Posted inRasifala

ରାଶିଫଳ: ମଙ୍ଗଳବାର, ଜାନୁୟାରୀ ୧୮ ତାରିଖ – Daily Horoscope

ମେଷ
କର୍ମକ୍ଷେତ୍ରରେ ପ୍ରଚେଷ୍ଟା ଫଳବତୀ ହେବା କଷ୍ଟକର ହୋଇପାରେ। ପାରିବାରିକ ଓ ସାମାଜିକ ସ୍ତରରେ ପ୍ରାଧାନ୍ୟ ବୃଦ୍ଧି ପାଇବ। ଗୃହ ସମସ୍ୟା ସମାଧାନ ସଙ୍ଗକୁ ଆନୁଷ୍ଠାନିକ କାମ, ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶାନୁରୂପ ଫଳ ପାଇବେ। ଆଜି ଅଫିସରେ ମତଦୈଧ କାରଣରୁ ଅନ୍ୟମାନଙ୍କ କଥାଗୁଡ଼ିକ ଆପଣଙ୍କୁ ଭଲ ଲାଗି ନ ପାରେ।
ବୃଷ
ବୃଷ
କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବା ସଙ୍ଗକୁ ଯାହା କରନ୍ତୁନା କାହିଁକି ସେଥିରେ ସଫଳତା ପାଇପାରିବେ। କିନ୍ତୁ ବିବାଦୀୟ ଘଟଣାରେ ମଧ୍ୟସ୍ଥତା କଲେ ଅପଦସ୍ଥ ହେବାକୁ ପଡ଼ିପାରେ। ବାଣିଜ୍ୟ କିମ୍ବା ନୂତନ ଯୋଜନାରମ୍ଭ ସକାଶେ ମୋଟାଅଙ୍କର ଅର୍ଥ ସକାଶେ ବନ୍ଧୁଙ୍କ ଦ୍ୱାରସ୍ଥ ହୋଇପାରନ୍ତି।
ମିଥୁନ
ମିଥୁନ
ମନର ଅକୁହା କଥାକୁ ଅନ୍ତରଙ୍ଗ ବନ୍ଧୁ ନିକଟରେ ପ୍ରକାଶ କରି ହାଲୁକା ହେବାର ପ୍ରୟାସ କରିପାରନ୍ତି। ପରିବାରର ଖର୍ଚ୍ଚ ପରିମାଣ ବୃଦ୍ଧି ଯୋଗୁ ବିଭିନ୍ନ ଯୋଜନା କରିବେ। ନିଷ୍ପତ୍ତିର ଶେଷ ପର୍ଯ୍ୟାୟରେ ସବୁ କିଛି ଶେଷ ସମୟରେ ଓଲଟ ପାଲଟ ହୋଇଯିବା ଆଶଙ୍କା ରହିଛି। ରୁକ୍ଷ ବ୍ୟବହାର ବନ୍ଧୁଙ୍କ ମନରେ ଆଘାତ ଦେଇପାରେ।
କର୍କଟ
କର୍କଟ
ଦିନଟି ସାମଗ୍ରିକ ଦୃଷ୍ଟିକୋଣରୁ ବହୁତ ଭଲ। ପିଲାମାନଙ୍କ କଳହକୁ କେନ୍ଦ୍ରକରି ଓ ପ୍ରକୃତ ଘଟଣା ନ ବୁଝି ପଡ଼ୋଶୀ କ୍ରୋଧ ପ୍ରକାଶ କରିପାରନ୍ତି। ଆର୍ଥିକ ସ୍ଥିତି ଉନ୍ନତ ନ ହେଲେ ମଧ୍ୟ ଦୈନନ୍ଦିନର ଆବଶ୍ୟକତା ପୂରଣ କ୍ଷେତ୍ରରେ ବିଶେଷ ଅସୁବିଧା ରହିବ ନାହିଁ। ବୃତ୍ତି, ବାଣିଜ୍ୟ, କଳା, ସାହିତ୍ୟ କ୍ଷେତ୍ରରେ ଆଶାନୁରୂପ ଫଳ ପାଇପାରିବେ।
ସି˚ହ
ସି˚ହ
ବିଶିଷ୍ଟ ବ୍ୟକ୍ତିମାନଙ୍କ ପ୍ରେରଣା ଲାଭକରି ମନର ବଳ ଖୁବ୍‌ ଟାଣ ରହିବ। କୌଣସି ବନ୍ଧୁ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ୍‌ କାମ କରିପାରନ୍ତି। ବିବାଦୀୟ ଘଟଣା ଟିକିଏ ଜଟିଳ ଆଡ଼କୁ ଗତି କଲେ ମଧ୍ୟ ଜିତାପଟ ଆପଣଙ୍କର ହେବ। ବ୍ୟବସାୟକୁ ଆଗକୁ ବଢାଇବା ପାଇଁ କୌଣସି ନୂତନ ପଦକ୍ଷେପ ଗ୍ରହଣ କରିବେ।
କନ୍ୟା
ଆଜିର କର୍ମକ୍ଷେତ୍ରରେ କୌଣସି ବିବାଦୀୟ ପରିସ୍ଥିତିରେ ପକ୍ଷଭୁକ୍ତ ହୋଇ ସମସ୍ୟା ସମାଧାନରେ ସଫଳ ହେବେ। ମାନସିକ ଓ ଶାରୀରିକ ଦୃଷ୍ଟିକୋଣରୁ ପ୍ରତିକୂଳ ପ୍ରଭାବ ହଟିଯିବ ଓ ଏକ ପ୍ରକାର ଶାନ୍ତି ଅନୁଭବ କରିବେ। ଅପରାହ୍ନରେ ଏକ ସାମାନ୍ୟ ଘଟଣାର ତର୍କବିତର୍କ କାରଣରୁ ଭାଙ୍ଗି ପଡ଼ିଥିବା ସମ୍ପର୍କ ଆଜି ପୁଣି ଯୋଡ଼ି ହୋଇଯିବ।
ତୁଳା
ତୁଳା
ଦୈନିକ ଜୀବନଚର୍ଯ୍ୟା ମଧ୍ୟରେ ଅପରିଣାମଦର୍ଶୀ ଭାବରେ କୌଣସି କ୍ଷେତ୍ରରେ ମୁଣ୍ଡ ପୂରାନ୍ତୁ ନାହିଁ। ପଡ଼ୋଶୀ କିମ୍ବା ସହକର୍ମୀଙ୍କ ସହ ଅର୍ଥ ସମ୍ପର୍କକୁ କେନ୍ଦ୍ର କରି ତର୍କର ସମ୍ମୁଖୀନ ହେବାକୁ ପଡ଼ିପାରେ। ପରିବାରରେ ପିଲାଙ୍କ ସ୍ବାସ୍ଥ୍ୟହାନି, ବନ୍ଧୁଙ୍କ ଅଭିଯୋଗ ଓ ପାରିବାରିକ କ୍ଷେତ୍ରରେ ଅସହଯୋଗରୁ ଚିନ୍ତିତ ହେବେ।
ବିଛା
ବିଛା
ଭଲ ସମ୍ପର୍କଥିବା ବ୍ୟକ୍ତିଙ୍କ ଭୁଲ୍‌ ବୁଝାମଣାକୁ ନେଇ ମାନସିକ ଅସ୍ଥିରତା ସୃଷ୍ଟିହେବ। ଅବଶ୍ୟ ଲେଖା ପଢ଼ାରୁ, କଳା, ସାହିତ୍ୟରେ ଓ ଅଭିନୟ ଜଗତରୁ ପ୍ରଶଂସା ପାଇବେ। ସମସ୍ତ କାମ ଠିକ୍‌ ଭାବରେ ଚାଲିବ, ମାତ୍ର ଦ୍ରବ୍ୟ ନଷ୍ଟ କିମ୍ବା ଧନ ହାନି ଘଟିପାରେ। ପାରିବାରିକ ସ୍ତରରେ ଯେଉଁଥିପାଇଁ ଆଶଙ୍କା କରୁଛନ୍ତି ସେଥିରେ କିଛି ହେବ ନାହିଁ।
ଧନୁ
ଧନୁ
ପରିବାର ସଦସ୍ୟଙ୍କ ମିଥ୍ୟା ଅଭିଯୋଗ ସକାଶେ ବିରକ୍ତି ପ୍ରକାଶ କରିପାରନ୍ତି। ବିଭିନ୍ନ ସମସ୍ୟା ମଧ୍ୟରେ ମନ ଅଶାନ୍ତ ରହିବ କିନ୍ତୁ ଅନ୍ୟର ସାହାଯ୍ୟ ପ୍ରତିଶ୍ରୁତିରୁ ମନ ହାଲୁକା ରହିପାରେ। ବନ୍ଧୁଙ୍କ ସହଯୋଗ କ୍ରମେ ନୂତନ କାମର ପରିକଳ୍ପନା କରି କୃତକାର୍ଯ୍ୟ ହେବେ। ତଥାପି ଅପରାହ୍ନରେ ପରିବାରର ଖର୍ଚ୍ଚଭାର ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି।
ମକର
ମକର
ଶୁଭେଚ୍ଛୁଙ୍କ ତରଫରୁ କୌଣସି ଶୁଭ ଖବର ପାଇ ସକାଳୁ ମନ ଖୁସି ହୋଇଯିବ। ପ୍ରତିଯୋଗିତା, ପ୍ରତିଦ୍ୱନ୍ଦ୍ୱିତା କିମ୍ବା ବିବାଦୀୟ ଘଟଣାରେ ବିଜୟୀ ହେବେ। କର୍ମକ୍ଷେତ୍ରରେ ଅନ୍ୟମାନଙ୍କୁ ସୁହାଇଲା ଭଳି କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହୋଇପାରନ୍ତି। ସଭାସମିତିରେ ସହକର୍ମୀଙ୍କ ଦୌରାମତ୍‌ୟ ଅସହ୍ୟ ହୋଇପାରେ।
କୁମ୍ଭ
କୁମ୍ଭ
ବିବାଦୀୟ ଘଟଣାକୁ ନେଇ ମାନସିକ ଅବସାଦ ବୃଦ୍ଧି ଯୋଗୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ପ୍ରିୟ ବନ୍ଧୁଟିର ଦୁଃଖଦ ଘଟଣା ମନକୁ ବିବ୍ରତ କରିପାରେ। ପାରିବାରିକ ଶାନ୍ତି ଓ ସୁସ୍ଥତା ସାମାନ୍ୟ ବ୍ୟାହତ ହେଲେ ମଧ୍ୟ ପରକ୍ଷଣରେ ସବୁ କିଛି ଠିକ୍‌ ହୋଇଯିବ। ଜମିଜମା, ଯାନବାହନ, ବ୍ୟବସାୟ ସମସ୍ୟା ଜଟିଳ ହୋଇପାରେ।
ମୀନମୀନ
ସମସ୍ୟା ସମାଧାନରେ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ। କେତେକ କ୍ଷେତ୍ରରେ ଅଜଣା ଭୟ ଓ ଆଶଙ୍କାଜନିତ ଆତଙ୍କିତ ହୋଇ କୌଣସି କାର୍ଯ୍ୟାରମ୍ଭ କରିପାରିବେ ନାହିଁ। ପରିବାରରେ ଛୋଟଛୋଟ କଥାକୁ କେନ୍ଦ୍ର କରି କଳହ ସୂଚନା ପାଇବେ। ରାଜନୀତିରେ ହଠାତ୍‌ ବିରୋଧୀ ପକ୍ଷ ସକ୍ରିୟ ହୋଇ ଉଠିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଫେବୃଆରୀ ୧୮ ତାରିଖ – Daily Horoscope

ମେଷ ଏକାଦଶ ସ୍ଥାନରେ ପଞ୍ଚଗ୍ରହକୂଟ କୋଣଭାବକୁ ପ୍ରଭାବିତ କରି ଶିକ୍ଷା, ସନ୍ତାନ, ବନ୍ଧୁସମ୍ପର୍କ ଏବଂ ଆଲୋଚନାରେ ସମସ୍ୟା ସୃଷ୍ଟି କରିପାରନ୍ତି। ଶନିଙ୍କ ଦୃଷ୍ଟି ଦ୍ୱିତୀୟଭାବକୁ ରହିଥିବାରୁ ଧନହାନି…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୭ ତାରିଖ – Daily Horoscope

ମେଷ ଆଜିର ଏକାଦଶସ୍ଥ ଗ୍ରହ ସ୍ଥିତି ପ୍ରଭାବରେ ପରୀକ୍ଷା, ଇଣ୍ଟରଭ୍ୟୁ, ସନ୍ତାନଙ୍କ ଉନ୍ନତି ସାଙ୍ଗକୁ ଆର୍ଥିକକ୍ଷେତ୍ର ଭଲ ରହିବ। କର୍ମମୁଖର ରହିବା ସହ ପାରିବାରିକ ଜୀବନ ପ୍ରୀତିପ୍ରଦ…

ରାଶିଫଳ: ସୋମବାର, ଫେବୃଆରୀ ୧୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସମସ୍ତ କାର୍ଯ୍ୟ ସକାଶେ ଅନୁକୂଳ ବାତାବରଣ ସୃଷ୍ଟି କରିବ। କିନ୍ତୁ ଅଶ୍ଳେଷା ସକାଶେ ଯେତେ ଭଲ କଲେ ମଧ୍ୟ ଅନ୍ୟମାନଙ୍କର ଆନ୍ତରିକତା ରହିବନି।…

ରାଶିଫଳ: ରବିବାର, ଫେବୃଆରୀ ୧୫ ତାରିଖ – Daily Horoscope

ମେଷ ଆଜିର କର୍ମଭାବସ୍ଥ ଚନ୍ଦ୍ରମଙ୍ଗଳଯାଗ ଆପଣଙ୍କୁ ଧୈର୍ଯ୍ୟର ସହ କାମ ହାସଲ ଦିଗରେ ସାହାଯ୍ୟ କରିବ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ…

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri