Posted inRasifala

ରାଶିଫଳ: ସୋମବାର, ନଭେମ୍ବର ୧୮ ତାରିଖ – Daily Horoscope

ମେଷ
ଆଜି ଭାଗ୍ୟସ୍ଥାନ ଦୃଷ୍ଟ ଚନ୍ଦ୍ର ଆପଣଙ୍କ କର୍ମକ୍ଷେତ୍ର ଓ ପାରିବାରିକ ଜୀବନକୁ ସରସ କରିବ। ଜଣେ ବନ୍ଧୁ ଆସିବେ କିନ୍ତୁ ଫେରିବା ସମୟକୁ ମନଦୁଃଖ କରି ଅନୁରୋଧପୂର୍ଣ୍ଣ କଥା କହି ବିଦାୟ ନେବେ। ଶାରୀରିକ କ୍ଳାନ୍ତି ଓ ଅବସାଦ ଦେଖାଦେବ। ବ୍ୟବସାୟ, ପରିବହନ, ନିର୍ମାଣ, ଆଇନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ।
ବୃଷ
ବୃଷ
କର୍ମଭାବସ୍ଥ ଶନି ହେତୁ ଆନୁଷ୍ଠାନିକ କାମ ସକାଶେ ବିଶେଷ ଭାବେ ଧାଁ ଧଉଡ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ଫେରିବା ବାଟକୁ ଚାହିଁ ଚାହିଁ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବ। ବ୍ୟବସାୟ, ପରିବହନ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବ। ପାରିବାରିକ କ୍ଷେତ୍ରରେ ଭାବପ୍ରବଣତା ଯୋଗୁ ମନୋବଳ କ୍ରମଶଃ ହ୍ରାସ ପାଇବାର ସୂଚନା ରହିଛି।
ମିଥୁନ
ମିଥୁନ
ଚନ୍ଦ୍ରଙ୍କ ପ୍ରଭାବରେ ଆକସ୍ମିକ ଭାବରେ ହଠାତ୍‌ ଦୂରକୁ ଯିବାକୁ ପଡିବ। କହିବାକୁ ଇଚ୍ଛା ଥିଲେ ମଧ୍ୟ ସଙ୍କୋଚବଶତଃ ବନ୍ଧୁଙ୍କ ନିକଟରେ ମନକଥା ପ୍ରକାଶ କରିପାରିବେ ନାହିଁ। ପିତୃବର୍ଗରେ ଶ୍ରଦ୍ଧାଭାଜନ ହେବେ ଏବଂ ସାମୟିକ ଆଶ୍ୱସ୍ତି ଲାଭ କରିବେ। ମାଲିମକଦ୍ଦମାରେ ବିଚାର ବିଳମ୍ବିତ ହେବାରୁ ମନ ଭଲ ରହି ନ ପାରେ।
କର୍କଟ
କର୍କଟ
ଅଷ୍ଟମସ୍ଥ ଶନି ଯୋଗୁ ସମସ୍ୟାଜନିତ ପରିବାରର କୈାଣସି ବ୍ୟକ୍ତିଙ୍କ ମନରେ ସରସତା ରହିବ ନାହିଁ। ଦୀର୍ଘଦିନ ପରେ ଆଜି ମାଲିମକଦ୍ଦମାରେ ସ୍ଥିତି ଅନୁକୂଳ ହୋଇପାରେ। ପରିବାରରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ। ନିର୍ମାଣ, ପରିବହନରେ କିଛି ସମସ୍ୟା ଦେଖାଦେବ। ସମ୍ପର୍କୀୟଙ୍କ ଦ୍ୱାରା ଉପକୃତ ହେବେ।
ସି˚ହ
ସି˚ହ
ଶୁଭଗ୍ରହମାନଙ୍କ ପ୍ରଭାବରୁ କର୍ମକ୍ଷେତ୍ରରେ ସଂଘର୍ଷମୟ ପରିସ୍ଥିତିର ଦୃଢ଼ ମୁକାବିଲା କରିପାରିବେ। ଆବଶ୍ୟକତା ପୂରଣ ସକାଶେ ଟଙ୍କା ଯୋଗାଡ ପାଇଁ ଫନ୍ଦିଫିକର କରିପାରନ୍ତି। ବନ୍ଧୁଙ୍କ ସହ ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ, ଏଜେନ୍ସି, ସାମ୍ବାଦିକତାରେ ପ୍ରଶଂସିତ ହେବେ।
କନ୍ୟା
ପାପଗ୍ରହଜନିତ ସମସ୍ୟା ଲାଗି ରହିବା କାରଣରୁ ମାନସିକ ସ୍ଥିତି ଭଲ ରହି ନ ପାରେ। ଧୀରସ୍ଥିର ମନ ନେଇ କାମକଲେ ସମସ୍ୟା ସମାଧାନ ହେବ। ନିଜର ଆତ୍ମୀୟମାନେ ହଠାତ୍‌ ଶତ୍ରୁତା କରିବେ। ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିବ। ଦୀର୍ଘ ଦିନରୁ ରହି ଆସିଥିବା ବକେୟା ଅର୍ଥ ଆଦାୟ କରିବାରେ ଆଜି ହିଁ ସକ୍ଷମ ହେବେ।
ତୁଳା
ତୁଳା
କେତୁ ପ୍ରଭାବରେ ଅସୁବିଧା ଭିତରେ ଗତି କରୁଥିବାରୁ ମାନସିକ ଅବସ୍ଥା ଖରାପ ରହିବ। ମୂଲ୍ୟବାନ ଜିନିଷ କ୍ରୟ ସକାଶେ ମୋଟା ଅଙ୍କର ଅର୍ଥର ଆବଶ୍ୟକତା ପଡିବାର ସୂଚନା ରହିଛି। ଚାକିରିରେ, ସଭା ସମିତିରେ, ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଯେତେ ଭଲ କାମ କଲେ ମଧ୍ୟ ଚିତ୍ରା ନକ୍ଷତ୍ର ଆଦର, ସମ୍ମାନ ପାଇପାରିବେ ନାହିଁ।
ବିଛା
ବିଛା
ଚତୁର୍ଥ ଶନି ପ୍ରଭାବରେ ଅତୀତ ଘଟଣା ମନକୁ ଆଲୋଡିତ କରିବା ଫଳରେ ମନ ଭଲ ଲାଗିବ ନାହିଁ। ବନ୍ଧୁମିଳନଜନିତ ସାମୟିକ ହସଖୁସିର ଖୋରାକ ଜ୍ୟେଷ୍ଠା ନକ୍ଷତ୍ର ପାଇପାରନ୍ତି। ଚଳିତ ପରିସ୍ଥିତିର ବିଷମତା ଜାଣିଶୁଣି ମଧ୍ୟ ସବୁ କଥାରେ ନୀରବ ରହିବାକୁ ପଡିବ। ଭଲ ସମ୍ପର୍କ ଥିବା ବ୍ୟକ୍ତିଟି ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ କଥା କହି ନ ପାରେ।
ଧନୁ
ଧନୁ
ରାହୁ ହେତୁ ପାରିବାରିକ କ୍ଷେତ୍ରରେ ସାଧାରଣ କଥାକୁ ଅତିରଞ୍ଜିତ କରିବା କ୍ଷତିର କାରଣ ହୋଇପାରେ। ବନ୍ଧୁଙ୍କ ବାଧ୍ୟ ବାଧକତାରେ ନାହିଁ କରି ନ ପାରି ଦୂରଯାତ୍ରା କରିବାକୁ ପଡିବ। ଅଳଙ୍କାର, ଔଷଧପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି। ଉତ୍ତରାଷାଢା ନକ୍ଷତ୍ର ବ୍ୟବସାୟ, ପରିବହନ, ଅର୍ଥ ସମ୍ପର୍କ, ସଭା ସମିତିରୁ ଖୁସି ରହିବେ।
ମକର
ମକର
ଜଣେ ବନ୍ଧୁଙ୍କ ସାହାଯ୍ୟରେ କାମଗୁଡିକ ସୁବିଧାରେ ସମ୍ପନ୍ନ ହୋଇଯିବ। ଶୁଭଗ୍ରହ ପ୍ରଭାବରେ ପ୍ରତ୍ୟେକ କାମ ଓ କଥାକୁ ସରଳତାର ସହ ଗ୍ରହଣ କରି ଉପକୃତ ହେବେ। ଶ୍ରବଣା ନକ୍ଷତ୍ର କ୍ରୀଡ଼ା, ଚଳଚ୍ଚିତ୍ର, କଳା, ସାହିତ୍ୟରେ ଉନ୍ନତି କରିବେ। ସାଧାରଣ କଥାରେ ରାଗି ଯାଇ ଯାହାତାହା କହି ପକାଇବା ଫଳରେ କିଛି ସମସ୍ୟା ଆସିପାରେ।
କୁମ୍ଭ
କୁମ୍ଭ
କେନ୍ଦ୍ରସ୍ଥ ଗୁରୁଜନିତ ସମ୍ପର୍କୀୟମାନେ ଯେତେ ସମସ୍ୟା ସୃଷ୍ଟି କଲେ ମଧ୍ୟ କିଛି ଅସୁବିଧା ହେବନି। ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ଉଚ୍ଚ ଫଳପ୍ରାପ୍ତି ହୋଇପାରେ। ବହୁତ ଦିନ ହେଲା ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ। ପରିବାରରେ ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକାନ୍ତ ରହିପାରେ।
ମୀନମୀନ

ଚତୁର୍ଥସ୍ଥ ଚନ୍ଦ୍ର ଯୋଗୁ ପ୍ରତ୍ୟେକ କ୍ଷେତ୍ରରେ ଆପଣ ତରବରିଆ ପଦକ୍ଷେପ ନେବା ଠିକ୍‌ ହେବ ନାହିଁ। ସନ୍ତାନମାନଙ୍କ ବିଶୃଙ୍ଖଳିତ ଆଚରଣ,କିଛିଟା ଅଭାବ ଓ ଅସୁବିଧା ମନକୁ ଭାରାକ୍ରାନ୍ତ କରିବ। ସତର୍କରେ ଚଳିଲେ ସୁଦ୍ଧା ବିବାଦ ଭିତରକୁ ଟାଣି ହୋଇଯିବାର ସୂଚନା ରହିଛି। ଚେଷ୍ଟା କରୁଥିବା କାମରେ ସଫଳତା ପାଇବା ଯୋଗୁ ଆନନ୍ଦ ଅନୁଭବ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri