Posted inRasifala

ରାଶିଫଳ: ଶନିବାର, ସେପ୍ଟେମ୍ବର ୧୮ ତାରିଖ – Daily Horoscope

ମେଷ
ବନ୍ଧୁବର୍ଗଙ୍କ ସହଯୋଗ ଆପଣଙ୍କୁ ଅଗ୍ରଗତି କରାଇବ। ରାଶ୍ୟାଧିପଙ୍କ ବଳହୀନତା ହେତୁ ଦୈହିକ ଦୁର୍ବଳତା ସାଙ୍ଗକୁ ଧୈର୍ଯ୍ୟହରା ଓ ନୈରାଶ୍ୟ ବ୍ୟସ୍ତ ଓ ବିବ୍ରତ କରାଇପାରେ। ସଠିକ୍‌ ବୁଝାମଣା ମାଧ୍ୟମରେ ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ। ଟଙ୍କା ଭିନ୍ନ ବାଟରେ ଖର୍ଚ୍ଚ ହୋଇଯିବା କାରଣରୁ ଦୁଃଖ ପ୍ରକାଶ କରିପାରନ୍ତି।
ବୃଷ
ବୃଷ
ଶନି ଓ ରାହୁଙ୍କ ପାରସ୍ପରିକ ଦୃଷ୍ଟି ହେତୁ ସମସ୍ୟା ଜାଲରେ ଛନ୍ଦି ହୋଇ ମାନସିକ ଦୁର୍ବଳ ହୋଇପଡ଼ିବେ। ଅଟକି ରହିଥିବା କାମର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟ ଭଲରେ ଚାଲିବ। କିନ୍ତୁ ଲୋକସମ୍ପର୍କ, ଗଠନମୂଳକ କାମରେ ବ୍ୟତିକ୍ରମର ଆଶଙ୍କା ରହିଛି। ବହୁ ପ୍ରତୀକ୍ଷିତ ଖବରଟି ଆଜି ପାଇପାରନ୍ତି।
ମିଥୁନ
ମିଥୁନ
ଆଜି ଚତୁର୍ଥ କେନ୍ଦ୍ରସ୍ଥ ବୁଧାଦିତ୍ୟ ଯୋଗ ସହ ଚନ୍ଦ୍ରଙ୍କ ସଂଯୋଗରୁ ସଂଗଠନ, ରାଜନୀତି କ୍ଷେତ୍ରରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ବ୍ୟବସାୟୀମାନେ ନୂତନ ବ୍ୟବସାୟ ଯୋଡ଼ିବା ପାଇଁ ଚିନ୍ତା କରିପାରନ୍ତି। କିନ୍ତୁ ଆର୍ଦ୍ରା ନକ୍ଷତ୍ର ସକାଶେ ପ୍ରତ୍ୟେକ କ୍ଷେତ୍ରରେ ସଂଯମତାର ଅଭାବ ଓ ଧନହାନି ଦୁଶ୍ଚିନ୍ତାର କାରଣ ହୋଇପାରେ।
କର୍କଟ
କର୍କଟ
କେତେକ ଆକସ୍ମିକ ଅସୁବିଧା ଦେଖାଦେବା କାରଣରୁ ଆଜି ସହଜରେ କାମ ହାସଲ ହେବା କଷ୍ଟକର ହେବ। ସନ୍ତାନଙ୍କ ବିଶୃଙ୍ଖଳିତ ଆଚରଣ ସକାଶେ ପରିବାରରେ ବ୍ୟସ୍ତତା ବଢ଼ିପାରେ। ବନ୍ଧୁଙ୍କୁ ଟଙ୍କା ପଇସା, ନେବା ଆଣିବା, ଦିଆନିଆ, କ୍ଷେତ୍ରରେ ସତର୍କ ରହନ୍ତୁ। କଚେରି ମାମଲା ମନ୍ଥର ହୋଇପାରେ, ଫଳରେ ମାନସିକ ଶାନ୍ତି ରହିବ ନାହିଁ।
ସି˚ହ
ସି˚ହ
ଧନାଧିପତି ଧନଭାବସ୍ଥ ଯୋଗୁ ଆର୍ଥିକ ଦିଗରୁ ଉପକୃତ ହେବେ, କିନ୍ତୁ ପୂର୍ଣ୍ଣ ଆବଶ୍ୟକତା ଅପୂରଣୀୟ ରହିବ। ପାରସ୍ପରିକ ସହଯୋଗ ପାରିବାରିକ ଜୀବନକୁ ସରସ ସୁନ୍ଦର କରିପାରେ। ଆଲୋଚନା ପରିସରରେ ସତକଥା କହି ବିବାଦ ଘେରରେ ପଡ଼ିପାରନ୍ତି, ଏଣୁ ଭାବିଚିନ୍ତି କହନ୍ତୁ। ଆଜିର ଯାତ୍ରାରେ ଲକ୍ଷ୍ୟପୂରଣ କରିବାରେ ସଫଳ ହେବେ।
କନ୍ୟା
କର୍ମକ୍ଷେତ୍ରରେ କୌଣସି ମିଥ୍ୟା ଗୁଜବ ମନକୁ ଚହଲାଇ ଦେବ। ଆତ୍ମୀୟଙ୍କ ଅସହଯୋଗ, ଅସମ୍ମାନ ପାଇଁ ଦୁଃଖିତ ହେବେ। କୌଣସି ସମ୍ପର୍କୀୟ ବନ୍ଧୁଙ୍କୁ ଅର୍ଥ କିମ୍ବା ଅଳଙ୍କାର ଦେବାନେବାକୁ କେନ୍ଦ୍ରକରି ସାମାନ୍ୟ ଝଗଡ଼ା ସୃଷ୍ଟି ହୋଇପାରେ। ପରିବାରର ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧି ପାଇବା କାରଣରୁ ସାମୟିକ ଚିନ୍ତା କରିପାରନ୍ତି।
ତୁଳା
ତୁଳା
କାର୍ଯ୍ୟ ହାସଲ ସକାଶେ ବନ୍ଧୁଙ୍କ ଜରିଆରେ ଆଶା ଫଳବତୀ ନ ହୋଇପାରେ। ସାମାଜିକ ସ୍ତରରେ ଅନୁଷ୍ଠାନ ପାଇଁ ସତ୍‌ସଙ୍ଗୀଙ୍କ ପ୍ରେରଣା ମିଳିପାରେ। ପିଲାଙ୍କ ଆଚରଣରେ ଅସନ୍ତୋଷ ବ୍ୟକ୍ତ କରି ମନେ ମନେ ବିରକ୍ତ ପ୍ରକାଶ କରିପାରନ୍ତି। ଯାତ୍ରା, ବାଣିଜ୍ୟ, ବ୍ୟବସାୟ ତଥା ବିଶିଷ୍ଟବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହୋଇପାରନ୍ତି।
ବିଛା
ବିଛା
ଦୀର୍ଘଦିନରୁ ଯାହା ମନରେ ଆଶା ବାନ୍ଧି ବସିଛନ୍ତି ଆଜି ତାହା ଅବଶ୍ୟ ପାଇବେ। ଧୈର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କରନ୍ତୁ, ଅବଶ୍ୟ ଉପକୃତ ହେବେ। କଳା, ସାହିତ୍ୟ, ସାମ୍ବାଦିକତା, ସଭା ସମିତି ଓ ମନୋରଞ୍ଜନରେ ଆଗ୍ରହୀ ହେବେ। ଆନୁଷ୍ଠାନିକ କ୍ଷେତ୍ରରେ, ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ଲାଭବାନ୍‌ ହୋଇପାରନ୍ତି।
ଧନୁ
ଧନୁ
ଆଜିର ଯାତ୍ରା ସମୟରେ ମିତ୍ରତା ସୃଷ୍ଟି କରି ଖୁସି ହେବେ। ନୂଆ ଯୋଜନା କାର୍ଯ୍ୟକାରୀ କରିବାରେ ଅସୁବିଧା ହେବନାହିଁ। ଅପେକ୍ଷା କରିବାକୁ କହିଥିବା ବନ୍ଧୁଙ୍କୁ ନିର୍ଦ୍ଦିଷ୍ଟ ସ୍ଥାନରେ ନ ପାଇ ବ୍ୟସ୍ତ ହେବେ। ବିବାଦୀୟ ଘଟଣାରେ ଦୁଃସାହସିକ ପଦକ୍ଷେପ ନେବା ଠିକ୍‌ ହେବନି। ପରିଜନଙ୍କ ସହ ନୂଆ ସ୍ଥାନ ଭ୍ରମଣ ସୁଯୋଗ ଜୁଟିବ।
ମକର
ମକର
କର୍ମକ୍ଷେତ୍ରରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ହଠାତ୍‌ ସମସ୍ୟା ଭିତରକୁ ଟାଣି ହୋଇ ପାରନ୍ତି। ପରିବାର ସକାଶେ ଧାର କରଜ କରି କାମ ତୁଲାଇ ନେବାକୁ ବାଧ୍ୟ ହେବେ। ପରିଜନଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଘଟିବାର ସାମୟିକ ଆଶ୍ୱସ୍ତି ଅନୁଭବ କରିବେ। ବୈବାହିକ କର୍ମ ସକାଶେ ବନ୍ଧୁ ପ୍ରସ୍ତାବ ସ୍ଥିରିକୃତ ହେବାର ଆଶା ରହିଛି।
କୁମ୍ଭ
କୁମ୍ଭ
ସ୍ବାସ୍ଥ୍ୟ ସମସ୍ୟା କେତେକାଂଶରେ ନିୟନ୍ତ୍ରିତ ରହିବାର ଆଶା ରହିଛି। ଆଜିର ପ୍ରତ୍ୟୁଷ ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରହନ୍ତୁ। ଦୀର୍ଘ ଦିନରୁ ଲାଗି ରହିଥିବା ପୁରାତନ ରୋଗପୀଡ଼ାରୁ ବିଶେଷ କଷ୍ଟ ପାଇବେ। ପ୍ରଶାସନିକ ସଫଳତା ପାଇବା ସାଙ୍ଗକୁ କଚେରି ମାମଲାରେ ବିଜୟ ଲାଭ କରିବାର ସମ୍ଭାବନା ରହିଛି।
ମୀନମୀନ
ପାରିବାରିକ ସହମତିରେ ଆଗାମୀ କାଲିର ଯୋଜନା ପ୍ରସ୍ତୁତ କରିପାରନ୍ତି। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ବୁଝାମଣା ସମ୍ପର୍କରେ ଉନ୍ନତି ଘଟିବାର ଆଶା ରହିଛି। ରୋଗପୀଡ଼ା, ଋଣ ପରିଶୋଧ ଏବଂ ପରୋକ୍ଷ ଶତ୍ରୁତା ସାମୟିକ ପ୍ରଗତିର ଗତିରୋଧ କରିପାରେ। ଆନୁଷ୍ଠାନିକ କର୍ମ ସମ୍ପାଦନ କରିବା ସକାଶେ ବ୍ୟସ୍ତତା ଅନୁଭବ କରିପାରନ୍ତି ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri