Posted inRasifala

ରାଶିଫଳ: ବୁଧବାର, ଅକ୍ଟୋବର ୧୮ ତାରିଖ – Daily Horoscope

ମେଷ
ଆଜି ଦୈହିକ ଦୁର୍ବଳତା ସାଙ୍ଗକୁ ଧୈର୍ଯ୍ୟହରା ଓ ନୈରାଶ୍ୟ ଯୋଗୁ ବ୍ୟସ୍ତ ରହିବେ। ଉପସ୍ଥିତି ବୁଦ୍ଧି ଓ କୌଶଳପୂର୍ଣ୍ଣ ବ୍ୟବହାର ଅନ୍ୟମାନଙ୍କୁ ଆପଣାର କରିବାରେ ସାହାଯ୍ୟ କରିବ। ଉତ୍ତମ ବୁଝାମଣା ହେତୁ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ ରହିବ। ରଖିଥିବା ଟଙ୍କା ଭିନ୍ନ ବାଟରେ ଖର୍ଚ୍ଚ ହୋଇଯିବାରୁ ଦୁଃଖ ପ୍ରକାଶ କରିବେ।
ବୃଷ
ବୃଷ
ବିଭିନ୍ନ ସମସ୍ୟା ଜାଲରେ ଛନ୍ଦିହୋଇ ମନୋବଳ ଭାଙ୍ଗିଲା ଭଳି ଅନୁଭବ କରିବେ। କର୍ମକ୍ଷେତ୍ରରେ ଅଟକି ରହିଥିବା କାମର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟ ଭଲରେ ଚାଲିବ। ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି। ପରିବହନରେ କ୍ଷତି କିମ୍ବା ସମସ୍ୟାର ଆଶଙ୍କା ରହିଛି।
ମିଥୁନ
ମିଥୁନ
ସାହାଯ୍ୟ ସହଯୋଗ ଲାଭକରି ବିଭିନ୍ନ ଯୋଜନା କ୍ଷେତ୍ରରେ ଅନୁକୂଳ ବାତାବରଣ ସୃଷ୍ଟିହେବ। ପରିବାର ଭିତରେ ସମ୍ପର୍କ ହାନି ଫଳରେ ଚିନ୍ତା ପ୍ରକଟ କରି ପାରନ୍ତି। ସଙ୍ଗଠନ, ରାଜନୀତି କ୍ଷେତ୍ରରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ନିଜ ନିଜର କର୍ମକ୍ଷେତ୍ରରେ ସାଧାରଣ ପରିଶ୍ରମରେ ବେଶି ସଫଳତା ପାଇବେ।
କର୍କଟ
କର୍କଟ
ବିଶେଷ ଖର୍ଚ୍ଚାନ୍ତ ଓ ପରିଶ୍ରମ କରିବା କାରଣରୁ ଟେନ୍‌ସନ କିିଛି ମାତ୍ରାରେ ଲାଗି ରହିବ। ସମସ୍ୟା ସମାଧାନ ହେବାରେ କୌଣସି ନୀଚ ଜାତିର ବ୍ୟକ୍ତି ମୁଖ୍ୟ ଭୂମିକା ଗ୍ରହଣ କରିବେ। ସଭାସମିତିରେ କାହା କଥା ସହ ଅନ୍ୟ କାହାର କଥା ମିଶିବ ନାହିଁ, ଫଳରେ ତର୍କ ବିତର୍କ ଲାଗିପାରେ। ବନ୍ଧୁଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଘଟିବାରୁ ଖୁସି ହେବେ।
ସି˚ହ
ସି˚ହ
ନିକଟ ଅତୀତରେ ସୃଷ୍ଟି ହୋଇଥିବା ସମସ୍ୟାର ସରଳ ସମାଧାନ କରିବାରେ ସମର୍ଥ ହେବେ। ଆର୍ଥିକ ଦିଗରୁ ଉପକୃତ ହେବେ, କିନ୍ତୁ ପୂର୍ଣ୍ଣ ଆବଶ୍ୟକତା ଅପୂରଣୀୟ ରହିବ। ପାରସ୍ପରିକ ସହଯୋଗ ପାରିବାରିକ ଜୀବନକୁ ରସାଣିତ ଓ ମଧୁମୟ କରିବାରେ ସହାୟକ ହେବ। ମାତ୍ର କର୍ମକ୍ଷେତ୍ରରେ ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡ଼ିବେ।
କନ୍ୟା
ବନ୍ଧୁଙ୍କ ଦ୍ୱାରା କର୍ମକ୍ଷେତ୍ରରୁ ହଠାତ୍‌ କୌଣସି ମିଥ୍ୟା ଗୁଜବ ମନକୁ ଚହଲାଇ ଦେବ। କୌଣସି ସମ୍ପର୍କୀୟ ବନ୍ଧୁଙ୍କୁ ଅର୍ଥ କିମ୍ବା ଅଳଙ୍କାର ଦେବା ନେବାକୁ କେନ୍ଦ୍ରକରି ସାମାନ୍ୟ ଝଗଡ଼ା ସୃଷ୍ଟି ହୋଇପାରେ। ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବେ। ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇବା କାରଣରୁ ସାମୟିକ ଚିନ୍ତା କରିପାରନ୍ତି।
ତୁଳା
ତୁଳା
ଆଜି ଆକସ୍ମିକ ଭାବରେ ନୂତନ ବନ୍ଧୁ ସମ୍ପର୍କ ସ୍ଥାପିତ ହୋଇପାରେ। ଜଣେ ପଡ଼ୋଶୀ କିମ୍ବା ବନ୍ଧୁଙ୍କ ଜରିଆରେ ଦୀର୍ଘଦିନର ଆଶା ଫଳବତୀ ହେବ। ଧର୍ମକାର୍ଯ୍ୟ କିମ୍ବା ଆନୁଷ୍ଠାନ ପାଇଁ ସତ୍‌ସଙ୍ଗୀଙ୍କ ପ୍ରେରଣା ମିଳିପାରେ। ପିଲାଙ୍କ ଆଚରଣରେ ଅସନ୍ତୋଷ ବ୍ୟକ୍ତକରି ମନେ ମନେ ବିରକ୍ତ ହେବେ।
ବିଛା
ବିଛା
ଯାହା ମନରେ ଆଶାବାନ୍ଧି ବସିଛନ୍ତି ଆଜି ତାହା ଅବଶ୍ୟ ପାଇବେ। ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବା ସକାଶେ ଦିନଟି ବହୁତ ଭଲ। କଳା, ସାହିତ୍ୟ, ସାମ୍ବାଦିକତା, ସଭା ସମିତି ଓ ମନୋରଞ୍ଜନରେ ଆଗ୍ରହୀ ହେବେ। ସାଧାରଣ କଥାକୁ କେନ୍ଦ୍ରକରି ଅପରାହ୍ନରେ ଟେନ୍‌ସନ ବଢ଼ିପାରେ।
ଧନୁ
ଧନୁ
ବହୁ ଦିନରୁ ଚିନ୍ତା କରିଥିବା ଯୋଜନାଟିକୁ କାର୍ଯ୍ୟକାରୀ କରିବା ସକାଶେ ମନ ବଳାଇପାରନ୍ତି। ଯେଉଁ କଥା ପାଇଁ ଆଶଙ୍କା କରୁଛନ୍ତି ସେଥିରେ କିଛି ହେବ ନାହିଁ। କିଛି ସମୟ ପୂର୍ବରୁ ଅପେକ୍ଷା କରିବାକୁ କହିଥିବା ବନ୍ଧୁଙ୍କୁ ନିର୍ଦ୍ଦିଷ୍ଟ ସ୍ଥାନରେ ନ ପାଇ ବ୍ୟସ୍ତ ହୋଇ ପଡ଼ିବେ। ବିବାଦୀୟ ଘଟଣାରେ ଦୁଃସାହସିକ ପଦକ୍ଷେପ ନେବା ଠିକ୍‌ ହେବନାହିଁ।
ମକର
ମକର
ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ହଠାତ୍‌ ସମସ୍ୟା ଭିତରକୁ ଟାଣି ହୋଇପାରନ୍ତି। ନିକଟ ସମ୍ପର୍କୀୟମାନେ କାଳେ ଦେବାକୁ ପଡ଼ିବ, ଏହି କାରଣରୁ ପାଖ ମାଡ଼ିବେ ନାହିଁ। ପରିହାସଯୁକ୍ତ କଥା କର୍ମକ୍ଷେତ୍ରରେ ସମସ୍ୟା ସୃଷ୍ଟି କରିବାରେ ସାହାଯ୍ୟ କରିବ। ପାରିବାରିକ ସମସ୍ୟାରେ ଅସୁବିଧାର ସମ୍ମୁଖୀନ ହେବେ।
କୁମ୍ଭ
କୁମ୍ଭ
କର୍ମକ୍ଷେତ୍ରରେ ତରବରିଆ ପଦକ୍ଷେପ ନିଅନ୍ତୁ ନାହିଁ, ଯାହାକି ହେବା ଜିନିଷ ହୋଇପାରିବ ନାହିଁ। ପରିବାର ମଧ୍ୟରେ ଛୋଟ କଥାକୁ ଧରି ବସନ୍ତୁ ନାହିଁ, ସମସ୍ୟା ସୃଷ୍ଟି କରିବ। ଆଜିର ପ୍ରତ୍ୟୁଷ ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରହନ୍ତୁ। ସଚେତନତା ଅଭାବରୁ ପୁରାତନ ରୋଗପୀଡ଼ାରୁ ବିଶେଷ କଷ୍ଟ ପାଇବେ।
ମୀନମୀନ

ଆଜି କର୍ମକ୍ଷେତ୍ରରୁ ଫେରିବା ବେଳକୁ ଘରର ଅଶାନ୍ତ ପରିବେଶ ଶାନ୍ତ ପଡ଼ିଯାଇଥିବ। ବାଟରେ ବନ୍ଧୁଙ୍କୁ ଭେଟି ଆଗାମୀ କାଲିର ଯୋଜନା ପ୍ରସ୍ତୁତ କରିପାରନ୍ତି। ଅର୍ଥ ଆଦାୟରେ ସକ୍ଷମ ହେବେ ତଥାପି ବାକ୍‌ ଅସଂଯମ ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ। ବ୍ୟବସାୟରେ ଲାଭ ମିଳିବ ଏବଂ କୌଣସି ଅନ୍ୟ ଏକ ଉଦ୍ଦେଶ୍ୟରେ ସେହି ଟଙ୍କାକୁ ବିନିଯୋଗ କରିପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଅକ୍ଟୋବର ୩ ତାରିଖ – Daily Horoscope

ମେଷ ଗତକାଲିର ଯୋଜନା ମୁତାବକ କାମରେ ଲାଗିପଡ଼ନ୍ତୁ ଟେନସନ୍‍ କିଛି ମାତ୍ରାରେ କମିଯିବ। ନିଜ ଲୋକଙ୍କ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବା ସୂଚନା ପାଇପାରନ୍ତି। କର୍ମକ୍ଷେତ୍ରରେ ଅର୍ଥ…

ରାଶିଫଳ: ଶୁକ୍ରବାର , ଅକ୍ଟୋବର ୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିହେବ। ସମ୍ପର୍କୀୟଙ୍କ ସହାୟତାରେ ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ। ସଭାସମିତି,…

ରାଶିଫଳ: ଗୁରୁବାର, ଅକ୍ଟୋବର ୧ ତାରିଖ – Daily Horoscope

ମେଷ ଆଜି ମୁଖଭାବସ୍ଥ ଚନ୍ଦ୍ରଙ୍କ ଯୋଗୁ କୋମଳ ବଚନ ମାଧ୍ୟମରେ ପାରିବାରିକ ଅଶାନ୍ତିକୁ ବଦଳାଇଦେଇ ପାରିବେ। ମଙ୍ଗଳଙ୍କ ଦୁର୍ବଳତା ଯୋଗୁ ସ୍ବାସ୍ଥ୍ୟ ଭଲ ରହି ନ ପାରେ।…

ରାଶିଫଳ: ବୁଧବାର, ସେପ୍ଟେମ୍ବର ୩୦ ତାରିଖ – Daily Horoscope

ମେଷ ଅଟକି ରହିଥିବା କାମଗୁଡ଼ିକ ଯୋଗୁ ମାନସିକ ଶାନ୍ତି ବ୍ୟାହତ ହେବ। କର୍ମକ୍ଷେତ୍ର, ବ୍ୟବସାୟ, ପରିବହନ, ସଭାସମିତିରେ ପ୍ରତିକୂଳ ପରିସ୍ଥିତିର ଚାପ ବଢ଼ିପାରେ। ସମ୍ପର୍କୀୟଙ୍କ ମିଥ୍ୟା ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?