Posted inRasifala

ରାଶିଫଳ: ମଙ୍ଗଳବାର, ଜାନୁୟାରୀ ୧୮ ତାରିଖ – Daily Horoscope

ମେଷ
କର୍ମକ୍ଷେତ୍ରରେ ପ୍ରଚେଷ୍ଟା ଫଳବତୀ ହେବା କଷ୍ଟକର ହୋଇପାରେ। ପାରିବାରିକ ଓ ସାମାଜିକ ସ୍ତରରେ ପ୍ରାଧାନ୍ୟ ବୃଦ୍ଧି ପାଇବ। ଗୃହ ସମସ୍ୟା ସମାଧାନ ସଙ୍ଗକୁ ଆନୁଷ୍ଠାନିକ କାମ, ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶାନୁରୂପ ଫଳ ପାଇବେ। ଆଜି ଅଫିସରେ ମତଦୈଧ କାରଣରୁ ଅନ୍ୟମାନଙ୍କ କଥାଗୁଡ଼ିକ ଆପଣଙ୍କୁ ଭଲ ଲାଗି ନ ପାରେ।
ବୃଷ
ବୃଷ
କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବା ସଙ୍ଗକୁ ଯାହା କରନ୍ତୁନା କାହିଁକି ସେଥିରେ ସଫଳତା ପାଇପାରିବେ। କିନ୍ତୁ ବିବାଦୀୟ ଘଟଣାରେ ମଧ୍ୟସ୍ଥତା କଲେ ଅପଦସ୍ଥ ହେବାକୁ ପଡ଼ିପାରେ। ବାଣିଜ୍ୟ କିମ୍ବା ନୂତନ ଯୋଜନାରମ୍ଭ ସକାଶେ ମୋଟାଅଙ୍କର ଅର୍ଥ ସକାଶେ ବନ୍ଧୁଙ୍କ ଦ୍ୱାରସ୍ଥ ହୋଇପାରନ୍ତି।
ମିଥୁନ
ମିଥୁନ
ମନର ଅକୁହା କଥାକୁ ଅନ୍ତରଙ୍ଗ ବନ୍ଧୁ ନିକଟରେ ପ୍ରକାଶ କରି ହାଲୁକା ହେବାର ପ୍ରୟାସ କରିପାରନ୍ତି। ପରିବାରର ଖର୍ଚ୍ଚ ପରିମାଣ ବୃଦ୍ଧି ଯୋଗୁ ବିଭିନ୍ନ ଯୋଜନା କରିବେ। ନିଷ୍ପତ୍ତିର ଶେଷ ପର୍ଯ୍ୟାୟରେ ସବୁ କିଛି ଶେଷ ସମୟରେ ଓଲଟ ପାଲଟ ହୋଇଯିବା ଆଶଙ୍କା ରହିଛି। ରୁକ୍ଷ ବ୍ୟବହାର ବନ୍ଧୁଙ୍କ ମନରେ ଆଘାତ ଦେଇପାରେ।
କର୍କଟ
କର୍କଟ
ଦିନଟି ସାମଗ୍ରିକ ଦୃଷ୍ଟିକୋଣରୁ ବହୁତ ଭଲ। ପିଲାମାନଙ୍କ କଳହକୁ କେନ୍ଦ୍ରକରି ଓ ପ୍ରକୃତ ଘଟଣା ନ ବୁଝି ପଡ଼ୋଶୀ କ୍ରୋଧ ପ୍ରକାଶ କରିପାରନ୍ତି। ଆର୍ଥିକ ସ୍ଥିତି ଉନ୍ନତ ନ ହେଲେ ମଧ୍ୟ ଦୈନନ୍ଦିନର ଆବଶ୍ୟକତା ପୂରଣ କ୍ଷେତ୍ରରେ ବିଶେଷ ଅସୁବିଧା ରହିବ ନାହିଁ। ବୃତ୍ତି, ବାଣିଜ୍ୟ, କଳା, ସାହିତ୍ୟ କ୍ଷେତ୍ରରେ ଆଶାନୁରୂପ ଫଳ ପାଇପାରିବେ।
ସି˚ହ
ସି˚ହ
ବିଶିଷ୍ଟ ବ୍ୟକ୍ତିମାନଙ୍କ ପ୍ରେରଣା ଲାଭକରି ମନର ବଳ ଖୁବ୍‌ ଟାଣ ରହିବ। କୌଣସି ବନ୍ଧୁ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ୍‌ କାମ କରିପାରନ୍ତି। ବିବାଦୀୟ ଘଟଣା ଟିକିଏ ଜଟିଳ ଆଡ଼କୁ ଗତି କଲେ ମଧ୍ୟ ଜିତାପଟ ଆପଣଙ୍କର ହେବ। ବ୍ୟବସାୟକୁ ଆଗକୁ ବଢାଇବା ପାଇଁ କୌଣସି ନୂତନ ପଦକ୍ଷେପ ଗ୍ରହଣ କରିବେ।
କନ୍ୟା
ଆଜିର କର୍ମକ୍ଷେତ୍ରରେ କୌଣସି ବିବାଦୀୟ ପରିସ୍ଥିତିରେ ପକ୍ଷଭୁକ୍ତ ହୋଇ ସମସ୍ୟା ସମାଧାନରେ ସଫଳ ହେବେ। ମାନସିକ ଓ ଶାରୀରିକ ଦୃଷ୍ଟିକୋଣରୁ ପ୍ରତିକୂଳ ପ୍ରଭାବ ହଟିଯିବ ଓ ଏକ ପ୍ରକାର ଶାନ୍ତି ଅନୁଭବ କରିବେ। ଅପରାହ୍ନରେ ଏକ ସାମାନ୍ୟ ଘଟଣାର ତର୍କବିତର୍କ କାରଣରୁ ଭାଙ୍ଗି ପଡ଼ିଥିବା ସମ୍ପର୍କ ଆଜି ପୁଣି ଯୋଡ଼ି ହୋଇଯିବ।
ତୁଳା
ତୁଳା
ଦୈନିକ ଜୀବନଚର୍ଯ୍ୟା ମଧ୍ୟରେ ଅପରିଣାମଦର୍ଶୀ ଭାବରେ କୌଣସି କ୍ଷେତ୍ରରେ ମୁଣ୍ଡ ପୂରାନ୍ତୁ ନାହିଁ। ପଡ଼ୋଶୀ କିମ୍ବା ସହକର୍ମୀଙ୍କ ସହ ଅର୍ଥ ସମ୍ପର୍କକୁ କେନ୍ଦ୍ର କରି ତର୍କର ସମ୍ମୁଖୀନ ହେବାକୁ ପଡ଼ିପାରେ। ପରିବାରରେ ପିଲାଙ୍କ ସ୍ବାସ୍ଥ୍ୟହାନି, ବନ୍ଧୁଙ୍କ ଅଭିଯୋଗ ଓ ପାରିବାରିକ କ୍ଷେତ୍ରରେ ଅସହଯୋଗରୁ ଚିନ୍ତିତ ହେବେ।
ବିଛା
ବିଛା
ଭଲ ସମ୍ପର୍କଥିବା ବ୍ୟକ୍ତିଙ୍କ ଭୁଲ୍‌ ବୁଝାମଣାକୁ ନେଇ ମାନସିକ ଅସ୍ଥିରତା ସୃଷ୍ଟିହେବ। ଅବଶ୍ୟ ଲେଖା ପଢ଼ାରୁ, କଳା, ସାହିତ୍ୟରେ ଓ ଅଭିନୟ ଜଗତରୁ ପ୍ରଶଂସା ପାଇବେ। ସମସ୍ତ କାମ ଠିକ୍‌ ଭାବରେ ଚାଲିବ, ମାତ୍ର ଦ୍ରବ୍ୟ ନଷ୍ଟ କିମ୍ବା ଧନ ହାନି ଘଟିପାରେ। ପାରିବାରିକ ସ୍ତରରେ ଯେଉଁଥିପାଇଁ ଆଶଙ୍କା କରୁଛନ୍ତି ସେଥିରେ କିଛି ହେବ ନାହିଁ।
ଧନୁ
ଧନୁ
ପରିବାର ସଦସ୍ୟଙ୍କ ମିଥ୍ୟା ଅଭିଯୋଗ ସକାଶେ ବିରକ୍ତି ପ୍ରକାଶ କରିପାରନ୍ତି। ବିଭିନ୍ନ ସମସ୍ୟା ମଧ୍ୟରେ ମନ ଅଶାନ୍ତ ରହିବ କିନ୍ତୁ ଅନ୍ୟର ସାହାଯ୍ୟ ପ୍ରତିଶ୍ରୁତିରୁ ମନ ହାଲୁକା ରହିପାରେ। ବନ୍ଧୁଙ୍କ ସହଯୋଗ କ୍ରମେ ନୂତନ କାମର ପରିକଳ୍ପନା କରି କୃତକାର୍ଯ୍ୟ ହେବେ। ତଥାପି ଅପରାହ୍ନରେ ପରିବାରର ଖର୍ଚ୍ଚଭାର ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି।
ମକର
ମକର
ଶୁଭେଚ୍ଛୁଙ୍କ ତରଫରୁ କୌଣସି ଶୁଭ ଖବର ପାଇ ସକାଳୁ ମନ ଖୁସି ହୋଇଯିବ। ପ୍ରତିଯୋଗିତା, ପ୍ରତିଦ୍ୱନ୍ଦ୍ୱିତା କିମ୍ବା ବିବାଦୀୟ ଘଟଣାରେ ବିଜୟୀ ହେବେ। କର୍ମକ୍ଷେତ୍ରରେ ଅନ୍ୟମାନଙ୍କୁ ସୁହାଇଲା ଭଳି କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହୋଇପାରନ୍ତି। ସଭାସମିତିରେ ସହକର୍ମୀଙ୍କ ଦୌରାମତ୍‌ୟ ଅସହ୍ୟ ହୋଇପାରେ।
କୁମ୍ଭ
କୁମ୍ଭ
ବିବାଦୀୟ ଘଟଣାକୁ ନେଇ ମାନସିକ ଅବସାଦ ବୃଦ୍ଧି ଯୋଗୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ପ୍ରିୟ ବନ୍ଧୁଟିର ଦୁଃଖଦ ଘଟଣା ମନକୁ ବିବ୍ରତ କରିପାରେ। ପାରିବାରିକ ଶାନ୍ତି ଓ ସୁସ୍ଥତା ସାମାନ୍ୟ ବ୍ୟାହତ ହେଲେ ମଧ୍ୟ ପରକ୍ଷଣରେ ସବୁ କିଛି ଠିକ୍‌ ହୋଇଯିବ। ଜମିଜମା, ଯାନବାହନ, ବ୍ୟବସାୟ ସମସ୍ୟା ଜଟିଳ ହୋଇପାରେ।
ମୀନମୀନ
ସମସ୍ୟା ସମାଧାନରେ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ। କେତେକ କ୍ଷେତ୍ରରେ ଅଜଣା ଭୟ ଓ ଆଶଙ୍କାଜନିତ ଆତଙ୍କିତ ହୋଇ କୌଣସି କାର୍ଯ୍ୟାରମ୍ଭ କରିପାରିବେ ନାହିଁ। ପରିବାରରେ ଛୋଟଛୋଟ କଥାକୁ କେନ୍ଦ୍ର କରି କଳହ ସୂଚନା ପାଇବେ। ରାଜନୀତିରେ ହଠାତ୍‌ ବିରୋଧୀ ପକ୍ଷ ସକ୍ରିୟ ହୋଇ ଉଠିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଡିସେମ୍ବର ୨୯ ତାରିଖ – Daily Horoscope

ମେଷ ଆଜି ପ୍ରିୟ ବ୍ୟକ୍ତିଟିର ଅନୁପସ୍ଥିତି ଆଶଙ୍କା କରି ମନ ବ୍ୟାକୁଳ ହୋଇପାରେ। ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ଅଯାଚିତ ଭାବେ ପାଇ ଖୁସି ହୋଇଯିବେ। ଉପରିସ୍ଥଙ୍କ...

ରାଶିଫଳ: ରବିବାର, ଡିସେମ୍ବର ୨୮ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଚତୁର୍ଥ କେନ୍ଦ୍ରରେ ବୃହସ୍ପତି କର୍ମକ୍ଷେତ୍ର ଓ ପାରିବାରିକ ଜୀବନର ବ୍ୟତିକ୍ରମକୁ ସୁଧାରି ନେବେ। ନିଜର ସମ୍ପର୍କୀୟମାନଙ୍କ କୌଣସି ଘରୋଇ ସମସ୍ୟା ବିଷୟରେ ଚିନ୍ତିତ...

ରାଶିଫଳ: ଶନିବାର, ଡିସେମ୍ବର ୨୭ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଶେ ସାମଗ୍ରିକ ସୁଖସୁବିଧା ସାଙ୍ଗକୁ ସମ୍ମାନ ଓ ପ୍ରଶଂସା ପାଇବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ମାର୍ଗଦର୍ଶନ...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍‌ଶିପ୍‌, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

ରାଶିଫଳ: ସୋମବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri