Posted inRasifala

ରାଶିଫଳ: ବୁଧବାର, ମେ ୧୭ ତାରିଖ – Daily Horoscope

ମେଷ
ପାରିବାରିକ କ୍ଷେତ୍ରରେ ଅର୍ଥ ସମ୍ପର୍କକୁ କେନ୍ଦ୍ରକରି ବିବାଦ ବୃଦ୍ଧି ହୋଇପାରେ। ସବୁକଥାକୁ ଭଲରୂପେ ବିଚାର ପୂର୍ବକ କାମ କରି ଆଗକୁ ବଢ଼ିବା ଠିକ୍‌ ହେବ। ପରିସ୍ଥିତିବଶତଃ ଆଜି ବନ୍ଧୁଗୃହକୁ ଯାତ୍ରା କରିବାକୁ ବାଧ୍ୟ ହେବେ। ବ୍ୟବସାୟ, ବାଣିଜ୍ୟ, ପରିବହନ, ନିର୍ମାଣ, କ୍ରୀଡ଼ା, ଚଳଚ୍ଚିତ୍ର କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ।
ବୃଷ
ବୃଷ
ସମ୍ପର୍କୀୟଙ୍କ ସହ ବନ୍ଧୁତା ଜମାଇ କାମ ହାସଲ ପାଇଁ ଚେଷ୍ଟିତ ହେବେ। ଆଗକୁ ଆସୁଥିବା ଆନୁଷ୍ଠାନିକ କାମ ସକାଶେ ବିଶେଷ ଭାବେ ଧାଁଧପଡ଼ କରିବାକୁ ପଡ଼ିପାରେ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ବିବାଦୀୟ ମନ୍ତବ୍ୟରେ ମୁଣ୍ଡ ନ ପୂରାଇବା ଭଲ। ପାରିବାରିକ କ୍ଷେତ୍ରରେ ଭାବପ୍ରବଣତା ଯୋଗୁ ମନୋବଳ କ୍ରମଶଃ ହ୍ରାସ ପାଇବ।
ମିଥୁନ
ମିଥୁନ
ମନର କଥା କହିବାକୁ ଇଚ୍ଛା ଥିଲେ ମଧ୍ୟ ସଂକୋଚ ବଶତଃ ବନ୍ଧୁଙ୍କୁ କହିପାରିବେ ନାହିଁ। ନିଜର କୃତି ଓ କୃତିତ୍ୱ ସକାଶେ ସାମାଜିକ ସ୍ତରରେ ଶୁଭେଚ୍ଛୁଙ୍କ ଶ୍ରଦ୍ଧାଭାଜନ ହେବେ। ମାଲିମକଦ୍ଦମାରେ ବିଚାର ବିଳମ୍ବିତ ହେବାର ଚିନ୍ତା ପ୍ରକଟ କରିପାରନ୍ତି। ଆର୍ଥିକ ଅନଟନ ଲାଗି ରହିବା କାରଣରୁ ବିଚଳିତବୋଧ କରିପାରନ୍ତି।
କର୍କଟ
କର୍କଟ
ସମୟର ପ୍ରତିକୂଳତା ଅନୁଭବ କରି ଅନାଗତ ସମସ୍ୟା ବିଷୟରେ ଚିନ୍ତିତ ରହିପାରନ୍ତି। ନିର୍ମାଣ କାର୍ଯ୍ୟ, ମାଲିମକଦ୍ଦମା, ବ୍ୟବସାୟରେ ସ୍ଥିତି ଅନୁକୂଳ ହେବ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ପ୍ରତ୍ୟେକ କଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ। ପରିବହନରେ କିଛି ସମସ୍ୟା ଦେଖାଦେବ କିନ୍ତୁ ସେଥିରୁ ସହଜରେ ମୁକୁଳି ଯିବେ।
ସି˚ହ
ସି˚ହ
ବିବାଦୀୟ ପରିସ୍ଥିତିର ଦୃଢ଼ମୁକାବିଲା କରି ସଫଳତା ପାଇବେ। ଆବଶ୍ୟକତା ପୂରଣ ସକାଶେ ଟଙ୍କା ପଇସା ଯୋଗାଡ଼ କରିବା ସକାଶେ ବିଭିନ୍ନ ଫନ୍ଦି ଫିକର କରିପାରନ୍ତି। ଦୀର୍ଘ ଦିନରୁ ଖୋଜୁଥିବା ଜିନିଷର ସନ୍ଧାନ ଡେରିରେ ମିଳିବ। ବୁଝାମଣାର ଭିନ୍ନତା ହେତୁ କର୍ମ କ୍ଷେତ୍ରରେ ଏକ ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ।
କନ୍ୟା
ପ୍ରତିବନ୍ଧକ ମଧ୍ୟରେ ଗତିକରିବା କାରଣରୁ ମାନସିକ ସ୍ଥିତି ସେତେଟା ଭଲ ରହି ନ ପାରେ। ପୂର୍ବଶତ୍ରୁତାକୁ କେନ୍ଦ୍ରକରି ନିଜର ଆମତ୍ୀୟମାନେ ହଠାତ୍‌ ଶତ୍ରୁତା କରିପାରନ୍ତି। ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିବ। ସାହାଯ୍ୟ କରିବାକୁ ଯାଇ ପର ପାଇଁ ନିଜେ ହଇରାଣରେ ପଡିପାରନ୍ତି।
ତୁଳା
ତୁଳା
ଅସୁବିଧା ଭିତରେ ଗତି କରୁଥିବାରୁ ଧୀରେ ଧୀରେ ମାନସିକ ଅବସ୍ଥା ଖରାପ ଦିଗକୁ ଗତି କରିପାରେ। କୌଣସି ଜିନିଷ କିଣିବା ସକାଶେ ହଠାତ୍‌ ମୋଟା ଅଙ୍କର ଅର୍ଥର ଆବଶ୍ୟକତା ପଡ଼ିପାରେ। ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ରକରି ଝଗଡ଼ା ଲାଗିବାର ସମ୍ଭାବନା ରହିଛି। ସଭା ସମିତିରେ, ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ।
ବିଛା
ବିଛା
ଅନ୍ୟମାନଙ୍କ କଥାକୁ ସତ୍ୟ ମନେକରି ଭୁଲ୍‌ ବୁଝାମଣା ଯୋଗୁ ନିଜ ଲୋକମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି। ପାରିବାରିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବାର ସୂଚନା ରହିଛି। ଘରମାଲିକଙ୍କ ସହ ଘରଭଡ଼ାକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ ହେବେ। କେତେକ ଅସ୍ବାଭାବିକ ପରିସ୍ଥିତି ଭିତରେ ଚଳିବାକୁ ବାଧ୍ୟ ହୋଇପାରନ୍ତି।
ଧନୁ
ଧନୁ
ଆଜିର କର୍ମକ୍ଷେତ୍ରରେ ବିଭିନ୍ନ ସମସ୍ୟା ଭିତରେ ଚଳିବାକୁ ପଡ଼ିପାରେ। କ୍ରୀଡା, ସାହିତ୍ୟ, ସଙ୍ଗୀତ ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ। ବନ୍ଧୁଙ୍କ କାମରେ ଆକସ୍ମିକ ଭାବରେ ଯାତ୍ରା କରିବାକୁ ପଡ଼ିପାରେ। ପରିବାରର ଆବଶ୍ୟକତା ଅନୁସାରେ ଅଳଙ୍କାର, ଔଷଧପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି।
ମକର
ମକର
ଜଣେ ବନ୍ଧୁଙ୍କ ସାହାଯ୍ୟରେ ଆଜିର କାମ ସୁବିଧାରେ ସମ୍ପନ୍ନ ହୋଇଯିବ। ପ୍ରତ୍ୟେକ କ୍ଷେତ୍ରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ଥ ହୋଇପଡ଼ିବେ। ବନ୍ଧୁଙ୍କ ସାହାଯ୍ୟ ଓ ପରାମର୍ଶରେ ଟେନ୍‌ସନ କମିଯିବା ସଙ୍ଗକୁ ସୁଖଭ୍ରମଣ ଯୋଗ ରହିଛି। ଆନୁଷ୍ଠାନିକ କାର୍ଯ୍ୟରେ ସ୍ବତନ୍ତ୍ରଭାବରେ ନିମନ୍ତ୍ରିତ ହେବା ସହ ଅର୍ଥ ଓ ସମ୍ମାନ ଲାଭ ଯୋଗ ରହିଛି।
କୁମ୍ଭ
କୁମ୍ଭ
କର୍ମକ୍ଷେତ୍ରରେ ସମସ୍ୟା ଆସିଲେ ମଧ୍ୟ କୌଣସି ଅସୁବିଧା ନ ହୋଇ ଯଥା ସମୟରେ ସବୁ ଠିକ୍‌ ହୋଇଯିବ। ପଡ଼ୋଶୀଙ୍କ ସହାୟତାରେ ଭାଙ୍ଗି ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ି ହୋଇଯିବ। ପିଲାଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ। ପାରିବାରିକ ସମର୍ଥନ କର୍ମକ୍ଷେତ୍ରକୁ ତ୍ୱରାନ୍ବିତ କରିବ ଓ ଅଭିଳାଷ ପୂରଣ ହେବ।
ମୀନମୀନ
ଆଜି ଦିନଟିରେ ଯେତେ ସତର୍କରେ ଚଳିଲେ ସୁଦ୍ଧା ବିବାଦ ଭିତରକୁ ଟାଣି ହୋଇଯିବେ। ଚେଷ୍ଟା କରୁଥିବା କାମରେ ସନ୍ଧ୍ୟାରେ ସଫଳତା ଲାଭ କରି ଆନନ୍ଦ ଅନୁଭବ କରିବେ। ପାରିବାରିକ ଅସୁବିଧାକୁ ସୁଧାରିନେବା ସକାଶେ ସ୍ତ୍ରୀଙ୍କ ପ୍ରେରଣାରୁ ଉପକୃତ ହୋଇପାରନ୍ତି। କଠିନଶ୍ରମ ଓ ବିଶେଷ ଭ୍ରମଣଜନିତ ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri