Posted inRasifala

ରାଶିଫଳ: ରବିବାର, ଜୁଲାଇ ୧୮ ତାରିଖ – Daily Horoscope

ମେଷ
ଆଜି ଆପଣ ଯେଉଁ କାମରେ ହାତ ଦେଲେ ମଧ୍ୟ ସଫଳତା ହାସଲ କରିବେ। ସହକର୍ମୀମାନଙ୍କର କୌଣସିଥିରେ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ। ଇଚ୍ଛା ନ ଥିଲେ ମଧ୍ୟ ପରିସ୍ଥିତିରେ ପଡି ଦୂରସ୍ଥାନକୁ ଯିବା ପାଇଁ ବାଧ୍ୟ ହୋଇପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ସଫଳତା ମିଳିବ ଏବଂ ବନ୍ଧୁଗହଣରେ ସମୟ ବିତିବ।
ବୃଷ
ବୃଷ
କର୍ମକ୍ଷେତ୍ରରେ ଅନ୍ୟମନସ୍କ ରହିବା କାରଣରୁ ବାରମ୍ବାର ଭୁଲ୍‌ କରିବାକୁ ପଡ଼ିପାରେ। ପାରିବାରିକ କ୍ଷେତ୍ରରେ ଅତୀତ ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ହେବ। ଘରୋଇ କାମରେ ଅସମ୍ପୂର୍ଣ୍ଣ କାମକୁ ପୂର୍ଣ୍ଣାଙ୍ଗ କରିବାରେ ଜଣେ ବ୍ୟକ୍ତି ସାହାଯ୍ୟ କରିବେ। ପରିସ୍ଥିତିରେ ପଡ଼ି ଧାର କରଜ କରିବାକୁ ବାଧ୍ୟ ହୋଇପାରନ୍ତି।
ମିଥୁନ
ମିଥୁନ
 ଆତ୍ମୀୟସ୍ବଜନଙ୍କ ସହାୟତାରେ ଆଜିର କାମ ଗୁଡ଼ିକ ସବୁ ଠିକ୍‌ଠାକ୍‌ ହୋଇଯିବ। ପରିବାରର ଖର୍ଚ୍ଚ ପରିମାଣ ବୃଦ୍ଧି ଯୋଗୁଁ ମନରେ ସରସତା ରହିବ ନାହିଁ। କଳା, କ୍ରୀଡ଼ା ସାହିତ୍ୟ, ସାମ୍ବାଦିକତା, ରଚନାମତ୍କ କାର୍ଯ୍ୟ କ୍ଷେତ୍ରରେ ସଫଳତା ମିଳିପାରେ। ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ କୌଣସି ଭୁଲ୍‌ କରିପାରନ୍ତି।
କର୍କଟ
କର୍କଟ
ପାରିବାରିକ ସ୍ତରରେ କୌଣସି ସମସ୍ୟା ସମ୍ବନ୍ଧରେ ଆଲୋଚନା କରି ବନ୍ଧୁଙ୍କ ପରାମର୍ଶରେ ସାନ୍ତ୍ବନା ମିଳିବ। କିନ୍ତୁ ପ୍ରତ୍ୟେକ କ୍ଷେତ୍ରରେ ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡ଼ିବେ। ଯେଉଁ ଜିନିଷଟିକୁ ପାଇବାକୁ ଅପେକ୍ଷା କରିଛନ୍ତି, ତାହା ସାମାନ୍ୟ ବିଳମ୍ବରେ ପାଇବେ। ଆଜି ଅଫିସ୍‌ରେ ଯୁକ୍ତିତର୍କଠାରୁ ଦୂରେଇ ରହିବା ଭଲ।
ସି˚ହ
ସି˚ହ
ଆଜିର କର୍ମକ୍ଷେତ୍ରରେ ଶୀଘ୍ର ଶୀଘ୍ର ଶେଷ କରିବାକୁ ଆଶାକରି କାର୍ଯ୍ୟର ବିଳମ୍ବତାକୁ ଲକ୍ଷ୍ୟକରି ବ୍ୟସ୍ତ ହୋଇପଡିବେ। ଘରେ ବନ୍ଧୁମିଳନ ସହିତ ଖୁସିର ଆସର ଜମିପାରେ। ପରିବାରର ବରାଦ ଅନୁସାରେ ଗୃହକୁ ସୌଖୀନ ପଦାର୍ଥ ଆଣିପାରନ୍ତି। କନ୍ୟାଙ୍କ ବିବାହ ପ୍ରସ୍ତାବ ନେଇ ଜଣେ ବ୍ୟକ୍ତି ହଠାତ୍‌ ଆସିପାରନ୍ତି।
କନ୍ୟା
ଦୀର୍ଘଦିନରୁ ମଉଳି ଯାଇଥିବା ଆଶା ପୁଣି କଅଁଳି ଉଠିବ। ନୂତନ କାର୍ଯ୍ୟାରମ୍ଭରେ ହାତ ଦେଇ କୃତକାର୍ଯ୍ୟ ହେବେ। ସାମାଜିକ ସ୍ତରରେ ସମ୍ମାନ ଲାଭ କରିିବେ। ସନ୍ତାନ ହେତୁକ ଚିନ୍ତା ଦୂରହେବ। ଚିତ୍ରା ନକ୍ଷତ୍ର ବନ୍ଧୁ ଗହଣରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି।
ତୁଳା
ତୁଳା
ଲାଗି ରହିଥିବା ସ୍ବାସ୍ଥ୍ୟ ସମସ୍ୟା ମନକୁ ଭାରାକ୍ରାନ୍ତ କରିବ। କୌଣସି କ୍ଷେତ୍ରରେ ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡ଼ିବେ। କୌଣସି ସୂତ୍ରରୁ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ବନ୍ଧୁମାନଙ୍କ ସହ ଆଜିର ପ୍ରାତଃଭ୍ରମଣ ବେଶ୍‌ ଆନନ୍ଦଦାୟକ ହେବ।
ବିଛା
ବିଛା
ଶାରୀରିକ ଅସୁସ୍ଥତା କାରଣରୁ ମାନସିକ ସ୍ଥିତି ସେତେଟା ଭଲ ରହିନପାରେ। ସ୍ଥଗିତ ରହିଥିବା କାମ ପ୍ରତି ପ୍ରତିବନ୍ଧକର ସରଳ ସମାଧାନ ହୋଇଯିବ। ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ଈର୍ଷାପର ମନୋଭାବ ନେଇ ମିତ୍ରମାନେ ପରୋକ୍ଷ ଭାବେ ଶତ୍ରୁତା ଆଚରଣ କରିବେ।
ଧନୁ
ଧନୁ
ଭୁଲ୍‌ ବୁଝାମଣା ମଧ୍ୟରେ ରହିଥିବା ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖାଦେବ। ଆଜିର କର୍ମକ୍ଷେତ୍ରରେ ସ୍ଥଗିତ କାମ ପୂରା ଦମ୍‌ରେ କରିବାର ନିଷ୍ପତ୍ତି ନେବେ। ସାହିତ୍ୟ, କଳା, ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ। ଭଲ ସମ୍ପର୍କ ନ ଥିବା ବନ୍ଧୁମାନେ ଈର୍ଷା ପରାୟଣତାରୁ କୌଣସି କାମ ହେବାକୁ ଥିଲେ ମଧ୍ୟ ତାହା କରାଇ ଦେବେନାହିଁ।
ମକର
ମକର
ପ୍ରିୟଜନଙ୍କ ସହାୟତାରେ ଆନୁଷ୍ଠାନିକ କାର୍ଯ୍ୟଟି ସୁରୁଖୁରୁରେ ସମ୍ପନ୍ନ ହେବ। ମିତ୍ରମାନେ ସହଯୋଗର ହାତ ବଢ଼ାଇବେ ଏବଂ ବସ୍ତ୍ରଭୂଷଣ ପ୍ରାପ୍ତି ଯୋଗ ରହିଛି। ଶ୍ରବଣା ନକ୍ଷତ୍ରର ପୁରୁଣା ସମସ୍ୟାଗୁଡ଼ିକ ତୁଟି ଯାଇଥିଲେ ମଧ୍ୟ ଆକସ୍ମିକ ଭାବେ ନୂତନ ସମସ୍ୟା ଦେଖାଦେବ। ପାରିବାରିକ ସ୍ଥିତି ଓ ପରିବହନ ପ୍ରଭୃତିରେ ସୁଫଳ ପାଇବେ।
କୁମ୍ଭ
କୁମ୍ଭ
କର୍ମକ୍ଷେତ୍ରରେ ଯେଉଁଥିପାଇଁ ଆଶଙ୍କା କରୁଛନ୍ତି ସେଥିରେ କିଛି ହେବ ନାହିଁ। ଆଜିର ଯାତ୍ରା ପ୍ରଶାସନ, ଆଇନ କଳା ସାହିତ୍ୟ କ୍ଷେତ୍ର ମନ୍ଦ ହେବନି। ଯାନବାହନରେ ଯିବାଆସିବା କରିବା ସମୟରେ ସତର୍କତା ଅବଲମ୍ବନ କରନ୍ତୁ। ଚେଷ୍ଟା କରୁଥିବା କାମରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ।
ମୀନମୀନ
ଆଜି ଦିନକ ଭିତରେ ଘର କାମ ଛାଡ଼ି ବାହାର କାମରେ ବେଶି ସମୟ କଟାଇବେ। ପରିବାରର ଖର୍ଚ୍ଚ ପରିମାଣ ବୃଦ୍ଧି ଯୋଗୁ ମନରେ ସରସତା ରହିବ ନାହିଁ। ସହାୟତା ପାଇବେ। ପ୍ରତ୍ୟେକ ପ୍ରତିବନ୍ଧକକୁ ଦୃଢ଼ତାର ସହ ସମ୍ମୁଖୀନ ହୋଇ କାମ କରିବେ। ସନ୍ତାନହେତୁକ କୌଣସି ଦ୍ୱନ୍ଦ୍ୱର ସମ୍ମୁଖୀନ ହୋଇପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ମେ ୨୪ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ କେତୁଙ୍କ ସଂଯୋଗରୁ ବିଭିନ୍ନ କାରଣରୁ ମନ ଭଲ ରହିନପାରେ। ବନ୍ଧୁବାନ୍ଧବ, ସହକର୍ମୀ, କରଜ, ଟଙ୍କା ପଇସାକୁ କେନ୍ଦ୍ରକରି କଳହ ଲାଗିପାରେ। ଦୈହିକ…

ରାଶିଫଳ: ଶନିବାର, ମେ ୨୩ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଏକାଦଶରେ ଶୁକ୍ର ପ୍ରଭାବରେ ବନ୍ଧୁମିଳନରୁ ଖୁସିରେ ସମୟ କାଟିବେ। ଦ୍ୱିଜା ନକ୍ଷତ୍ର କର୍ମକ୍ଷେତ୍ର ଓ ପାରିବାରିକ ତଥା ସାମାଜିକ ସ୍ତରରେ ଚର୍ଚ୍ଚିତ ହୋଇପାରନ୍ତି। ନିଜ…

ରାଶିଫଳ: ଶୁକ୍ରବାର , ମେ ୨୨ ତାରିଖ – Daily Horoscope

ମେଷ ଶାରୀରିକ ସୁସ୍ଥତା ସାଙ୍ଗକୁ ଦୃଢ ମାନସିକତା ଯୋଗୁ ଅଭିଳଷିତ କାର୍ଯ୍ୟକୁ ନିର୍ବିଘ୍ନରେ ସମାପନ କରିବେ। ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ। ବାହାର ଜାଗାରେ…

ରାଶିଫଳ: ଗୁରୁବାର, ମେ ୨୧ ତାରିଖ – Daily Horoscope

ମେଷ ଆଜି କର୍ମାଧିପତିଙ୍କ ନକ୍ଷତ୍ରରେ ଚନ୍ଦ୍ର ରହିଥିବାରୁ ଆପଣ ଉନ୍ନତ ଚିନ୍ତା ଓ ନୂତନ ଯୋଜନାର ଶୁଭାରମ୍ଭ କରିବେ। ଉଚ୍ଚପଦାଧିକାରୀଙ୍କ ସହଯୋଗ ମନକୁ ପ୍ରଫୁଲ୍ଲିତ କରାଇବ। ପରିବାରରେ…

ରାଶିଫଳ: ମଙ୍ଗଳବାର, ମେ ୧୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଆପଣଙ୍କ ଉଦ୍ୟମକୁ ଚରିତାର୍ଥ କରାଇବାରେ ସହାୟକ ହେବ ା ଉଚ୍ଚମନ, ଉକତ୍ୃଷ୍ଟ ବିଚାରଧାରା, ପାରିବାରିକ ସହଯୋଗରେ କାମ ହାସଲ କରିବାରେ ମଧ୍ୟ କିଛି…

ରାଶିଫଳ: ସୋମବାର, ମେ ୧୮ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ର ଏବଂ ପାରିବାରିକ ସ୍ଥିତି ପ୍ରୀତିପ୍ରଦ ରହିବ। ବ୍ୟବହାରରେ ସଂଯମତା ଅଭାବରୁ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। ବିଭିନ୍ନ ପ୍ରକାର କାର୍ଯ୍ୟ ବ୍ୟସ୍ତତା କାରଣରୁ…

ରାଶିଫଳ: ରବିବାର, ମେ ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ରସ୍ଥ ଚନ୍ଦ୍ର ଆର୍ଥିକ, ସାମାଜିକ ଏବଂ ପାରିବାରିକ ଜୀବନକୁ ଋଦ୍ଧିମନ୍ତ କରିବ। ଦ୍ୱାଦଶସ୍ଥ ମଙ୍ଗଳ ଭ୍ରାତୃ ସମ୍ପର୍କରେ ତିକ୍ତତା ସୃଷ୍ଟି ହେବ। କର୍ମକ୍ଷେତ୍ରରେ…

ରାଶିଫଳ: ଶନିବାର, ମେ ୧୬ ତାରିଖ – Daily Horoscope

ମେଷ ଆଜି କାମ ହାସଲ କରିବାରେ ଜଣେ ପୁରୁଣା ବନ୍ଧୁ ସାହାଯ୍ୟ କରିବେ। ଘାତଚନ୍ଦ୍ର ଯୋଗୁ ବାଣିଜ୍ୟ ବାଧାପ୍ରାପ୍ତ ହୋଇପାରେ। ପାରିବାରିକ ଜୀବନରେ ବୁଝାମଣା କ୍ଷେତ୍ରରେ ମତାନ୍ତରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri