Posted inRasifala

ରାଶିଫଳ: ରବିବାର, ଡିସେମ୍ବର ୧୮ ତାରିଖ – Daily Horoscope

ମେଷ
ଆଜି ପ୍ରତ୍ୟେକ ସ୍ତରରେ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମ ତ୍ୱରାନ୍ୱିତ କରିବେ। କୃତ୍ତିକା ନକ୍ଷତ୍ର ଉପସ୍ଥିତ ବୁଦ୍ଧି ଖଟାଇ ବିବାଦୀୟ ପରିସ୍ଥିତିକୁ ସମ୍ଭାଳି ନେବେ। କର୍ମକ୍ଷେତ୍ରରେ ଏକାଧିକ କାମ ହାତକୁ ନେଇ ବ୍ୟସ୍ତ ବିବ୍ରତ ହୋଇପାରନ୍ତି। ସାମାଜିକ ସ୍ତରରେ ସାମାନ୍ୟ ଅସୁବିଧା ଥିବାର ଅନୁଭବ କରିବେ।
ବୃଷ
ବୃଷ
କର୍ମକ୍ଷେତ୍ରରେ ବନ୍ଧୁଙ୍କ ପ୍ରଶଂସା ଓ ପ୍ରୋତ୍ସାହନ ପାଇ ମନୋବଳ ବୃଦ୍ଧି ପାଇବ। ଚାପରେ ପଡ଼ି ଏକାଧିକ କାମ ହାତକୁ ନେଇ ବ୍ୟସ୍ତ ବିବ୍ରତ ହୋଇପାରନ୍ତି। ମୃଗଶିରା ନକ୍ଷତ୍ରର କଚେରି ମାମଲାର ଶୁଣାଣି ବିଳମ୍ବରେ ଘଟିବା ହେତୁ ଟେନ୍‌ସନ ବୃଦ୍ଧି ପାଇପାରେ। କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରୁ ସୁଫଳ ମିଳିବ।
ମିଥୁନ
ମିଥୁନ
ପାରିବାରିକ କ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ ବଢ଼ିପାରେ। ନିକଟ ଅତୀତ ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ଅନ୍ୟମାନଙ୍କ କାନକୁହା କଥା ଶୁଣି ଉପର ଅଧିକାରୀ ଆପଣଙ୍କ ଉପରେ ଖପ୍ପା ହୋଇ ପାରନ୍ତି। ପୁନର୍ବସୁ ନକ୍ଷତ୍ର କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ।
କର୍କଟ
କର୍କଟ
କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରହନ୍ତୁ, ନତୁବା କଳହର ସମ୍ମୁଖୀନ ହେବାକୁ ପଡ଼ିପାରେ। ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ବିଳମ୍ବରେ ପାଇବେ। ଆନୁଷ୍ଠାନିକ କାମ ଓ ସଭାସମିତିରେ ସଫଳତା ହାସଲ କରିବେ। ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି।
ସି˚ହ
ସି˚ହ
ଆପଣଙ୍କ ଯୁକ୍ତିଯୁକ୍ତ କଥାକୁ ବନ୍ଧୁମାନେ ପସନ୍ଦ କରିବା ସହ ସହମତି ପ୍ରକାଶ କରିବେ। ପରିବାରରେ ପିଲାମାନଙ୍କ ସମସ୍ୟା ଭିତରେ ନିଜେ ବାନ୍ଧି ହୋଇ ଯାଇ ପାରନ୍ତି। ଦୀର୍ଘ ଦିନରୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇବେ। ଆର୍ଥିକ ସ୍ବଚ୍ଛଳତା ଥିଲେ ମଧ୍ୟ ମାନସିକ ଶାନ୍ତି ବ୍ୟାହତ ହୋଇପାରେ।
କନ୍ୟା
ସମସ୍ୟା ରହିଥିଲେ ମଧ୍ୟ ବିଶେଷ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିବ ନାହିଁ। ସହକର୍ମୀଙ୍କ ସାହାଯ୍ୟରେ ଦୀର୍ଘ ଦିନର ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି। ଚିତ୍ରା ନକ୍ଷତ୍ର ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ।
ତୁଳା
ତୁଳା
ଆନୁଷଙ୍ଗିକ ସୁବିଧା ସୁଯୋଗ ପାଇ କାବ୍ୟ, ସାହିତ୍ୟ, କଳା, କାରିଗରି ପ୍ରତି ରୁଚି ବଳିବ। ବିଭିନ୍ନ ସୂତ୍ରରୁ ରୋଜଗାର କରିବେ, କିନ୍ତୁ ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ବଢ଼ିପାରେ। ସ୍ବାତି ନକ୍ଷତ୍ର ବାଣିଜ୍ୟ, ନିର୍ମାଣାଦି କ୍ଷେତ୍ରରେ ଅସମ୍ପୂର୍ଣ୍ଣ କାର୍ଯ୍ୟକୁ ସମ୍ପୂର୍ଣ୍ଣ କରିବେ। ବିବାଦୀୟ ପରିସରରେ ଉପସ୍ଥିତ ବୁଦ୍ଧି ଖଟାଇ ପରିସ୍ଥିତିକୁ ସମ୍ଭାଳି ନେବେ।
ବିଛା
ବିଛା
ମନକଥା ମନ ଭିତରେ ରଖି କୌଶଳ ମାଧ୍ୟମରେ କାମଗୁଡ଼ିକୁ ହାସଲ କରିପାରିବେ। ସଭାସମିତି କିମ୍ବା ପ୍ରଶାସନିକ ସ୍ତରରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ। ବିଶାଖା ନକ୍ଷତ୍ର ମୂଲ୍ୟବାନ୍‌ ଦ୍ରବ୍ୟ ପାଇପାରନ୍ତି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଲାଭବାନ୍‌ ହେବେ।
ଧନୁ
ଧନୁ
ସାମାନ୍ୟ ବଚସାରୁ ପ୍ରିୟ ବନ୍ଧୁଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିବେ। ସ୍ତ୍ରୀଙ୍କ ସହ ମତ ପାର୍ଥକ୍ୟ ଦେଖାଦେବା ସାଙ୍ଗକୁ ମାନସିକ ଅସୁସ୍ଥତା ଅନୁଭବ କରିବେ। ପୂର୍ବଷାଢ଼ା ନକ୍ଷତ୍ରର ଆଜିର ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ। ପିଲାମାନଙ୍କ କଳହକୁ କେନ୍ଦ୍ରକରି ପଡ଼ୋଶୀ କ୍ରୋଧ ପ୍ରକାଶ କରିପାରନ୍ତି।
ମକର
ମକର
ସକାଳୁ ଆଶାନୁଯାୟୀ ଅର୍ଥ ସାହାଯ୍ୟ ପାଇବା ଆଶାରେ ବନ୍ଧୁଙ୍କୁ ବିଭିନ୍ନ ବିନୟପୂର୍ଣ୍ଣ କଥା କହିପାରନ୍ତି। ଆଜି ଶ୍ରବଣା ନକ୍ଷତ୍ର ଅଧ୍ୟୟନରେ, ଗବେଷଣା ତଥା ତର୍କବିତର୍କରେ ପ୍ରଶଂସିତ ହେବେ। ପାରିବାରିକ ସ୍ତରରେ ପ୍ରତିକୂଳ ପରିସ୍ଥିତିର ଚାପ ବଢ଼ିପାରେ। ପ୍ରତିବେଶୀଙ୍କ ସହ ସମ୍ପର୍କ ମଧୁର କରିବା ସକାଶେ ଆପ୍ରାଣ ଚେଷ୍ଟା କରିବେ।
କୁମ୍ଭ
କୁମ୍ଭ
ଅଫିସିଆଲି ସକାଶେ ଆଗନ୍ତୁକଟି ପ୍ରଶଂସାରେ ଶତମୁଖ ହୋଇ ଉଠିବ। ପରିବାରରେ ଭାବୁଥିବା କଥାଟି ବନ୍ଧୁଙ୍କ ସାମ୍ନାରେ ପ୍ରକାଶ କରିପାରିବେ ନାହିଁ। ନିକଟ ସମ୍ପର୍କୀୟମାନଙ୍କ ପକ୍ଷପାତିତାକୁ ନାପସନ୍ଦ କରିବେ, କିନ୍ତୁ କିଛି କହିପାରିବେ ନାହିଁ। ଶତଭିଷା ନକ୍ଷତ୍ର ସକାଶେ ଭ୍ରାତୃ ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ।
ମୀନମୀନ
କର୍ମକ୍ଷେତ୍ରରେ କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରି ଏକ ପ୍ରକାର ଆଶ୍ୱସ୍ତି ଲାଭ କରିବେ। ପୂର୍ବଭାଦ୍ର ନକ୍ଷତ୍ରର ବିଭିନ୍ନ କ୍ଷେତ୍ରରେ ଖର୍ଚ୍ଚଭାର ଯୋଗୁ ଚିନ୍ତାପ୍ରକଟ କରିବେ। କେତେକ ସ୍ଥାନରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି। ଆମତ୍ନିର୍ଭରଶୀଳ ହୋଇ ମନକୁ ବୁଝାଇ ଆଗାମୀ ଭବିଷ୍ୟତର ପରିକଳ୍ପନା କରିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ସେପ୍ଟେମ୍ବର ୧୪ ତାରିଖ – Daily Horoscope

ମେଷ ଆଜିର ପ୍ରତ୍ୟୁଷଯାତ୍ରା, ବିବାଦୀୟ ଘଟଣା, ପ୍ରତିଯୋଗିତାମୂଳକ କାର୍ଯ୍ୟରେ ସଫଳତା ମିଳିବାର ଆଶା କରାଯାଇପାରେ। ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ସୁପରିକଳ୍ପିତ ନୂଆ ଯୋଜନାଟିଏ କରିବା ସକାଶେ…

ରାଶିଫଳ: ରବିବାର, ସେପ୍ଟେମ୍ବର ୧୩ ତାରିଖ – Daily Horoscope

ମେଷ କର୍ମାଧିପ ଭାଗ୍ୟାଧିପ ଦୃଷ୍ଟିରେ ଥିବାରୁ ସାହାଯ୍ୟ ଓ ସହଯୋଗ ପାଇ କାମକୁ ତ୍ୱରାନ୍ବିତ କରିବେ। ପରିବର୍ତ୍ତିତ ଜୀବନଶୈଳୀ ଓ ସ୍ବାସ୍ଥ୍ୟ ସଚେତନତା ଅଭାବରୁ ଶାରୀରିକ ସୁସ୍ଥତା…

ରାଶିଫଳ: ଶନିବାର, ସେପ୍ଟେମ୍ବର ୧୨ ତାରିଖ – Daily Horoscope

ମେଷ ଅଶ୍ୱିନୀ ନକ୍ଷତ୍ରର କର୍ମକ୍ଷେତ୍ରରେ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବାକୁ ପଡ଼ିପାରେ। ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ଦୁର୍ବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?