Posted inRasifala

ରାଶିଫଳ: ଗୁରୁବାର, ନଭେମ୍ବର ୧୭ ତାରିଖ – Daily Horoscope

ମେଷ
ଆଜି ଗୁରୁ ଦୃଷ୍ଟିରେ ତିନୋଟିଗ୍ରହ ଆପଣଙ୍କ ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତିକୁ ରୁଦ୍ଧିମନ୍ତ କରିବ। କୌଣସି ପରିସ୍ଥିତି ଓ ପରିବେଶରେ ନିଜକୁ ଆଡ୍‌ଜଷ୍ଟ କରିନେବାରେ କୃତକାର୍ଯ୍ୟ ହେବେ। ବାଲ୍ୟବନ୍ଧୁଙ୍କ ଆଗମନରେ କିଛି ସମୟ ଅତିବାହିତ କରିବାକୁ ପଡିପାରେ । ସରକାରୀ କାମରେ ହଠାତ୍‌ ବାହାରକୁ ଯାତ୍ରା କରିପାରନ୍ତି।
ବୃଷ
ବୃଷ
ଶୁକ୍ର ସହ ବୁଧ ଓ ରବିଙ୍କ ସୁପ୍ରଭାବରୁ ମନରେ ବିଭିନ୍ନ ପ୍ରକାରର କାର୍ଯ୍ୟପଦ୍ଧତିର ଯୋଜନା କରିବେ। ପରିବର୍ତ୍ତିତ ପରିସ୍ଥିତିରେ ବହୁ ପ୍ରତୀକ୍ଷିତ ଖବରଟି ଆଜି ପାଇ ଖୁସି ମନେଇବେ। ପ୍ରକାଶନ, କଚେରି ମାମଲା ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ। ପୂର୍ବ ଯୋଜନା ଅନୁଯାୟୀ କାମ କରି କିଛିଟା ସଫଳତା ମଧ୍ୟ ପାଇବେ।
ମିଥୁନ
ମିଥୁନ
ଆଜି ଆର୍ଥିକ ଉପଯୋଗ ଓ ଯୁକ୍ତିଯୁକ୍ତ କଥା ଆପଣଙ୍କୁ ପ୍ରତ୍ୟେକ କ୍ଷେତ୍ରରେ ସାହାଯ୍ୟ କରିବ। ଶନିଙ୍କ କୁପ୍ରଭାବରେ କେତେକ ଗୁରୁତ୍ୱପୂର୍ଣ୍ଣ କାମ ଅଟକିରହିବ। ପ୍ରିୟ ବନ୍ଧୁ ସମ୍ମୁଖରେ କୌଣସି ଗୋପନୀୟ କଥା କୁହିବାକୁ ମନସ୍ଥ କରୁଥିଲେ ମଧ୍ୟ ପଛେଇ ଯିବେ। ଛୋଟ କଥାକୁ କେନ୍ଦ୍ରକରି ମତାନ୍ତରରୁ ବିତର୍କ ସୃଷ୍ଟି ହୋଇପାରେ।
କର୍କଟ
କର୍କଟ
ମଙ୍ଗଳଗ୍ରହ ଆପଣଙ୍କର ପ୍ରତ୍ୟେକ କାର୍ଯ୍ୟକୁ ସଫଳତାର ଶୀର୍ଷକୁ ନେଇଯିବ। ଆଜି ଅର୍ଥ ଓ ସମ୍ମାନ ଲାଭରେ ନିଜକୁ ଗୌରବାନ୍ବିତ ମନେକରିବେ। ପାରିବାରିକ ଶୃଙ୍ଖଳା ରକ୍ଷା ଦିଗରେ ନିଜର ଅଭିଜ୍ଞତା ଓ ଦୂରଦର୍ଶିତା ଆପଣଙ୍କୁ ସାହାଯ୍ୟ କରିବ। ସଭାସମିତି, ଆନୁଷ୍ଠାନିକ କାମ ଓ ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ଲାଭ କରିବେ।
ସି˚ହ
ସି˚ହ
ରବିଙ୍କ ଦୁର୍ବଳତା କାରଣରୁ ଉପରିସ୍ଥଙ୍କ ବିରାଗଭାଜନ ହେବେ। ଆତ୍ମବଳ ଅଭାବରୁ ପ୍ରତ୍ୟେକ କାମରେ ଆଗଧାଡ଼ିରେ ରହିବା ଭଳି ସାହସ ପ୍ରଦର୍ଶନ କରିପାରିବେ ନାହିଁ। ଭୁଲ୍‌ ବୁଝାମଣା କାରଣରୁ ପରିବାର ଭିତରେ ସମ୍ପର୍କ ହାନି ଘଟିପାରେ। ଅବଶ୍ୟ ସାହିତ୍ୟ, ସଙ୍ଗୀତ, କଳା ଓ ରଚନାତ୍ମକ କାମରେ ଉଚ୍ଚ ପ୍ରଶଂସା ମିଳିବ।
କନ୍ୟା
ସ୍ବାର୍ଥସାଧନ ପରିପ୍ରେକ୍ଷୀରେ ମିତ୍ରମାନେ ପରୋକ୍ଷ ଭାବେ ଶତ୍ରୁତା ଆଚରଣ କରିବେ। ସପ୍ତମସ୍ଥ ଗୁରୁଜନିତ ପ୍ରତିଦ୍ୱନ୍ଦ୍ୱିତା କ୍ରମଶଃ ବୃଦ୍ଧି ପାଇବା କାରଣରୁ ଚିନ୍ତିତ ରହିପାରନ୍ତି। ଅବଶ୍ୟ ପ୍ରତ୍ୟେକ କ୍ଷେତ୍ରରେ ବନ୍ଧୁମାନେ ଆବଶ୍ୟକ ସହଯୋଗ କରିବେ। ସମୟାନ୍ତରରେ ଟେନ୍‌ସନ ଦୂର ହେବ ଓ ପ୍ରିୟଜନଙ୍କ ସହିତ ସୁଖଭ୍ରମଣ ଯୋଗ ରହିଛି।
ତୁଳା
ତୁଳା
ଲାଭସ୍ଥାନରେ ଚନ୍ଦ୍ରଥିବାରୁ କର୍ମକ୍ଷେତ୍ରରେ କାର୍ଯ୍ୟରେ ସଫଳତା ହେତୁ ପ୍ରଶଂସିତ ହେବେ। ସାହିତ୍ୟ, ସାମ୍ବାଦିକତା, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରୁ ସୁଫଳ ମିଳିବ। ଜମିଜମା ପ୍ରଭୃତି କିଣାବିକାରେ ସତର୍କ ନ ହେଲେ ଠକାମିରେ ପଡ଼ିପାରନ୍ତି। ସନ୍ତାନଙ୍କ ସ୍ବାସ୍ଥ୍ୟ ଓ ସ୍ବଭାବ ଯୋଗୁ ସାମୟିକ ବିଚଳିତ ହେବେ।
ବିଛା
ବିଛା
ଆଜି ରାଶିସ୍ଥ ଗ୍ରହମାନେ ବୃହସ୍ପତି ଦୃଷ୍ଟିରେ ଥିବାରୁ ପ୍ରତ୍ୟେକ କ୍ଷେତ୍ରରେ ସଫଳତାର ଶୀର୍ଷକୁ ଯିବେ। ସାହାଯ୍ୟକାରୀ ମନୋଭାବ ହେତୁ ସହକର୍ମୀଙ୍କ ସହ ସଦ୍‌ଭାବ ବୃଦ୍ଧି ହୋଇପାରେ। ପାରିବାରିକ ସମସ୍ୟା ନେଇ ମାନସିକ ଅସ୍ଥିରତା ବେଶି ସମୟ ତିଷ୍ଠି ରହିବନାହିଁ। ବନ୍ଧୁମାନଙ୍କଠାରୁ ମିଥ୍ୟା ଗୁଜବ ଶୁଣି ଆତଙ୍କିତ ହୁଅନ୍ତୁ ନାହିଁ।
ଧନୁ
ଧନୁ
ଶନି ଓ ବୃହସ୍ପତି ପ୍ରଭାବରେ ଭୁଲ୍‌ ବୁଝାମଣା ଦୂର ହେବା କାରଣରୁ ପାରିବାରିକ ଶାନ୍ତି ଫେରି ଆସିବ। ନିଜ ଘର ଅପେକ୍ଷା ବାହାର ଲୋକମାନେ ଆପଣଙ୍କ ପକ୍ଷ ସମର୍ଥନ କରିବେ। ଅଟକି ରହିଥିବା କାମ ହାସଲ ପାଇଁ ଚେଷ୍ଟା କଲେ ସଫଳତା ପାଇବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟରେ ସାଧାରଣ ସମସ୍ୟାଗୁଡିକ ପାଇଁ ଅସୁବିଧା ହେବ ନାହିଁ।
ମକର
ମକର
ଏକାଦଶସ୍ଥ ଗୁରୁ ଓ କେନ୍ଦ୍ରସ୍ଥ ବୃହସ୍ପତି ଯୋଗୁ ଅନ୍ୟକୁ ସାହାଯ୍ୟ କରିବାକୁ ଯାଇ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ବାକି ପଡ଼ିଥିବା ଅର୍ଥ ଆଦାୟରେ ସକ୍ଷମ ହେବେ। ପ୍ରତ୍ୟୁଷ ଯାତ୍ରାରେ ସଫଳତା ପାଇବେ କିନ୍ତୁ ସାମାୟିକ ଅସ୍ଥିରତା ଦେଖାଦେବାର ସମ୍ଭାବନା ରହିଛି। ପ୍ରତିବେଶୀଙ୍କ ସହ ସମ୍ପର୍କ ମଧୁର ରଖିବା ପାଇଁ ଚେଷ୍ଟା ବିଫଳ ହେବ ନାହିଁ।
କୁମ୍ଭ
କୁମ୍ଭ
ଶୁଭଗ୍ରହ ପ୍ରଭାବରୁ ଯୁକ୍ତିଯୁକ୍ତ କଥା କହି ବିବଦମାନ ସ୍ଥିତିକୁ ସୁଧାରି ନେବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ସମସ୍ୟା ସୁଧାରିବାରେ ନିକଟସ୍ଥ ଲୋକମାନେ ସାହାଯ୍ୟ କରିବେ। ଲଘୁ କ୍ରୋଧର ବଶବର୍ତ୍ତୀ ହୋଇ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ। ପିଲାମାନଙ୍କ ଶିକ୍ଷାର ସଫଳତାରେ ଆନନ୍ଦ ଅନୁଭବ କରିପାରନ୍ତି।
ମୀନମୀନ
ଗୁରୁଶୁକ୍ର ପାରସ୍ପରିକ ଦୃଷ୍ଟିଜନିତ ହିତୈଷୀଙ୍କ ପରାମର୍ଶରେ ପାରିବାରିକ ସ୍ଥିତିରେ ସୁଧାର ଆଣିପାରିବେ। କର୍ମକ୍ଷେତ୍ରରେ ଅସମର୍ଥିତ ସୂତ୍ରରୁ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ସାମାଜିକ ସ୍ତରରେ ନୀଚ ବର୍ଗ ଦ୍ୱାରା ସମସ୍ୟା ସୃଷ୍ଟି ହୋଇପାରେ। ବ୍ୟବସାୟରେ ଆଖିଦୃଶିଆ ସଫଳତା ହାସଲ କରିପାରିବେ ନାହିଁ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ମାର୍ଚ୍ଚ ୧୬ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତିରୁ ଯେଉଁ କାମରେ ହାତଦେବେ ସଫଳତା ନିଶ୍ଚିତ। ବିବାଦୀୟ ସ୍ଥିତି ସୁଧୁରିବ ଏବଂ ଦୂରେଇ ଯାଇଥିବା ବନ୍ଧୁ ପାଖେଇ ଆସିବେ। ପରିବାରରେ ମତାନ୍ତର…

ରାଶିଫଳ: ରବିବାର, ମାର୍ଚ୍ଚ ୧୫ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଦଶମ ସ୍ଥାନରେ ରହିଥିବାରୁ ସ୍ବାସ୍ଥ୍ୟରେ ଉନ୍ନତି, ଉନ୍ନତ ଚିନ୍ତା ଓ ନୂତନ କାମ କରିବାକୁ ମନସ୍ଥ କରିବେ। କେତେକ କ୍ଷେତ୍ରରେ ନିଜର ପ୍ରତିକୂଳ…

ରାଶିଫଳ: ଶନିବାର, ମାର୍ଚ୍ଚ ୧୪ ତାରିଖ – Daily Horoscope

ମେଷ ଆଜି ବୃହସ୍ପତି କ୍ଷେତ୍ରସ୍ଥ ଚନ୍ଦ୍ର ଭଲ କାମରେ ଖର୍ଚ୍ଚାନ୍ତ କରାଇପାରନ୍ତି। ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟାକୁ କେନ୍ଦ୍ର କରି ଅସ୍ଥିରତା କ୍ରମଶଃ ଦୂରେଇଯିବ। ଯାନବାହନ ଚଳାଚଳରେ,…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୧୩ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା, ଅବହେଳାରୁ କାର୍ଯହାନି ଏବଂ ସମ୍ପର୍କ ସ୍ଥାପନରେ ପ୍ରତିବନ୍ଧକ, ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିଲେ ମଧ୍ୟ କିଛି ଗୁରୁତର ହେବନାହିଁ।…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଗହଣରେ ଆମୋଦ ପ୍ରମୋଦର ମଉକା ଜୁଟିବ ଏବଂ ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ। କୃତ୍ତିକା ନକ୍ଷତ୍ର ବିଶିଷ୍ଟ ବ୍ୟକ୍ତିଙ୍କ ଅନୁକମ୍ପାରୁ ପଦମର୍ଯ୍ୟାଦା ବୃଦ୍ଧି ଘଟିବ।…

ରାଶିଫଳ: ବୁଧବାର, ମାର୍ଚ୍ଚ ୧୧ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ମନ ଚଞ୍ଚଳ ରହିବ କିନ୍ତୁ ଅର୍ଥପ୍ରାପ୍ତିରେ ବାଧା ଉପୁଜିବ ନାହିଁ। ଦ୍ୱିଜା ନକ୍ଷତ୍ରର ପାରିବାରିକ ସୁଖ, ସୌଭାଗ୍ୟ ସଙ୍ଗକୁ ଯାତ୍ରା, ବାଣିଜ୍ୟ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧୦ ତାରିଖ – Daily Horoscope

ମେଷ ଆଜି ବିଶିଷ୍ଟ ବ୍ୟକ୍ତିଙ୍କ ପରାମର୍ଶ ଆଶା ଓ ଅଭିଳାଷକୁ ସମ୍ପୂର୍ଣ୍ଣ କରିବାରେ ସାହାଯ୍ୟ କରିବ। ସ୍ବାସ୍ଥ୍ୟ, ବାଣିଜ୍ୟ, କର୍ମାରମ୍ଭ ସକାଶେ ଦିନଟି ଭଲ। ନୂତନ ଯୋଜନା…

ରାଶିଫଳ: ସୋମବାର, ମାର୍ଚ୍ଚ ୯ ତାରିଖ – Daily Horoscope

ମେଷ ଦୈହିକ ସୁସ୍ଥତା ମନୋବଳ ବୃଦ୍ଧି ସହ କାର୍ଯ୍ୟଦକ୍ଷତାରୁ ପ୍ରଶଂସିତ ହେବେ। ମାଙ୍ଗଳିକ କାର୍ଯ୍ୟରେ ଯୋଗଦେବା ସକାଶେ ପଡୋଶୀଙ୍କ ସହଯାତ୍ରୀ ହୋଇପାରନ୍ତି। ସାଧାରଣ କଥାକୁ ନେଇ ଭାବାନ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri