Posted inRasifala

ରାଶିଫଳ: ରବିବାର, ଜୁଲାଇ ୧୮ ତାରିଖ – Daily Horoscope

ମେଷ
ଆଜି ଆପଣ ଯେଉଁ କାମରେ ହାତ ଦେଲେ ମଧ୍ୟ ସଫଳତା ହାସଲ କରିବେ। ସହକର୍ମୀମାନଙ୍କର କୌଣସିଥିରେ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ। ଇଚ୍ଛା ନ ଥିଲେ ମଧ୍ୟ ପରିସ୍ଥିତିରେ ପଡି ଦୂରସ୍ଥାନକୁ ଯିବା ପାଇଁ ବାଧ୍ୟ ହୋଇପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ସଫଳତା ମିଳିବ ଏବଂ ବନ୍ଧୁଗହଣରେ ସମୟ ବିତିବ।
ବୃଷ
ବୃଷ
କର୍ମକ୍ଷେତ୍ରରେ ଅନ୍ୟମନସ୍କ ରହିବା କାରଣରୁ ବାରମ୍ବାର ଭୁଲ୍‌ କରିବାକୁ ପଡ଼ିପାରେ। ପାରିବାରିକ କ୍ଷେତ୍ରରେ ଅତୀତ ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ହେବ। ଘରୋଇ କାମରେ ଅସମ୍ପୂର୍ଣ୍ଣ କାମକୁ ପୂର୍ଣ୍ଣାଙ୍ଗ କରିବାରେ ଜଣେ ବ୍ୟକ୍ତି ସାହାଯ୍ୟ କରିବେ। ପରିସ୍ଥିତିରେ ପଡ଼ି ଧାର କରଜ କରିବାକୁ ବାଧ୍ୟ ହୋଇପାରନ୍ତି।
ମିଥୁନ
ମିଥୁନ
 ଆତ୍ମୀୟସ୍ବଜନଙ୍କ ସହାୟତାରେ ଆଜିର କାମ ଗୁଡ଼ିକ ସବୁ ଠିକ୍‌ଠାକ୍‌ ହୋଇଯିବ। ପରିବାରର ଖର୍ଚ୍ଚ ପରିମାଣ ବୃଦ୍ଧି ଯୋଗୁଁ ମନରେ ସରସତା ରହିବ ନାହିଁ। କଳା, କ୍ରୀଡ଼ା ସାହିତ୍ୟ, ସାମ୍ବାଦିକତା, ରଚନାମତ୍କ କାର୍ଯ୍ୟ କ୍ଷେତ୍ରରେ ସଫଳତା ମିଳିପାରେ। ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ କୌଣସି ଭୁଲ୍‌ କରିପାରନ୍ତି।
କର୍କଟ
କର୍କଟ
ପାରିବାରିକ ସ୍ତରରେ କୌଣସି ସମସ୍ୟା ସମ୍ବନ୍ଧରେ ଆଲୋଚନା କରି ବନ୍ଧୁଙ୍କ ପରାମର୍ଶରେ ସାନ୍ତ୍ବନା ମିଳିବ। କିନ୍ତୁ ପ୍ରତ୍ୟେକ କ୍ଷେତ୍ରରେ ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡ଼ିବେ। ଯେଉଁ ଜିନିଷଟିକୁ ପାଇବାକୁ ଅପେକ୍ଷା କରିଛନ୍ତି, ତାହା ସାମାନ୍ୟ ବିଳମ୍ବରେ ପାଇବେ। ଆଜି ଅଫିସ୍‌ରେ ଯୁକ୍ତିତର୍କଠାରୁ ଦୂରେଇ ରହିବା ଭଲ।
ସି˚ହ
ସି˚ହ
ଆଜିର କର୍ମକ୍ଷେତ୍ରରେ ଶୀଘ୍ର ଶୀଘ୍ର ଶେଷ କରିବାକୁ ଆଶାକରି କାର୍ଯ୍ୟର ବିଳମ୍ବତାକୁ ଲକ୍ଷ୍ୟକରି ବ୍ୟସ୍ତ ହୋଇପଡିବେ। ଘରେ ବନ୍ଧୁମିଳନ ସହିତ ଖୁସିର ଆସର ଜମିପାରେ। ପରିବାରର ବରାଦ ଅନୁସାରେ ଗୃହକୁ ସୌଖୀନ ପଦାର୍ଥ ଆଣିପାରନ୍ତି। କନ୍ୟାଙ୍କ ବିବାହ ପ୍ରସ୍ତାବ ନେଇ ଜଣେ ବ୍ୟକ୍ତି ହଠାତ୍‌ ଆସିପାରନ୍ତି।
କନ୍ୟା
ଦୀର୍ଘଦିନରୁ ମଉଳି ଯାଇଥିବା ଆଶା ପୁଣି କଅଁଳି ଉଠିବ। ନୂତନ କାର୍ଯ୍ୟାରମ୍ଭରେ ହାତ ଦେଇ କୃତକାର୍ଯ୍ୟ ହେବେ। ସାମାଜିକ ସ୍ତରରେ ସମ୍ମାନ ଲାଭ କରିିବେ। ସନ୍ତାନ ହେତୁକ ଚିନ୍ତା ଦୂରହେବ। ଚିତ୍ରା ନକ୍ଷତ୍ର ବନ୍ଧୁ ଗହଣରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି।
ତୁଳା
ତୁଳା
ଲାଗି ରହିଥିବା ସ୍ବାସ୍ଥ୍ୟ ସମସ୍ୟା ମନକୁ ଭାରାକ୍ରାନ୍ତ କରିବ। କୌଣସି କ୍ଷେତ୍ରରେ ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡ଼ିବେ। କୌଣସି ସୂତ୍ରରୁ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ବନ୍ଧୁମାନଙ୍କ ସହ ଆଜିର ପ୍ରାତଃଭ୍ରମଣ ବେଶ୍‌ ଆନନ୍ଦଦାୟକ ହେବ।
ବିଛା
ବିଛା
ଶାରୀରିକ ଅସୁସ୍ଥତା କାରଣରୁ ମାନସିକ ସ୍ଥିତି ସେତେଟା ଭଲ ରହିନପାରେ। ସ୍ଥଗିତ ରହିଥିବା କାମ ପ୍ରତି ପ୍ରତିବନ୍ଧକର ସରଳ ସମାଧାନ ହୋଇଯିବ। ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ଈର୍ଷାପର ମନୋଭାବ ନେଇ ମିତ୍ରମାନେ ପରୋକ୍ଷ ଭାବେ ଶତ୍ରୁତା ଆଚରଣ କରିବେ।
ଧନୁ
ଧନୁ
ଭୁଲ୍‌ ବୁଝାମଣା ମଧ୍ୟରେ ରହିଥିବା ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖାଦେବ। ଆଜିର କର୍ମକ୍ଷେତ୍ରରେ ସ୍ଥଗିତ କାମ ପୂରା ଦମ୍‌ରେ କରିବାର ନିଷ୍ପତ୍ତି ନେବେ। ସାହିତ୍ୟ, କଳା, ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ। ଭଲ ସମ୍ପର୍କ ନ ଥିବା ବନ୍ଧୁମାନେ ଈର୍ଷା ପରାୟଣତାରୁ କୌଣସି କାମ ହେବାକୁ ଥିଲେ ମଧ୍ୟ ତାହା କରାଇ ଦେବେନାହିଁ।
ମକର
ମକର
ପ୍ରିୟଜନଙ୍କ ସହାୟତାରେ ଆନୁଷ୍ଠାନିକ କାର୍ଯ୍ୟଟି ସୁରୁଖୁରୁରେ ସମ୍ପନ୍ନ ହେବ। ମିତ୍ରମାନେ ସହଯୋଗର ହାତ ବଢ଼ାଇବେ ଏବଂ ବସ୍ତ୍ରଭୂଷଣ ପ୍ରାପ୍ତି ଯୋଗ ରହିଛି। ଶ୍ରବଣା ନକ୍ଷତ୍ରର ପୁରୁଣା ସମସ୍ୟାଗୁଡ଼ିକ ତୁଟି ଯାଇଥିଲେ ମଧ୍ୟ ଆକସ୍ମିକ ଭାବେ ନୂତନ ସମସ୍ୟା ଦେଖାଦେବ। ପାରିବାରିକ ସ୍ଥିତି ଓ ପରିବହନ ପ୍ରଭୃତିରେ ସୁଫଳ ପାଇବେ।
କୁମ୍ଭ
କୁମ୍ଭ
କର୍ମକ୍ଷେତ୍ରରେ ଯେଉଁଥିପାଇଁ ଆଶଙ୍କା କରୁଛନ୍ତି ସେଥିରେ କିଛି ହେବ ନାହିଁ। ଆଜିର ଯାତ୍ରା ପ୍ରଶାସନ, ଆଇନ କଳା ସାହିତ୍ୟ କ୍ଷେତ୍ର ମନ୍ଦ ହେବନି। ଯାନବାହନରେ ଯିବାଆସିବା କରିବା ସମୟରେ ସତର୍କତା ଅବଲମ୍ବନ କରନ୍ତୁ। ଚେଷ୍ଟା କରୁଥିବା କାମରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ।
ମୀନମୀନ
ଆଜି ଦିନକ ଭିତରେ ଘର କାମ ଛାଡ଼ି ବାହାର କାମରେ ବେଶି ସମୟ କଟାଇବେ। ପରିବାରର ଖର୍ଚ୍ଚ ପରିମାଣ ବୃଦ୍ଧି ଯୋଗୁ ମନରେ ସରସତା ରହିବ ନାହିଁ। ସହାୟତା ପାଇବେ। ପ୍ରତ୍ୟେକ ପ୍ରତିବନ୍ଧକକୁ ଦୃଢ଼ତାର ସହ ସମ୍ମୁଖୀନ ହୋଇ କାମ କରିବେ। ସନ୍ତାନହେତୁକ କୌଣସି ଦ୍ୱନ୍ଦ୍ୱର ସମ୍ମୁଖୀନ ହୋଇପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଜୁଲାଇ ୨୭ ତାରିଖ – Daily Horoscope

ମେଷ ସକାଳୁ ଜଣେ ବନ୍ଧୁ ଆସିବେ ଓ ବହୁତ କିଛି କହିବେ ମାତ୍ର ଫେରିବା ସମୟକୁ ମନଦୁଃଖ କରି ବିଦାୟ ନେଇପାରନ୍ତି। ବିଶେଷ ଭ୍ରମଣ କାରଣରୁ...

ରାଶିଫଳ: ଶୁକ୍ରବାର, ଜୁଲାଇ ୨୬ ତାରିଖ – Daily Horoscope

ମେଷ ପାରିବାରିକ ଓ ସାମାଜିକ ସ୍ତରରେ ନିଜର ପ୍ରାଧାନ୍ୟକୁ ବୃଦ୍ଧି କରିପାରିବେ। ଗୃହ ସମସ୍ୟା ସମାଧାନ ସାଙ୍ଗକୁ ଆନୁଷ୍ଠାନିକ କାମ, ଯାନ୍ତ୍ରିକ ଶିଳ୍ପ ଓ ପରିବହନ...

ରାଶିଫଳ: ଗୁରୁବାର, ଜୁଲାଇ ୨୫ ତାରିଖ – Daily Horoscope

ମେଷ ଆଜି ଲାଭଭାବସ୍ଥ ଚନ୍ଦ୍ର ହେତୁ ଆବଶ୍ୟକତା ପୂରଣ ହେବାରେ କୌଣସି ଅସୁବିଧା ରହିବନାହିଁ। ଦୁର୍ବଳତାରୁ ସ୍ବାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖା ଦେଇପାରେ। ବନ୍ଧୁଙ୍କ ସାହାଯ୍ୟରୁ...

ରାଶିଫଳ: ବୁଧବାର, ଜୁଲାଇ ୨୪ ତାରିଖ – Daily Horoscope

ମେଷ କୌଣସି ମନ୍ତବ୍ୟକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ଆଶଙ୍କା ରହିଛି। ସବୁ ସୁବିଧା ଥିଲେ ମଧ୍ୟ ଖଳ ଲୋକଙ୍କ ପରୋକ୍ଷ ଶତ୍ରୁତା କାରଣରୁ ପାରିବାରିକ...

ରାଶିଫଳ: ମଙ୍ଗଳବାର, ଜୁଲାଇ ୨୩ ତାରିଖ – Daily Horoscope

ମେଷ ଆଗାମୀ କାଲିର ଆନୁଷ୍ଠନିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁନ୍ଦର ଓ ସୁମଧୁର ହେବ। ସହକର୍ମୀଙ୍କ ସାହାଯ୍ୟରେ ଅଟକିଥିବା କାମକୁ ସମ୍ପନ୍ନ...

ରାଶିଫଳ: ସୋମବାର, ଜୁଲାଇ ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ରଙ୍କ ସମ୍ମୁଖ ଭାଗରେ ରବି ଓ ଶୁକ୍ର ଅବସ୍ଥାନ କରିଥିବାରୁ ମନ ଯାହା ଚାହୁଁଥିବ ତାହା ପାଇବାରେ ଅସମର୍ଥ ହେବେ। ଶନିଙ୍କ ଦୃଷ୍ଟି...

ରାଶିଫଳ: ରବିବାର, ଜୁଲାଇ ୨୧ ତାରିଖ – Daily Horoscope

ମେଷ ଆଜି କେନ୍ଦ୍ରସ୍ଥ ଶୁକ୍ର ହେତୁ ବନ୍ଧୁମାନଙ୍କ ସାହାଯ୍ୟରେ ଅର୍ଥନୈତିକ ସ୍ଥିତିକୁ ସୁଦୃଢ଼ କରିବେ। କର୍ମକ୍ଷେତ୍ର ଓ ପାରିବାରିକ ଜୀବନ ସୁଖ, ସ୍ବାଚ୍ଛନ୍ଦ୍ୟରେ ଅତିବାହିତ ହେବ।...

ରାଶିଫଳ: ଶନିବାର, ଜୁଲାଇ ୨୦ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ରରେ ସ୍ବାଧୀନ ଭାବରେ କାର୍ଯ୍ୟ କରିବାରେ ସୁଯୋଗ ପାଇପାରନ୍ତି। ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖାଦେବାରୁ ଖୁସି ହେବେ। ଶତ୍ରୁତା...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri