Posted inRasifala

ରାଶିଫଳ: ଶନିବାର, ଜୁନ୍ ୧୮ ତାରିଖ – Daily Horoscope

ମେଷ
ଆଜିର ଶୁଭଚନ୍ଦ୍ରଙ୍କ ଯୋଗୁ ପ୍ରତ୍ୟେକ ପରିସ୍ଥିତିକୁ କୌଶଳରେ ସଜାଡି ନେବେ। କିନ୍ତୁ ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‌ ସମ୍ଭାବନାକୁ ଦେଖି ଚିନ୍ତା ବଢ଼ିଯିବ। କର୍ମକ୍ଷେତ୍ରରେ ଉଚ୍ଚକର୍ତ୍ତୃପକ୍ଷଙ୍କଠାରୁ ଆଶାନୁଯାୟୀ ସାହାଯ୍ୟ ପାଇପାରିବେ। କ୍ରମଶଃ ଦୂରେଇ ଯାଉଥିବା କୌଣସି ଆତ୍ମୀୟଙ୍କ ପାଇଁ ମନ ଛଟପଟ ହେବ।
ବୃଷ
ବୃଷ
ଇଚ୍ଛା ନ ଥିଲେ ମଧ୍ୟ କର୍ମକ୍ଷେତ୍ରରେ ଦାୟିତ୍ୱ ହାତକୁ ନେବାକୁ ବାଧ୍ୟ ହେବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନରେ ଉନ୍ନତମାନର ଫଳ ପାଇବେ। ପୁରାତନ ରୋଗର ପ୍ରାଦୁର୍ଭାବ ବଢ଼ିବା କାରଣରୁ ମାନସିକ ଦୁର୍ବଳତା ଅନୁଭବ କରିପାରନ୍ତି। ଦୂରଯାତ୍ରା କରିବା ସକାଶେ ଯୋଜନା କରି ସଫଳତା ପାଇବାରେ ଅସୁବିଧା ରହିବ ନାହିଁ।
ମିଥୁନ
ମିଥୁନ
ପ୍ରତ୍ୟେକ କାମରେ ବିଫଳତା ଅନୁଭବ କରୁଥିବାରୁ ମାନସିକ ସ୍ଥିତି ଠିକ୍‌ ରହିବ ନାହିଁ। ସମ୍ପର୍କୀୟଙ୍କ ସହ ମିତ୍ରତା ବଢ଼ାଇବା ସକାଶେ ଚେଷ୍ଟା କଲେ ମଧ୍ୟ ସେମାନେ ଅସ୍ବୀକାର କରିବେ। ଆଗାମୀ ଆନୁଷ୍ଠାନିକ କାର୍ଯ୍ୟ ପ୍ରସ୍ତୁତି ସକାଶେ ବ୍ୟସ୍ତ ରହିପାରନ୍ତି। କର୍ମକ୍ଷେତ୍ରରେ ପ୍ରଶାସନିକ କିମ୍ବା ପରିଚାଳନାଗତ ତ୍ରୁଟିକୁ ସୁଧାରିବାକୁ ପ୍ରସ୍ତୁତି ଆରମ୍ଭ କରିବେ।
କର୍କଟ
କର୍କଟ
ଆଜି ବିଶିଷ୍ଟ ବ୍ୟକ୍ତିଙ୍କ ଅନୁକମ୍ପା ଲାଭ କରି ମନ କଥାକୁ ପ୍ରକାଶ କରିପାରନ୍ତି। ଅଭାବ ନ ଥିଲେ ମଧ୍ୟ ଖୋଲା ମନନେଇ ଖର୍ଚ୍ଚରୁ ଦୂରେଇ ରହିବା ପାଇଁ ଚେଷ୍ଟିତ ହୋଇପାରନ୍ତି। କେତେକ ପରିସ୍ଥିତିରେ ନିଜ ଲୋକଙ୍କୁ ସନ୍ଦେହ କରିବା ଭଳି ପରିସ୍ଥିତି ସୃଷ୍ଟି ହେବ। ପାରିବାରିକ ସ୍ତରରେ ସାଧାରଣ ସ୍ବାର୍ଥକୁ କେନ୍ଦ୍ରକରି ସମସ୍ୟା ସୃଷ୍ଟି ହୋଇପାରେ।
ସି˚ହ
ସି˚ହ
କଠିନ ପରିଶ୍ରମଜନିତ ଅପରାହ୍ନରେ ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିପାରନ୍ତି। କଳା, ସାହିତ୍ୟ, ସାମ୍ବାଦିକତା, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରୁ ସୁଫଳ ପାଇବେ। ଆର୍ଥିକ ଅନଟନ ରହିଥିଲେ ମଧ୍ୟ କୌଣସି କାମ ଅଟକିବ ନାହିଁ। ଆତ୍ମୀୟତାର ସହ କାମ କରି ବିଭିନ୍ନ ବର୍ଗର ବ୍ୟକ୍ତିଙ୍କ ଦ୍ୱାରା ପ୍ରଶଂସିତ ହେବେ।
କନ୍ୟା
କୌଣସି ନୂତନ କାମ ଆରମ୍ଭ କରିବାକୁ ଚାହୁଁଥିଲେ ଶୀଘ୍ର ଆରମ୍ଭ କରିବା ଭଲ ହେବ। ପରିବାରରେ ପିଲାଙ୍କ ପାଇଁ ଜଞ୍ଜାଳ କ୍ରମଶଃ ବୃଦ୍ଧି ପାଇବା ହେତୁ ସାମୟିକ ଦୁଶ୍ଚିନ୍ତାଗ୍ରସ୍ତ ହେବେ। ବାଣିଜ୍ୟ, ବ୍ୟବସାୟ, ନିର୍ମାଣ ଓ ସଭାସମିତିରେ ସଫଳତା ପାଇବେ। ଭୁଲ୍‌ ବୁଝାମଣା ହେତୁ ନିକଟ ସମ୍ପର୍କୀୟଙ୍କ ସହ ଭଲ ସମ୍ପର୍କ ରହିବ ନାହିଁ।
ତୁଳା
ତୁଳା
ସାମୟିକ ଶାରୀରିକ ଅସୁସ୍ଥତା ହେତୁ ମନ ବିଚଳିତ ରହିପାରେ। ବ୍ୟବସାୟ କ୍ଷେତ୍ରରେ କିଛି ନୂତନ ଚୁକ୍ତିପତ୍ର ସ୍ବାକ୍ଷରିତ ହେବାର ସମ୍ଭାବନା ରହିଛି। କଚେରି ମାମଲାରେ ସମସ୍ୟା କ୍ରମଶଃ ବୃଦ୍ଧି ପାଇବାକୁ ନେଇ ଚିନ୍ତିତ ରହିପାରନ୍ତି। ନୂତନ ଆଶା ନେଇ କର୍ମକ୍ଷେତ୍ରରେ ଅବତୀର୍ଣ୍ଣ ହେବେ।
ବିଛା
ବିଛା
ବିଭିନ୍ନ ପ୍ରକାର କାର୍ଯ୍ୟବ୍ୟସ୍ତତା ହେତୁ ମାନସିକ ସ୍ଥିତି ଭଲ ରହି ନ ପାରେ। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଆତ୍ମୀୟମାନେ କ୍ରମଶଃ ଦୂରେଇଯିବେ। ବହୁତ କାମ ଅସମ୍ପୂର୍ଣ୍ଣ ରହିବା କାରଣରୁ ବିଚଳିତ ବୋଧ କରିପାରନ୍ତି। ପିଲାଙ୍କ କଥା ନେଇ ପାଖ ପଡ଼ୋଶୀଙ୍କ ସହ ଆଲୋଚନା କଲେ ଉପକୃତ ହେବେ।
ଧନୁ
ଧନୁ
କୌଣସି ବନ୍ଧୁଙ୍କ ନିମନ୍ତ୍ରଣ ରକ୍ଷାକରି ଦୂରଯାତ୍ରା ପାଇଁ ପ୍ରସ୍ତୁତି କରିବେ। ପରିବାରରେ ସ୍ତ୍ରୀ କିମ୍ବା ସ୍ବାମୀଙ୍କ ଚିଡ଼ା ସ୍ବଭାବ ପାଇଁ କ୍ଷୁବ୍ଧ ହୋଇପାରନ୍ତି। ସନ୍ତାନଙ୍କ ଦୁର୍ବଳ ସ୍ବାସ୍ଥ୍ୟ ଓ ଅମନଯୋଗୀ ସ୍ବଭାବର ପରିବର୍ତ୍ତନ ପାଇଁ ଯଥାସାଧ୍ୟ ଚେଷ୍ଟା କରିପାରନ୍ତି। ନିର୍ଦ୍ଦିଷ୍ଟ ସ୍ଥାନରେ ବନ୍ଧୁଙ୍କୁ ଅପେକ୍ଷା କରି ବିରକ୍ତି ଅନୁଭବ କରିବେ।
ମକର
ମକର
ଆଜିର ପ୍ରତ୍ୟୁଷ ଯାତ୍ରା, ସଭାସମିତି, କର୍ମାରମ୍ଭ ବିନା ବାଧାବିଘ୍ନରେ ସମ୍ପନ୍ନ ହେବ। କର୍ମକ୍ଷେତ୍ରରେ କିଛି ମିଥ୍ୟା ଗୁଜବ ମାନସିକ ସ୍ଥିତିକୁ ଦୋହଲାଇ ଦେଇପାରେ। ସାମାଜିକ ସ୍ତରରେ ବୁଦ୍ଧିଜୀବୀଙ୍କ ନିକଟରୁ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ବ୍ୟବସାୟ କ୍ଷେତ୍ରରେ ଚେଷ୍ଟା କରୁଥିବା କାମରେ ଆଂଶିକ ସଫଳତା ପାଇବେ।
କୁମ୍ଭ
କୁମ୍ଭ
ପାରିବାରିକ କ୍ଷେତ୍ରରେ କୌଣସି କଥାକୁ ବାରମ୍ବାର ଚିନ୍ତା କରି ଅଶାନ୍ତ ରହିପାରନ୍ତି। କୌଣସି ଖରାପ ଖବର ପାଇ ସାମୟିକ ଭାବରେ ବିବ୍ରତ ହେବାକୁ ପଡ଼ିପାରେ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ କିଛିଟା ଆଶ୍ୱସ୍ତି ଅନୁଭବ କରିବେ। ବିଳମ୍ବ ହେଲେ ମଧ୍ୟ କାମଗୁଡ଼ିକ ଠିକ୍‌ ଭାବରେ ସମ୍ପନ୍ନ ହେବ।
ମୀନମୀନ
ଆଜି କୌଣସି ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଖୁସି ହେବେ। ବିବାଦୀୟ କ୍ଷେତ୍ର କିମ୍ବା କଚେରି ମାମଲାରେ ଆଶାଜନକ ଫଳ ପାଇବେ। ସଭାସମିତି, ଆଲୋଚନା, ରାଜନୈତିକ ସ୍ଥିତିରେ, ପ୍ରଶାସନିକ କ୍ଷେତ୍ରରେ ସଫଳତା ଅବଶ୍ୟ ପାଇ ପାରିବେ। ଟିକିଏ କଅଁଳିଆ କଥା କହି ନିଜର ଲକ୍ଷ୍ୟ ହାସଲ ଦିଗରେ ଚେଷ୍ଟିତ ହେବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଅକ୍ଟୋବର ୧୦ ତାରିଖ – Daily Horoscope

ମେଷ ଆଜି ରାଶ୍ୟାଧିପତିଙ୍କ ନକ୍ଷତ୍ରସ୍ଥ ଚନ୍ଦ୍ର ସାହସିକତାର ପଦକ୍ଷେପ ନେଇ ପାରିବାରିକ ଏବଂ କର୍ମକ୍ଷେତ୍ରର ସମସ୍ୟା ସମାଧାନ କରିବେ। ଆବଶ୍ୟକତା ପୂରଣ ସକାଶେ ଅର୍ଥର ଅଭାବ ରହିବ…

ରାଶିଫଳ: ଶୁକ୍ରବାର, ଅକ୍ଟୋବର ୯ ତାରିଖ – Daily Horoscope

ମେଷ ଆଜି ଋଣ ପରିଶୋଧ, ବିବାଦୀୟ ଘଟଣା, ଦୂରଯାତ୍ରା କିମ୍ବା ଶତ୍ରୁତା କରୁଥିବା ବ୍ୟକ୍ତି ବିଷୟରେ ଚିନ୍ତା କରିବେ। ସାଧାରଣ କଥାରେ ବନ୍ଧୁ ସମ୍ପର୍କ ଫିକା ପଡିଯିବାରୁ…

ରାଶିଫଳ: ଗୁରୁବାର, ଅକ୍ଟୋବର ୮ ତାରିଖ – Daily Horoscope

ମେଷ ଆଜି ଜମିଜମା କାରବାରକୁ ନେଇ ମତାନ୍ତର ଉପୁଜିବ। ବନ୍ଧୁ ଏବଂ ପରିଜନଙ୍କ ସହିତ ପ୍ରତ୍ୟୁଷ ଯାତ୍ରା ମନକୁ ଆନନ୍ଦ ପ୍ରଦାନ କରିପାରେ। କୃତ୍ତିକା ନକ୍ଷତ୍ରର ମନରେ…

ରାଶିଫଳ: ବୁଧବାର, ଅକ୍ଟୋବର ୭ ତାରିଖ – Daily Horoscope

ମେଷ ଆଜିର ପାପଗ୍ରହ ମଧ୍ୟସ୍ଥ ଚନ୍ଦ୍ରଙ୍କ ଯୋଗୁ ମାନସିକ ଅସ୍ଥିରତା ଭିତରେ ଦିନଟି କଟିବ। ଶିଳ୍ପ, ବାଣିଜ୍ୟ, ପରିବହନ ଏବଂ ଆନୁଷ୍ଠାନିକ କ୍ଷେତ୍ରରେ ଆଶାଜନକ ଫଳ ପ୍ରାପ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?