Posted inRasifala

ରାଶିଫଳ: ରବିବାର, ସେପ୍ଟେମ୍ବର ୧୭ ତାରିଖ – Daily Horoscope

ମେଷ
ଆଜି ଆନୁଷ୍ଠାନିକ, ସଭାସମିତି, ଧର୍ମକାର୍ଯ୍ୟ, ବନ୍ଧୁ ମିଳନ ପାଇଁ ଅନୁକୂଳ ପରିସ୍ଥିତି ସୃଷ୍ଟି ହେବ। ବନ୍ଧୁଙ୍କ ସହ ମନାନ୍ତରଜନିତ ମାନସିକ ଅଶାନ୍ତିର ଆଶଙ୍କା ମଧ୍ୟ ରହିଛି। ତଥାପି ଆପଣ ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟାର ସରଳ ସମାଧାନ କରିବାରେ ସମର୍ଥ ହୋଇପାରିବେ। ଆତ୍ମୀୟମାନେ ଅସୁବିଧାରେ ପକାଇବାକୁ ଚେଷ୍ଟା କରିପାରନ୍ତି।
ବୃଷ
ବୃଷ
କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବାରେ ପ୍ରତିବନ୍ଧକ ରହିବ ନାହିଁ। ଆଜିର ଯାତ୍ରା ପ୍ରଶାସନ, ଆଇନ, କଳା, ସାହିତ୍ୟ କ୍ଷେତ୍ର ମନ୍ଦ ହେବନି। ଅନ୍ୟମାନଙ୍କୁ ସାମୟିକ ସହଯୋଗ ଦେଇ ପରୋକ୍ଷରେ ପ୍ରଶଂସିତ ହେବେ। ନୂତନ ଯାନବାହନ, ଜମିଜମା, କ୍ରୟ, ବିକ୍ରୟ ନେଇ ଆଲୋଚନାରେ ଅଗ୍ରଗତି ଘଟିବ।
ମିଥୁନ
ମିଥୁନ
ସାମାଜିକ ସ୍ତରରେ ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ। ସତ୍‌ସଙ୍ଗ ଓ ଭ୍ରମଣ ସୁଯୋଗ ପାଇବେ; କିନ୍ତୁ ହୁଏତ ଆପଣ ତାହାକୁ ଅସ୍ବୀକାର କରି ଦେଇପାରନ୍ତି। ସଭାସମିତି, ଜମିଜମା ଏବଂ ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ। ନିଜର ଦକ୍ଷତା ଓ ଦୃଢ଼ତା ବଳରେ ଅସାଧ୍ୟ ସାଧନ କରିବେ।
କର୍କଟ
କର୍କଟ
ଯେକୌଣସି କାମ କରନ୍ତୁନା କାହିଁକି, ବିଶେଷ ଭାବେ ଖର୍ଚ୍ଚ କରିବାକୁ ପଡ଼ିପାରେ। ଆଲୋଚନା ପରିସରରେ ବିପକ୍ଷ ବ୍ୟକ୍ତିମାନଙ୍କ ଅକାଟ୍ୟ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ। ଦୀର୍ଘଦିନାନ୍ତେ ଆସିଥିବା ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିବ। ଶିଳ୍ପ, ବାଣିଜ୍ୟ, ପ୍ରଶାସନ ଓ ପରିବହନ କ୍ଷେତ୍ରରୁ ସମସ୍ୟା ଦୂର ହୋଇଯିବ।
ସି˚ହ
ସି˚ହ
କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସମ୍ପର୍କ ଯୋଡ଼ିବାରେ ଆପଣଙ୍କ କୌଶଳ କିଛି ମାତ୍ରାରେ ସାହାଯ୍ୟ କରିବ। ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ବିଳମ୍ବରେ ପାଇବେ। ପରିବାରର ଖର୍ଚ୍ଚ ପରିମାଣ ବୃଦ୍ଧି ଯୋଗୁ ମନରେ ସରସତା ରହିବ ନାହିଁ। ଗଠନମୂଳକ କାର୍ଯ୍ୟରେ ନେତୃତ୍ୱ ଗ୍ରହଣ କରି ଉଚ୍ଚ ପ୍ରଶଂସିତ ହେବେ।
କନ୍ୟା
ଆଜି ସବୁ ସୁବିଧା ଥିଲେ ମଧ୍ୟ କୌଣସି କାମ ସହଜରେ ସମ୍ପନ୍ନ ହେବ ନାହିଁ। ଗଠନମୂଳକ କିମ୍ବା ସାମୂହିକ କାମରେ ଲୋକ ସମ୍ପର୍କ ବୃଦ୍ଧି ପାଇବ। କଠିନ ପରିଶ୍ରମଜନିତ ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରି ପାରନ୍ତି। ଆଲୋଚନା କ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତିବିଶେଷ ସହାୟତା କରିବେ। ତୀର୍ଥଭ୍ରମଣ ଯୋଗ ଅନୁକୂଳ।
ତୁଳା
ତୁଳା
ନିଜ ଲୋକମାନେ ଈର୍ଷା ପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେବେ। କର୍ମକ୍ଷେତ୍ରରେ ଛୋଟ ଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ୱରେ ପଡ଼ିପାରନ୍ତି। ଏଜେନ୍‌ଶିପ୍‌, ସାହିତ୍ୟାଲୋଚନା, ପ୍ରକାଶନ, ପ୍ରଶାସନ, ନିର୍ମାଣ ଓ ପରିବହନ ପାଇଁ ଦିନଟି ଭଲ। ଘରୋଇ ସମସ୍ୟା ସମାଧାନ ସକାଶେ ନୂତନ ପଦକ୍ଷେପ ଗ୍ରହଣ କରିପାରନ୍ତି।
ବିଛା
ବିଛା
ଆକସ୍ମିକ ଭାବେ ପ୍ରିୟଜନଙ୍କ ସହ ଏକ ସାଧାରଣ କିମ୍ବା ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ। ପରିବାରରେ ବିବାଦୀୟ ପରିସ୍ଥିତିର ଦୃଢ଼ ମୁକାବିଲା କରିବେ। ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ ନୂତନ ପଦକ୍ଷେପ ଗ୍ରହଣ କରିବେ। ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ ଓ ସାହାଯ୍ୟ ମଧ୍ୟ କରିବେ।
ଧନୁ
ଧନୁ
ସମସ୍ୟା ଯଦିଓ ଆସିବ ତଥାପି ବେଶୀ ସମୟ ତିଷ୍ଠି ରହିବ ନାହିଁ ଓ ପରକ୍ଷଣରେ ସବୁକିଛି ଠିକ୍‌ ହୋଇଯିବ। ସରଳ ଭାବେ ଅନ୍ୟମାନଙ୍କୁ ବିଶ୍ୱାସ କରି ହଇରାଣରେ ପଡ଼ିପାରନ୍ତି। ଅସମର୍ଥିତ ସୂତ୍ରରୁ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାରେ ପଡ଼ିବେ। ଅଫିସରେ କୌଣସି ସମସ୍ୟାଜନିତ କିଛିଟା ଅସୁବିଧାର ସମ୍ମୁଖୀନ ହେବାର ସମ୍ଭାବନା ରହିଛି।
ମକର
ମକର
ଯେତେ ଭଲ କାମ କଲେ ମଧ୍ୟ ପ୍ରତିବନ୍ଧକର ସାମ୍‌ନା କରିବାକୁ ପଡ଼ିବ। ଘରୋଇ ଆଲୋଚନା ମଧ୍ୟରେ ପରିବାର ଭିତରେ ସ୍ତ୍ରୀଙ୍କ ସହ ଭୁଲ୍‌ ବୁଝାମଣା ସୃଷ୍ଟି ହୋଇପାରେ। ଶିଳ୍ପ, ବାଣିଜ୍ୟରେ ପ୍ରତିବନ୍ଧକ ସୃଷ୍ଟି ହେଲେ ମଧ୍ୟ ଅଳ୍ପ ସମୟ ମଧ୍ୟରେ ଦୂରେଇଯିବ। ଯେତେ ଭଲ କାମ କଲେ ମଧ୍ୟ ପ୍ରଶଂସା ବଦଳରେ ଅଭିଯୋଗ ପାଇବେ।
କୁମ୍ଭ
କୁମ୍ଭ
ଅଭାବବୋଧ ଲାଗି ରହିବା କାରଣରୁ ବ୍ୟସ୍ତତା ବଢ଼ି ବଢ଼ି ଯିବ। ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ। ଆଗାମୀ ମାଙ୍ଗଳିକ କାର୍ଯ୍ୟ ସକାଶେ ତପତ୍ରତା ବଢ଼ିପାରେ। ପ୍ରକାଶନ, ପ୍ରଶାସନ ଓ ପରିବହନ ସମସ୍ୟା ସମାଧାନର ରାସ୍ତା ଖୋଲିଯିବ। ପ୍ରଥମେ କାମଟି କରିସାରିବା ପରେ ମନସ୍ତାପ କରିବାକୁ ପଡ଼ିପାରେ।
ମୀନମୀନ

ଆଜି ସାମାଜିକ ସ୍ତରରେ ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଲେ ପ୍ରତିଷ୍ଠା ସାଙ୍ଗକୁ ପ୍ରଶଂସିତ ହେବେ। ବନ୍ଧୁଙ୍କ ପ୍ରେରଣାରେ ସତ୍‌ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇ ପାରନ୍ତି। ଆର୍ଥିକ ସ୍ବଚ୍ଛଳତା ବଢ଼ିଯିବା କାରଣରୁ ଓ ପ୍ରିୟ ବନ୍ଧୁଙ୍କ ସାନ୍ନିଧ୍ୟ ଲାଭରୁ ଖୁସି ହେବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ସମସ୍ୟା ସମାଧାନ କରିବାରେ ସଫଳ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଜୁନ୍ ୧୪ ତାରିଖ – Daily Horoscope

ମେଷ ଆଜି ସ୍ବଗୃହୀ ମଙ୍ଗଳଙ୍କ ଯୋଗୁ ଦୈହିକ ସ୍ବାସ୍ଥ୍ୟ ଭଲ ରହିବ। ବନ୍ଧୁଙ୍କ ସହଯୋଗରୁ ଅଟକି ରହିଥିବା କାର୍ଯ୍ୟଗୁଡ଼ିକ ତ୍ୱରାନ୍ବିତ କରିପାରିବେ। ପାରିବାରିକ ସ୍ତରରେ ଭାବ ପ୍ରବଣତା…

ରାଶିଫଳ: ଶନିବାର, ଜୁନ୍ ୧୩ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ରମଙ୍ଗଳ ଯୋଗ ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସହ ବୈଷୟିକ ଅଭିବୃଦ୍ଧି ଘଟିବ। ପାପଗ୍ରହ ମଧ୍ୟସ୍ଥ ଚନ୍ଦ୍ର ହେତୁ ପାରିବାରିକ କ୍ଷେତ୍ରରେ ମାନସିକ ଦ୍ୱନ୍ଦ୍ୱ କାର୍ଯ୍ୟରେ…

ରାଶିଫଳ: ଶୁକ୍ରବାର, ଜୁନ୍ ୧୨ ତାରିଖ – Daily Horoscope

ମେଷ ଗ୍ରହମାନଙ୍କ ଶୁଭ ସମ୍ବନ୍ଧ ଅଭାବରୁ ଯେ କୌଣସି ପ୍ରକାରର ପରିସ୍ଥିତିରେ ମଧ୍ୟ ଆପଣ ନିଜକୁ ଠିକ୍‌ ଭାବେ ଆଡ୍‌ଜଷ୍ଟ କରି ଚଳାଇ ନେଇ ପାରିବେ ନାହିଁ।…

ରାଶିଫଳ: ଗୁରୁବାର , ଜୁନ୍ ୧୧ ତାରିଖ – Daily Horoscope

ମେଷ ଆଜି ରାଶ୍ୟାଧିପତି ସ୍ବଗୃହରେ ଶୁକ୍ରନକ୍ଷତ୍ରସ୍ଥ ଯୋଗୁ ସ୍ବାସ୍ଥ୍ୟ ଭଲ ରହିବା ସହ ଖୁସିରେ ସମୟ କଟିବ। ଶନିଙ୍କ ସଂଯୋଗଜନିତ ଦ୍ୱାଦଶସ୍ଥ ଚନ୍ଦ୍ର ଯାତ୍ରା, ଆଧ୍ୟାତ୍ମିକ ଚିନ୍ତନ…

ରାଶିଫଳ: ବୁଧବାର, ଜୁନ୍ ୧୦ ତାରିଖ – Daily Horoscope

ମେଷ ଆପଣଙ୍କ ଦକ୍ଷତା ଏବଂ କର୍ତ୍ତବ୍ୟନିଷ୍ଠା କାରଣରୁ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଈର୍ଷାପରାୟଣ ବନ୍ଧୁ ଓ ସହକର୍ମୀ ଅପପ୍ରଚାର ଚଳାଇପାରନ୍ତି। ବାଣିଜ୍ୟ, ବ୍ୟବସାୟିକ କ୍ଷେତ୍ରରେ ଅର୍ଥ ସମ୍ପର୍କକୁ…

ରାଶିଫଳ: ମଙ୍ଗଳବାର , ଜୁନ୍ ୯ ତାରିଖ – Daily Horoscope

ମେଷ ଶ୍ରୁତିମଧୁର ବାକ୍ୟାଳାପ ଦ୍ୱାରା ବନ୍ଧୁଙ୍କୁ ଆପ୍ୟାୟିତ କରିବେ। ଶନିଙ୍କ ପ୍ରଭାବରୁ ମୃଦୁ ମନ୍ଦ ଗତିରେ କର୍ମପ୍ରବାହକୁ ଆଗକୁ ଗଡ଼ାଇନେବାରେ ସାହାଯ୍ୟ କରିପାରନ୍ତି। ବନ୍ଧୁଙ୍କ ସହ ଆନୁଷ୍ଠାନିକ…

ରାଶିଫଳ: ସୋମବାର, ଜୁନ୍ ୮ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ସମସ୍ୟା, ଜମିଜମା କଥା, ସମ୍ପର୍କୀୟଙ୍କ ସହ ଆଲୋଚନାରେ ସମୟ ଅତିବାହିତ କରିପାରନ୍ତି। ଆର୍ଥିକ ସ୍ଥିତିରେ ସୁଧାର ଆସିପାରେ। ପାରିବାରିକ ସ୍ତରରେ ମନ ଭୁଲାଣିଆ…

ରାଶିଫଳ: ରବିବାର, ଜୁନ୍ ୭ ତାରିଖ – Daily Horoscope

ମେଷ ଶାରୀରିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ ଆର୍ଥିକ ସ୍ଥିତି ମନ୍ଦ ହେବନାହିଁ। ଚନ୍ଦ୍ରଙ୍କ ସହିତ ରାହୁଙ୍କ ସଂଯୋଗ ପାରିବାରିକ ଏବଂ ସନ୍ତାନଙ୍କ ସ୍ବାସ୍ଥ୍ୟହାନିର କାରଣ ହେବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri