Posted inRasifala

ରାଶିଫଳ: ସୋମବାର, ଅକ୍ଟୋବର ୧୭ ତାରିଖ – Daily Horoscope

ମେଷ
ଆଜିର ଚନ୍ଦ୍ରମଙ୍ଗଳ ଯୋଗରୁ ଯାତ୍ରା, ବନ୍ଧୁ ମିଳନ ଓ ମନୋରଞ୍ଜନ ପାଇଁ ବହୁତ ଭଲ । ସଭାସମିତି, ମାଲିମକଦ୍ଦମା କିମ୍ବା ରଚନାମତ୍କ କାର୍ଯ୍ୟରେ ଅଗ୍ରଗତି ଘଟିବ। ପ୍ରତିଶ୍ରୁତିରୁ ଓହରିବା କାରଣରୁ ଶେଷ ସମୟରେ ବନ୍ଧୁଙ୍କ ଉପରୁ ବିଶ୍ୱାସ ହରାଇ ପାରନ୍ତି। ପରିବହନ ଓ ବ୍ୟବସାୟ କ୍ଷେତ୍ରରେ ସମସ୍ୟାକୁ ସୁଧାରି ନେବାରେ ସଫଳ ହେବେ।
ବୃଷ
ବୃଷ
ରାଶ୍ୟାଧିପତିଙ୍କ ଦୁର୍ବଳତା ସ୍ବାସ୍ଥ୍ୟହାନିର କାରଣ ହୋଇପାରେ। ପରିସ୍ଥିତିର ତାଡ଼ନାରେ ଆକସ୍ମିକ ଭାବେ କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ । ଅଳ୍ପ କେତେଦିନ ହେଲା ଖୋଜୁଥିବା ଜିନିଷର ସନ୍ଧାନ ଆଜି ହିଁ ମିଳିବ। ଘରେ ବନ୍ଧୁମିଳନ କିମ୍ବା ବନ୍ଧୁଙ୍କ ଅପ୍ରତ୍ୟାଶିତ ଆଗମନରୁ ଖୁସି ହୋଇଯିବେ।
ମିଥୁନ
ମିଥୁନ
ଆକସ୍ମିକ ସୃଷ୍ଟି ହୋଇଥିବା ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କୁ ସାହାଯ୍ୟ ମାଗିବେ। ଭଲ ପଡୁ ନ ଥିବା ବ୍ୟକ୍ତି ଖାଲରେ ପକାଇବାକୁ ଚେଷ୍ଟାକଲେ ମଧ୍ୟ ସଫଳ ହେବେ ନାହିଁ। କର୍ମକ୍ଷେତ୍ରରେ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ର କରି ପରିବାରରେ ଝଗଡା ଲାଗିପାରେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଲାଭ ଅକ୍ଷୁଣ୍ଣ ରହିବ।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ସାମାନ୍ୟ ମାନସିକ ଦ୍ୱନ୍ଦ୍ୱ ସୃଷ୍ଟି ହେଲେ ମଧ୍ୟ ଅନ୍ୟ କୈାଣସି ଅସୁବିଧା ହେବନାହିଁ। ଆନୁଷ୍ଠାନିକ କ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ। ଅତୀତରେ ଘଟିଯାଇଥିବା ଘଟଣାଗୁଡ଼ିକୁ ଅସ୍ବାଭାବିକ ଭାବେ ଚିନ୍ତା କରିପାରନ୍ତି । ଦୀର୍ଘଦିନରୁ ଚିନ୍ତା କରିଥିବା ଜମିଜମା କାରବାର ସମ୍ପର୍କିତ କାମଟି ହଠାତ୍‌ ହୋଇଯିବ।
ସି˚ହ
ସି˚ହ
ବନ୍ଧୁମାନଙ୍କଠାରୁ ଉସତ୍ାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିବେ। କର୍ମକ୍ଷେତ୍ରରୁ ଫେରିବା ବାଟରେ ଅପରାହ୍ନେ କଳହର ସମ୍ମୁଖୀନ ହୋଇପାରନ୍ତି। ଖାଦ୍ୟପେୟର ଅନିୟମିତତା ସ୍ବାସ୍ଥ୍ୟହାନିର କାରଣ ହୋଇପାରେ । ହିତୈଷୀମାନଙ୍କ କଥା ମାନି ଚଳିଲେ କେତେକାଂଶରେ ଉପକୃତ ହେବେ।
କନ୍ୟା
ଅଭିଳଷିତ ଜିନିଷ ନ ପାଇବା କାରଣରୁ ଅନ୍ୟମାନଙ୍କ ପ୍ରତି ଭଲ ଧାରଣା କ୍ରମଶଃ ହ୍ରାସ ପାଇପାରେ। ପରିବାରର ବରାଦ ଅନୁଯାୟୀ ଗୃହୋପକରଣ ସାମଗ୍ରୀ କ୍ରୟ କରିପାରନ୍ତି। ଜଣେ ବନ୍ଧୁଙ୍କ ସହଯୋଗରୁ ନିର୍ମାଣାଧୀନ କାମଟି ସମ୍ପନ୍ନ କରିପାରିବେ। ପ୍ରତିଯୋଗିତାରେ ଦୁଃସାହସିକ ପଦକ୍ଷେପ ନେଇ କୃତକାର୍ଯ୍ୟ ହେବେ ।
ତୁଳା
ତୁଳା
ଆଜିର କର୍ମକ୍ଷେତ୍ରରେ ଯେକୈାଣସି ପରିସ୍ଥିତି ଆସୁନା କାହିଁକି, ଆପଣ ସମସ୍ୟାକୁ ସୁଧାରି ନେଇ ପାରିବେ। କଚେରି ମାମଲାର ଶୁଣାଣି ବିଳମ୍ବରେ ଘଟିବା ଫଳରେ ଧୈର୍ଯ୍ୟଚ୍ୟୁତି ଘଟିପାରେ। ସଭାସମିତିରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବା ପାଇଁ ଲବି କରିପାରନ୍ତି। ସକାଳୁ ସକାଳୁ ଯାନ୍ତ୍ରିକ ତ୍ରୁଟି ଯୋଗୁ ଯାତ୍ରାରେ ବିଳମ୍ବ ଘଟିବ।
ବିଛା
ବିଛା
ପରିବାରରେ ପାରସ୍ପରିକ ଆଲୋଚନା ଦ୍ୱାରା ସମସ୍ୟାର ସମାଧାନ ହୋଇଯିବ। କ୍ରୀଡ଼ା, ଚଳଚ୍ଚିତ୍ର, ସାହିତ୍ୟରେ ସମସ୍ୟା ସୁଧୁରି ଯିବାରୁ ଆଶ୍ୱସ୍ତି ଅନୁଭବ କରିବେ । କର୍ମକ୍ଷେତ୍ରରେ ଫାଇଲ୍‌ କାମ ବୃଦ୍ଧି ପାଇବା କାରଣରୁ ଘରକଥା ବୁଝିବା ପାଇଁ ସମୟ ପାଇବେ ନାହିଁ। ଜୀବନଚର୍ଯ୍ୟାରେ ବ୍ୟତିକ୍ରମ ମାନସିକ ଅଶାନ୍ତିିର କାରଣ ପାଲଟି ଯିବ।
ଧନୁ
ଧନୁ
ପାରିବାରିକ କ୍ଷେତ୍ରରେ ନିକଟ ସମ୍ପର୍କୀୟମାନଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି। କଠୋର ଶ୍ରମଜନିତ ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିବେ। ଆଜିର ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ। କେତେକ ନୂତନ କାମର ପରିକଳ୍ପନା କରି ସଫଳତା ପ୍ରାପ୍ତ ହେବେ।
ମକର
ମକର
ବନ୍ଧୁମାନଙ୍କ ସାହାଯ୍ୟ ସହଯୋଗ କାରଣରୁ ଆଜିର କାମ ଠିକ୍‌ଠାକ୍‌ ହୋଇଯିବ। ସରକାରୀ ସ୍ତରରୁ ଅର୍ଥ ସାହାଯ୍ୟ ପାଇବେ ଏବଂ ହଠାତ୍‌ କୌଣସି ଖବର ପାଇ ଖୁସି ହେବେ। ପୂର୍ବ ଶତ୍ରୁତା କାରଣରୁ କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ ବଢ଼ିପାରେ। ପରିସ୍ଥିତିରେ ପଡ଼ି ପ୍ରତିବେଶୀଙ୍କ ସହ ସମ୍ପର୍କ ମଧୁର ରଖିବାକୁ ବାଧ୍ୟ ହେବେ।
କୁମ୍ଭ
କୁମ୍ଭ
ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା ନ କଲେ ପଶ୍ଚାତ୍ତାପ କରିବେ। ଆମତ୍ୀୟମାନେ ସ୍ବାର୍ଥକୁ ଅଗ୍ରାଧିକାର ଦେଇ ଆପଣଙ୍କ କାମକୁ ଅବହେଳା କରିପାରନ୍ତି। ଭାବୁଥିବା କାମଟି ସମ୍ପନ୍ନ ସକାଶେ ବନ୍ଧୁଙ୍କ ସାମ୍ନାରେ ପ୍ରକାଶ କରିପାରିବେ ନାହିଁ। ଗୃହ, ଭୂମି, ପବ୍ଲିକେଶନ ସମ୍ପର୍କିତ ଦୁଶ୍ଚିନ୍ତା ଆସିବ।
ମୀନମୀନ
ଆଜିର କର୍ମକ୍ଷେତ୍ରରେ ଛୋଟ ଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ୱରେ ପଡ଼ିପାରନ୍ତି । ପାରିବାରିକ ସମସ୍ୟା କ୍ଷେତ୍ରରେ ଗୁରୁଜନଙ୍କ ସାନ୍ତ୍ବନାବାଣୀ ମନରେ ଆଶ୍ୱସ୍ତି ଭରିପାରେ। ପ୍ରତ୍ୟେକ କ୍ଷେତ୍ରରେ ଖର୍ଚ୍ଚଭାର ବୃଦ୍ଧି ପାଇବା ଯୋଗୁ ଚିନ୍ତାପ୍ରକଟ କରିପାରନ୍ତି। ସାଂସ୍କୃୃତିକ କାର୍ଯ୍ୟକ୍ରମ ଅଥବା ଧାର୍ମିକ ବାତାବରଣ ମଧ୍ୟରେ ଆନନ୍ଦ ଅନୁଭବ କରିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri