Posted inRasifala

ରାଶିଫଳ: ଶୁକ୍ରବାର, ମେ ୧୭ ତାରିଖ – Daily Horoscope

ମେଷ
ଆଜି କଲ୍ୟାଣଚନ୍ଦ୍ର ପ୍ରଭାବରୁ ସୁସ୍ଥ ମାନସିକତା ସହ ପାରିବାରିକ ଜୀବନ ପ୍ରୀତିପ୍ରଦ ରହିବ। ଦୂରସ୍ଥ ସନ୍ତାନଙ୍କ ପାଇଁ ମନ ଉଦ୍‌ବେଗ ରହିବ। ପ୍ରଶାସନ କିମ୍ବା ରାଜନୈତିକସ୍ତରରେ କେତେକ ସମସ୍ୟାକୁ କେନ୍ଦ୍ରକରି ଅନ୍ତର୍ଦ୍ୱନ୍ଦ୍ୱ ସୃଷ୍ଟି ହୋଇପାରେ। ଯେଉଁ ଜିନିଷ ପାଇବା ସକାଶେ ଚିନ୍ତା କରୁଥିଲେ ଆଜି ସନ୍ଧ୍ୟାରେ ତାହା ପାଇବେ।
ବୃଷ
ବୃଷ
ପଡ଼ୋଶୀ ତଥା ସାଙ୍ଗସାଥୀଙ୍କ ସାହାଯ୍ୟ, ସହଯୋଗ ମାଧ୍ୟମରେ କାମ ହାସଲ କରିବେ। କର୍ମକ୍ଷେତ୍ରରେ କୌଣସି ନୂତନ ଯୋଜନା କରିବା ସକାଶେ ମନ ବଳାଇପାରନ୍ତି। ପିଲାମାନଙ୍କ ସମସ୍ୟା ବିଷୟକୁ ନେଇ ମନରେ ସରସତା ରହିବ ନାହିଁ। ସଭାସମିତିରେ ଜଣେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭକରି ଉତ୍‌ଫୁଲ୍ଲିତ ହୋଇପାରନ୍ତି।
ମିଥୁନ
ମିଥୁନ
କର୍ମକ୍ଷେତ୍ରରେ ବାରମ୍ବାର ପ୍ରତିରୋଧ ବଢ଼ିବା ଦ୍ୱାରା ଅଟକି ରହିଥିବା କାମଟିକୁ ଆଜି ସମ୍ପନ୍ନ କରିବେ। ଆଲୋଚନା ସମୟରେ ସାଧାରଣ ଯୁକ୍ତିତର୍କ ହେତୁ ବନ୍ଧୁଙ୍କ ସହ ସୁସମ୍ପର୍କ ବ୍ୟାହତ ହୋଇପାରେ। ବାଣିଜ୍ୟ, ବ୍ୟବସାୟ, ପ୍ରଶାସନ, କଳା, ସାହିତ୍ୟ ଚର୍ଚ୍ଚା ଓ ସଙ୍ଗୀତ ଆସରରେ ନିଜକୁ ହଜାଇ ଦେଇପାରନ୍ତି।
କର୍କଟ
କର୍କଟ
ଆଜି ଶାରୀରିକ ସୁସ୍ଥତା, ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଏବଂ ଅର୍ଥନୈତିକ ଅଭିବୃଦ୍ଧିରେ ମାନସିକ ସାନ୍ତ୍ବନା ଲାଭ କରିବେ। ଭାଇଙ୍କ ସ୍ବାସ୍ଥ୍ୟହାନି କାରଣରୁ ମନ ଅଶାନ୍ତ ରହିପାରେ। କର୍ମକ୍ଷେତ୍ରରେ କୌଣସି ବ୍ୟକ୍ତି କାମ ହାସଲ ସକାଶେ ଆପଣଙ୍କୁ ଅସ୍ତ୍ର ରୂପେ ବ୍ୟବହାର କରିବାକୁ ଚେଷ୍ଟା କରିବେ। ବାଣିଜ୍ୟ, ବ୍ୟବସାୟ କ୍ଷେତ୍ରରେ ବିଦ୍ରୋହ ଓ ଅଶାନ୍ତି ବଢ଼ିବ।
ସି˚ହ
ସି˚ହ
କର୍ମକ୍ଷେତ୍ରସ୍ଥ ଗ୍ରହସ୍ଥିତିରୁ ଅପ୍ରୀତିକର ପରିସ୍ଥିତିକୁ ସଜାଡ଼ିନେବେ ଏବଂ ସାମାଜିକ କ୍ଷେତ୍ର ଭଲ ରହିବ। ପଡ଼ୋଶିନୀଙ୍କ କଥାରେ ପ୍ରଭାବିତ ହୋଇ କୌଣସି ଗୁରୁତ୍ୱପୂର୍ଣ୍ଣ କାମ କରିପାରନ୍ତି। ପରୋକ୍ଷ ଶତ୍ରୁ ସମସ୍ୟା ସୃଷ୍ଟି କରିପାରନ୍ତି। ବ୍ୟବସାୟିକ କାରବାର, ପରିବହନ, ଷ୍ଟେଶନାରି ଦୋକାନୀ ବିଶେଷ ଭାବେ ଲାଭବାନ୍‌ ହେବେ।
କନ୍ୟା
ଆଜିର ଗ୍ରହସ୍ଥିତି ପ୍ରଭାବରେ ଯାହା ଚାହୁଁଛନ୍ତି ତାହା ପାଇବା ସହଜସାଧ୍ୟ ହୋଇ ନ ପାରେ। ତଥାପି ସ୍ବାତୀ ନକ୍ଷତ୍ରର କାମ ଶୃଙ୍ଖଳିତ ରହିବ ଓ ଅନୁକୂଳ ପରିବେଶ ସୃଷ୍ଟି ହେବ। ଭୁଲ୍‌ ବୁଝାମଣା କାରଣରୁ ପାରିବାରିକ କ୍ଷେତ୍ରରେ ଅନାଦର ପାଇପାରନ୍ତି। ନିଜ ପରିସରରେ କେତେକ ଅପୂରଣୀୟ ଆଶା ମନରେ ଦୁଃଖ ଦେଇପାରେ।
ତୁଳା
ତୁଳା
ପରିବର୍ତ୍ତିତ ସମୟର ଅନୁକୂଳ ବାତାବରଣରେ ସହଜ ଓ ସୁବିଧାରେ କାମ ହାସଲରେ ସମର୍ଥ ହେବେ। ପରିସ୍ଥିତିକୁ ଆଖିଆଗରେ ରଖି ବନ୍ଧୁଙ୍କ ମନ ବୁଝତ୍ଲା ଭଳି କଥା କହି ଆପଣେଇ ନେଇପାରନ୍ତି। ସତର୍କତାର ସହ କିଛି ମତମନ୍ତବ୍ୟ ଦେବା ଭଲ ହେବ। ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିବା ସାଙ୍ଗକୁ ବିତର୍କର ସମ୍ଭାବନା ରହିଛି।
ବିଛା
ବିଛା
କର୍ମକ୍ଷେତ୍ରରେ ପୂର୍ବ ପରିକଳ୍ପିତ ଲକ୍ଷ୍ୟ ହାସଲ କରିବାରେ କୌଣସ ଅସୁବିଧା ହେବନାହିଁ। ବ୍ୟବସାୟ ଓ ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ସୃଷ୍ଟିର ଆଶଙ୍କା ରହିଛି। ଆକସ୍ମିକ କୌଣସି ସମସ୍ୟା ମନଟାକୁ ଗୋଳମାଳିଆ କରିଦେଇପାରେ। ପରୋକ୍ଷ ଭାବେ ଆପଣଙ୍କ ଶତ୍ରୁମାନେ ସମସ୍ୟା ସୃଷ୍ଟି କରିବା ସକାଶେ ଯୋଜନା କରିପାରନ୍ତି।
ଧନୁ
ଧନୁ
ଆର୍ଥିକ ସ୍ଥିତି ପୂର୍ବପରି ରହିବା ସାଙ୍ଗକୁ ହାତରେ ଥିବା କାମକୁ ସମ୍ପନ୍ନ କରିପାରିବେ। ଶିକ୍ଷା, ପରୀକ୍ଷା କିମ୍ବା ପ୍ରତିଯୋଗିତାରେ ପିଲାମାନଙ୍କ ସଫଳତାରେ ଆନନ୍ଦ ଅନୁଭବ କରିପାରନ୍ତି। ଯାତ୍ରା ସମୟରେ ଫେରନ୍ତା ବାଟରେ ଯାନ୍ତ୍ରିକ ତ୍ରୁଟି ଅସୁବିଧାରେ ପକାଇପାରେ। ନିର୍ମାଣାଧୀନ କାର୍ଯ୍ୟ, ବ୍ୟବସାୟ ଓ ପରିବହନ ପାଇଁ ଦିନଟି ବହୁତ ଭଲ।
ମକର
ମକର
ଅନ୍ୟମାନଙ୍କ ଦ୍ୱାରା ପ୍ରଭାବିତ ହୋଇ ପାରିବାରିକ ସ୍ତରରେ ଭୁଲ୍‌ ବୁଝାମଣା ସୃଷ୍ଟି ହୋଇପାରେ। ଜମିଜମା କାରବାର କ୍ଷେତ୍ରରେ ଚେଷ୍ଟା ସଫଳ ହେବାରେ ଜଣେ ପୁରାତନ ବନ୍ଧୁ ସାହାଯ୍ୟ କରିବେ। କର୍ମକ୍ଷେତ୍ରରେ ହଠାତ୍‌ କୌଣସି ଘଟଣା ମନକୁ ବିବ୍ରତ କରିପାରେ। ନିଜ ଅନ୍ତରଙ୍ଗ ବନ୍ଧୁଙ୍କ ଦୁର୍ବ୍ୟବହାରରେ ଦୁଃଖ ପ୍ରକାଶ କରିପାରନ୍ତି।
କୁମ୍ଭ
କୁମ୍ଭ
ବନ୍ଧୁଙ୍କ ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହେବା କାରଣରୁ ମନ ଭଲ ରହିବ ନାହିଁ। ଦୀର୍ଘଦିନରୁ ରହିଥିବା କ୍ରୀଡ଼ା, ସଙ୍ଗୀତ ଓ କଳା ସାହିତ୍ୟରେ ସମସ୍ୟା ସମାଧାନ ହୋଇଯିବ। ଦେହ ଭଲ ରହିଲେ ମଧ୍ୟ ସାମୟିକ ପୁରାତନ ରୋଗରେ କଷ୍ଟ ପାଇବେ। ପରିବହନ, ଯାନ୍ତ୍ରିକ ଶିଳ୍ପ, ଅଳଙ୍କାର ଦୋକାନୀ ଉପକୃତ ହେବେ।
ମୀନମୀନ

ବିଭିନ୍ନ ପ୍ରକାର ଯୋଜନା କରି ପରିସ୍ଥିତିକୁ ସୁଧାରି ନେବାର ପ୍ରଯତ୍ନ କରିପାରନ୍ତି। କର୍ମକ୍ଷେତ୍ରରେ ଛୋଟ ଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ୱରେ ପଡ଼ିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଯେତେଟା ପରିସ୍ଥିତିକୁ ଜଟିଳ ମନେକରୁଛନ୍ତି ବାସ୍ତବରେ ସେପରି କିଛି ହେବନି। ମତପାର୍ଥକ୍ୟ କାରଣରୁ ବିଭିନ୍ନ ପାରିବାରିକ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିପାରେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୦ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବନ୍ଧୁ ଓ ପରିଜନଙ୍କ ସହ ଦୂରଯାତ୍ରା କରି ଖୁସି ମନେଇବେ। ପାରସ୍ପରିକ ଆଲୋଚନା କ୍ରମରେ ଘରର କେତେକ କାମକୁ ସମ୍ପନ୍ନ କରିବା…

ରାଶିଫଳ: ସୋମବାର, ଫେବୃଆରୀ ୯ ତାରିଖ – Daily Horoscope

ମେଷ ଆଗାମୀ ମାଙ୍ଗଳିକ କାର୍ଯ୍ୟ ପରିପ୍ରେକ୍ଷୀରେ ପାରିବାରିକ ବନ୍ଧୁମିଳନର ସୂଚନା ରହିଛି। ମାନସିକ ଅସ୍ଥିରତା ଲାଗିରହିଲେ ମଧ୍ୟ ଶାରୀରିକ ସ୍ବାସ୍ଥ୍ୟ ଭଲ ରହିବ ଏବଂ କୌଣସି କାମ…

ରାଶିଫଳ: ରବିବାର, ଫେବୃଆରୀ ୮ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ରରେ ବିବାଦୀୟ ମନ୍ତବ୍ୟ ଦେଇ ସମାଲୋଚିତ ହେବେ। ଏକାଦଶସ୍ଥ ଗ୍ରହ ପ୍ରଭାବରେ ଯାତ୍ରା, କାର୍ଯ୍ୟସାଧନ ସାଙ୍ଗକୁ ପାରିବାରିକ ସମସ୍ୟା ସୁଧାରି ନେଇପାରନ୍ତି। ଆବଶ୍ୟକତା ପୂରଣ…

ରାଶିଫଳ: ଶନିବାର, ଫେବୃଆରୀ ୭ ତାରିଖ – Daily Horoscope

ମେଷ ମଙ୍ଗଳ ନକ୍ଷତ୍ରସ୍ଥ ଚନ୍ଦ୍ର ଯୋଗୁ ଯାହା ଭାବୁଥିଲେ ତାହା ଆଜି ସୁବିଧାରେ ସମ୍ପନ୍ନ ହେବ। କିନ୍ତୁ ଯାତ୍ରା, ଆଲୋଚନା, ବାଣିଜ୍ୟ ଓ ପରିବହନ ବାଧାପ୍ରାପ୍ତ ହେବ।…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୬ ତାରିଖ – Daily Horoscope

ମେଷ ଆଜି ଶନିଙ୍କ ଦୃଷ୍ଟିରେ ଚନ୍ଦ୍ର ଥିବାରୁ ଉଦାସ ରହିପାରନ୍ତି ଏବଂ କାମ ସକାଶେ ନିରୁତ୍ସାହିତ ରହିବେ। ସନ୍ତାନଙ୍କ ବୈବାହିକ ସମ୍ବନ୍ଧ ସମ୍ପର୍କିତ ଆଲୋଚନା କରିପାରନ୍ତି। କିନ୍ତୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୫ ତାରିଖ – Daily Horoscope

ମେଷ  ଆଜି ଉତ୍ତରାଫାଲଗୁନୀ ନକ୍ଷତ୍ରରେ ଚନ୍ଦ୍ର କର୍ମଜଞ୍ଜାଳଜନିତ ବ୍ୟସ୍ତତା ବୃଦ୍ଧି କରାଇପାରନ୍ତି। ସ୍ବାସ୍ଥ୍ୟୋନ୍ନତି ଓ କାର୍ଯ୍ୟସିଦ୍ଧିରୁ ଯେତିକି ଖୁସି ହେବେ ଭ୍ରାତୃବିବାଦ ଓ ବନ୍ଧୁସମ୍ପର୍କହାନିରୁ ସେତିକି ଦୁଃଖୀ…

ରାଶିଫଳ: ବୁଧବାର, ଫେବୃଆରୀ ୪ ତାରିଖ – Daily Horoscope

ମେଷ ଚତୁଃଗ୍ରହ କର୍ମସ୍ଥାନରେ କାର୍ଯ୍ୟସିଦ୍ଧି, ଅର୍ଥ ଓ ସମ୍ମାନ ଲାଭ କରାଇବେ। କିନ୍ତୁ ନିକିତି ତଉଲ ପରି ପାରିବାରିକ ଜୀବନର ପଲା ନିମ୍ନାଭିମୁଖୀ ହେତୁ ମନାନ୍ତର ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri