Posted inRasifala

ରାଶିଫଳ: ସୋମବାର, ଏପ୍ରିଲ ୧୮ ତାରିଖ – Daily Horoscope

ମେଷ
ନିକଟ ସମ୍ପର୍କୀୟଙ୍କୁ ଭୁଲ୍‌ ପରାମର୍ଶ ଦେଇ ସମାଲୋଚିତ ହେବେ। କୌଣସି ଗୁରୁତ୍ୱପୂର୍ଣ୍ଣ ଆଲୋଚନାରେ ପରିବାରରୁ ପୂର୍ଣ୍ଣ ସମର୍ଥନ ପାଇ କାମ ହାସଲ କରିବେ। ବନ୍ଧୁଙ୍କ ପରାମର୍ଶରେ ଆଧ୍ୟାତ୍ମିକ ଭାବଧାରାରେ ଉଦ୍‌ବୁଦ୍ଧ ହୋଇପାରନ୍ତି। ନିଜ ଲୋକମାନଙ୍କ ପ୍ରତିରୋଧ ବ୍ୟବସାୟକୁ ବିଶୃଙ୍ଖଳିତ କରିବାର ଆଶଙ୍କା ଅଛି ।
ବୃଷ
ବୃଷ
ଆଜି ହିଁ ଶେଷ କରିବାକୁ ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା କଷ୍ଟକର ହୋଇପାରେ। ପ୍ରତ୍ୟେକ କଥାକୁ ସରଳ ଭାବରେ ଗ୍ରହଣ କରି ଜଟିଳତା ଭିତରକୁ ଟଣା ହୋଇପାରନ୍ତି। କୃଷି,ବାଣିଜ୍ୟ, ବ୍ୟବସାୟ, ଶିଳ୍ପ ଓ ଏଜେନ୍‌ଶିପରୁ ଖୁସି ରହିବେ। କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର କ୍ଷେତ୍ରରେ ସମସ୍ୟାର ସମାଧାନର ମାର୍ଗ ସୁଗମ ହେବ।
ମିଥୁନ
ମିଥୁନ
ଅଫିସ୍‌ରେ ମିଠା କଥା କହି ବନ୍ଧୁଙ୍କ ମନରେ ବିଶ୍ୱାସ ଜନ୍ମାଇବାରେ ସମର୍ଥ ହେବେ। ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇ ଯାଇପାରନ୍ତି। ପାରିବାରିକ ସ୍ଥିତି ମଧ୍ୟ ଆଜି ବିଶେଷ ଭଲ ରହି ନ ପାରେ। ବନ୍ଧୁଙ୍କ ସହାୟତାରେ ମୂଲ୍ୟବାନ ଦ୍ରବ୍ୟ ପାଇପାରନ୍ତି।
କର୍କଟ
କର୍କଟ
ଆପଣଙ୍କ ବିଚାରଧାରା ଅଙ୍କାବଙ୍କା ରାସ୍ତା ଦେଇ ଗତି କରିପାରେ। ତଥାପି ସମସ୍ୟା ମଧ୍ୟରେ ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପ୍ରଦାନ କରିପାରେ। ଆତ୍ମୀୟ ସ୍ବଜନଙ୍କ ସହାୟତାରେ ହାତକୁ ନେଇଥିବା କାର୍ଯ୍ୟ ସମ୍ପନ୍ନ ହେବାର ଆଶା ରଖିପାରନ୍ତି । ଆଲୋଚନା ପରିସରରେ ନିଷ୍ପତ୍ତି ନେବାରେ ପଛେଇ ଯିବେ।
ସି˚ହ
ସି˚ହ
ଆର୍ଥିକ ଅନଟନ ଓ ପାରିବାରିକ କ୍ଷେତ୍ରରେ ରହିଥିବା ବ୍ୟତିକ୍ରମରୁ ମାନସିକ ଶାନ୍ତି ବ୍ୟାହତ ହେବ। ରାଜନୈତିକ କିମ୍ବା ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ସ୍ତ୍ରୀଙ୍କ ସହ ମନୋମାଳିନ୍ୟ ଘଟିବାର ସମ୍ଭାବନା ରହିଛି। ସରକାରୀ ସ୍ତରରେ ରହିଥିବା ସମସ୍ୟାର ସମାଧାନ କରିବା ଦିଗରେ ସଫଳତା ହାସଲ କରିବେ।
କନ୍ୟା
ଆମତ୍ୀୟସ୍ବଜନଙ୍କୁ ମନାଇବା ପାଇଁ ବିଭିନ୍ନ ପ୍ରକାର କୈାଶଳ ଅବଲମ୍ବନ କରିପାରନ୍ତି। ଆଇନ ଓ ଗଣତନ୍ତ୍ରର ଗ୍ରହ ଶନି ହେତୁ ଅଦାଲତରୁ ସୁଫଳ ପାଇବାରେ ଅସୁବିଧା ହେବନାହିଁ । କିନ୍ତୁ ଜମିଜମା କ୍ଷେତ୍ର ପାଇଁ ପ୍ରତିକୂଳତା ସୃଷ୍ଟିର ସମ୍ଭାବନା ରହିବ। ବନ୍ଧୁଙ୍କ ସାହାଯ୍ୟରେ ପାରିବାରିକ ସମସ୍ୟା ସମାଧାନ ହୋଇଯିବ।
ତୁଳା
ତୁଳା
ଭାରାକ୍ରାନ୍ତ ମନ ନେଇ କାମ କରିବେ କିନ୍ତୁ ବିଫଳତା ବଦଳରେ ସଫଳତାରୁ ବିସ୍ମୟାନ୍ବିତ ହେବେ। ଅନ୍ତର୍ଦ୍ୱନ୍ଦ୍ୱ ଲାଗି ରହିବା କାରଣରୁ ନୀରବତାକୁ ପ୍ରାଥମିକତା ଦେଇପାରନ୍ତି। ବିଶାଖା ନକ୍ଷତ୍ରର ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମି ଯାଇପାରେ। ନୂତନ ସ୍ଥାନ ପରିଦର୍ଶନର ସୁଯୋଗ ମାନସିକ ଅସ୍ଥିରତା ଦୂର କରିବାରେ ସହାୟକ ହେବ।
ବିଛା
ବିଛା
ଆକସ୍ମିକ ଭାବେ କୈାଣସି ବିବାଦୀୟ ପରିସ୍ଥିତିରୁ ସହସା ମୁକ୍ତି ମିଳିବାରୁ ଆଶ୍ଚର୍ଯ୍ୟାନ୍ବିତ ହୋଇପାରନ୍ତି ।
ଅଭାବକୁ ପୂରଣ କରିବା ସକାଶେ ଧାର ସୂତ୍ରରେ ଅର୍ଥ ଆଣିବା ପାଇଁ ଆଲୋଚନା କରିପାରନ୍ତି । ଶିଳ୍ପ, ବ୍ୟବସାୟ ଓ ପରିବହନରେ ପରିସ୍ଥିତି ପୂର୍ବପରି ରହିବ। ରାଜନୈତିକ, ସାହିତି୍ୟକ ଓ କଳାକାରମାନଙ୍କ ସକାଶେ ଦିନଟି ଭଲ।
ଧନୁ
ଧନୁ
ସାମୟିକ ପୁରାତନ ରୋଗରେ କଷ୍ଟ ପାଇବେ। ଦୂରଯାତ୍ରା ସଫଳ ହେବ ଓ ଲକ୍ଷ୍ୟସ୍ଥଳକୁ ଯିବାରେ ଅସୁବିଧା ହେବ ନାହିଁ। ପ୍ଲଟିଙ୍ଗ କାରବାର, ଆଲୋଚନା, ପ୍ରେସ୍‌ ଓ ପବ୍ଲିକେଶନରେ ସମସ୍ୟା ସମାଧାନ ହେବ। ଆଳସ୍ୟ ଓ ଅବହେଳାରୁ କେତେକ କ୍ଷେତ୍ରରେ ଅନୁତାପ କରିବେ। ପାରିବାରିକ କ୍ଷେତ୍ରରେ ଛୋଟ କଥାକୁ ନେଇ କଳହ ଲାଗିପାରେ।
ମକର
ମକର
ସାମୟିକ ଶାରୀରୀିକ ଅସୁସ୍ଥତା ହେତୁ ପ୍ରତ୍ୟେକ କାମରେ ପଛୁଆ ରହିବେ। ବନ୍ଧୁଙ୍କ ନିମନ୍ତ୍ରଣ କ୍ରମେ ଦୂରଯାତ୍ରା କରିବା ସକାଶେ ମନ ବଳାଇପାରନ୍ତି। ପୂର୍ବରୁ ସୁପରିକଳ୍ପିତ ଯୋଜନାକୁ ବାସ୍ତବ ରୂପ ଦେବାର ସାମର୍ଥ୍ୟ ଅର୍ଜନ କରିବେ। ଆର୍ଥିକ ସ୍ଥିତି ଚିନ୍ତାଜନକ ନ ହେଲେ ମଧ୍ୟ ଏଥିପାଇଁ ମୁଣ୍ଡ ଖେଳାଇ କାମ କରିବାକୁ ପଡ଼ିବ।
କୁମ୍ଭ
କୁମ୍ଭ
ଆର୍ଥିକ ଅନଟନକୁ ଦୂରେଇବାରେ ସମର୍ଥ ହେବେ। କର୍ମକ୍ଷେତ୍ରରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ। ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ବନ୍ଧୁମାନେ ଠିକ୍‌ ଖବର ଦେବାରେ ହେଳା କରିପାରନ୍ତି। ବ୍ୟବସାୟ, ପରିବହନ,କଳା, ସାହିତ୍ୟ, ଚଳଚ୍ଚିତ୍ର କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ।
ମୀନମୀନ
ଆଜି ଭ୍ରାତୃ ସମ୍ପର୍କ ନିମ୍ନାଭିମୁଖୀ ହେବାର ଆଶଙ୍କା ରହିଛି। ମନର ଭାବକୁ ଗୋପନ ରଖି ବନ୍ଧୁଙ୍କ ସହ ଭାବ ବିନିମୟ କରିବାକୁ ମନସ୍ଥ କରିପାରନ୍ତି। କିନ୍ତୁ ପ୍ରତ୍ୟେକ ସ୍ତରରେ ସହଯୋଗ ଭିତ୍ତିରେ କାମ କଲେ ଉପକାର ପାଇବେ। ଶିଳ୍ପ, ବାଣିଜ୍ୟ,ବ୍ୟବସାୟ କ୍ଷେତ୍ରରେ କେତେକ ଆକସ୍ମିକ ପ୍ରତିବନ୍ଧକ ସୃୃଷ୍ଟି ହୋଇପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଫେବୃଆରୀ ୨୦ ତାରିଖ – Daily Horoscope

ମେଷ ପାରିବାରିକ କ୍ଷେତ୍ରରେ ମତାନ୍ତର ଥାଇ ମଧ୍ୟ କାମବେଳକୁ ଏକ ମନ ହୋଇଯିବେ। ଦ୍ୱିଜା ନକ୍ଷତ୍ର ସକାଶେ ସ୍ବାର୍ଥସାଧନ ଆଶା ରଖି ମିତ୍ରମାନେ ପ୍ରଶଂସା ଗାଇ ବୁଲିବେ।…

ରାଶିଫଳ: ଗୁରୁବାର, ଫେବୃଆରୀ ୧୯ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣାଧୀନ ରହିବା ସହ ପାରିବାରିକ ଜୀବନରେ ସ୍ନେହ, ସହାନୁଭୂତିର ଅଭାବ ରହିବ ନାହିଁ। ଆବଶ୍ୟକତା ପୂରଣ ସକାଶେ କରଜ କରିବାକୁ ବନ୍ଧୁଙ୍କୁ…

ରାଶିଫଳ: ବୁଧବାର, ଫେବୃଆରୀ ୧୮ ତାରିଖ – Daily Horoscope

ମେଷ ଏକାଦଶ ସ୍ଥାନରେ ପଞ୍ଚଗ୍ରହକୂଟ କୋଣଭାବକୁ ପ୍ରଭାବିତ କରି ଶିକ୍ଷା, ସନ୍ତାନ, ବନ୍ଧୁସମ୍ପର୍କ ଏବଂ ଆଲୋଚନାରେ ସମସ୍ୟା ସୃଷ୍ଟି କରିପାରନ୍ତି। ଶନିଙ୍କ ଦୃଷ୍ଟି ଦ୍ୱିତୀୟଭାବକୁ ରହିଥିବାରୁ ଧନହାନି…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୭ ତାରିଖ – Daily Horoscope

ମେଷ ଆଜିର ଏକାଦଶସ୍ଥ ଗ୍ରହ ସ୍ଥିତି ପ୍ରଭାବରେ ପରୀକ୍ଷା, ଇଣ୍ଟରଭ୍ୟୁ, ସନ୍ତାନଙ୍କ ଉନ୍ନତି ସାଙ୍ଗକୁ ଆର୍ଥିକକ୍ଷେତ୍ର ଭଲ ରହିବ। କର୍ମମୁଖର ରହିବା ସହ ପାରିବାରିକ ଜୀବନ ପ୍ରୀତିପ୍ରଦ…

ରାଶିଫଳ: ସୋମବାର, ଫେବୃଆରୀ ୧୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସମସ୍ତ କାର୍ଯ୍ୟ ସକାଶେ ଅନୁକୂଳ ବାତାବରଣ ସୃଷ୍ଟି କରିବ। କିନ୍ତୁ ଅଶ୍ଳେଷା ସକାଶେ ଯେତେ ଭଲ କଲେ ମଧ୍ୟ ଅନ୍ୟମାନଙ୍କର ଆନ୍ତରିକତା ରହିବନି।…

ରାଶିଫଳ: ରବିବାର, ଫେବୃଆରୀ ୧୫ ତାରିଖ – Daily Horoscope

ମେଷ ଆଜିର କର୍ମଭାବସ୍ଥ ଚନ୍ଦ୍ରମଙ୍ଗଳଯାଗ ଆପଣଙ୍କୁ ଧୈର୍ଯ୍ୟର ସହ କାମ ହାସଲ ଦିଗରେ ସାହାଯ୍ୟ କରିବ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ…

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri