Posted inRasifala

ରାଶିଫଳ: ବୁଧବାର, ସେପ୍ଟେମ୍ବର ୧୭ ତାରିଖ – Daily Horoscope

ମେଷ
ଆଜି ସକାଳୁ କର୍ମାରମ୍ଭ ସକାଶେ ଅନୁକୂଳ ବାତାବରଣ ସୃଷ୍ଟି କରିବ। ଦ୍ୱିଜା ନକ୍ଷତ୍ର ସକାଶେ ଆନୁଷ୍ଠାନିକ, ସଭାସମିତି, ଧର୍ମକାର୍ଯ୍ୟ, ବନ୍ଧୁ ମିଳନ ପାଇଁ ଶୁଭ ହେବ। ସହକର୍ମୀଙ୍କ ସହ ମତାନ୍ତର କିମ୍ବା ମନାନ୍ତରଜନିତ ମାନସିକ ଅଶାନ୍ତିର ଆଶଙ୍କା ରହିଛି। ଆତ୍ମୀୟମାନେ ଅସୁବିଧାରେ ପକାଇବାକୁ ଚେଷ୍ଟା କରିପାରନ୍ତି କିନ୍ତୁ କିଛି କରିପାରିବେ ନାହିଁ।
ବୃଷ
ବୃଷ
ଘରୋଇ କଳହକୁ ନେଇ ଅଶାନ୍ତି ଲାଗିରହିବ, ମାତ୍ର ତାହା ତତ୍‌କ୍ଷଣାତ୍‌ ସମାଧାନ ହୋଇଯିବ। କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧିରେ ପ୍ରତିବନ୍ଧକ ରହିବ ନାହିଁ। ରୋହିଣୀ ନକ୍ଷତ୍ର ସକାଶେ ଯାତ୍ରା, ପ୍ରଶାସନ, ସାହିତ୍ୟ କ୍ଷେତ୍ର ମନ୍ଦ ହେବନି। ନୂତନ ଯାନବାହନ, ଜମିଜମା, କ୍ରୟବିକ୍ରୟ ନେଇ ଆଲୋଚନାରେ ଅଗ୍ରଗତି ଘଟିବ।
ମିଥୁନ
ମିଥୁନ
ଯେତେ ସତର୍କତାର ସହ ଚଳିଲେ ମଧ୍ୟ ବନ୍ଧୁଙ୍କ ପରୋକ୍ଷ ସମାଲୋଚନାରୁ ମନ ଅସ୍ଥିର ରହିବ । ପୁନର୍ବସୁ ନକ୍ଷତ୍ର କର୍ମକ୍ଷେତ୍ରରେ ସମସ୍ୟା ସମାଧାନରେ ବନ୍ଧୁ ସାହାଯ୍ୟ କରିବେ। ସତ୍‌ସଙ୍ଗ ଓ ଭ୍ରମଣ ସୁଯୋଗ ପାଇଲେ ମଧ୍ୟ ପରିସ୍ଥିତିବଶତଃ ତାହାକୁ ଅସ୍ବୀକାର କରି ପାରନ୍ତି। ଜମିଜମା ଏବଂ ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।
କର୍କଟ
କର୍କଟ
ଅଶ୍ଳେଷା ନକ୍ଷତ୍ରର ଭ୍ରମଣଜନିତ ସ୍ବାସ୍ଥ୍ୟ ସମସ୍ୟା ନିମ୍ନାଭିମୁଖୀ ହେବ। ଆଜି ଯେଉଁ କାମ କରନ୍ତୁ ଖର୍ଚ୍ଚାନ୍ତ ହେବାକୁ ପଡ଼ିପାରେ। ଇଚ୍ଛା ନ ଥାଇ ମଧ୍ୟ ଆଲୋଚନା ପରିସରରେ ବିପକ୍ଷ ବ୍ୟକ୍ତିମାନଙ୍କ ଅକାଟ୍ୟ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ। ଶିଳ୍ପ, ବାଣିଜ୍ୟ, ପ୍ରଶାସନ ଓ ପରିବହନ କ୍ଷେତ୍ରରୁ ସମସ୍ୟା ଦୂର ହୋଇଯିବ।
ସି˚ହ
ସି˚ହ
ଆଜି ପୂର୍ବାଫାଲ୍‌ଗୁନୀ ନକ୍ଷତ୍ର କର୍ମକ୍ଷେତ୍ରରେ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିବ। ସହକର୍ମୀଙ୍କ ସହ ସମ୍ପର୍କ ଯୋଡ଼ିବାରେ ଆପଣଙ୍କ କୌଶଳ ସାହାଯ୍ୟ କରିପାରେ। ପରିବାରର ଖର୍ଚ୍ଚ ବୃଦ୍ଧି ଯୋଗୁ ମନରେ ସରସତା ରହିବ ନାହିଁ। ସାମାଜିକ ସ୍ତରରେ ନେତୃତ୍ୱ ଗ୍ରହଣ କରି ଉଚ୍ଚ ପ୍ରଶଂସିତ ହୋଇପାରନ୍ତି।
କନ୍ୟା
କୌଣସି ବ୍ୟକ୍ତିଙ୍କୁ ପ୍ରତୀକ୍ଷା କରି କାମ ସହଜରେ ସମ୍ପନ୍ନ ହୋଇପାରିବ ନାହିଁ। ସାମୂହିକ କାମରେ ଅଥବା ରାଜନୈତିକ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ପାଇବ। ଋଣ ସୂତ୍ରରେ ଅର୍ଥଲାଭ କରିବେ, ମାତ୍ର ଶିଳ୍ପବାଣିଜ୍ୟ ଓ ଯାତ୍ରା ସମ୍ପର୍କରେ ଚିନ୍ତା ବଢ଼ିବ। ଉତ୍ତରାଫାଲ୍‌ଗୁନୀ ନକ୍ଷତ୍ର ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିପାରନ୍ତି।
ତୁଳା
ତୁଳା
ପରିବାରର ଆବଶ୍ୟକତା ପୂରଣ ସକାଶେ ଅର୍ଥ ସଂଗ୍ରହ କରିବାରେ ତପତ୍ରତା ପ୍ରକାଶ କରିବେ। ଆଜିର ପ୍ରତ୍ୟୁଷ ଯାତ୍ରା ସମୟରେ ଜିନିଷପତ୍ର ହଜିଯିବାର ଆଶଙ୍କା ରହଛି। ଚିତ୍ରା ନକ୍ଷତ୍ର ପାରିବାରିକ କ୍ଷେତ୍ରରେ ଛୋଟ ଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ୱରେ ପଡ଼ିବେ। ସାମାଜିକ ସ୍ତରରେ ଆନୁଷ୍ଠାନିକ କାମ ସକାଶେ ତତ୍ପରତା ପ୍ରକାଶ କରିପାରନ୍ତି
ବିଛା
ବିଛା
ଆଲୋଚନା ପରିସରରେ ପ୍ରିୟଜନଙ୍କ ସହ ମାମୁଲି ଘଟଣାରେ ଉଚ୍ଚବାଚ ଘଟିବ। ଆର୍ଥିକ ସ୍ଥିତି ଭଲ ରହିବା ସହ ପରିବାରରେ ବିବାଦୀୟ ପରିସ୍ଥିତିର ଦୃଢ଼ ମୁକାବିଲା କରିବେ। ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ ନୂତନ ପଦକ୍ଷେପ ଗ୍ରହଣ କରିପାରନ୍ତି। ଅନୁରାଧା ନକ୍ଷତ୍ର ସକାଶେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବା ସହ ସାହାଯ୍ୟ ମଧ୍ୟ କରିବେ।
ଧନୁ
ଧନୁ
କର୍ମକ୍ଷେତ୍ରରେ ସରଳ ଭାବେ ଅନ୍ୟମାନଙ୍କୁ ବିଶ୍ୱାସ କରି ହଇରାଣରେ ପଡ଼ିପାରନ୍ତି। ଆବଶ୍ୟକତା ପୂରଣରେ ସମସ୍ୟାଜନିତ ଉନ୍ନୟନ କାମ ବାଧାପ୍ରାପ୍ତ ହେବ । ଉତ୍ତରାଷାଢ଼ା ନକ୍ଷତ୍ର ସକାଶେ ସାମୟିକ ଶାରୀରିକ ସୁସ୍ଥତା ମନୋବଳ ବୃଦ୍ଧିରେ ସହାୟକ ହେବ। କର୍ମକ୍ଷେତ୍ରର କୌଣସି ସମସ୍ୟା ମନକୁ ବାରମ୍ବାର ଆନ୍ଦୋଳିତ କରିବ।
ମକର
ମକର
ପରୋକ୍ଷ ଶତ୍ରୁତା କାରଣରୁ ଯେତେ ଭଲ କାମ କଲେ ମଧ୍ୟ କର୍ମକ୍ଷେତ୍ରରେ ପ୍ରତିବନ୍ଧକର ସାମ୍ନା କରିବେ। ପରିଜନଙ୍କ ସହିତ ସାଧାରଣ କଥାରେ ଭୁଲବୁଝାମଣା ସୃଷ୍ଟି ହେବ। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ସୃଷ୍ଟି ହେଲେ ମଧ୍ୟ ଅଳ୍ପ ସମୟରେ ଦୂରେଇ ଯିବ। ଉତ୍ତରାଷାଢ଼ା ନକ୍ଷତ୍ର ଯେତେ ଭଲ କାମ କଲେ ମଧ୍ୟ ଅଭିଯୋଗ ପାଇବେ।
କୁମ୍ଭ
କୁମ୍ଭ
ଆବଶ୍ୟକତା ପୂରଣ କ୍ଷେତ୍ରରେ ଅଭାବବୋଧ ଲାଗି ରହିବାରୁ ବ୍ୟସ୍ତତା ବଢ଼ିଯିବ। ଶତଭିଷା ନକ୍ଷତ୍ର ସକାଶେ ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ। ବନ୍ଧୁମାନଙ୍କ ପରାମର୍ଶକ୍ରମେ ଆନୁଷ୍ଠାନିକ କାର୍ଯ୍ୟ ସକାଶେ ତପତ୍ରତା ବଢ଼ିପାରେ। ପ୍ରକାଶନ, ପ୍ରଶାସନ ଓ ପରିବହନରେ ସମସ୍ୟା ସମାଧାନର ରାସ୍ତା ଖୋଲିଯିବାର ଆଶା ରହିଛି।
ମୀନମୀନ

ରେବତୀ ନକ୍ଷତ୍ର ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଲେ ପ୍ରଶଂସିତ ହେବେ। ବନ୍ଧୁମାନଙ୍କ ସହ ସତ୍‌ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇପାରନ୍ତି। ଆର୍ଥିକ ସ୍ବଚ୍ଛଳତା ବଢ଼ିଯିବା କାରଣରୁ ଓ ପ୍ରିୟ ବନ୍ଧୁଙ୍କ ସାନ୍ନିଧ୍ୟ ଲାଭରୁ ଖୁସି ହୋଇପାରନ୍ତି। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ସମସ୍ୟା ସମାଧାନ କରିବାରେ ସଫଳ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ମାର୍ଚ୍ଚ ୧୬ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତିରୁ ଯେଉଁ କାମରେ ହାତଦେବେ ସଫଳତା ନିଶ୍ଚିତ। ବିବାଦୀୟ ସ୍ଥିତି ସୁଧୁରିବ ଏବଂ ଦୂରେଇ ଯାଇଥିବା ବନ୍ଧୁ ପାଖେଇ ଆସିବେ। ପରିବାରରେ ମତାନ୍ତର…

ରାଶିଫଳ: ରବିବାର, ମାର୍ଚ୍ଚ ୧୫ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଦଶମ ସ୍ଥାନରେ ରହିଥିବାରୁ ସ୍ବାସ୍ଥ୍ୟରେ ଉନ୍ନତି, ଉନ୍ନତ ଚିନ୍ତା ଓ ନୂତନ କାମ କରିବାକୁ ମନସ୍ଥ କରିବେ। କେତେକ କ୍ଷେତ୍ରରେ ନିଜର ପ୍ରତିକୂଳ…

ରାଶିଫଳ: ଶନିବାର, ମାର୍ଚ୍ଚ ୧୪ ତାରିଖ – Daily Horoscope

ମେଷ ଆଜି ବୃହସ୍ପତି କ୍ଷେତ୍ରସ୍ଥ ଚନ୍ଦ୍ର ଭଲ କାମରେ ଖର୍ଚ୍ଚାନ୍ତ କରାଇପାରନ୍ତି। ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟାକୁ କେନ୍ଦ୍ର କରି ଅସ୍ଥିରତା କ୍ରମଶଃ ଦୂରେଇଯିବ। ଯାନବାହନ ଚଳାଚଳରେ,…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୧୩ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା, ଅବହେଳାରୁ କାର୍ଯହାନି ଏବଂ ସମ୍ପର୍କ ସ୍ଥାପନରେ ପ୍ରତିବନ୍ଧକ, ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିଲେ ମଧ୍ୟ କିଛି ଗୁରୁତର ହେବନାହିଁ।…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଗହଣରେ ଆମୋଦ ପ୍ରମୋଦର ମଉକା ଜୁଟିବ ଏବଂ ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ। କୃତ୍ତିକା ନକ୍ଷତ୍ର ବିଶିଷ୍ଟ ବ୍ୟକ୍ତିଙ୍କ ଅନୁକମ୍ପାରୁ ପଦମର୍ଯ୍ୟାଦା ବୃଦ୍ଧି ଘଟିବ।…

ରାଶିଫଳ: ବୁଧବାର, ମାର୍ଚ୍ଚ ୧୧ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ମନ ଚଞ୍ଚଳ ରହିବ କିନ୍ତୁ ଅର୍ଥପ୍ରାପ୍ତିରେ ବାଧା ଉପୁଜିବ ନାହିଁ। ଦ୍ୱିଜା ନକ୍ଷତ୍ରର ପାରିବାରିକ ସୁଖ, ସୌଭାଗ୍ୟ ସଙ୍ଗକୁ ଯାତ୍ରା, ବାଣିଜ୍ୟ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧୦ ତାରିଖ – Daily Horoscope

ମେଷ ଆଜି ବିଶିଷ୍ଟ ବ୍ୟକ୍ତିଙ୍କ ପରାମର୍ଶ ଆଶା ଓ ଅଭିଳାଷକୁ ସମ୍ପୂର୍ଣ୍ଣ କରିବାରେ ସାହାଯ୍ୟ କରିବ। ସ୍ବାସ୍ଥ୍ୟ, ବାଣିଜ୍ୟ, କର୍ମାରମ୍ଭ ସକାଶେ ଦିନଟି ଭଲ। ନୂତନ ଯୋଜନା…

ରାଶିଫଳ: ସୋମବାର, ମାର୍ଚ୍ଚ ୯ ତାରିଖ – Daily Horoscope

ମେଷ ଦୈହିକ ସୁସ୍ଥତା ମନୋବଳ ବୃଦ୍ଧି ସହ କାର୍ଯ୍ୟଦକ୍ଷତାରୁ ପ୍ରଶଂସିତ ହେବେ। ମାଙ୍ଗଳିକ କାର୍ଯ୍ୟରେ ଯୋଗଦେବା ସକାଶେ ପଡୋଶୀଙ୍କ ସହଯାତ୍ରୀ ହୋଇପାରନ୍ତି। ସାଧାରଣ କଥାକୁ ନେଇ ଭାବାନ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri