Posted inRasifala

ରାଶିଫଳ: ସୋମବାର, ଡିସେମ୍ବର ୧୮ ତାରିଖ – Daily Horoscope

ମେଷ
ଆଜି ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବେ। ଅଶ୍ୱିନୀ ନକ୍ଷତ୍ର ବିବାଦୀୟ ପରିସ୍ଥିତିରେ ଉପସ୍ଥିତ ବୁଦ୍ଧି ଖଟାଇ ପରିସ୍ଥିତିକୁ ସମ୍ଭାଳି ନେବେ। କର୍ମକ୍ଷେତ୍ରରେ ଏକାଧିକ କାମ ହାତକୁ ନେଇ ବ୍ୟସ୍ତବିବ୍ରତ ହୋଇପାରନ୍ତି। ପ୍ରତ୍ୟେକ କ୍ଷେତ୍ରରେ ସାମାନ୍ୟ ଅସୁବିଧା ଥିବା ଅନୁଭବ କରିବେ।
ବୃଷ
ବୃଷ
କର୍ମକ୍ଷେତ୍ରରେ ବନ୍ଧୁଙ୍କ ପ୍ରଶଂସା ଓ ପ୍ରୋତ୍ସାହନ ପାଇ ମନୋବଳ ବୃଦ୍ଧି ପାଇବ। ଅନ୍ୟମାନଙ୍କ ଚାପରେ ପଡି ଏକାଧିକ କାମ ହାତକୁ ନେଇ ବ୍ୟସ୍ତ ବିବ୍ରତ ହୋଇପାରନ୍ତି। କଚେରି ମାମଲାର ଶୁଣାଣି ବିଳମ୍ବରେ ଘଟିବା ହେତୁ ଟେନ୍ସନ ବୃଦ୍ଧି ପାଇପାରେ। ରୋହିଣୀ ନକ୍ଷତ୍ର କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡା ଓ ଚଳଚ୍ଚିତ୍ର କ୍ଷେତ୍ରରୁ ସୁଫଳ ମିଳିବ।
ମିଥୁନ
ମିଥୁନ
ପାରିବାରିକ କ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ ବଢିପାରେ। ପୁନର୍ବସୁ ନକ୍ଷତ୍ରର ଅତୀତ ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ଆଶଙ୍କା ରହିଛି। ଅନ୍ୟମାନଙ୍କ କାନକୁହା କଥା ଶୁଣି ଉପର ଅଧିକାରୀ ଆପଣଙ୍କ ଉପରେ ଖପ୍ପା ହୋଇପାରନ୍ତି। ମନ ଭିତର ଗୋପନ କଥାକୁ ଅନ୍ୟକୁ କହି ସମାଲୋଚିତ ହେବେ।
କର୍କଟ
କର୍କଟ
ଆଜି ଅଶ୍ଳେଷା ନକ୍ଷତ୍ର ପୂର୍ବରୁ କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରହନ୍ତୁ ନତୁବା କଳହର ସମ୍ମୁଖୀନ ହେବାକୁ ପଡିପାରେ। ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ବିଳମ୍ବରେ ପାଇବେ। ଆନୁଷ୍ଠାନିକ କାମ ଓ ସଭାସମିତିରେ ସଫଳତା ହାସଲ କରିବେ। ପରକଥାରେ ପଡି ନିଜ ଲୋକଙ୍କୁ ଭୁଲ୍‌ ବୁଝିପାରନ୍ତି।
ସି˚ହ
ସି˚ହ
ଆପଣଙ୍କ ଯୁକ୍ତିଯୁକ୍ତ କଥାକୁ ବନ୍ଧୁମାନେ ପସନ୍ଦ କରିବା ସହ ସହମତି ପ୍ରକାଶ କରିବେ। ମଘା ନକ୍ଷତ୍ରର ପରିବାରରେ ପିଲାମାନଙ୍କ ସମସ୍ୟା ଭିତରେ ନିଜେ ବାନ୍ଧିହୋଇ ଯାଇ ପାରନ୍ତି। ଦୀର୍ଘ ଦିନରୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି। କର୍ମକ୍ଷେତ୍ରରେ ମିତ୍ର, ବନ୍ଧୁମାନେ ଆବଶ୍ୟକ ସହଯୋଗ କରିବେ।
କନ୍ୟା
ସମସ୍ୟା ରହିଥିଲେ ମଧ୍ୟ ବିଶେଷ ଅସୁବିଧାର ସମ୍ମୁଖୀନ ହେବାକୁ ପଡିବ ନାହିଁ। ସହକର୍ମୀଙ୍କ ସାହାଯ୍ୟରେ ଦୀର୍ଘଦିନର ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ହସ୍ତା ନକ୍ଷତ୍ର କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି। ସାଧାରଣ କଥାକୁ ଜଟିଳ ଆକାରରେ ଗ୍ରହଣ କରିବେ।
ତୁଳା
ତୁଳା
ଆନୁଷଙ୍ଗିକ ସୁବିଧା ସୁଯୋଗ ପାଇ ଖୁସି ରହିବେ ଏବଂ କାବ୍ୟ, ସାହିତ୍ୟ, କଳା, କାରିଗରି ପ୍ରତି ରୁଚି ବଳିବ। ସ୍ବାତୀ ନକ୍ଷତ୍ର ବିଭିନ୍ନ ସୂତ୍ରରୁ ରୋଜଗାର କରିବେ କିନ୍ତୁ ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ବଢିପାରେ। ବାଣିଜ୍ୟ, ନିର୍ମାଣାଦି କ୍ଷେତ୍ରରେ ଅସମ୍ପୂର୍ଣ୍ଣ କାର୍ଯ୍ୟକୁ ସମ୍ପୂର୍ଣ୍ଣ କରିବେ। ବିବାଦୀୟ ପରିସରରେ ଉପସ୍ଥିତ ବୁଦ୍ଧି ଖଟାଇ ପରିସ୍ଥିତିକୁ ସମ୍ଭାଳି ନେବେ।
ବିଛା
ବିଛା
କୈାଶଳ ମାଧ୍ୟମରେ କାମ ହାସଲ କରିପାରିବେ। ସଭାସମିତି କିମ୍ବା ପ୍ରଶାସନିକ ସ୍ତରରେ ସମସ୍ୟାର ସରଳ ସମାଧାନ ହୋଇଯିବ। ଅନୁରାଧା ନକ୍ଷତ୍ର ଶିଳ୍ପ, ବ୍ୟବସାୟ ଓ ପରିବହନରେ ଲାଭବାନ ହେବେ। କ୍ରୀଡା, ଚଳଚ୍ଚିତ ୍ରଓ କଳା ସାହିତ୍ୟରେ ସମସ୍ୟା ସମାଧାନ ହେବାର କ୍ଷୀଣ ଆଶା ମନରେ ଉଙ୍କି ମାରିବ।
ଧନୁ
ଧନୁ
ଆଜି ପୂର୍ବାଷାଢା ନକ୍ଷତ୍ରର କର୍ମକ୍ଷେତ୍ର, ପ୍ରକାଶନ, ପ୍ରଶାସନିକ ଏବଂ ନିର୍ମାଣ କ୍ଷେତ୍ରରେ ଦ୍ୱନ୍ଦ ଦୂର ହେବ। ପ୍ରିୟ ବନ୍ଧୁଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିବେ। ସ୍ତ୍ରୀଙ୍କ ସହ ମତପାର୍ଥକ୍ୟ ଦେଖାଦେବା ସାଙ୍ଗକୁ ସାମାନ୍ୟ ଶାରୀରିକ ଅସୁସ୍ଥତା ଅନୁଭବ କରିବେ। ପିଲାମାନଙ୍କ କଳହକୁ କେନ୍ଦ୍ରକରି ପଡୋଶୀ କ୍ରୋଧ ପ୍ରକାଶ କରିପାରନ୍ତି।
ମକର
ମକର
ଆଜି ଆଶାନୁଯାୟୀ ଅର୍ଥ ସାହାଯ୍ୟ ପାଇବା ଆଶାରେ ବନ୍ଧୁଙ୍କୁ ବିନୟପୂର୍ଣ୍ଣ କଥା କହିବେ। ଶ୍ରବଣାର ପାରିବାରିକ ସ୍ତରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢିପାରେ। ସବୁକିଛି ଜାଣିଥିଲେ ମଧ୍ୟ ପ୍ରତ୍ୟେକ କ୍ଷେତ୍ରରେ ନୀରବଦ୍ରଷ୍ଟା ଭଳି କାମ କରିବେ। ନିଜର ପ୍ରତିବେଶୀଙ୍କ ସହ ସମ୍ପର୍କ ମଧୁର କରିବା ସକାଶେ ଆପ୍ରାଣ ଚେଷ୍ଟା କରିବେ।
କୁମ୍ଭ
କୁମ୍ଭ
ଶତଭିଷା ନକ୍ଷତ୍ର ବିଭିନ୍ନ କଥା ଚିନ୍ତା କରି ମାନସିକ ସ୍ଥିତି ଭଲ ରହିନପାରେ। ଅଫିସିଆଲି କାମ ହାସଲ କରିବା ସକାଶେ ଆଗନ୍ତୁକଟି ପ୍ରଶଂସାରେ ଶତମୁଖ ହୋଇ ଉଠିବ। ପରିବାରରେ ଭାବୁଥିବା କଥାଟି ବନ୍ଧୁଙ୍କ ମୁହଁ ସାମ୍ନାରେ ପ୍ରକାଶ କରିପାରିବେ ନାହିଁ। ନିକଟ ସମ୍ପର୍କୀୟମାନଙ୍କ ପକ୍ଷପାତିତାକୁ ନାପସନ୍ଦ କରିବେ, କିନ୍ତୁ କିଛି କହିପାରିବେ ନାହିଁ।
ମୀନମୀନ

କର୍ମକ୍ଷେତ୍ରରେ କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରି ଏକପ୍ରକାର ଆଶ୍ୱସ୍ତି ଲାଭ କରିବେ। ପରିବାରରେ ଶୁଣାକଥାକୁ ବିଶ୍ୱାସ କରି କୌଣସି କାମ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ଉତ୍ତରଭାଦ୍ରବ ନକ୍ଷତ୍ର ବିଭିନ୍ନ କ୍ଷେତ୍ରରେ ଖର୍ଚ୍ଚଭାର ଯୋଗୁ ଚିନ୍ତାପ୍ରକଟ କରିବେ। ଆତ୍ମନିର୍ଭରଶୀଳ ହୋଇ ମନକୁ ବୁଝାଇ ଆଗାମୀ ଭବିଷ୍ୟତର ପରି କଳ୍ପନା କରିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ମାର୍ଚ୍ଚ ୨୫ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ପ୍ରତି ମଙ୍ଗଳଙ୍କ ପ୍ରତ୍ୟକ୍ଷଦୃଷ୍ଟି ପ୍ରଭାବରେ କାର୍ଯ୍ୟ ହାସଲ କରିବେ। ରାହୁଙ୍କ ପ୍ରଭାବଜନିତ ପଡ଼ୋଶୀ ପ୍ରତିବାଦ କରିପାରନ୍ତି। ପାରିବାରିକ ସହମତି ସଙ୍ଗକୁ ବନ୍ଧୁମାନଙ୍କ ସହଯୋଗ…

ରାଶିଫଳ:ମଙ୍ଗଳବାର , ମାର୍ଚ୍ଚ ୨୪ ତାରିଖ – Daily Horoscope

ମେଷ ଧନଭାବସ୍ଥ ଚନ୍ଦ୍ର ପ୍ରଭାବରେ ଆଜି ପାରିବାରିକ ସ୍ଥିତି, କର୍ମକ୍ଷେତ୍ର ଓ ଅର୍ଥ ସମ୍ପର୍କ ଭଲ ରହିବ। ମିତ୍ରମାନେ ପ୍ରଶଂସା ଗାଇ କାମ ହାସଲର ଅପଚେଷ୍ଟା କରିପାରନ୍ତି।…

ରାଶିଫଳ:ସୋମବାର , ମାର୍ଚ୍ଚ ୨୩ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ଦ୍ୱାରା ଆହୂତ ଆନୁଷ୍ଠାନିକ କାମରେ ମନୋନିବେଶ କରି ପ୍ରଶଂସିତ ହେବେ। ଆତ୍ମୀୟଙ୍କ ସହିତ ଦର୍ଶନୀୟ ସ୍ଥାନ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ।…

ରାଶିଫଳ: ରବିବାର, ମାର୍ଚ୍ଚ ୨୨ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ର ଦ୍ୱିଜା ନକ୍ଷତ୍ରରେ ରହିଥିବାରୁ ପାରିବାରିକ ସ୍ଥିରତା, ଲୋକ ସମ୍ପର୍କରେ ଉନ୍ନତି ସାଙ୍ଗକୁ ବନ୍ଧୁମିଳନରୁ ଆନନ୍ଦିତ ରହିବେ। ମନ ଅନୁଯାୟୀ କାମ କରିପାରିବେ। ପ୍ରତ୍ୟେକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୧ ତାରିଖ – Daily Horoscope

ମେଷ ଆଜି ଶ୍ରୀଚନ୍ଦ୍ର ଯୋଗୁ ଦୈହିକ ସୁସ୍ଥତା ପ୍ରଦାନ କରିବା ସହ ବିବାଦରେ ବିଜୟୀ ହେବେ। ଦୃଢ଼ ପଦକ୍ଷେପ ନେଇ ଅସଜଡା ପରିସ୍ଥିତିକୁ ସୁଧାରି ନେବାର ପ୍ରଯତ୍ନ…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୦ ତାରିଖ – Daily Horoscope

ମେଷ ପରିବାର ଖର୍ଚ୍ଚଭାରର ଆଧିକ୍ୟ,ପୁରାତନ ରୋଗର ପୀଡ଼ା ଏବଂ ପୂର୍ବ ଶତ୍ରୁତାରୁ ଚିନ୍ତିତ ରହିବେ। ଦ୍ୱିଜା ନକ୍ଷତ୍ର କର୍ମକ୍ଷେତ୍ରର ପ୍ରତିଟି ସମସ୍ୟାକୁ ସୁଧାରି ନେବାରେ ଅସୁବିଧା ହେବନାହିଁ।…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୯ ତାରିଖ – Daily Horoscope

ମେଷ ରାଶ୍ୟାଧିପତିଙ୍କ ଉଚ୍ଚାବସ୍ଥାନ କାରଣରୁ ସ୍ବାସ୍ଥ୍ୟ ଭଲ ରହିବା ସହ ଅଭିଳଷିତ କାର୍ଯ୍ୟ ସମ୍ପନ୍ନ ହେବ। ଅସହିଷ୍ଣୁ ମନୋଭାବରୁ ଟିକିଏ କଥାରେ ବନ୍ଧୁଙ୍କ ସହ କଳହ ଲାଗିପାରେ।…

ରାଶିଫଳ: ବୁଧବାର, ମାର୍ଚ୍ଚ ୧୮ ତାରିଖ – Daily Horoscope

ମେଷ ଆପଣଙ୍କ ଚିନ୍ତାନୁଯାୟୀ ଆଜିର କାମ ବନ୍ଧୁଙ୍କ ସହାୟତାରେ ସହଜରେ ସମ୍ପନ୍ନ ହେବ। କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା କରୁଥିବା ବ୍ୟକ୍ତିଙ୍କ ଅଭିଯୋଗ ଯୋଗୁ ମାନସିକ ଅସୁସ୍ଥତା ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri