Posted inRasifala

ରାଶିଫଳ: ଶନିବାର, ସେପ୍ଟେମ୍ବର ୧୭ ତାରିଖ – Daily Horoscope

ମେଷ
ସ୍ବଗୃହୀ ବୁଧ ଓ ବୃହସ୍ପତିଙ୍କ ପାରଷ୍ପରିକ ସମଦୃଷ୍ଟି କର୍ମାରମ୍ଭ ସକାଶେ ଅନୁକୂଳ ବାତାବରଣ ସୃଷ୍ଟି କରିବ। ସଭାସମିତି, ଧର୍ମକାର୍ଯ୍ୟ, ବନ୍ଧୁମିଳନ ପାଇଁ ଶୁଭ ହେବ। ମତାନ୍ତର କିମ୍ବା ମନାନ୍ତରଜନିତ ମାନସିକ ଅଶାନ୍ତିର ଆଶଙ୍କା ମଧ୍ୟ ରହିଛି। ତଥାପି ଆପଣ ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟାର ସରଳ ସମାଧାନ କରିବାରେ ସମର୍ଥ ହେବେ ।
ବୃଷ
ବୃଷ
କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧିରେ ପ୍ରତିବନ୍ଧକ ରହିବ ନାହିଁ । ଆଜିର ଯାତ୍ରା, ପ୍ରଶାସନ, ଆଇନ, କଳା, ସାହିତ୍ୟ କ୍ଷେତ୍ର ମନ୍ଦ ହେବନି। ଆର୍ଥିକ ଅନଟନ ମଧ୍ୟରେ ବ୍ୟସ୍ତ ରହିପାରନ୍ତି। ଅନ୍ୟକୁ ସାହାଯ୍ୟ କରି ପ୍ରଶଂସିତ ହେବେ। ନୂତନ ଯାନବାହନ, ଜମିଜମା, କ୍ରୟ, ବିକ୍ରୟ ନେଇ ଆଲୋଚନାରେ ଅଗ୍ରଗତି ଘଟିବ।
ମିଥୁନ
ମିଥୁନ
ଆଜି କର୍ମଭାବରେ ଗୁରୁ ହେତୁ ସମସ୍ୟା ସମାଧାନରେ ବନ୍ଧୁ ସାହାଯ୍ୟ କରିବେ। ସତ୍‌ସଙ୍ଗ ଓ ଭ୍ରମଣ ସୁଯୋଗ ପାଇବେ କିନ୍ତୁ ହୁଏତ ତାହାକୁ ଅସ୍ବୀକାର କରିଦେଇ ପାରନ୍ତି। ସଭାସମିତି, ଜମିଜମା ଏବଂ ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହୋଇପାରେ। ତଥାପି ପୁନର୍ବସୁ ନକ୍ଷତ୍ର ନିଜର ଦକ୍ଷତା ଓ ଦୃଢ଼ତା ବଳରେ ଅସାଧ୍ୟ ସାଧନ କରିବେ।
କର୍କଟ
କର୍କଟ
କାର୍ଯ୍ୟବ୍ୟସ୍ତତା କାରଣରୁ ଆଜି କୌଣସି ଗୋଟିଏ ସ୍ଥାନରେ ସ୍ଥିର ଭାବରେ ରହିପାରିବେ ନାହିଁ। ଆଲୋଚନା ପରିସରରେ ବିପକ୍ଷ ବ୍ୟକ୍ତିଙ୍କ ଅକାଟ୍ୟ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ। ନିଜ ପରିସରରେ ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିବ। ଶିଳ୍ପ, ବାଣିଜ୍ୟ, ପ୍ରଶାସନ ଓ ପରିବହନ କ୍ଷେତ୍ରରୁ ସମସ୍ୟା ଦୂର ହୋଇଯିବ।
ସି˚ହ
ସି˚ହ
ପରୋକ୍ଷ ଶତ୍ରୁତା କାରଣରୁ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିବ। ସହକର୍ମୀଙ୍କ ସହ ସମ୍ପର୍କ ଯୋଡ଼ିବାରେ କୌଶଳ କିଛି ମାତ୍ରାରେ ସାହାଯ୍ୟ କରିବ। ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ବିଳମ୍ବରେ ପାଇବେ। କର୍ମ କ୍ଷେତ୍ରରେ ସାମାନ୍ୟ କାମ ହାସଲରେ ବାଧା ଉପୁଜିପାରେ, ଏଣୁ ସାବଧାନ ରହିବା ଭଲ ।
କନ୍ୟା
ପ୍ରତ୍ୟେକ କ୍ଷେତ୍ରରେ ଉପସ୍ଥିତ ବୁଦ୍ଧି ପ୍ରୟୋଗ କରି କାମ ହାସଲ କରିବେ। ଶତ୍ରୁତା ଯୋଗୁ ବିଚଳିତବୋଧ କରିବେ ଓ କାର୍ଯ୍ୟ ଠିକ୍‌ ସମୟରେ ସମ୍ପନ୍ନ ହେବା କଷ୍ଟକର ହୋଇପଡ଼ିବ। ବନ୍ଧୁ ପ୍ରତିଶ୍ରୁତି ରକ୍ଷାକରି ଠିକ୍‌ ସମୟରେ ଆସିବେ ଏବଂ ଆବଶ୍ୟକ ସାହାଯ୍ୟ ମଧ୍ୟ କରିବେ। ଯେତେ ଭଲ କାମ କଲେ ମଧ୍ୟ ସମାଲୋଚିତ ହୋଇପାରନ୍ତି ।
ତୁଳା
ତୁଳା
ନିଜ ଲୋକମାନେ ଈର୍ଷାପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେବାରେ ସମର୍ଥ ହେବେ। ଆବଶ୍ୟକତା ପୂରଣ ସକାଶେ ଅର୍ଥ ସଂଗ୍ରହ କରିବାରେ ତପତ୍ରତା ପ୍ରକାଶ କରିପାରନ୍ତି। ଶତ୍ରୁମାନେ ଚେଷ୍ଟା କଲେ ମଧ୍ୟ କିଛି କ୍ଷତି କରିପାରିବେ ନାହିଁ। ପ୍ରକାଶନ, ପ୍ରଶାସନ, ନିର୍ମାଣ ଓ ପରିବହନ ପାଇଁ ଦିନଟି ଭଲ ।
ବିଛା
ବିଛା
ଆକସ୍ମିକ ଭାବେ ପ୍ରିୟଜନଙ୍କ ସହ ଏକ ସାଧାରଣ କିମ୍ବା ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ। ପରିବାରରେ ମଧ୍ୟ ବିବାଦୀୟ ପରିସ୍ଥିତିର ଦୃଢ଼ ମୁକାବିଲା କରିବାକୁ ପଡ଼ିପାରେ । ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ ନୂତନ ପଦକ୍ଷେପ ଗ୍ରହଣ କରିବେ। ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ ଓ ସାହାଯ୍ୟ ମଧ୍ୟ କରିବେ ।
ଧନୁ
ଧନୁ
ସମସ୍ୟା ଯଦିଓ ଆସିବ ତଥାପି ବେଶି ସମୟ ତିଷ୍ଠି ରହିବ ନାହିଁ । କର୍ମକ୍ଷେତ୍ରରେ ସରଳ ଭାବେ ଅନ୍ୟ ମାନଙ୍କୁ ବିଶ୍ୱାସ କରି ହଇରାଣରେ ପଡ଼ିପାରନ୍ତି । ଅଫିସରେ ସହକର୍ମୀଙ୍କୁ ସାହାଯ୍ୟ ସହଯୋଗ କରି ବନ୍ଧୁଗହଣରେ ଚର୍ଚ୍ଚିତ ହୋଇପାରନ୍ତି। ବାଣିଜ୍ୟ, ବ୍ୟବସାୟ, କଳା, ସାହିତ୍ୟ କ୍ଷେତ୍ରରେ ମଧ୍ୟ ସମ୍ମାନିତ ହେବେ।
ମକର
ମକର
ଯେତେ ଭଲ କାମ କଲେ ମଧ୍ୟ କର୍ମକ୍ଷେତ୍ରରେ ପ୍ରତିବନ୍ଧକର ସାମ୍‌ନା କରିବାକୁ ପଡ଼ିବ। ପରିବାର ଭିତରେ ସ୍ତ୍ରୀଙ୍କ ସହ ଭୁଲ ବୁଝାମଣା ସୃଷ୍ଟି ହୋଇପାରେ। ଅନ୍ୟମାନଙ୍କ କଥାକୁ ସତ୍ୟ ମନେକରି ମନରେ ସନ୍ଦେହ ଦେଖାଦେଇପାରେ । ଶିଳ୍ପ, ବାଣିଜ୍ୟରେ ପ୍ରତିବନ୍ଧକ ସୃଷ୍ଟି ହେଲେ ମଧ୍ୟ ଅଳ୍ପ ସମୟ ମଧ୍ୟରେ ଦୂରେଇଯିବ।
କୁମ୍ଭ
କୁମ୍ଭ
ପରିବାରରେ ଅଭାବବୋଧ ଲାଗି ରହିବା କାରଣରୁ ବ୍ୟସ୍ତତା ବଢ଼ି ବଢ଼ି ଯିବ। ନିଜ ପରିସରର ବ୍ୟକ୍ତିବିଶେଷଙ୍କ ସହାୟତାରେ ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ। ଆଗାମୀ ମାଙ୍ଗଳିକ କାର୍ଯ୍ୟ ସକାଶେ ତପତ୍ରତା ବଢ଼ିପାରେ । ପ୍ରକାଶନ, ପ୍ରଶାସନ ଓ ପରିବହନରେ ସମସ୍ୟା ସମାଧାନର ରାସ୍ତା ଖୋଲିଯିବ।
ମୀନମୀନ
ସାଧାରଣ କଥାକୁ କେନ୍ଦ୍ରକରି ମଧ୍ୟାହ୍ନେ ମନରେ ବିରକ୍ତିଭାବ ସୃଷ୍ଟି ହୋଇପାରେ। ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଲେ ପ୍ରତିଷ୍ଠା ସାଙ୍ଗକୁ ପ୍ରଶଂସିତ ହେବେ। ସତ୍‌ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇ ପାରନ୍ତି । ଆର୍ଥିକ ସ୍ବଚ୍ଛଳତା ବଢ଼ିଯିବା କାରଣରୁ ଓ ପ୍ରିୟ ବନ୍ଧୁଙ୍କ ସାନ୍ନିଧ୍ୟ ଲାଭରୁ ଖୁସି ହେବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୨୬ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ଭାଗ୍ୟସ୍ଥାନ ପ୍ରତି ଦୁଷ୍ଟିସମ୍ବନ୍ଧ ଯୋଗୁ ନୂତନ କର୍ମାରମ୍ଭ ସହ ପାରିବାରିକ ସୁଖଶାନ୍ତି ଅନୁଭବ କରିବେ। ସକାଳୁ ବନ୍ଧୁଙ୍କ ସହ ସୁଖଭ୍ରମଣ ଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri