Posted inRasifala

ରାଶିଫଳ: ମଙ୍ଗଳବାର, ମେ ୧୮ ତାରିଖ – Daily Horoscope

ମେଷ
ବ୍ୟବହାରରେ ସଂଯମତା ଅଭାବରୁ ଅପ୍ରିୟ ସତ୍ୟ ଭାଷଣଜନିତ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। ବନ୍ଧୁଙ୍କ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବେ। କାର୍ଯ୍ୟ ବ୍ୟସ୍ତତା କାରଣରୁ ସ୍ବାସ୍ଥ୍ୟରେ ବ୍ୟତିକ୍ରମ ଦେଖାଦେଇପାରେ। ଅଧ୍ୟାପନା, କ୍ରୀଡ଼ା, ସଙ୍ଗୀତ, ଚଳଚ୍ଚିତ୍ର, ସାହିତ୍ୟ ତଥା ପ୍ରତିଯୋଗିତା କ୍ଷେତ୍ରରୁ ପ୍ରଶଂସା ମିଳିବ।
ବୃଷ
ବୃଷ
ଏକାଧିକ ଚିନ୍ତା ଓ ଚେତନା ମଧ୍ୟରେ ମାନସିକ ସ୍ଥିରତା ଆଦୌ ରହିବ ନାହିଁ। କୌଣସି ପଦସ୍ଥବ୍ୟକ୍ତିଙ୍କ ସାହାଯ୍ୟର ପ୍ରତିଶ୍ରୁତି ପାଇ ଟେନ୍‌ସନ ଦୂର ହୋଇପାରେ। କଳା, ସାହିତ୍ୟ, ସଙ୍ଗୀତ, ଚଳଚ୍ଚିତ୍ର ପ୍ରଭୃତିରୁ ଶ୍ରଦ୍ଧା ଓ ସମ୍ମାନ ମିଳିବ। ଶନିଙ୍କ ପ୍ରଭାବରୁ ପ୍ରତ୍ୟେକ କାମ ବିଳମ୍ବିତ ସମୟରେ ସମ୍ପନ୍ନ ହେବ।
ମିଥୁନ
ମିଥୁନ
ଅଭାବ ଅସୁବିଧା ନ ଥିଲେ ମଧ୍ୟ ଟଙ୍କା,ପଇସା ଖର୍ଚ୍ଚ କରିବାରେ କୁଣ୍ଠା ପ୍ରକାଶ କରି ସମାଲୋଚିତ ହୋଇପାରନ୍ତି। ବନ୍ଧୁଙ୍କ ନିକଟରେ ମନକଥାକୁ ଲୁଚାଇ ରଖିପାରିବେ ନାହିଁ। ସାଙ୍ଗଠନିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ। ନୂତନ ସ୍ଥାନ ପରିଦର୍ଶନ, ସତ୍‌ସଙ୍ଗ ଓ ଆଧ୍ୟାତ୍ମିକତାରୁ ଶାନ୍ତି ଲାଭ କରିବେ।
କର୍କଟ
କର୍କଟ
ସାମୟିକ ପ୍ରତିବନ୍ଧକ ଆପଣଙ୍କ ଅର୍ଥ, ଦ୍ରବ୍ୟ ଲାଭରେ ଅନ୍ତରାୟ ସୃଷ୍ଟି କରିପାରିବ ନାହିଁ। ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ପାଇଯିବେ। ଶିଳ୍ପ, ବ୍ୟବସାୟରେ ସଫଳତା ହାସଲ କରିବେ। ଗଣତନ୍ତ୍ରର ପ୍ରତୀକ ଶନିଙ୍କ ସ୍ଥିତିରୁ ରାଜନୈତିକ, ସାଂଗଠନିକ ଓ ଆଇନ, ଅଦାଲତ କ୍ଷେତ୍ରରେ ଉନ୍ନତ ଫଳ ପାଇବେ।
ସି˚ହ
ସି˚ହ
କର୍ମକ୍ଷେତ୍ରରେ ପ୍ରବଳ ବିରୋଧର ସମ୍ମୁଖୀନ ହେବାକୁ ପଡ଼ିବାର ସୂଚନା ରହିଛି। ଆର୍ଥିକ ଦୁରବସ୍ଥା କାରଣରୁ ଇଚ୍ଛା କଲେ ମଧ୍ୟ କୌଣସି ଜିନିଷ କିଣି ନ ପାରି ମନ ଦୁଃଖ କରିପାରନ୍ତି। ହଠାତ୍‌ ଶତ୍ରୁମାନଙ୍କ ମିତ୍ର ଭଳି ଆଚରଣ ଆପଣଙ୍କୁ ବିସ୍ମୟାଭୀଭୂତ କରିପାରେ। ଶାରୀରିକ ସ୍ବାସ୍ଥ୍ୟ ପ୍ରତି ଧ୍ୟାନଦେବା ନିତାନ୍ତ ଆବଶ୍ୟକ।
କନ୍ୟା
ବନ୍ଧୁଙ୍କ ଅନୁରୋଧରେ କୌଣସି ଆନୁଷ୍ଠାନିକ କାର୍ଯ୍ୟ ସକାଶେ ବିଚାରବିମର୍ଶ ଚଳାଇପାରନ୍ତି। ସ୍ବାର୍ଥ ହାନି ଆଶଙ୍କାରେ ଆତ୍ମୀୟମାନେ ଭୁଲ୍‌ ବୁଝି ଅର୍ଥକୁ ଅନର୍ଥ କରିବେ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି ଉପକୃତ ହୋଇପାରନ୍ତି। ସାଧାରଣ କଥାକୁ ଜଟିଳ ଆକାରରେ ଗ୍ରହଣ କଲେ ଦ୍ୱନ୍ଦ୍ୱରେ ପଡ଼ିବାକୁ ହେବ।
ତୁଳା
ତୁଳା
ପୂର୍ବନିଷ୍ପତ୍ତିର ପରିବର୍ତ୍ତନ କଲେ ବିରୋଧାମତ୍କ ପରିସ୍ଥିତି ସୃଷ୍ଟି ହୋଇପାରେ। ସ୍ବାସ୍ଥ୍ୟ ପ୍ରତି ଅବହେଳା କଲେ ଅନୁତାପର ସମୟ ପାଇବେ ନାହିଁ। ହଠାତ୍‌ ବନ୍ଧୁଙ୍କ କାୈଣସି ଘଟଣା ମନକୁ ବିବ୍ରତ କରିପାରେ, ସଭାସମିତିରେ ସମ୍ମାନନୀୟ ବ୍ୟକ୍ତିବିଶେଷ ସହାୟତା କରିପାରନ୍ତି। ବିଭିନ୍ନ ସ୍ଥାନ ପରିଦର୍ଶନର ମଉକା ଜୁଟିପାରେ।
ବିଛା
ବିଛା
ସ୍ବାସ୍ଥ୍ୟ ସମସ୍ୟା ଉଦ୍‌ବେଗଜନକ ନ ହେଲେ ମଧ୍ୟ କିଛିଟା ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ। ପ୍ରଶାସନିକ, ପ୍ରକାଶନ, ଶିଳ୍ପ,ବାଣିଜ୍ୟରେ ସମସ୍ୟା ଦୂର ହୋଇପାରେ। ବିଗତ ଦିନମାନଙ୍କର କଥାକୁ ନେଇ ମନଦୁଃଖରେ ରହିବାକୁ ବାଧ୍ୟ ହୋଇପାରନ୍ତି। ସମ୍ପର୍କୀୟ ବନ୍ଧୁମାନଙ୍କ ସହ ଭୁଲ୍‌ ବୁଝାମଣା କେତେକାଂଶରେ କମିପାରେ।
ଧନୁ
ଧନୁ
ପରିବାରରେ ଅଶାନ୍ତି, ନିଜ ଲୋକଙ୍କ ଅନାସ୍ଥା ଭାବ ମାନସିକ ଅସୁସ୍ଥତାର କାରଣ ହୋଇପାରେ। ଆଧ୍ୟାତ୍ମିକତା, ସାହିତ୍ୟ, କଳା ଓ ରଚନାମତ୍କ କାମରେ ଉଚ୍ଚ ପ୍ରଶଂସା ପାଇବେ। ମିଥ୍ୟାଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିବାକୁ ବାଧ୍ୟ ହେବେ। ସମ୍ପର୍କୀୟଙ୍କ ପରୋକ୍ଷ ଶତ୍ରୁତା ଯୋଗୁ ବିଚଳିତ ହୋଇପାରନ୍ତି।
ମକର
ମକର
କର୍ମ କ୍ଷେତ୍ରରେ କାର୍ଯ୍ୟ ବୃଦ୍ଧି ହେତୁ ଜମା ଫରୁସତ୍‌ ପାଇବେ ନାହିଁ। ଉଚ୍ଚ ପଦାଧିକାରୀଙ୍କ ସହ ମତ ପାର୍ଥକ୍ୟ କାରଣରୁ ବିକଳ୍ପ ଚିନ୍ତା କରିବେ। ଆଗାମୀ ମାଙ୍ଗଳିକ ଉସତ୍ବ ପରିପ୍ରେକ୍ଷୀରେ ଅନ୍ୟମାନଙ୍କ ପରି ଖୁସି ହୋଇପାରିବେ ନାହିଁ। ସାଧାରଣ ଘଟଣାରେ ସହକର୍ମୀଙ୍କ ସହ ସମ୍ପର୍କହାନି ଦୁଶ୍ଚିନ୍ତାର କାରଣ ହୋଇପାରେ।
କୁମ୍ଭ
କୁମ୍ଭ
କର୍ମକ୍ଷେତ୍ରରେ ସମସ୍ୟା ପାରିବାରିକ ଜୀବନକୁ ପ୍ରଭାବିତ କରି ରଖିବ। ଯାନବାହନ, ଲୋକ ସମ୍ପର୍କ, ଘରୋଇ କଥା, ଆନୁଷ୍ଠାନିକ ତଥା ସାମାଜିକ କାମରେ କଳହ ସୃଷ୍ଟି ହୋଇପାରେ। ଅବଶ୍ୟ ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ। ବନ୍ଧୁଙ୍କ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ୍‌ କାମ କରିପାରନ୍ତି।
ମୀନମୀନ
କର୍ମକ୍ଷେତ୍ରରେ କେତେକ ନୂତନ ସୁଯୋଗର ମାର୍ଗ ଉନ୍ମୋଚିତ ହୋଇପାରେ। ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ ଓ ସହମତି ମାଧ୍ୟମରେ କାମ କରିପାରିବେ କିନ୍ତୁ ଆନୁଷ୍ଠାନିକ କାମରେ ଖଟଣି ବଢିଯିବ। ଆକସ୍ମିକ ଭାବରେ ଭ୍ରମଣ ସୁଯୋଗ ଲାଭ କରିପାରନ୍ତି। ପୁତ୍ରକନ୍ୟାଙ୍କ ହେତୁକ କେତେକ ସମସ୍ୟାକୁ ନେଇ ଚିନ୍ତିତ ରହିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଅକ୍ଟୋବର ୧୦ ତାରିଖ – Daily Horoscope

ମେଷ ଆଜି ରାଶ୍ୟାଧିପତିଙ୍କ ନକ୍ଷତ୍ରସ୍ଥ ଚନ୍ଦ୍ର ସାହସିକତାର ପଦକ୍ଷେପ ନେଇ ପାରିବାରିକ ଏବଂ କର୍ମକ୍ଷେତ୍ରର ସମସ୍ୟା ସମାଧାନ କରିବେ। ଆବଶ୍ୟକତା ପୂରଣ ସକାଶେ ଅର୍ଥର ଅଭାବ ରହିବ…

ରାଶିଫଳ: ଶୁକ୍ରବାର, ଅକ୍ଟୋବର ୯ ତାରିଖ – Daily Horoscope

ମେଷ ଆଜି ଋଣ ପରିଶୋଧ, ବିବାଦୀୟ ଘଟଣା, ଦୂରଯାତ୍ରା କିମ୍ବା ଶତ୍ରୁତା କରୁଥିବା ବ୍ୟକ୍ତି ବିଷୟରେ ଚିନ୍ତା କରିବେ। ସାଧାରଣ କଥାରେ ବନ୍ଧୁ ସମ୍ପର୍କ ଫିକା ପଡିଯିବାରୁ…

ରାଶିଫଳ: ଗୁରୁବାର, ଅକ୍ଟୋବର ୮ ତାରିଖ – Daily Horoscope

ମେଷ ଆଜି ଜମିଜମା କାରବାରକୁ ନେଇ ମତାନ୍ତର ଉପୁଜିବ। ବନ୍ଧୁ ଏବଂ ପରିଜନଙ୍କ ସହିତ ପ୍ରତ୍ୟୁଷ ଯାତ୍ରା ମନକୁ ଆନନ୍ଦ ପ୍ରଦାନ କରିପାରେ। କୃତ୍ତିକା ନକ୍ଷତ୍ରର ମନରେ…

ରାଶିଫଳ: ବୁଧବାର, ଅକ୍ଟୋବର ୭ ତାରିଖ – Daily Horoscope

ମେଷ ଆଜିର ପାପଗ୍ରହ ମଧ୍ୟସ୍ଥ ଚନ୍ଦ୍ରଙ୍କ ଯୋଗୁ ମାନସିକ ଅସ୍ଥିରତା ଭିତରେ ଦିନଟି କଟିବ। ଶିଳ୍ପ, ବାଣିଜ୍ୟ, ପରିବହନ ଏବଂ ଆନୁଷ୍ଠାନିକ କ୍ଷେତ୍ରରେ ଆଶାଜନକ ଫଳ ପ୍ରାପ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?