Posted inRasifala

ରାଶିଫଳ: ମଙ୍ଗଳବାର, ମେ ୧୭ ତାରିଖ – Daily Horoscope

ମେଷ
ଆଜି ଅଷ୍ଟମ ଚନ୍ଦ୍ର ହେତୁ ପାରିବାରିକ କ୍ଷେତ୍ରରେ ଅର୍ଥ ସମ୍ପର୍କକୁ କେନ୍ଦ୍ରକରି ବିବାଦ ବଢ଼ିପାରେ। ସବୁକଥାକୁ ଭଲରୂପେ ବିଚାରକରି ଆଗକୁ ବଢ଼ିବା ଉଚିତ। କାମ ହାସଲ ସକାଶେ ଅନ୍ୟ ଉପରେ ନିର୍ଭର କରିପାରନ୍ତି। ବ୍ୟବସାୟ, ବାଣିଜ୍ୟ, ପରିବହନ, ନିର୍ମାଣ, ପ୍ରଶାସନ ଓ ଆଇନ କ୍ଷେତ୍ରରେ ସମସ୍ୟା ସମାଧାନ ହେବା ସୂଚନା ପ୍ରାପ୍ତ ହେବ।
ବୃଷ
ବୃଷ
ରବି ଓ ବୁଧଙ୍କ ସଂଯୋଗରୁ ଉଦ୍ଦେଶ୍ୟମୂଳକ ଭାବରେ ନିକଟ ସମ୍ପର୍କୀୟମାନଙ୍କ ସହ ବେଶ୍‌ ବନ୍ଧୁତା ଜମାଇ କାମ ହାସଲ ପାଇଁ ଚେଷ୍ଟିତ ହେବେ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ବିବାଦୀୟ ମନ୍ତବ୍ୟରେ ମୁଣ୍ଡ ନ ପୂରାଇବା ଭଲ। ପାରିବାରିକ କ୍ଷେତ୍ରରେ ଭାବପ୍ରବଣତା ଯୋଗୁ ମନୋବଳ କ୍ରମଶଃ ହ୍ରାସ ପାଇବ ।
ମିଥୁନ
ମିଥୁନ
ଦ୍ୱାଦଶସ୍ଥ ବୁଧ ପ୍ରଭାବରେ ଦୂରଯାତ୍ରା ସକାଶେ ଅନୁପ୍ରେରିତ ହୋଇପାରନ୍ତି। କହିବାକୁ ଇଚ୍ଛା ଥିଲେ ମଧ୍ୟ ସଂକୋଚବଶତଃ ବନ୍ଧୁଙ୍କୁ ମନକଥା କହିପାରିବେ ନାହିଁ। ନିଜର କୃତି ଓ କୃତିତ୍ୱ ସକାଶେ ସାମାଜିକ ସ୍ତରରେ ଶୁଭେଚ୍ଛୁଙ୍କ ଶ୍ରଦ୍ଧାଭାଜନ ହେବେ। ଆର୍ଥିକ ଅନଟନ ଲାଗି ରହିବା କାରଣରୁ ବିଚଳିତବୋଧ କରିବା ସୂଚନା ମିଳେ।
କର୍କଟ
କର୍କଟ
ଆଜି ଶୁଭ ଚନ୍ଦ୍ର ହେତୁ ଅର୍ଥ ଏବଂ ସମ୍ମାନର ସୁଯୋଗ ପାଇପାରନ୍ତି। ନିର୍ମାଣ, ମାଲିମକଦ୍ଦମାରେ, କ୍ରୟବାଣିଜ୍ୟ, ବ୍ୟବସାୟରେ ସ୍ଥିତି ଅନୁକୂଳ ହୋଇପାରେ। ସହକର୍ମୀଙ୍କ ପ୍ରତ୍ୟେକ କଥାକୁ ହାଲୁକା ଭାବେ ଗ୍ରହଣକଲେ କ୍ଷତିରେ ପଡ଼ିବେ। ପରିବହନରେ କିଛି ସମସ୍ୟା ଦେଖାଦେବ, କିନ୍ତୁ ସେଥିରୁ ସହଜରେ ମୁକୁଳିଯିବେ।
ସି˚ହ
ସି˚ହ
ପ୍ରତ୍ୟେକ ପରିସ୍ଥିତିରେ ବିବାଦୀୟ ପରିସ୍ଥିତିର ଦୃଢ଼ ମୁକାବିଲା କରିବାକୁ ପଡ଼ିପାରେ। ଆଗାମୀ ସମୟର ଆବଶ୍ୟକତା ପୂରଣ ସକାଶେ ଟଙ୍କା ପଇସା ଯୋଗାଡ଼ କରିବା ସକାଶେ ବିଭିନ୍ନ ଫନ୍ଦି ଫିକର କରିପାରନ୍ତି। ଦୀର୍ଘଦିନରୁ ଖୋଜୁଥିବା ଜିନିଷର ସନ୍ଧାନ ଡେରିରେ ମିଳିବ। କର୍ମକ୍ଷେତ୍ରରେ ଏକ ମାମୁଲି ଘଟଣାରେ ଉଚ୍ଚବାଚ ଘଟିବ।
କନ୍ୟା
ପ୍ରତିବନ୍ଧକ ମଧ୍ୟରେ ଗତିକରିବା କାରଣରୁ ମାନସିକ ସ୍ଥିତି ସେତେଟା ଭଲ ରହି ନ ପାରେ। ତରବର ନ ହୋଇ ଧୀରସ୍ଥିର ମନ ନେଇ କାମକଲେ ସମସ୍ୟାର ସରଳ ସମାଧାନ ହେବ। ନିଜର ଆମତ୍ୀୟମାନେ ହଠାତ୍‌ ଶତ୍ରୁତା କରିପାରନ୍ତି । କିନ୍ତୁ ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ବାରେ ଅସୁବିଧା ହେବନି।
ତୁଳା
ତୁଳା
ଆଜି ବହୁତ ଚେଷ୍ଟାକରି ମଧ୍ୟ ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା କଷ୍ଟ ହୋଇଯିବ। ବିଭିନ୍ନ ଅସୁବିଧା ଭିତରେ ଗତି କରୁଥିବାରୁ ଧୀରେ ଧୀରେ ମାନସିକ ଅବସ୍ଥା ଖରାପ ଦିଗକୁ ଗତି କରିପାରେ। ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ରକରି ଝଗଡ଼ା ଲାଗିବା ସମ୍ଭାବନା ରହିଛି। ସଭା ସମିତିରେ, ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ।
ବିଛା
ବିଛା
ଅନ୍ୟମାନଙ୍କ କଥାକୁ ସତ୍ୟ ମନେକରି ନିଜ ଲୋକମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି। ଅତୀତ ଘଟଣା ମନକୁ ବାରମ୍ବାର ଆଲୋଡ଼ିତ କରିବା ଫଳରେ ମନଟା କାହିଁକି କେମିତି କେମିତି ଲାଗିବ। ପାରିବାରିିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବା ସୂଚନା ରହିଛି। ଘରଭଡ଼ାକୁ କେନ୍ଦ୍ରକରି ବିତର୍କର ସମ୍ମୁଖୀନ ହେବେ।
ଧନୁ
ଧନୁ
ଆଜି ସକାଳୁ ସକାଳୁଏଣୁତେଣୁ ଗୁଡ଼ାଏ ଚିନ୍ତାକରି ବିବ୍ରତ ହୋଇପାରନ୍ତି। କର୍ମକ୍ଷେତ୍ରରେ ଅପମାନଜନକ ସ୍ଥିତିରୁ ସହସା ରକ୍ଷା ପାଇବେ। ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ। ଆକସ୍ମିକ ଭାବରେ ଯାତ୍ରା କରିବାକୁ ପଡ଼ିପାରେ।
ମକର
ମକର
ଆଜି ହଠାତ୍‌ ଜଣେ ବନ୍ଧୁଙ୍କ ସାହାଯ୍ୟରେ ଆଜିର କାମ ଗୁଡ଼ିକ ସୁବିଧାରେ ସମ୍ପନ୍ନ ହୋଇଯିବ। ଅପରାହ୍ନେ ଟେନ୍‌ସନ କମିଯିବା ସାଙ୍ଗକୁ ସୁଖଭ୍ରମଣ ଯୋଗ ରହିଛି। ଟିକିଏ କଥାରେ ରାଗିଯାଇ ଯାହା ପଡ଼ିଲା ତାହା କହି ପକାଇବେ, ଫଳରେ କିଛି ସମସ୍ୟା ଆସିପାରେ । ପଡ଼ୋଶୀଙ୍କ ସାହାଯ୍ୟରୁ ଅର୍ଥ ଓ ସମ୍ମାନ ଲାଭ ଯୋଗ ରହିଛି।
କୁମ୍ଭ
କୁମ୍ଭ
ଶନି ମଙ୍ଗଳ ଯୋଗରୁ କର୍ମକ୍ଷେତ୍ରରେ ନିଜର ଲୋକମାନେ ବିଭିନ୍ନ ପ୍ରକାର ସମସ୍ୟା ସୃଷ୍ଟି କରିପାରନ୍ତି। କିନ୍ତୁ ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ। ଭାଙ୍ଗିପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ିହୋଇଯିବ।ପିଲାମାନଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକାନ୍ତ ରହିବ।
ମୀନମୀନ
ଆଜି ଦିନଟିରେ ସତର୍କରେ ଚଳିଲେ ସୁଦ୍ଧା ବିବାଦ ଭିତରକୁ ଟାଣି ହୋଇଯିବେ । ଏକାଧିକ କାମରେ ହାତ ଦିଅନ୍ତୁ ନାହିଁ, ଯାହାକି ବ୍ୟସ୍ତତାର କାରଣ ହୋଇପାରେ। ଚେଷ୍ଟା କରୁଥିବା କାମରେ ସନ୍ଧ୍ୟାରେ ସଫଳତା ଲାଭକରି ଆନନ୍ଦ ଅନୁଭବ କରିବେ। ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିବା ସୂଚନା ରହିଛି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଅକ୍ଟୋବର ୪ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ରାହୁଙ୍କ ଦ୍ୱାରା କବଳିତ ହୋଇ ପାରିବାରିକ ଜୀବନରେ କୌଣସି ବ୍ୟତିକ୍ରମ ସୃଷ୍ଟି କରିପାରନ୍ତି। ଭୁଲ୍‌ ନିଷ୍ପତ୍ତିଜନିତ ସମସ୍ୟା ସୃଷ୍ଟି ସାମାଜିକ ଜୀବନକୁ ମଧ୍ୟ…

ରାଶିଫଳ: ଶନିବାର, ଅକ୍ଟୋବର ୩ ତାରିଖ – Daily Horoscope

ମେଷ ଗତକାଲିର ଯୋଜନା ମୁତାବକ କାମରେ ଲାଗିପଡ଼ନ୍ତୁ ଟେନସନ୍‍ କିଛି ମାତ୍ରାରେ କମିଯିବ। ନିଜ ଲୋକଙ୍କ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବା ସୂଚନା ପାଇପାରନ୍ତି। କର୍ମକ୍ଷେତ୍ରରେ ଅର୍ଥ…

ରାଶିଫଳ: ଶୁକ୍ରବାର , ଅକ୍ଟୋବର ୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିହେବ। ସମ୍ପର୍କୀୟଙ୍କ ସହାୟତାରେ ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ। ସଭାସମିତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?