Posted inRasifala

ରାଶିଫଳ: ସୋମବାର, ଏପ୍ରିଲ ୧୮ ତାରିଖ – Daily Horoscope

ମେଷ
ନିକଟ ସମ୍ପର୍କୀୟଙ୍କୁ ଭୁଲ୍‌ ପରାମର୍ଶ ଦେଇ ସମାଲୋଚିତ ହେବେ। କୌଣସି ଗୁରୁତ୍ୱପୂର୍ଣ୍ଣ ଆଲୋଚନାରେ ପରିବାରରୁ ପୂର୍ଣ୍ଣ ସମର୍ଥନ ପାଇ କାମ ହାସଲ କରିବେ। ବନ୍ଧୁଙ୍କ ପରାମର୍ଶରେ ଆଧ୍ୟାତ୍ମିକ ଭାବଧାରାରେ ଉଦ୍‌ବୁଦ୍ଧ ହୋଇପାରନ୍ତି। ନିଜ ଲୋକମାନଙ୍କ ପ୍ରତିରୋଧ ବ୍ୟବସାୟକୁ ବିଶୃଙ୍ଖଳିତ କରିବାର ଆଶଙ୍କା ଅଛି ।
ବୃଷ
ବୃଷ
ଆଜି ହିଁ ଶେଷ କରିବାକୁ ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା କଷ୍ଟକର ହୋଇପାରେ। ପ୍ରତ୍ୟେକ କଥାକୁ ସରଳ ଭାବରେ ଗ୍ରହଣ କରି ଜଟିଳତା ଭିତରକୁ ଟଣା ହୋଇପାରନ୍ତି। କୃଷି,ବାଣିଜ୍ୟ, ବ୍ୟବସାୟ, ଶିଳ୍ପ ଓ ଏଜେନ୍‌ଶିପରୁ ଖୁସି ରହିବେ। କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର କ୍ଷେତ୍ରରେ ସମସ୍ୟାର ସମାଧାନର ମାର୍ଗ ସୁଗମ ହେବ।
ମିଥୁନ
ମିଥୁନ
ଅଫିସ୍‌ରେ ମିଠା କଥା କହି ବନ୍ଧୁଙ୍କ ମନରେ ବିଶ୍ୱାସ ଜନ୍ମାଇବାରେ ସମର୍ଥ ହେବେ। ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇ ଯାଇପାରନ୍ତି। ପାରିବାରିକ ସ୍ଥିତି ମଧ୍ୟ ଆଜି ବିଶେଷ ଭଲ ରହି ନ ପାରେ। ବନ୍ଧୁଙ୍କ ସହାୟତାରେ ମୂଲ୍ୟବାନ ଦ୍ରବ୍ୟ ପାଇପାରନ୍ତି।
କର୍କଟ
କର୍କଟ
ଆପଣଙ୍କ ବିଚାରଧାରା ଅଙ୍କାବଙ୍କା ରାସ୍ତା ଦେଇ ଗତି କରିପାରେ। ତଥାପି ସମସ୍ୟା ମଧ୍ୟରେ ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପ୍ରଦାନ କରିପାରେ। ଆତ୍ମୀୟ ସ୍ବଜନଙ୍କ ସହାୟତାରେ ହାତକୁ ନେଇଥିବା କାର୍ଯ୍ୟ ସମ୍ପନ୍ନ ହେବାର ଆଶା ରଖିପାରନ୍ତି । ଆଲୋଚନା ପରିସରରେ ନିଷ୍ପତ୍ତି ନେବାରେ ପଛେଇ ଯିବେ।
ସି˚ହ
ସି˚ହ
ଆର୍ଥିକ ଅନଟନ ଓ ପାରିବାରିକ କ୍ଷେତ୍ରରେ ରହିଥିବା ବ୍ୟତିକ୍ରମରୁ ମାନସିକ ଶାନ୍ତି ବ୍ୟାହତ ହେବ। ରାଜନୈତିକ କିମ୍ବା ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ସ୍ତ୍ରୀଙ୍କ ସହ ମନୋମାଳିନ୍ୟ ଘଟିବାର ସମ୍ଭାବନା ରହିଛି। ସରକାରୀ ସ୍ତରରେ ରହିଥିବା ସମସ୍ୟାର ସମାଧାନ କରିବା ଦିଗରେ ସଫଳତା ହାସଲ କରିବେ।
କନ୍ୟା
ଆମତ୍ୀୟସ୍ବଜନଙ୍କୁ ମନାଇବା ପାଇଁ ବିଭିନ୍ନ ପ୍ରକାର କୈାଶଳ ଅବଲମ୍ବନ କରିପାରନ୍ତି। ଆଇନ ଓ ଗଣତନ୍ତ୍ରର ଗ୍ରହ ଶନି ହେତୁ ଅଦାଲତରୁ ସୁଫଳ ପାଇବାରେ ଅସୁବିଧା ହେବନାହିଁ । କିନ୍ତୁ ଜମିଜମା କ୍ଷେତ୍ର ପାଇଁ ପ୍ରତିକୂଳତା ସୃଷ୍ଟିର ସମ୍ଭାବନା ରହିବ। ବନ୍ଧୁଙ୍କ ସାହାଯ୍ୟରେ ପାରିବାରିକ ସମସ୍ୟା ସମାଧାନ ହୋଇଯିବ।
ତୁଳା
ତୁଳା
ଭାରାକ୍ରାନ୍ତ ମନ ନେଇ କାମ କରିବେ କିନ୍ତୁ ବିଫଳତା ବଦଳରେ ସଫଳତାରୁ ବିସ୍ମୟାନ୍ବିତ ହେବେ। ଅନ୍ତର୍ଦ୍ୱନ୍ଦ୍ୱ ଲାଗି ରହିବା କାରଣରୁ ନୀରବତାକୁ ପ୍ରାଥମିକତା ଦେଇପାରନ୍ତି। ବିଶାଖା ନକ୍ଷତ୍ରର ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମି ଯାଇପାରେ। ନୂତନ ସ୍ଥାନ ପରିଦର୍ଶନର ସୁଯୋଗ ମାନସିକ ଅସ୍ଥିରତା ଦୂର କରିବାରେ ସହାୟକ ହେବ।
ବିଛା
ବିଛା
ଆକସ୍ମିକ ଭାବେ କୈାଣସି ବିବାଦୀୟ ପରିସ୍ଥିତିରୁ ସହସା ମୁକ୍ତି ମିଳିବାରୁ ଆଶ୍ଚର୍ଯ୍ୟାନ୍ବିତ ହୋଇପାରନ୍ତି ।
ଅଭାବକୁ ପୂରଣ କରିବା ସକାଶେ ଧାର ସୂତ୍ରରେ ଅର୍ଥ ଆଣିବା ପାଇଁ ଆଲୋଚନା କରିପାରନ୍ତି । ଶିଳ୍ପ, ବ୍ୟବସାୟ ଓ ପରିବହନରେ ପରିସ୍ଥିତି ପୂର୍ବପରି ରହିବ। ରାଜନୈତିକ, ସାହିତି୍ୟକ ଓ କଳାକାରମାନଙ୍କ ସକାଶେ ଦିନଟି ଭଲ।
ଧନୁ
ଧନୁ
ସାମୟିକ ପୁରାତନ ରୋଗରେ କଷ୍ଟ ପାଇବେ। ଦୂରଯାତ୍ରା ସଫଳ ହେବ ଓ ଲକ୍ଷ୍ୟସ୍ଥଳକୁ ଯିବାରେ ଅସୁବିଧା ହେବ ନାହିଁ। ପ୍ଲଟିଙ୍ଗ କାରବାର, ଆଲୋଚନା, ପ୍ରେସ୍‌ ଓ ପବ୍ଲିକେଶନରେ ସମସ୍ୟା ସମାଧାନ ହେବ। ଆଳସ୍ୟ ଓ ଅବହେଳାରୁ କେତେକ କ୍ଷେତ୍ରରେ ଅନୁତାପ କରିବେ। ପାରିବାରିକ କ୍ଷେତ୍ରରେ ଛୋଟ କଥାକୁ ନେଇ କଳହ ଲାଗିପାରେ।
ମକର
ମକର
ସାମୟିକ ଶାରୀରୀିକ ଅସୁସ୍ଥତା ହେତୁ ପ୍ରତ୍ୟେକ କାମରେ ପଛୁଆ ରହିବେ। ବନ୍ଧୁଙ୍କ ନିମନ୍ତ୍ରଣ କ୍ରମେ ଦୂରଯାତ୍ରା କରିବା ସକାଶେ ମନ ବଳାଇପାରନ୍ତି। ପୂର୍ବରୁ ସୁପରିକଳ୍ପିତ ଯୋଜନାକୁ ବାସ୍ତବ ରୂପ ଦେବାର ସାମର୍ଥ୍ୟ ଅର୍ଜନ କରିବେ। ଆର୍ଥିକ ସ୍ଥିତି ଚିନ୍ତାଜନକ ନ ହେଲେ ମଧ୍ୟ ଏଥିପାଇଁ ମୁଣ୍ଡ ଖେଳାଇ କାମ କରିବାକୁ ପଡ଼ିବ।
କୁମ୍ଭ
କୁମ୍ଭ
ଆର୍ଥିକ ଅନଟନକୁ ଦୂରେଇବାରେ ସମର୍ଥ ହେବେ। କର୍ମକ୍ଷେତ୍ରରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ। ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ବନ୍ଧୁମାନେ ଠିକ୍‌ ଖବର ଦେବାରେ ହେଳା କରିପାରନ୍ତି। ବ୍ୟବସାୟ, ପରିବହନ,କଳା, ସାହିତ୍ୟ, ଚଳଚ୍ଚିତ୍ର କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ।
ମୀନମୀନ
ଆଜି ଭ୍ରାତୃ ସମ୍ପର୍କ ନିମ୍ନାଭିମୁଖୀ ହେବାର ଆଶଙ୍କା ରହିଛି। ମନର ଭାବକୁ ଗୋପନ ରଖି ବନ୍ଧୁଙ୍କ ସହ ଭାବ ବିନିମୟ କରିବାକୁ ମନସ୍ଥ କରିପାରନ୍ତି। କିନ୍ତୁ ପ୍ରତ୍ୟେକ ସ୍ତରରେ ସହଯୋଗ ଭିତ୍ତିରେ କାମ କଲେ ଉପକାର ପାଇବେ। ଶିଳ୍ପ, ବାଣିଜ୍ୟ,ବ୍ୟବସାୟ କ୍ଷେତ୍ରରେ କେତେକ ଆକସ୍ମିକ ପ୍ରତିବନ୍ଧକ ସୃୃଷ୍ଟି ହୋଇପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୩୦ ତାରିଖ – Daily Horoscope

ମେଷ ଆଜି ପ୍ରତ୍ୟେକ ପରିସ୍ଥିତିରେ ସ୍ଥିର ନିଷ୍ପତ୍ତି ନେବାରେ ବନ୍ଧୁଙ୍କ ପୃଷ୍ଠପୋଷକତା ସହାୟକ ହେବ। ପରିବାରରେ ପୂର୍ବ ସ୍ଥିରୀକୃତ ଯାନ୍ତ୍ରିକ ଜିନିଷ ତଥା ଗୃହୋପକରଣ କିଣିବାକୁ...

ରାଶିଫଳ: ସୋମବାର, ଡିସେମ୍ବର ୨୯ ତାରିଖ – Daily Horoscope

ମେଷ ଆଜି ପ୍ରିୟ ବ୍ୟକ୍ତିଟିର ଅନୁପସ୍ଥିତି ଆଶଙ୍କା କରି ମନ ବ୍ୟାକୁଳ ହୋଇପାରେ। ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ଅଯାଚିତ ଭାବେ ପାଇ ଖୁସି ହୋଇଯିବେ। ଉପରିସ୍ଥଙ୍କ...

ରାଶିଫଳ: ରବିବାର, ଡିସେମ୍ବର ୨୮ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଚତୁର୍ଥ କେନ୍ଦ୍ରରେ ବୃହସ୍ପତି କର୍ମକ୍ଷେତ୍ର ଓ ପାରିବାରିକ ଜୀବନର ବ୍ୟତିକ୍ରମକୁ ସୁଧାରି ନେବେ। ନିଜର ସମ୍ପର୍କୀୟମାନଙ୍କ କୌଣସି ଘରୋଇ ସମସ୍ୟା ବିଷୟରେ ଚିନ୍ତିତ...

ରାଶିଫଳ: ଶନିବାର, ଡିସେମ୍ବର ୨୭ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଶେ ସାମଗ୍ରିକ ସୁଖସୁବିଧା ସାଙ୍ଗକୁ ସମ୍ମାନ ଓ ପ୍ରଶଂସା ପାଇବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ମାର୍ଗଦର୍ଶନ...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍‌ଶିପ୍‌, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri