Posted inRasifala

ରାଶିଫଳ: ମଙ୍ଗଳବାର, ଜୁଲାଇ ୧୮ ତାରିଖ – Daily Horoscope

ମେଷ
ଆଜି ବୁଧାଦିତ୍ୟ ସହ ସ୍ବଗୃହୀ ଚତୁର୍ଥ ଚନ୍ଦ୍ର ଆପଣଙ୍କୁ ଜନ ସମାଜରେ ଜହ୍ନମାମୁ ସଦୃଶ ଲୋକପ୍ରିୟତା ପ୍ରଦାନ କରିବ। ପ୍ରତିଟି କ୍ଷେତ୍ରରେ ଛାନିଆ ହେବା ଠିକ୍‌ ହେବନାହିଁ । କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ ଓ କାମ ହାସଲ କରିବେ। ଦ୍ୱିଜା ନକ୍ଷତ୍ର କେତେକ ସାରଗର୍ଭକ ପରାମର୍ଶ ଦେଇ ବନ୍ଧୁମାନଙ୍କ ପ୍ରିୟଭାଜନ ହେବେ।
ବୃଷ
ବୃଷ
ଶୁକ୍ର ମଙ୍ଗଳ ଯୋଗରୁ ପ୍ରତିଟି ପ୍ରତିବନ୍ଧକ ଦୃଢ଼ତାର ସହ ସାମ୍ନା କରିବେ। ସାମାଜିକ ସ୍ତରରେ କିମ୍ବା ଆନୁଷ୍ଠାନିକ କାମରେ ଯୋଗଦେଇ ପ୍ରଶଂସିତ ହେବେ। ନିଜ ମତ ସାବ୍ୟସ୍ତ କରିବାକୁ ଯାଇ ପାରିବାରିକ କ୍ଷେତ୍ରରେ ସମାଲୋଚିତ ହୋଇପାରନ୍ତି। ପ୍ରଶାସନ, ସାମ୍ବାଦିକତା, ଆଇନ, କଳା, ସାହିତ୍ୟରେ ଉନ୍ନତି କରିବେ।
ମିଥୁନ
ମିଥୁନ
ସ୍ବାର୍ଥତ୍ୟାଗ ଓ ସେବା ମନୋଭାବ ଗ୍ରହଣକରି ଜନ ହିତକର କାମରେ ନିଜକୁ ନିୟୋଜିତ କରିପାରନ୍ତି। ତଥାପି ଆରଦ୍ରା ନକ୍ଷତ୍ର ସକାଶେ କେତେକ ସାଧାରଣ କଥାରେ ପ୍ରତିଦ୍ୱନ୍ଦ୍ୱୀ, ଦୋଷାରୋପକରି ସମସ୍ୟା ବଢ଼ାଇ ଦେଇପାରନ୍ତି। ପୂର୍ବ ଯୋଜନା ଅନୁଯାୟୀ କର୍ମରେ ନିଯୁକ୍ତ ହେବେ ଓ ସଫଳତା ମଧ୍ୟ ପାଇବେ।
କର୍କଟ
କର୍କଟ
୩ଟି ଗ୍ରହ ରାଶିସ୍ଥ ହେତୁ ଆଜିର ପ୍ରତ୍ୟେକ କାମ ଅସ୍ଥିରତା ମଧ୍ୟରେ ଗତି କରିପାରେ। ସକାଳୁ କର୍ମାରମ୍ଭ ପ୍ରୀତିପଦ ହେବ ଓ ମନୋବଳ ବୃଦ୍ଧି ପାଇ ଉସତ୍ୁକତା ଦେଖାଦେବ। ସାମାଜିକ ସ୍ତରରେ ଦକ୍ଷତା ଓ ସଚ୍ଚୋଟତା ହେତୁ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ପରିବାରରେ କାହାର ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହୋଇପାରେ।
ସି˚ହ
ସି˚ହ
ବାଟରେ ବନ୍ଧୁଙ୍କ ସାକ୍ଷାତରୁ ଉପକୃତ ହୋଇପାରନ୍ତି। ମଘା ନକ୍ଷତ୍ର କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରିପାରନ୍ତି। ସାହାଯ୍ୟ କରିବାକୁ ଯାଇ ପର ପାଇଁ ନିଜେ ହଇରାଣରେ ପଡ଼ିବା ସୂଚନା ରହିଛି। ପାରିବାରିକ କ୍ଷେତ୍ରରେ ମାନସିକ ଅସ୍ଥିରତା କାରଣରୁ ନିଜ ଲୋକଙ୍କୁ ଭୁଲ୍‌ ବୁଝିବେ।
କନ୍ୟା
ଆଜି ଦିନଟିରେ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ ହେବ। ବାରମ୍ବାର କାନକୁହା କଥା ଶୁଣି ଅତି ପ୍ରିୟଲୋକଟିର ମନୋଭାବ ବଦଳିଯାଇପାରେ। ବ୍ୟବସାୟରେ ସମସ୍ୟା ଗୁରୁତର ଆକାର ଧାରଣ କରିବ ଓ କ୍ଷତିରେ ପଡ଼ିପାରନ୍ତି। ଚିତ୍ରା ନକ୍ଷତ୍ର ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ସାମୟିକ ଆନନ୍ଦିତ ରହିବେ।
ତୁଳା
ତୁଳା
ବିଗତ ଦିନଗୁଡ଼ିକରେ ସୃଷ୍ଟି ହୋଇଥିବା ସମସ୍ୟା ଆଜି ହଠାତ୍‌ ସମାଧାନ ହେବ। ଆନୁଷ୍ଠାନିକ କାର୍ଯ୍ୟରେ ପରୋକ୍ଷ ଶତ୍ରୁତା ବାଧା ସୃଷ୍ଟି କରିପାରେ, କିନ୍ତୁ କିଛି ଅସୁବିଧା ହେବନାହିଁ। ସ୍ବାତୀ ନକ୍ଷତ୍ର ପରିସ୍ଥିତିରେ ପଡ଼ି ଖର୍ଚ୍ଚାନ୍ତ ହେବେ। ପରିବାରରେ କାହାର ସ୍ବାସ୍ଥ୍ୟ ସମସ୍ୟା ବୃଦ୍ଧି ପାଇବା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହେବ।
ବିଛା
ବିଛା
ଆଜିର କର୍ମକ୍ଷେତ୍ରରେ ସାହସିକତା ପ୍ରଦର୍ଶନକରି ଉଚ୍ଚ ପ୍ରଶଂସିତ ହେବେ। ଜ୍ୟେଷ୍ଠା ନକ୍ଷତ୍ର କଳା, ସାହିତ୍ୟ ଓ ସଙ୍ଗୀତ, ଆଲୋଚନା, ଧର୍ମଚର୍ଚ୍ଚାରେ ସୁନାମ ଅର୍ଜନ କରିବେ। ଆନୁଷ୍ଠାନିକ କ୍ଷେତ୍ରରେ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ। ସ୍ଥଗିତ କାମକୁ ପୂରା ଦମ୍‌ରେ କରିବା ପାଇଁ ନିଷ୍ପତ୍ତି ନେବାରେ ଆନୁଷଙ୍ଗିକ ସହଯୋଗ ମିଳିବ।
ଧନୁ
ଧନୁ
ପାରିବାରିକ ସମସ୍ୟା ସମାଧାନ କ୍ଷେତ୍ରରେ ବନ୍ଧୁଙ୍କ ଯୁକ୍ତି ଗ୍ରହଣ କରିବାକୁ ବାଧ୍ୟ ହେବେ। ପଡ଼ୋଶୀଙ୍କ ସହାୟତାରେ ବକେୟା ଅର୍ଥ ଆଦାୟରେ ସକ୍ଷମ ହୋଇପାରନ୍ତି। କଚେରି ମାମଲାରେ ବନ୍ଧୁମାନଙ୍କ ପରାମର୍ଶ ପାଇଁ ଦୌଡ଼ିବାକୁ ପଡ଼ିପାରେ। ପୂର୍ବାଷାଢ଼ା ନକ୍ଷତ୍ରର ଶିଳ୍ପ, ବାଣିଜ୍ୟ, ବ୍ୟବସାୟରେ କ୍ଷତି ଆଶଙ୍କା ରହିଛି।
ମକର
ମକର
ଆଜିର ଦିନଚର୍ଯ୍ୟାରେ ଅର୍ଥନୈତିକ ଅଭିବୃଦ୍ଧି ସାଙ୍ଗକୁ କଳା, ସାହିତ୍ୟ, ସାମ୍ବାଦିକତାରେ ସୁନାମ ଅର୍ଜନ କରିବେ। କେତେକ କ୍ଷେତ୍ରରେ ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍‌ ଦୃଷ୍ଟିକୋଣରୁ ବିଚାର କରିପାରନ୍ତି। ସ୍ବାସ୍ଥ୍ୟରେ ଉନ୍ନତି କାରଣରୁ ଆଶ୍ୱସ୍ତି ଅନୁଭବ କରିବେ। ଶ୍ରବଣା ନକ୍ଷତ୍ର ଭୁଲ୍‌ ବୁଝାମଣାରୁ ସନ୍ଦେହର ସରବ୍ୟ ହେବେ।
କୁମ୍ଭ
କୁମ୍ଭ
କେତେକ କ୍ଷେତ୍ରରେ ନିଜର ମତ ବଦଳାଇ ସମାଲୋଚିତ ହେବେ। ଶୃଙ୍ଖଳା ରକ୍ଷା କରିବା ପାଇଁ ବନ୍ଧୁମାନଙ୍କ ସାହାଯ୍ୟ ଦରକାର ହୋଇପାରେ। ଶତଭିଷା ନକ୍ଷତ୍ର ସାମାଜିକ କ୍ଷେତ୍ର୍ରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। କିନ୍ତୁ ପ୍ରଶାସନିକ ସ୍ତରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟକଲେ ଉପକୃତ ହୋଇପାରିବେ।
ମୀନମୀନ

ନିଜର ଇଚ୍ଛା ଓ ଯୋଜନାକୁ ଜଳାଞ୍ଜଳି ଦେଇ ଆକସ୍ମିକ ଭାବରେ ଅନ୍ୟର କାମରେ ବାହାରକୁ ଯିବାକୁ ପଡ଼ିପାରେ। ଅତୀତ କଥାକୁ ନେଇ ଗୁଡ଼ାଏ ଚିନ୍ତାକରି ମନକୁ ଭାରାକ୍ରାନ୍ତ କରନ୍ତୁ ନାହିଁ। ସକାଳୁ ସକାଳୁ ପ୍ରତ୍ୟେକ କ୍ଷେତ୍ରରେ ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ। ରେବତୀ ନକ୍ଷତ୍ର ବନ୍ଧୁଙ୍କ ନିକଟରୁ ଜନନାଶୌଚ ଖବର ପାଇପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ମେ ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ରସ୍ଥ ଚନ୍ଦ୍ର ଆର୍ଥିକ, ସାମାଜିକ ଏବଂ ପାରିବାରିକ ଜୀବନକୁ ଋଦ୍ଧିମନ୍ତ କରିବ। ଦ୍ୱାଦଶସ୍ଥ ମଙ୍ଗଳ ଭ୍ରାତୃ ସମ୍ପର୍କରେ ତିକ୍ତତା ସୃଷ୍ଟି ହେବ। କର୍ମକ୍ଷେତ୍ରରେ…

ରାଶିଫଳ: ଶନିବାର, ମେ ୧୬ ତାରିଖ – Daily Horoscope

ମେଷ ଆଜି କାମ ହାସଲ କରିବାରେ ଜଣେ ପୁରୁଣା ବନ୍ଧୁ ସାହାଯ୍ୟ କରିବେ। ଘାତଚନ୍ଦ୍ର ଯୋଗୁ ବାଣିଜ୍ୟ ବାଧାପ୍ରାପ୍ତ ହୋଇପାରେ। ପାରିବାରିକ ଜୀବନରେ ବୁଝାମଣା କ୍ଷେତ୍ରରେ ମତାନ୍ତରର…

ରାଶିଫଳ: ଶୁକ୍ରବାର, ମେ ୧୫ ତାରିଖ – Daily Horoscope

ମେଷ ବିଶିଷ୍ଟବ୍ୟକ୍ତିଙ୍କ ସହାୟତାରେ କାମଗୁଡ଼ିକୁ ସମ୍ପନ୍ନ କରିବାରେ କିଛି ଅସୁବିଧା ହେବନାହିଁ। ରହି ଯାଇଥିବା ଫାଇଲ କାମଟିକୁ ଆଜି ହିଁ ଆରମ୍ଭ କରିବାକୁ ମନ ବଳାଇବେ ଓ…

ରାଶିଫଳ: ଗୁରୁବାର, ମେ ୧୪ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅଶ୍ୱିନୀ ନକ୍ଷତ୍ରର ବନ୍ଧୁଙ୍କ ସହ ଭୁଲ୍‌ ବୁଝାମଣା କାରଣରୁ ମନ ଅଶାନ୍ତ ରହିପାରେ। ତଥାପି ଶାରୀରିକ ସୁସ୍ଥତା, ଆର୍ଥିକ ଉନ୍ନତି ଏବଂ ପ୍ରତିଯୋଗିତାରେ ସଫଳତା…

ରାଶିଫଳ: ବୁଧବାର, ମେ ୧୩ ତାରିଖ – Daily Horoscope

ମେଷ ପ୍ରତ୍ୟେକ କାମ ବିଳମ୍ବ ଓ ଝମେଲା ଭିତରେ ହିଁ ସମ୍ପନ୍ନ ହେବ। କିନ୍ତୁ ଯଦି ତରବରିଆ ପଦକ୍ଷେପ ନେବେ ତେବେ ବେଶି ହଇରାଣ ହେବାକୁ ପଡ଼ିପାରେ।…

ରାଶିଫଳ: ମଙ୍ଗଳବାର, ମେ ୧୨ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ କେତେକ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବାକୁ ପଡ଼ିପାରେ। ଦୃଢ଼ ଓ କଠୋରୋକ୍ତି ଫଳରେ ମୁହଁ ସାମ୍ନାରେ କଥା କହିବାକୁ ଅନ୍ୟମାନେ ପଛେଇ ରହିବେ। ପାରିବାରିକ…

ରାଶିଫଳ: ସୋମବାର, ମେ ୧୧ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ଯୋଗୁ ପାରିବାରିକ ଓ କର୍ମ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଅନେକାଂଶରେ ଭଲ ରହିବ। ବନ୍ଧୁଙ୍କୁ ସୁହାଇଲା ଭଳି ମଉଜିଆ କଥା କହି ପରିସ୍ଥିତିକୁ…

ରାଶିଫଳ: ରବିବାର, ମେ ୧୦ ତାରିଖ – Daily Horoscope

ମେଷ ଆଜି ପାରିବାରିକ ଓ କର୍ମ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଅନେକାଂଶରେ ଭଲ ରହିବ। କୃତ୍ତିକା ନକ୍ଷତ୍ରକୁ ଅର୍ଥ ଲାଭ ସହ ଶାରୀରିକ ସୁସ୍ଥତା କାମ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri