Posted inRasifala

ରାଶିଫଳ: ଗୁରୁବାର, ଅଗଷ୍ଟ ୧୮ ତାରିଖ – Daily Horoscope

ମେଷ
କର୍ମକ୍ଷେତ୍ରରେ ମଧ୍ୟ ସ୍ବାଧୀନ ଭାବରେ କାର୍ଯ୍ୟ କରିବାର ସୁଯୋଗ ପାଇବେ। ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖାଦେବ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିଲେ ମଧ୍ୟ କିଛି କରିପାରିବେ ନାହିଁ। ଦ୍ୱିଜା ନକ୍ଷତ୍ର ପ୍ରତୀକ୍ଷିତ ସ୍ଥାନରୁ ଶୁଭ ଖବର ପାଇ ଉଲ୍ଲସିତ ହେବେ।
ବୃଷ
ବୃଷ
ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ଉଦାସ ରହିବେ। ଯେତେ ପ୍ରକାର ଚେଷ୍ଟା କଲେ ମଧ୍ୟ ଏହି ସମୟରେ ସରକାରୀ ସ୍ତରରେ ହାରିଗୁହାରି କେହି ବୁଝିବେ ନାହିଁ। କାମର ବାହାନା ଦେଖାଇ ସାଧାରଣ କଥାରେ ବନ୍ଧୁ ମୁହଁ ଫେରାଇ ନେଇପାରନ୍ତି। ରୋହିଣୀ ନକ୍ଷତ୍ର ସାହିତ୍ୟ, କଳା, ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ।
ମିଥୁନ
ମିଥୁନ
ଆଜି ଆପଣ ଯେଉଁ କାମରେ ହାତ ଦିଅନ୍ତୁନା କାହିଁକି ତାହା ସହଜ ଓ ସୁବିଧାରେ ସମ୍ପନ୍ନ ହୋଇପାରିବ। ଅନ୍ୟ ଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ। ସାମାନ୍ୟ ବିଳମ୍ବରେ ଅଭିଳଷିତ ଅର୍ଥ ପାଇବେ ଓ କାମଟି ବିଳମ୍ବରେ ହେବ। ଆରଦ୍ରା ନକ୍ଷତ୍ର ମାଲିମକଦ୍ଦମା କ୍ଷେତ୍ରରେ ବାଇଦା ପଡ଼ିପାରେ।
କର୍କଟ
କର୍କଟ
ଅଧିକାଂଶ ସମୟ ଅନ୍ୟମନସ୍କତା କାରଣରୁ କେତେକ ଭୁଲ୍‌ କରିପାରନ୍ତି। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ। କରଜଦାତାଙ୍କ ଚାପ ବୃଦ୍ଧି ପାଇବା ହେତୁ ବିବ୍ରତ ରହିବେ। ପୁନର୍ବସୁ ନକ୍ଷତ୍ରର କୋର୍ଟକଚେରି ମାମଲାର ଆଶୁ ଶୁଣାଣି ହୋଇଯିବ।
ସି˚ହ
ସି˚ହ
ଗୃହରେ ଉନ୍ନତ ଚିନ୍ତା ମାନସିକ ସ୍ଥିରତା ପ୍ରଦାନରେ ସହାୟକ ହେବ। ଗୁରୁଜନଙ୍କ ସାନ୍ତ୍ବନା ବାଣୀ ମନରେ ଆଶ୍ୱସ୍ତି ଭରିପାରେ। ଗଠନମୂଳକ ପ୍ରସ୍ତାବ ନେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ପରିବାରର ଖର୍ଚ୍ଚ ପରିମାଣ ଦି’ଗୁଣା ହୋଇପାରେ।
କନ୍ୟା
ଅନ୍ୟମାନଙ୍କ ଦୃଷ୍ଟିକୋଣର ଭିନ୍ନତା ଓ ଅସଙ୍ଗତ ବିଚାରଧାରା କାରଣରୁ ଭଲ କାମ କରି ମଧ୍ୟ ନିନ୍ଦା ଶୁଣିବେ। କଠିନ ପରିଶ୍ରମ ଜନିତ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ପ୍ରତ୍ୟେକ କ୍ଷେତ୍ରରେ ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦିଅନ୍ତୁ ନାହିଁ। ଘରେ ବନ୍ଧୁମିଳନ ଆମୋଦପ୍ରମୋଦର ସୁଅ ଛୁଟିବ।
ତୁଳା
ତୁଳା
କର୍ମକ୍ଷେତ୍ରରେ ଏକାଧିକ କାମ ହାତକୁ ନେଇ ବ୍ୟଥିତ ହେବେ। ସ୍ବାତୀ ନକ୍ଷତ୍ରର କର୍ମକ୍ଷେତ୍ରର ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ। ଚାକିରି କ୍ଷେତ୍ରରେ ପଦୋନ୍ନତି ଘଟିବାର ସମ୍ଭାବନା ରହିଛି । ଗୃହସୀମା କିମ୍ବା ଘରଭଡ଼ାକୁ କେନ୍ଦ୍ରକରି ବିତର୍କର ସମ୍ମୁଖୀନ ହୋଇପାରନ୍ତି।
ବିଛା
ବିଛା
ମନ ବୁଝିଲାଭଳି କଥା କହି ପରିସ୍ଥିତିକୁ ସୁଧାରି ନେବେ। ସେବାର ସୁଯୋଗ ଲାଭ କରିବେ ଓ କେତେକାଂଶରେ ଆତ୍ମତୃପ୍ତି ଲାଭ କରିବେ। ଅନ୍ୟମାନଙ୍କ ସାହାଯ୍ୟ ଲାଭ କରି ଆଜି ଅସମ୍ପୂର୍ଣ୍ଣ କାମକୁ ପୂର୍ଣ୍ଣାଙ୍ଗ କରିବେ। ଅନୁରାଧା ନକ୍ଷତ୍ର ଅପ୍ରିୟ ସତ୍ୟ ଭାଷଣରୁ ଦୂରେଇ ନ ରହିଲେ କଳହର ସାମ୍‌ନା କରିବାକୁ ପଡ଼ିବ।
ଧନୁ
ଧନୁ
କଥାବାର୍ତ୍ତାରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପଡ଼ିବେ । ସତ୍‌ସଙ୍ଗ ପ୍ରତି ମନ ବଳିବ ଓ ସାଧନା କ୍ଷେତ୍ରରେ ଅଗ୍ରଗତି କରିବେ। ସମସ୍ୟା ସମାଧାନରେ ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ। ମୂଳା ନକ୍ଷତ୍ରର ପରିବାରରେ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ।
ମକର
ମକର
ଦିନର ଅଧିକାଂଶ ସମୟ ବନ୍ଧୁଙ୍କ ମେଳରେ ରହିବାର ସୁଯୋଗ ପାଇବେ। ପାରିବାରିିକ ପରିସ୍ଥିତି ପୂର୍ବପରି ରହିବ, ଯାହାକି କାମ ପାଇଁ ମନୋବଳ ସୃଷ୍ଟି ହେବ। ପୁରୁଣା କଥାକୁ ବେଶି ଦୋହରାଇବା ଠିକ୍‌ ହେବନି। ଧନିଷ୍ଠା ନକ୍ଷତ୍ରର ପ୍ରକାଶନ ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ।
କୁମ୍ଭ
କୁମ୍ଭ
ପରୋପକାର ମନୋବୃତ୍ତି ହେତୁ ସାମାଜିକ ସ୍ତରରେ ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ ସମସ୍ୟା ଜନିତ ଅନ୍ୟମନସ୍କହେତୁ କେତେକ ବ୍ୟତିକ୍ରମ ପରିଲକ୍ଷିତ ହେବ। ପରିବାରର ଆର୍ଥିକ ଦୁରବସ୍ଥା ଯୋଗୁ ବିଚଳିତ ବୋଧ କରିପାରନ୍ତି। ବ୍ୟବସାୟିକ ସ୍ଥିତି ପୂର୍ବପରି ଅକ୍ଷୁଣ୍ଣ ରହିବ।
ମୀନମୀନ
ସ୍ବାସ୍ଥ୍ୟହାନି କିମ୍ବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ମଧ୍ୟ ଭଲ ରହିବ ନାହିଁ। ଅସଫଳ କାମଗୁଡ଼ିକର ସମୀକ୍ଷା କରିବେ ଓ ଅସଂଗତି ଦୂର କରିବାର ପ୍ରଯତ୍ନ କରିବେ। ବିଭିନ୍ନ ବିଷୟକୁ ସ୍ମରଣ କରି ଅନ୍ୟମନସ୍କତା କାରଣରୁ କେତେକ ଭୁଲ କରିପାରନ୍ତି। ରେବତୀ ନକ୍ଷତ୍ର ସାହିତ୍ୟ କ୍ଷେତ୍ରରେ ଆଦୃତ ହେବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri