁ ମାନସିକ ସ୍ଥିତି ସେତେଟା ଭଲ ରହି ନ ପାରେ। ତରବର ନ ହୋଇ ଧୀରସ୍ଥିର ମନ ନେଇ କାମକଲେ ସମସ୍ୟାର ସରଳ ସମାଧାନ ହେବ। ନିଜର ଆତ୍ମୀୟମାନେ ହଠାତ୍‌ ଶତ୍ରୁତା କରିବେ। ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ୟିବାରୁ ଏକପ୍ରକାର ଖୁସି ହେବେ।
ତୁଳା
ତୁଳା
ବିଭିନ୍ନ ଅସୁବିଧାରେ ପଡ଼ି ମାନସିକ ଅବସ୍ଥା ଖରାପ ଦିଗକୁ ଗତି କରିପାରେ। କୌଣସି ଜିନିଷ କିଣିବା ସକାଶେ ହଠାତ୍‌ ମୋଟା ଅଙ୍କର ଅର୍ଥର ଆବଶ୍ୟକତା ପଡ଼ିବ। ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ର କରି ଝଗଡ଼ା ଲାଗିବାର ସମ୍ଭାବନା ରହିଛି। ସଭା ସମିତିରେ, ସମ୍ମାନ ଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ।
ବିଛା
ବିଛା
ଅନ୍ୟମାନଙ୍କ ସହ ଭୁଲ୍‌ ବୁଝାମଣା ଯୋଗୁ ନିଜ ଲୋକଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି। ଅତୀତ ଘଟଣା ମନକୁ ବାରମ୍ବାର ଆଲୋଡ଼ିତ କରିବା ଫଳରେ ମନଟା ଭଲ ରହିନପାରେ। ପାରିବାରିିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବାର ସୂଚନା ରହିଛି। କିନ୍ତୁ ଜ୍ୟେଷ୍ଠା ନକ୍ଷତ୍ର ଏହାର ଠିକ୍‌ ବିପରୀତ ଫଳ ପାଇବେ।
ଧନୁ
ଧନୁ
ଆଜି ସକାଳୁ ସକାଳୁ ଏଣୁତେଣୁ ଗୁଡ଼ାଏ ଚିନ୍ତା କରି ବିବ୍ରତ ହୋଇ ପାରନ୍ତି। କର୍ମକ୍ଷେତ୍ରରେ ଅପମାନଜନକ ସ୍ଥିତିରୁ ସହସା ରକ୍ଷା ପାଇବେ। ସରକାରୀ ଆଦେଶପ୍ରାପ୍ତ ହୋଇ ଆକସ୍ମିକ ଭାବରେ ଯାତ୍ରା କରିବାକୁ ପଡିପାରେ। କଳା, ସାହିତ୍ୟ ଓ ରଚନାମତ୍କ କାର୍ଯ୍ୟରେ ଉନ୍ନତି ଘଟିବାର ଶତପ୍ରତିଶତ ସମ୍ଭାବନା ରହିଛି।
ମକର
ମକର
ଆଜି ହଠାତ୍‌ ଜଣେ ବନ୍ଧୁଙ୍କ ସାହାଯ୍ୟରେ ଆଜିର କାମଗୁଡିକ ସୁବିଧାରେ ସମ୍ପନ୍ନ ହୋଇଯିବ। ପ୍ରତ୍ୟେକ କ୍ଷେତ୍ରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇ ପାରନ୍ତି। ଅପରାହ୍ନେ ଟେନ୍‌ସନ କମିଯିବା ସାଙ୍ଗକୁ ସୁଖଭ୍ରମଣ ଯୋଗ ରହିଛି। କ୍ରୋଧବଶତଃ ଯାହା ପଡିଲା ତାହା କହି ପକାଇବେ। ଫଳରେ କିଛି ସମସ୍ୟା ଆସିପାରେ ।
କୁମ୍ଭ
କୁମ୍ଭ
କର୍ମକ୍ଷେତ୍ରରେ ନିଜର ଲୋକମାନେ ଯେତେ ପ୍ରକାରର ସମସ୍ୟା ସୃଷ୍ଟି କଲେ ମଧ୍ୟ କିଛି ଅସୁବିଧା ହେବନାହିଁ। ପରିବହନ, ଶିଳ୍ପ, ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ। ପଡ଼ୋଶୀଙ୍କ ସହାୟତାରେ ଭାଙ୍ଗି ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ି ହୋଇଯିବ। ପାରିବାରିକ ସମର୍ଥନ କର୍ମକ୍ଷେତ୍ରକୁ ତ୍ୱରାନ୍ବିତ କରିବ।
ମୀନମୀନ
ଆଜି ଦିନଟିରେ ସତର୍କରେ ଚଳିଲେ ସୁଦ୍ଧା ବିବାଦ ଭିତରକୁ ଟାଣି ହୋଇଯିବେ। ଚେଷ୍ଟା କରୁଥିବା କାମରେ ସନ୍ଧ୍ୟାରେ ସଫଳତା ଲାଭ କରି ଆନନ୍ଦ ଅନୁଭବ କରିବେ। ସମସ୍ୟା ବିଜଡ଼ିତ ରହିଲେ ମଧ୍ୟ ସ୍ତ୍ରୀଙ୍କ ପ୍ରେରଣାରୁ ଉପକୃତ ହୋଇପାରନ୍ତି। ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୭ ତାରିଖ – Daily Horoscope

ମେଷ ଆଜିର ଏକାଦଶସ୍ଥ ଗ୍ରହ ସ୍ଥିତି ପ୍ରଭାବରେ ପରୀକ୍ଷା, ଇଣ୍ଟରଭ୍ୟୁ, ସନ୍ତାନଙ୍କ ଉନ୍ନତି ସାଙ୍ଗକୁ ଆର୍ଥିକକ୍ଷେତ୍ର ଭଲ ରହିବ। କର୍ମମୁଖର ରହିବା ସହ ପାରିବାରିକ ଜୀବନ ପ୍ରୀତିପ୍ରଦ…

ରାଶିଫଳ: ସୋମବାର, ଫେବୃଆରୀ ୧୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସମସ୍ତ କାର୍ଯ୍ୟ ସକାଶେ ଅନୁକୂଳ ବାତାବରଣ ସୃଷ୍ଟି କରିବ। କିନ୍ତୁ ଅଶ୍ଳେଷା ସକାଶେ ଯେତେ ଭଲ କଲେ ମଧ୍ୟ ଅନ୍ୟମାନଙ୍କର ଆନ୍ତରିକତା ରହିବନି।…

ରାଶିଫଳ: ରବିବାର, ଫେବୃଆରୀ ୧୫ ତାରିଖ – Daily Horoscope

ମେଷ ଆଜିର କର୍ମଭାବସ୍ଥ ଚନ୍ଦ୍ରମଙ୍ଗଳଯାଗ ଆପଣଙ୍କୁ ଧୈର୍ଯ୍ୟର ସହ କାମ ହାସଲ ଦିଗରେ ସାହାଯ୍ୟ କରିବ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ…

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୦ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବନ୍ଧୁ ଓ ପରିଜନଙ୍କ ସହ ଦୂରଯାତ୍ରା କରି ଖୁସି ମନେଇବେ। ପାରସ୍ପରିକ ଆଲୋଚନା କ୍ରମରେ ଘରର କେତେକ କାମକୁ ସମ୍ପନ୍ନ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri