Posted inRasifala

ରାଶିଫଳ: ରବିବାର, ସେପ୍ଟେମ୍ବର ୧୭ ତାରିଖ – Daily Horoscope

ମେଷ
ଆଜି ଆନୁଷ୍ଠାନିକ, ସଭାସମିତି, ଧର୍ମକାର୍ଯ୍ୟ, ବନ୍ଧୁ ମିଳନ ପାଇଁ ଅନୁକୂଳ ପରିସ୍ଥିତି ସୃଷ୍ଟି ହେବ। ବନ୍ଧୁଙ୍କ ସହ ମନାନ୍ତରଜନିତ ମାନସିକ ଅଶାନ୍ତିର ଆଶଙ୍କା ମଧ୍ୟ ରହିଛି। ତଥାପି ଆପଣ ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟାର ସରଳ ସମାଧାନ କରିବାରେ ସମର୍ଥ ହୋଇପାରିବେ। ଆତ୍ମୀୟମାନେ ଅସୁବିଧାରେ ପକାଇବାକୁ ଚେଷ୍ଟା କରିପାରନ୍ତି।
ବୃଷ
ବୃଷ
କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବାରେ ପ୍ରତିବନ୍ଧକ ରହିବ ନାହିଁ। ଆଜିର ଯାତ୍ରା ପ୍ରଶାସନ, ଆଇନ, କଳା, ସାହିତ୍ୟ କ୍ଷେତ୍ର ମନ୍ଦ ହେବନି। ଅନ୍ୟମାନଙ୍କୁ ସାମୟିକ ସହଯୋଗ ଦେଇ ପରୋକ୍ଷରେ ପ୍ରଶଂସିତ ହେବେ। ନୂତନ ଯାନବାହନ, ଜମିଜମା, କ୍ରୟ, ବିକ୍ରୟ ନେଇ ଆଲୋଚନାରେ ଅଗ୍ରଗତି ଘଟିବ।
ମିଥୁନ
ମିଥୁନ
ସାମାଜିକ ସ୍ତରରେ ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ। ସତ୍‌ସଙ୍ଗ ଓ ଭ୍ରମଣ ସୁଯୋଗ ପାଇବେ; କିନ୍ତୁ ହୁଏତ ଆପଣ ତାହାକୁ ଅସ୍ବୀକାର କରି ଦେଇପାରନ୍ତି। ସଭାସମିତି, ଜମିଜମା ଏବଂ ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ। ନିଜର ଦକ୍ଷତା ଓ ଦୃଢ଼ତା ବଳରେ ଅସାଧ୍ୟ ସାଧନ କରିବେ।
କର୍କଟ
କର୍କଟ
ଯେକୌଣସି କାମ କରନ୍ତୁନା କାହିଁକି, ବିଶେଷ ଭାବେ ଖର୍ଚ୍ଚ କରିବାକୁ ପଡ଼ିପାରେ। ଆଲୋଚନା ପରିସରରେ ବିପକ୍ଷ ବ୍ୟକ୍ତିମାନଙ୍କ ଅକାଟ୍ୟ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ। ଦୀର୍ଘଦିନାନ୍ତେ ଆସିଥିବା ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିବ। ଶିଳ୍ପ, ବାଣିଜ୍ୟ, ପ୍ରଶାସନ ଓ ପରିବହନ କ୍ଷେତ୍ରରୁ ସମସ୍ୟା ଦୂର ହୋଇଯିବ।
ସି˚ହ
ସି˚ହ
କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସମ୍ପର୍କ ଯୋଡ଼ିବାରେ ଆପଣଙ୍କ କୌଶଳ କିଛି ମାତ୍ରାରେ ସାହାଯ୍ୟ କରିବ। ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ବିଳମ୍ବରେ ପାଇବେ। ପରିବାରର ଖର୍ଚ୍ଚ ପରିମାଣ ବୃଦ୍ଧି ଯୋଗୁ ମନରେ ସରସତା ରହିବ ନାହିଁ। ଗଠନମୂଳକ କାର୍ଯ୍ୟରେ ନେତୃତ୍ୱ ଗ୍ରହଣ କରି ଉଚ୍ଚ ପ୍ରଶଂସିତ ହେବେ।
କନ୍ୟା
ଆଜି ସବୁ ସୁବିଧା ଥିଲେ ମଧ୍ୟ କୌଣସି କାମ ସହଜରେ ସମ୍ପନ୍ନ ହେବ ନାହିଁ। ଗଠନମୂଳକ କିମ୍ବା ସାମୂହିକ କାମରେ ଲୋକ ସମ୍ପର୍କ ବୃଦ୍ଧି ପାଇବ। କଠିନ ପରିଶ୍ରମଜନିତ ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରି ପାରନ୍ତି। ଆଲୋଚନା କ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତିବିଶେଷ ସହାୟତା କରିବେ। ତୀର୍ଥଭ୍ରମଣ ଯୋଗ ଅନୁକୂଳ।
ତୁଳା
ତୁଳା
ନିଜ ଲୋକମାନେ ଈର୍ଷା ପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେବେ। କର୍ମକ୍ଷେତ୍ରରେ ଛୋଟ ଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ୱରେ ପଡ଼ିପାରନ୍ତି। ଏଜେନ୍‌ଶିପ୍‌, ସାହିତ୍ୟାଲୋଚନା, ପ୍ରକାଶନ, ପ୍ରଶାସନ, ନିର୍ମାଣ ଓ ପରିବହନ ପାଇଁ ଦିନଟି ଭଲ। ଘରୋଇ ସମସ୍ୟା ସମାଧାନ ସକାଶେ ନୂତନ ପଦକ୍ଷେପ ଗ୍ରହଣ କରିପାରନ୍ତି।
ବିଛା
ବିଛା
ଆକସ୍ମିକ ଭାବେ ପ୍ରିୟଜନଙ୍କ ସହ ଏକ ସାଧାରଣ କିମ୍ବା ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ। ପରିବାରରେ ବିବାଦୀୟ ପରିସ୍ଥିତିର ଦୃଢ଼ ମୁକାବିଲା କରିବେ। ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ ନୂତନ ପଦକ୍ଷେପ ଗ୍ରହଣ କରିବେ। ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ ଓ ସାହାଯ୍ୟ ମଧ୍ୟ କରିବେ।
ଧନୁ
ଧନୁ
ସମସ୍ୟା ଯଦିଓ ଆସିବ ତଥାପି ବେଶୀ ସମୟ ତିଷ୍ଠି ରହିବ ନାହିଁ ଓ ପରକ୍ଷଣରେ ସବୁକିଛି ଠିକ୍‌ ହୋଇଯିବ। ସରଳ ଭାବେ ଅନ୍ୟମାନଙ୍କୁ ବିଶ୍ୱାସ କରି ହଇରାଣରେ ପଡ଼ିପାରନ୍ତି। ଅସମର୍ଥିତ ସୂତ୍ରରୁ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାରେ ପଡ଼ିବେ। ଅଫିସରେ କୌଣସି ସମସ୍ୟାଜନିତ କିଛିଟା ଅସୁବିଧାର ସମ୍ମୁଖୀନ ହେବାର ସମ୍ଭାବନା ରହିଛି।
ମକର
ମକର
ଯେତେ ଭଲ କାମ କଲେ ମଧ୍ୟ ପ୍ରତିବନ୍ଧକର ସାମ୍‌ନା କରିବାକୁ ପଡ଼ିବ। ଘରୋଇ ଆଲୋଚନା ମଧ୍ୟରେ ପରିବାର ଭିତରେ ସ୍ତ୍ରୀଙ୍କ ସହ ଭୁଲ୍‌ ବୁଝାମଣା ସୃଷ୍ଟି ହୋଇପାରେ। ଶିଳ୍ପ, ବାଣିଜ୍ୟରେ ପ୍ରତିବନ୍ଧକ ସୃଷ୍ଟି ହେଲେ ମଧ୍ୟ ଅଳ୍ପ ସମୟ ମଧ୍ୟରେ ଦୂରେଇଯିବ। ଯେତେ ଭଲ କାମ କଲେ ମଧ୍ୟ ପ୍ରଶଂସା ବଦଳରେ ଅଭିଯୋଗ ପାଇବେ।
କୁମ୍ଭ
କୁମ୍ଭ
ଅଭାବବୋଧ ଲାଗି ରହିବା କାରଣରୁ ବ୍ୟସ୍ତତା ବଢ଼ି ବଢ଼ି ଯିବ। ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ। ଆଗାମୀ ମାଙ୍ଗଳିକ କାର୍ଯ୍ୟ ସକାଶେ ତପତ୍ରତା ବଢ଼ିପାରେ। ପ୍ରକାଶନ, ପ୍ରଶାସନ ଓ ପରିବହନ ସମସ୍ୟା ସମାଧାନର ରାସ୍ତା ଖୋଲିଯିବ। ପ୍ରଥମେ କାମଟି କରିସାରିବା ପରେ ମନସ୍ତାପ କରିବାକୁ ପଡ଼ିପାରେ।
ମୀନମୀନ

ଆଜି ସାମାଜିକ ସ୍ତରରେ ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଲେ ପ୍ରତିଷ୍ଠା ସାଙ୍ଗକୁ ପ୍ରଶଂସିତ ହେବେ। ବନ୍ଧୁଙ୍କ ପ୍ରେରଣାରେ ସତ୍‌ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇ ପାରନ୍ତି। ଆର୍ଥିକ ସ୍ବଚ୍ଛଳତା ବଢ଼ିଯିବା କାରଣରୁ ଓ ପ୍ରିୟ ବନ୍ଧୁଙ୍କ ସାନ୍ନିଧ୍ୟ ଲାଭରୁ ଖୁସି ହେବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ସମସ୍ୟା ସମାଧାନ କରିବାରେ ସଫଳ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଡିସେମ୍ବର ୩୧ ତାରିଖ – Daily Horoscope

ମେଷ ଆଜିର ଜନ୍ମ ଚନ୍ଦ୍ର ପ୍ରଭାବରେ ପ୍ରତ୍ୟୁଷ ଯାତ୍ରାରେ ସମସ୍ୟାର ସମ୍ମୁଖୀନ ହେବେ। ଉତ୍ତମ ବୁଝାମଣା ଏବଂ ଉତ୍ସାହଜନିତ ପାରିବାରିକ ଜୀବନ ସୁମଧୁର ହେବ। କାର୍ଯ୍ୟକୁଶଳତା...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୩୦ ତାରିଖ – Daily Horoscope

ମେଷ ଆଜି ପ୍ରତ୍ୟେକ ପରିସ୍ଥିତିରେ ସ୍ଥିର ନିଷ୍ପତ୍ତି ନେବାରେ ବନ୍ଧୁଙ୍କ ପୃଷ୍ଠପୋଷକତା ସହାୟକ ହେବ। ପରିବାରରେ ପୂର୍ବ ସ୍ଥିରୀକୃତ ଯାନ୍ତ୍ରିକ ଜିନିଷ ତଥା ଗୃହୋପକରଣ କିଣିବାକୁ...

ରାଶିଫଳ: ସୋମବାର, ଡିସେମ୍ବର ୨୯ ତାରିଖ – Daily Horoscope

ମେଷ ଆଜି ପ୍ରିୟ ବ୍ୟକ୍ତିଟିର ଅନୁପସ୍ଥିତି ଆଶଙ୍କା କରି ମନ ବ୍ୟାକୁଳ ହୋଇପାରେ। ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ଅଯାଚିତ ଭାବେ ପାଇ ଖୁସି ହୋଇଯିବେ। ଉପରିସ୍ଥଙ୍କ...

ରାଶିଫଳ: ରବିବାର, ଡିସେମ୍ବର ୨୮ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଚତୁର୍ଥ କେନ୍ଦ୍ରରେ ବୃହସ୍ପତି କର୍ମକ୍ଷେତ୍ର ଓ ପାରିବାରିକ ଜୀବନର ବ୍ୟତିକ୍ରମକୁ ସୁଧାରି ନେବେ। ନିଜର ସମ୍ପର୍କୀୟମାନଙ୍କ କୌଣସି ଘରୋଇ ସମସ୍ୟା ବିଷୟରେ ଚିନ୍ତିତ...

ରାଶିଫଳ: ଶନିବାର, ଡିସେମ୍ବର ୨୭ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଶେ ସାମଗ୍ରିକ ସୁଖସୁବିଧା ସାଙ୍ଗକୁ ସମ୍ମାନ ଓ ପ୍ରଶଂସା ପାଇବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ମାର୍ଗଦର୍ଶନ...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍‌ଶିପ୍‌, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri