Posted inRasifala

ରାଶିଫଳ: ଶନିବାର, ସେପ୍ଟେମ୍ବର ୧୭ ତାରିଖ – Daily Horoscope

ମେଷ
ସ୍ବଗୃହୀ ବୁଧ ଓ ବୃହସ୍ପତିଙ୍କ ପାରଷ୍ପରିକ ସମଦୃଷ୍ଟି କର୍ମାରମ୍ଭ ସକାଶେ ଅନୁକୂଳ ବାତାବରଣ ସୃଷ୍ଟି କରିବ। ସଭାସମିତି, ଧର୍ମକାର୍ଯ୍ୟ, ବନ୍ଧୁମିଳନ ପାଇଁ ଶୁଭ ହେବ। ମତାନ୍ତର କିମ୍ବା ମନାନ୍ତରଜନିତ ମାନସିକ ଅଶାନ୍ତିର ଆଶଙ୍କା ମଧ୍ୟ ରହିଛି। ତଥାପି ଆପଣ ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟାର ସରଳ ସମାଧାନ କରିବାରେ ସମର୍ଥ ହେବେ ।
ବୃଷ
ବୃଷ
କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧିରେ ପ୍ରତିବନ୍ଧକ ରହିବ ନାହିଁ । ଆଜିର ଯାତ୍ରା, ପ୍ରଶାସନ, ଆଇନ, କଳା, ସାହିତ୍ୟ କ୍ଷେତ୍ର ମନ୍ଦ ହେବନି। ଆର୍ଥିକ ଅନଟନ ମଧ୍ୟରେ ବ୍ୟସ୍ତ ରହିପାରନ୍ତି। ଅନ୍ୟକୁ ସାହାଯ୍ୟ କରି ପ୍ରଶଂସିତ ହେବେ। ନୂତନ ଯାନବାହନ, ଜମିଜମା, କ୍ରୟ, ବିକ୍ରୟ ନେଇ ଆଲୋଚନାରେ ଅଗ୍ରଗତି ଘଟିବ।
ମିଥୁନ
ମିଥୁନ
ଆଜି କର୍ମଭାବରେ ଗୁରୁ ହେତୁ ସମସ୍ୟା ସମାଧାନରେ ବନ୍ଧୁ ସାହାଯ୍ୟ କରିବେ। ସତ୍‌ସଙ୍ଗ ଓ ଭ୍ରମଣ ସୁଯୋଗ ପାଇବେ କିନ୍ତୁ ହୁଏତ ତାହାକୁ ଅସ୍ବୀକାର କରିଦେଇ ପାରନ୍ତି। ସଭାସମିତି, ଜମିଜମା ଏବଂ ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହୋଇପାରେ। ତଥାପି ପୁନର୍ବସୁ ନକ୍ଷତ୍ର ନିଜର ଦକ୍ଷତା ଓ ଦୃଢ଼ତା ବଳରେ ଅସାଧ୍ୟ ସାଧନ କରିବେ।
କର୍କଟ
କର୍କଟ
କାର୍ଯ୍ୟବ୍ୟସ୍ତତା କାରଣରୁ ଆଜି କୌଣସି ଗୋଟିଏ ସ୍ଥାନରେ ସ୍ଥିର ଭାବରେ ରହିପାରିବେ ନାହିଁ। ଆଲୋଚନା ପରିସରରେ ବିପକ୍ଷ ବ୍ୟକ୍ତିଙ୍କ ଅକାଟ୍ୟ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ। ନିଜ ପରିସରରେ ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିବ। ଶିଳ୍ପ, ବାଣିଜ୍ୟ, ପ୍ରଶାସନ ଓ ପରିବହନ କ୍ଷେତ୍ରରୁ ସମସ୍ୟା ଦୂର ହୋଇଯିବ।
ସି˚ହ
ସି˚ହ
ପରୋକ୍ଷ ଶତ୍ରୁତା କାରଣରୁ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିବ। ସହକର୍ମୀଙ୍କ ସହ ସମ୍ପର୍କ ଯୋଡ଼ିବାରେ କୌଶଳ କିଛି ମାତ୍ରାରେ ସାହାଯ୍ୟ କରିବ। ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ବିଳମ୍ବରେ ପାଇବେ। କର୍ମ କ୍ଷେତ୍ରରେ ସାମାନ୍ୟ କାମ ହାସଲରେ ବାଧା ଉପୁଜିପାରେ, ଏଣୁ ସାବଧାନ ରହିବା ଭଲ ।
କନ୍ୟା
ପ୍ରତ୍ୟେକ କ୍ଷେତ୍ରରେ ଉପସ୍ଥିତ ବୁଦ୍ଧି ପ୍ରୟୋଗ କରି କାମ ହାସଲ କରିବେ। ଶତ୍ରୁତା ଯୋଗୁ ବିଚଳିତବୋଧ କରିବେ ଓ କାର୍ଯ୍ୟ ଠିକ୍‌ ସମୟରେ ସମ୍ପନ୍ନ ହେବା କଷ୍ଟକର ହୋଇପଡ଼ିବ। ବନ୍ଧୁ ପ୍ରତିଶ୍ରୁତି ରକ୍ଷାକରି ଠିକ୍‌ ସମୟରେ ଆସିବେ ଏବଂ ଆବଶ୍ୟକ ସାହାଯ୍ୟ ମଧ୍ୟ କରିବେ। ଯେତେ ଭଲ କାମ କଲେ ମଧ୍ୟ ସମାଲୋଚିତ ହୋଇପାରନ୍ତି ।
ତୁଳା
ତୁଳା
ନିଜ ଲୋକମାନେ ଈର୍ଷାପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେବାରେ ସମର୍ଥ ହେବେ। ଆବଶ୍ୟକତା ପୂରଣ ସକାଶେ ଅର୍ଥ ସଂଗ୍ରହ କରିବାରେ ତପତ୍ରତା ପ୍ରକାଶ କରିପାରନ୍ତି। ଶତ୍ରୁମାନେ ଚେଷ୍ଟା କଲେ ମଧ୍ୟ କିଛି କ୍ଷତି କରିପାରିବେ ନାହିଁ। ପ୍ରକାଶନ, ପ୍ରଶାସନ, ନିର୍ମାଣ ଓ ପରିବହନ ପାଇଁ ଦିନଟି ଭଲ ।
ବିଛା
ବିଛା
ଆକସ୍ମିକ ଭାବେ ପ୍ରିୟଜନଙ୍କ ସହ ଏକ ସାଧାରଣ କିମ୍ବା ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ। ପରିବାରରେ ମଧ୍ୟ ବିବାଦୀୟ ପରିସ୍ଥିତିର ଦୃଢ଼ ମୁକାବିଲା କରିବାକୁ ପଡ଼ିପାରେ । ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ ନୂତନ ପଦକ୍ଷେପ ଗ୍ରହଣ କରିବେ। ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ ଓ ସାହାଯ୍ୟ ମଧ୍ୟ କରିବେ ।
ଧନୁ
ଧନୁ
ସମସ୍ୟା ଯଦିଓ ଆସିବ ତଥାପି ବେଶି ସମୟ ତିଷ୍ଠି ରହିବ ନାହିଁ । କର୍ମକ୍ଷେତ୍ରରେ ସରଳ ଭାବେ ଅନ୍ୟ ମାନଙ୍କୁ ବିଶ୍ୱାସ କରି ହଇରାଣରେ ପଡ଼ିପାରନ୍ତି । ଅଫିସରେ ସହକର୍ମୀଙ୍କୁ ସାହାଯ୍ୟ ସହଯୋଗ କରି ବନ୍ଧୁଗହଣରେ ଚର୍ଚ୍ଚିତ ହୋଇପାରନ୍ତି। ବାଣିଜ୍ୟ, ବ୍ୟବସାୟ, କଳା, ସାହିତ୍ୟ କ୍ଷେତ୍ରରେ ମଧ୍ୟ ସମ୍ମାନିତ ହେବେ।
ମକର
ମକର
ଯେତେ ଭଲ କାମ କଲେ ମଧ୍ୟ କର୍ମକ୍ଷେତ୍ରରେ ପ୍ରତିବନ୍ଧକର ସାମ୍‌ନା କରିବାକୁ ପଡ଼ିବ। ପରିବାର ଭିତରେ ସ୍ତ୍ରୀଙ୍କ ସହ ଭୁଲ ବୁଝାମଣା ସୃଷ୍ଟି ହୋଇପାରେ। ଅନ୍ୟମାନଙ୍କ କଥାକୁ ସତ୍ୟ ମନେକରି ମନରେ ସନ୍ଦେହ ଦେଖାଦେଇପାରେ । ଶିଳ୍ପ, ବାଣିଜ୍ୟରେ ପ୍ରତିବନ୍ଧକ ସୃଷ୍ଟି ହେଲେ ମଧ୍ୟ ଅଳ୍ପ ସମୟ ମଧ୍ୟରେ ଦୂରେଇଯିବ।
କୁମ୍ଭ
କୁମ୍ଭ
ପରିବାରରେ ଅଭାବବୋଧ ଲାଗି ରହିବା କାରଣରୁ ବ୍ୟସ୍ତତା ବଢ଼ି ବଢ଼ି ଯିବ। ନିଜ ପରିସରର ବ୍ୟକ୍ତିବିଶେଷଙ୍କ ସହାୟତାରେ ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ। ଆଗାମୀ ମାଙ୍ଗଳିକ କାର୍ଯ୍ୟ ସକାଶେ ତପତ୍ରତା ବଢ଼ିପାରେ । ପ୍ରକାଶନ, ପ୍ରଶାସନ ଓ ପରିବହନରେ ସମସ୍ୟା ସମାଧାନର ରାସ୍ତା ଖୋଲିଯିବ।
ମୀନମୀନ
ସାଧାରଣ କଥାକୁ କେନ୍ଦ୍ରକରି ମଧ୍ୟାହ୍ନେ ମନରେ ବିରକ୍ତିଭାବ ସୃଷ୍ଟି ହୋଇପାରେ। ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଲେ ପ୍ରତିଷ୍ଠା ସାଙ୍ଗକୁ ପ୍ରଶଂସିତ ହେବେ। ସତ୍‌ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇ ପାରନ୍ତି । ଆର୍ଥିକ ସ୍ବଚ୍ଛଳତା ବଢ଼ିଯିବା କାରଣରୁ ଓ ପ୍ରିୟ ବନ୍ଧୁଙ୍କ ସାନ୍ନିଧ୍ୟ ଲାଭରୁ ଖୁସି ହେବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଡିସେମ୍ବର ୩୧ ତାରିଖ – Daily Horoscope

ମେଷ ଆଜିର ଜନ୍ମ ଚନ୍ଦ୍ର ପ୍ରଭାବରେ ପ୍ରତ୍ୟୁଷ ଯାତ୍ରାରେ ସମସ୍ୟାର ସମ୍ମୁଖୀନ ହେବେ। ଉତ୍ତମ ବୁଝାମଣା ଏବଂ ଉତ୍ସାହଜନିତ ପାରିବାରିକ ଜୀବନ ସୁମଧୁର ହେବ। କାର୍ଯ୍ୟକୁଶଳତା...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୩୦ ତାରିଖ – Daily Horoscope

ମେଷ ଆଜି ପ୍ରତ୍ୟେକ ପରିସ୍ଥିତିରେ ସ୍ଥିର ନିଷ୍ପତ୍ତି ନେବାରେ ବନ୍ଧୁଙ୍କ ପୃଷ୍ଠପୋଷକତା ସହାୟକ ହେବ। ପରିବାରରେ ପୂର୍ବ ସ୍ଥିରୀକୃତ ଯାନ୍ତ୍ରିକ ଜିନିଷ ତଥା ଗୃହୋପକରଣ କିଣିବାକୁ...

ରାଶିଫଳ: ସୋମବାର, ଡିସେମ୍ବର ୨୯ ତାରିଖ – Daily Horoscope

ମେଷ ଆଜି ପ୍ରିୟ ବ୍ୟକ୍ତିଟିର ଅନୁପସ୍ଥିତି ଆଶଙ୍କା କରି ମନ ବ୍ୟାକୁଳ ହୋଇପାରେ। ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ଅଯାଚିତ ଭାବେ ପାଇ ଖୁସି ହୋଇଯିବେ। ଉପରିସ୍ଥଙ୍କ...

ରାଶିଫଳ: ରବିବାର, ଡିସେମ୍ବର ୨୮ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଚତୁର୍ଥ କେନ୍ଦ୍ରରେ ବୃହସ୍ପତି କର୍ମକ୍ଷେତ୍ର ଓ ପାରିବାରିକ ଜୀବନର ବ୍ୟତିକ୍ରମକୁ ସୁଧାରି ନେବେ। ନିଜର ସମ୍ପର୍କୀୟମାନଙ୍କ କୌଣସି ଘରୋଇ ସମସ୍ୟା ବିଷୟରେ ଚିନ୍ତିତ...

ରାଶିଫଳ: ଶନିବାର, ଡିସେମ୍ବର ୨୭ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଶେ ସାମଗ୍ରିକ ସୁଖସୁବିଧା ସାଙ୍ଗକୁ ସମ୍ମାନ ଓ ପ୍ରଶଂସା ପାଇବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ମାର୍ଗଦର୍ଶନ...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍‌ଶିପ୍‌, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri