Posted inRasifala

ରାଶିଫଳ: ରବିବାର, ଜୁନ୍ ୧୮ ତାରିଖ – Daily Horoscope

ମେଷ
ଆଜି ତୃତୀୟ ଚନ୍ଦ୍ର ପ୍ରଭାବରୁ ପ୍ରତ୍ୟେକ ପରିସ୍ଥିତିକୁ ସଜାଡ଼ି ନେବେ। କିନ୍ତୁ କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‌ ସମ୍ଭାବନାକୁ ଦେଖି ମାନସିକ ଚିନ୍ତା ବଢ଼ିଯିବ। କର୍ମକ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କଠାରୁ ସାହାଯ୍ୟ ପାଇପାରିବେ। କ୍ରମଶଃ ଦୂରେଇ ଯାଉଥିବା କୌଣସି ଆମତ୍ୀୟଙ୍କ ପାଇଁ ମନ ଛଟପଟ ହୋଇପାରେ।
ବୃଷ
ବୃଷ
ଦୀର୍ଘଦିନ ହେଲା ଯାହା ପାଇନଥିଲେ ଆଜି ତାହା ପାଇବାରେ ଅସୁବିଧା ହେବନାହିଁ। ଶନିଙ୍କ ସୁପ୍ରଭାବରୁ କର୍ମକ୍ଷେତ୍ରରେ ଦାୟିତ୍ୱ ହାତକୁ ନେବାକୁ ବାଧ୍ୟ ହେବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନରେ ଉନ୍ନତ ମାନର ଫଳ ପାଇବେ। ପୁରାତନ ରୋଗର ପ୍ରାଦୁର୍ଭାବ ବଢ଼ିବା କାରଣରୁ ମାନସିକ ଦୁର୍ବଳତା ଅନୁଭବ କରିପାରନ୍ତି।
ମିଥୁନ
ମିଥୁନ
ଏକତ୍ର ରବି ଓ ଚନ୍ଦ୍ରଜନିତ ସମ୍ପର୍କୀୟଙ୍କ ସହ ମିତ୍ରତା ବଢ଼ାଇବା ସକାଶେ ଚେଷ୍ଟା କରି ନିରାଶ ହେବେ। ଆନୁଷ୍ଠାନିକ କାର୍ଯ୍ୟ ପ୍ରସ୍ତୁତି ସକାଶେ ବ୍ୟସ୍ତ ରହିପାରନ୍ତି। କର୍ମକ୍ଷେତ୍ରରେ ପ୍ରଶାସନିକ କିମ୍ବା ପରିଚାଳନାଗତ ତ୍ରୁଟିକୁ ସୁଧାରିବାକୁ ଚେଷ୍ଟା କରିବେ। ପାରିବାରିକ ସମ୍ପର୍କ ମନ୍ଦ ହେବନି, ତଥାପି ସାଧାରଣ କଥାକୁ ନେଇ ଦ୍ୱନ୍ଦ୍ୱ ମଧ୍ୟରେ ଗତି କରିବେ।
କର୍କଟ
କର୍କଟ
ଅନୁକୂଳ ଗ୍ରହଚକ୍ର ହେତୁ ଆଜି ବିଶିଷ୍ଟ ବ୍ୟକ୍ତିଙ୍କ ଅନୁକମ୍ପା ଲାଭ କରି ମନ ଭିତରର କଥାକୁ ପ୍ରକାଶ କରିପାରନ୍ତି। ଅଭାବ ନ ଥିଲେ ମଧ୍ୟ ଖୋଲା ମନ ନେଇ ଖର୍ଚ୍ଚରୁ ଦୂରେଇ ରହିବା ପାଇଁ ଚେଷ୍ଟିତ ହେବେ। କେତେକ ପରିସ୍ଥିତିରେ ନିଜ ଲୋକଙ୍କୁ ସନ୍ଦେହ କରିବା ପରିସ୍ଥିତି ସୃଷ୍ଟି ହେବ। ପାରିବାରିକ ସ୍ତରରେ ସାଧାରଣ କଥାରୁ ସମସ୍ୟା ସୃଷ୍ଟି ହୋଇପାରେ।
ସି˚ହ
ସି˚ହ
ରାଶ୍ୟାଧିପ ମଙ୍ଗଳ ନକ୍ଷତ୍ରସ୍ଥ ଯୋଗୁ ପରିଶ୍ରମଜନିତ ଶାରୀରିକ ଅସୁସ୍ଥି ଅନୁଭବ କରିପାରନ୍ତି। କଳା, ସାହିତ୍ୟ, ସାମ୍ବାଦିକତା, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରୁ ସୁଫଳ ପାଇବେ। ବନ୍ଧୁଙ୍କ ପାଖରେ ସମସ୍ୟାକୁ ଜଣାନ୍ତୁ; ଅବଶ୍ୟ ସହଯୋଗ ମିଳିଯିବ। ସନ୍ତାନମାନଙ୍କର କିଛି ରହିଥିବା ସମସ୍ୟାର ସମାଧାନ ସକାଶେ ବ୍ୟସ୍ତତା ବଢ଼ିପାରେ।
କନ୍ୟା
କର୍ମାଧିପ ଭାଗ୍ୟସ୍ଥ ହେତୁ କୌଣସି କାମ ଆରମ୍ଭ କରିବାକୁ ଚାହୁଁଥିଲେ ଶୀଘ୍ର ଆରମ୍ଭ କରିବା ଭଲ। ପିଲାଙ୍କ ପାଇଁ ଜଞ୍ଜାଳ ବୃଦ୍ଧି ପାଇବା ହେତୁ ଦୁଶ୍ଚିନ୍ତାଗ୍ରସ୍ତ ହେବେ। ଶତ୍ରୁତା କରୁଥିବା ଲୋକ ନିଜର ଫାଇଦା ହାସଲର ଅପଚେଷ୍ଟା ଲାଗି ମନ ବଳାଇ ପାରନ୍ତି। ବାଣିଜ୍ୟ, ବ୍ୟବସାୟ, ନିର୍ମାଣ ଓ ସଭାସମିତିରେ ସଫଳତା ପାଇବେ।
ତୁଳା
ତୁଳା
ଚନ୍ଦ୍ରଙ୍କ ଶୁଭତ୍ୱରୁ ଦୀର୍ଘଦିନରୁ ଚେଷ୍ଟା କରୁଥିବା କାମଟି ଆଜି ସମ୍ପନ୍ନ ହୋଇପାରିବ। ଚିତ୍ରା ନକ୍ଷତ୍ରର ସାମୟିକ ଶାରୀରିକ ଅସୁସ୍ଥତା ହେତୁ ମନ ବିଚଳିତ ରହିପାରେ। ବ୍ୟବସାୟ କ୍ଷେତ୍ରରେ କିଛି ନୂତନ ଚୁକ୍ତିପତ୍ର ସ୍ବାକ୍ଷରିତ ହେବାର ସମ୍ଭାବନା ରହିଛି। ମାମଲାରେ ସମସ୍ୟା କ୍ରମଶଃ ବୃଦ୍ଧି ପାଇବାକୁ ନେଇ ଚିନ୍ତିତ ରହିପାରନ୍ତି।
ବିଛା
ବିଛା
ସପ୍ତମସ୍ଥ ବୁଧ ପାରିବାରିକ କ୍ଷେତ୍ରରେ ମତାନ୍ତର ଜନିତ ଅଶାନ୍ତ ପରିସ୍ଥିତି ସୃଷ୍ଟି କରିବ। ପୁନଶ୍ଚ ବିଭିନ୍ନ ପ୍ରକାରର କାର୍ଯ୍ୟବ୍ୟସ୍ତତା ହେତୁ ମାନସିକ ସ୍ଥିତି ଭଲ ରହିନପାରେ। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଆମତ୍ୀୟମାନେ କ୍ରମଶଃ ଦୂରେଇ ଯିବେ। ସଭାସମିତି, ଜମିଜମା ଏବଂ ପିଲାଙ୍କ କଥା ନେଇ ପଡ଼ୋଶୀଙ୍କ ସହ ଆଲୋଚନା କଲେ ଉପକୃତ ହେବେ।
ଧନୁ
ଧନୁ
ଶନିଙ୍କ ପ୍ରଭାବରେ ମନ କଥାକୁ ଖୋଲିକରି କହିଲେ ମଧ୍ୟ ନିଜର ଲୋକମାନେ ତାହାର କଦର୍ଥ କରି ସମାଲୋଚନା କରିପାରନ୍ତି। ସ୍ତ୍ରୀ କିମ୍ବା ସ୍ବାମୀଙ୍କ ଚିଡ଼ା ସ୍ବଭାବ ପାଇଁ କ୍ଷୁବ୍ଧ ହୋଇପାରନ୍ତି। ସନ୍ତାନଙ୍କ ଦୁର୍ବଳ ସ୍ବାସ୍ଥ୍ୟ ଓ ଅମନୋଯୋଗୀ ସ୍ବଭାବର ପରିବର୍ତ୍ତନ ପାଇଁ ଚେଷ୍ଟା କରିପାରନ୍ତି। ବନ୍ଧୁଙ୍କୁ ଅପେକ୍ଷା କରି ବିରକ୍ତି ଅନୁଭବ କରିବେ।
ମକର
ମକର
ସାମାନ୍ୟ ସମସ୍ୟା ମଧ୍ୟରେ ଆଜିର ପ୍ରତ୍ୟୁଷ ଯାତ୍ରା, ସଭାସମିତି, କର୍ମାରମ୍ଭ ବିନା ବାଧାବିଘ୍ନରେ ସମାପନ ହେବ। କର୍ମକ୍ଷେତ୍ରରେ କିଛି ଗୁଜବ ମାନସିକ ସ୍ଥିତିକୁ ଦୋହଲାଇ ଦେବ। କର୍ମକ୍ଷେତ୍ରରେ ବୁଦ୍ଧିଜୀବୀଙ୍କ ନିକଟରୁ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ବ୍ୟବସାୟରେ ଚେଷ୍ଟା କରୁଥିବା କାମରେ ଆଂଶିକ ସଫଳତା ପାଇବେ।
କୁମ୍ଭ
କୁମ୍ଭ
ଚତୁର୍ଥସ୍ଥ ବୁଧ ହେତୁ ପାରିବାରିକ କ୍ଷେତ୍ରରେ ଅଶାନ୍ତ ରହିପାରନ୍ତି। ବନ୍ଧୁମାନଙ୍କ ନିକଟରୁ କିଛି ଖରାପ ଖବର ପାଇ ସାମୟିକ ଭାବରେ ବିବ୍ରତ ହେବାକୁ ପଡ଼ିପାରେ। ରୋଗୀଣା ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ କିଛିଟା ଆଶ୍ୱସ୍ତି ଅନୁଭବ କରିବେ। ବ୍ୟୟ ବୃଦ୍ଧି ଯୋଗୁ କିମ୍ବା ପରିବହନରେ ସମସ୍ୟ ଯୋଗୁ ବ୍ୟସ୍ତ ରହିପାରନ୍ତି ।
ମୀନମୀନ
ପାପଗ୍ରହ ପ୍ରଭାବରୁ ମୁକ୍ତ କର୍ମ ସଂସ୍ଥାନ କାରଣରୁ ଆଜି କୌଣସି ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟରେ ଆସି ଖୁସି ରହିବେ। ପରିବାରର ଖର୍ଚ୍ଚ ପରିମାଣ ଦିଗୁଣା ହୋଇପାରେ। ଏଣୁ ସରକାରୀସ୍ତରରୁ ଋଣ ଆଣିବା ସକାଶେ ମନ ବଳାଇ ପାରନ୍ତି। ସଭାସମିତିରେ, ଆଲୋଚନା ପରିସରରେ, ରାଜନୈତିକ ସ୍ଥିତି ତଥା ପ୍ରଶାସନିକ ସ୍ତରରେ ସଫଳତା ଅବଶ୍ୟ ମିଳିବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ:ଶନିବାର , ସେପ୍ଟେମ୍ବର ୧୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ଜନିତ ବନ୍ଧୁ ସମ୍ପର୍କରେ ଉନ୍ନତି ହେବ। ଯାତ୍ରା, ବିବାଦ, ଗୃହାରମ୍ଭ ପାଇଁ ପ୍ରତିକୂଳତା ଆସିଲେ ମଧ୍ୟ କୌଣସି ଅସୁବିଧା ହେବନାହିଁ। ପାରିବାରିକ…

ରାଶିଫଳ: ଶୁକ୍ରବାର , ସେପ୍ଟେମ୍ବର ୧୮ ତାରିଖ – Daily Horoscope

ମେଷ ବୃହସ୍ପତିଙ୍କ ଦୃଷ୍ଟିରେ କର୍ମାଧିପ ଥିବାରୁ ଶୁଭେଚ୍ଛୁଙ୍କ ପରାମର୍ଶରେ ନୂଆ କାମ ସକାଶେ ମନ ବଳାଇବେ। ଦୈହିକ ଦୁର୍ବଳତା ସାଙ୍ଗକୁ ପାରିବାରିକ ଦ୍ୱନ୍ଦ୍ୱଜନିତ ନୈରାଶ୍ୟରୁ ଚିନ୍ତିତ ରହିପାରନ୍ତି।…

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ର କର୍ମାରମ୍ଭ ସକାଶେ ସାହାଯ୍ୟ, ସହଯୋଗର ଅଭାବ ରହିବ ନାହିଁ। ଆନୁଷ୍ଠାନିକ, ସଭାସମିତି, ଧର୍ମକାର୍ଯ୍ୟ, ବନ୍ଧୁମିଳନ ପାଇଁ ଦିନଟି ଭଲ। ଛୋଟ ଛୋଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?