Posted inRasifala

ରାଶିଫଳ: ବୁଧବାର, ଅଗଷ୍ଟ ୧୮ ତାରିଖ – Daily Horoscope

ମେଷ
କର୍ମକ୍ଷେତ୍ରରେ ମଧ୍ୟ ସ୍ବାଧୀନ ଭାବରେ କାର୍ଯ୍ୟ କରିବାରେ ସୁଯୋଗ ପାଇବେ। ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖାଦେବ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିବେ କିନ୍ତୁ କିଛି କରିବାର ନାହିଁ। ପ୍ରତୀକ୍ଷିତ ସ୍ଥାନରୁ ଶୁଭ ଖବର ପାଇ ଉଲ୍ଲସିତ ହେବେ।
ବୃଷ
ବୃଷ
ସ୍ବାସ୍ଥ୍ୟସମସ୍ୟା ମନକୁ ଭାରାକ୍ରାନ୍ତ କରିବ। ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବାର ସମ୍ଭାବନା ରହିଛି। ଯେତେ ପ୍ରକାରର ଚେଷ୍ଟା କଲେ ମଧ୍ୟ ଏହି ସମୟରେ ସରକାରୀ ସ୍ତରରେ ହାରିଗୁହାରି କିଏ ବୁଝିବେ ନାହିଁ। କାମର ବାହାନା ଦେଖାଇ ସାଧାରଣ କଥାରେ ବନ୍ଧୁ ମୁହଁ ଫେରାଇ ନେଇପାରନ୍ତି।
ମିଥୁନ
ମିଥୁନ
ଆକସ୍ମିକ ଭାବରେ ନୂତନ ବନ୍ଧୁତ୍ୱ ସୃଷ୍ଟି ହେବ। ହଠାତ୍‌ ଏକ ଭିନ୍ନ ପରିସ୍ଥିତିରେ ଜଣେ ବନ୍ଧୁ ଅନୁରକ୍ତି ପ୍ରକାଶ କରିବେ। ଅନ୍ୟଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ। ଦୀର୍ଘଦିନରୁ ଲାଗି ରହିଥିବା ମାଲିମକଦ୍ଦମା କ୍ଷେତ୍ରରେ ପୁନଶ୍ଚ ବାଇଦା ପଡ଼ିପାରେ।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ଅଧିକାଂଶ ସମୟ ଅନ୍ୟମନସ୍କତା କାରଣରୁ କେତେକ ଭୁଲ୍‌ କରିପାରନ୍ତି। କରଜଦାତାଙ୍କ ଚାପ ବୃଦ୍ଧି ପାଇବା ହେତୁ ବିବ୍ରତବୋଧ କରିପାରନ୍ତି। କୋର୍ଟକଚେରି ମାମାଲା ଦୁଶ୍ଚିନ୍ତାର କାରଣ ହୋଇପାରେ। ପୁଷ୍ୟା ନକ୍ଷତ୍ରର ଦିନଟି ଗତାନୁଗତିକ ରୀତିରେ ଗଡ଼ି ଚାଲିବ।
ସି˚ହ
ସି˚ହ
ପରିବାର ସଦସ୍ୟଙ୍କ କାର୍ଯ୍ୟକଳାପ ନିଜ ପାଇଁ ଅସନ୍ତୋଷ ସୃଷ୍ଟି କରିବ। ପରିବାରରେ ପାରସ୍ପରିକ ସହାନୁଭୂତିପୂର୍ଣ୍ଣ କଥାବାର୍ତ୍ତା ମାନସିକ ସ୍ଥିରତା ପ୍ରଦାନରେ ସହାୟକ ହେବ। ସାମାଜିକ ସ୍ତରରେ ଗଠନମୂଳକ ପ୍ରସ୍ତାବ ନେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଥଣ୍ଡାଜନିତ କାଶ ଓ କଫଜନିତ ପୀଡ଼ାରୁ କଷ୍ଟ ଅନୁଭବ କରିପାରନ୍ତି।
କନ୍ୟା
ପଡ଼ୋଶୀଙ୍କ ଦୃଷ୍ଟିକୋଣର ଭିନ୍ନତା ଓ ଅସଂଗତ ବିଚାରଧାରା କାରଣରୁ ଭଲ କାମ କରି ମଧ୍ୟ ନିନ୍ଦା ଶୁଣିବେ। ପରିବାରରେ ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦିଅନ୍ତୁ ନାହିଁ। ଆକସ୍ମିକ ଆବଶ୍ୟକତା କାରଣରୁ ଗୃହୋପକରଣ ସାମଗ୍ରୀ କ୍ରୟ କରିବେ। ବିବାହ ସମ୍ପର୍କିତ କଥାରେ ଗୁରୁଜନଙ୍କଠାରୁ ପରାମର୍ଶ ପାଇ ଖୁସି ହେବେ।
ତୁଳା
ତୁଳା
କର୍ମକ୍ଷେତ୍ରରେ ଏକାଧିକ କାମ ହାତକୁ ନେଇ ବ୍ୟଥିତ ହୋଇପାରନ୍ତି। ବିବାଦରେ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ। କର୍ମକ୍ଷେତ୍ରରେ ପଦୋନ୍ନତି ଘଟିବାର ସମ୍ଭାବନା ରହିଛି। ଗୃହସୀମା କିମ୍ବା ଘରଭଡ଼ାକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ ହୋଇପାରନ୍ତି।
ବିଛା
ବିଛା
ମନ ବୁଝିଲାଭଳି କଥା କହି ପରିବାରର ପରିସ୍ଥିତିକୁ ସୁଧାରି ନେବେ। ଅନ୍ୟମାନଙ୍କ ସାହାଯ୍ୟ ଲାଭ କରି ଆଜି ଅସମ୍ପୂର୍ଣ୍ଣ କାମକୁ ପୂର୍ଣ୍ଣାଙ୍ଗ କରିବେ। ବିଶେଷଭ୍ରମଣ ସାଙ୍ଗକୁ ଅନିୟମିତ ଆହାର ଯୋଗୁ ସ୍ବାସ୍ଥ୍ୟରେ ସମସ୍ୟା ଦେଖାଦେଇପାରେ। ଅପ୍ରିୟ ସତ୍ୟ ଭାଷଣରୁ ଦୂରେଇ ନ ରହିଲେ କଳହର ସାମ୍‌ନା କରିବାକୁ ପଡ଼ିବ।
ଧନୁ
ଧନୁ
କର୍ମକ୍ଷେତ୍ରରେ କଥାବାର୍ତ୍ତାରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପଡ଼ିବେ। ସମସ୍ୟା ସମାଧାନର ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ। ପରିବାରରେ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ବନ୍ଧୁଙ୍କ ପ୍ରତିଶ୍ରୁତି ଉପରେ ଭରସା କରିପାରିବେ ନାହିଁ।
ମକର
ମକର
ବିବାଦୀୟ ଘଟଣାରେ ପୁରୁଣା କଥାକୁ ବେଶି ଦୋହରାଇବା ଠିକ୍‌ ହେବନି। ପ୍ରକାଶନ ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ। ପାରିବାରିକ ଅସ୍ଥିରତା କାରଣରୁ ମହିଳାମାନେ ଚିନ୍ତିତ ରହିବେ। ଆର୍ଥିକ ସ୍ଥିତି ପ୍ରାୟତଃ ପୂର୍ବପରି ରହିବ।
କୁମ୍ଭ
କୁମ୍ଭ
ପରିସ୍ଥିତିବଶତଃ କର୍ମକ୍ଷେତ୍ରରେ ସବୁ ଜାଣିଶୁଣି ନୀରବତା ଅବଲମ୍ବନ କରିବେ। କର୍ମକ୍ଷେତ୍ରରେ ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ। ଦିନର ଅଧିକାଂଶ ସମୟ ଅନ୍ୟମନସ୍କ ହେତୁ କେତେକ ବ୍ୟତିକ୍ରମ ପରିଲକ୍ଷିତ ହେବ। ଅସାବଧାନତା କାରଣରୁ ଅର୍ଥ କିମ୍ବା ଦ୍ରବ୍ୟହାନି ଯୋଗୁ ବ୍ୟସ୍ତତା ବଢ଼ିଯାଇପାରେ।
ମୀନମୀନ
ଆଜି ଦିନଟିରେ ଅର୍ଥଲାଭ ସଙ୍ଗକୁ ସାମାଜିକ ସ୍ତରରେ ସମ୍ମାନ ଲାଭ କରିିବେ। ଅତୀତର କୌଣସି ଘଟଣାରେ ମନ ଉଦ୍‌ବେଳିତ ରହିପାରେ। ସ୍ବାସ୍ଥ୍ୟହାନି କିମ୍ବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ମଧ୍ୟ ଭଲ ରହିବ ନାହିଁ। ଅବଶ୍ୟ ରେବତୀ ନକ୍ଷତ୍ର ଏହାର ଠିକ୍‌ ଓଲଟା ଫଳ ପାଇବେ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଏପ୍ରିଲ ୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଭାଗ୍ୟସ୍ଥାନରେ ରହିଥିବାରୁ ଯାହା ଚାହିଁବେ ତାହା ସୁବିଧାରେ ପ୍ରାପ୍ତ ହେବ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି କାର୍ଯ୍ୟକାରୀ କରିବା ପାଇଁ ମନ ବଳାଇପାରନ୍ତି।…

ରାଶିଫଳ: ବୁଧବାର, ଏପ୍ରିଲ ୮ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି କଲେ ମଧ୍ୟ ମାନସିକ ଶାନ୍ତିଠାରୁ ଦୂରେଇ ରଖିପାରନ୍ତି। ପାରିବାରିକ ସଦ୍‌ଭାବ ଅକ୍ଷୁଣ୍ଣ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଉପୁଜିପାରେ।…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri