Posted inRasifala

ରାଶିଫଳ: ରବିବାର, ସେପ୍ଟେମ୍ବର ୧୮ ତାରିଖ – Daily Horoscope

ମେଷ
ଶୁଭେଚ୍ଛୁଙ୍କ ପରାମର୍ଶରେ ନୂଆ କାମ ସକାଶେ ମନ ବଳାଇବେ। ଅଶ୍ୱିନୀ ନକ୍ଷତ୍ରର ଦୈହିକ ଦୁର୍ବଳତା ସାଙ୍ଗକୁ ନୈରାଶ୍ୟ ବ୍ୟସ୍ତ ଓ ବିବ୍ରତ କରାଇପାରେ। ସଠିକ୍‌ ବୁଝାମଣା ମାଧ୍ୟମରେ ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ। ଟଙ୍କା ଭିନ୍ନ ବାଟରେ ଖର୍ଚ୍ଚ ହୋଇଯିବା କାରଣରୁ ଦୁଃଖ ପ୍ରକାଶ କରିପାରନ୍ତି।
ବୃଷ
ବୃଷ
କୃତ୍ତିକା ନକ୍ଷତ୍ର ବିଭିନ୍ନ ସମସ୍ୟା ଜାଲରେ ଛନ୍ଦି ହୋଇ ମନୋବଳ ଭାଙ୍ଗିଲା ଭଳି ଅନୁଭବ କରିବେ। ଅଟକି ରହିଥିବା କାମର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟ ଭଲରେ ଚାଲିବ। ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି।
ମିଥୁନ
ମିଥୁନ
ଆଜି ଆର୍ଦ୍ରା ନକ୍ଷତ୍ର ସଙ୍ଗଠନ, ରାଜନୀତି, ଆନୁଷ୍ଠାନିକ କାମ କ୍ଷେତ୍ରରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ବ୍ୟବସାୟୀମାନେ ନୂତନ ବ୍ୟବସାୟ ଯୋଡ଼ିବା ପାଇଁ ଚିନ୍ତା କରିପାରନ୍ତି। କିନ୍ତୁ ପ୍ରତ୍ୟେକ କ୍ଷେତ୍ରରେ ସଂଯମତାର ଅଭାବ ଓ ଧନହାନି ଦୁଶ୍ଚିନ୍ତାର କାରଣ ହୋଇପାରେ।
କର୍କଟ
କର୍କଟ
କାର୍ଯ୍ୟବ୍ୟସ୍ତତା କାରଣରୁ ଆଜି କୌଣସି ଗୋଟିଏ ସ୍ଥାନରେ ସ୍ଥିର ଭାବରେ ରହିପାରିବେ ନାହିଁ। ଆଲୋଚନା ପରିସରରେ ବିପକ୍ଷ ବ୍ୟକ୍ତିଙ୍କ ଅକାଟ୍ୟ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ। ନିଜ ପରିସରରେ ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିବ। ଶିଳ୍ପ, ବାଣିଜ୍ୟ, ପ୍ରଶାସନ ଓ ପରିବହନ କ୍ଷେତ୍ରରୁ ସମସ୍ୟା ଦୂର ହୋଇଯିବ।
ସି˚ହ
ସି˚ହ
ପୂର୍ବା ଫାଲ୍‌ଗୁନୀ ନକ୍ଷତ୍ର ଆର୍ଥିକ ଦିଗରୁ ଉପକୃତ ହେବେ, କିନ୍ତୁ ପୂର୍ଣ୍ଣ ଆବଶ୍ୟକତା ଅପୂରଣୀୟ ରହିବ। ପାରସ୍ପରିକ ସହଯୋଗ ପାରିବାରିକ ଜୀବନକୁ ସରସ ସୁନ୍ଦର କରିପାରେ। ଆଲୋଚନା ପରିସରରେ ସତକଥା କହି ବିବାଦ ଘେରରେ ପଡ଼ିପାରନ୍ତି, ଏଣୁ ଭାବିଚିନ୍ତି କୁହନ୍ତୁ। ଆଜିର ଯାତ୍ରାରେ ଲକ୍ଷ୍ୟ ପୂରଣ କରିବାରେ ସଫଳ ହେବେ।
କନ୍ୟା
ହସ୍ତା ନକ୍ଷତ୍ର ସକାଶେ କୌଣସି ଗୁଜବ ମନକୁ ଚହଲାଇ ଦେଇପାରେ। ଆତ୍ମୀୟଙ୍କ ଅସହଯୋଗ, ଅସମ୍ମାନ ପାଇ ଦୁଃଖିତ ହେବେ। କୌଣସି ବନ୍ଧୁଙ୍କୁ ଅର୍ଥ କିମ୍ବା ଅଳଙ୍କାର ଦେବାନେବାକୁ କେନ୍ଦ୍ର କରି ସାମାନ୍ୟ ଝଗଡ଼ା ସୃଷ୍ଟି ହୋଇପାରେ। ପରିବାରର ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧି ପାଇବା କାରଣରୁ ସାମୟିକ ଚିନ୍ତା କରିପାରନ୍ତି ।
ତୁଳା
ତୁଳା
ଦୈହିକ ଓ ମାନସିକ ସୁସ୍ଥତା ଅଭାବରୁ କୌଣସି କାର୍ଯ୍ୟ ଶୃଙ୍ଖଳିତ ହୋଇପାରିବ ନାହିଁ। ସାମାଜିକ ସ୍ତରରେ ଅନୁଷ୍ଠାନ ପାଇଁ ସତ୍‌ସଙ୍ଗୀଙ୍କ ପ୍ରେରଣା ମିଳିପାରେ। ପିଲାଙ୍କ ଆଚରଣରେ ଅସନ୍ତୋଷ ବ୍ୟକ୍ତ କରିପାରନ୍ତି। ଯାତ୍ରା, ବାଣିଜ୍ୟ, ବ୍ୟବସାୟ ତଥା ବିଶିଷ୍ଟବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭରୁ ଉପକୃତ ହୋଇପାରନ୍ତି।
ବିଛା
ବିଛା
ଅନୁରାଧା ନକ୍ଷତ୍ର ଦୀର୍ଘଦିନରୁ ଯାହା ମନରେ ଆଶା ବାନ୍ଧି ବସିଛନ୍ତି ଆଜି ତାହା ଅବଶ୍ୟ ପାଇବେ। ଧୈର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କଲେ ଉପକୃତ ହେବେ। ସାହିତ୍ୟ, ସାମ୍ବାଦିକତା, ସଭା ସମିତି ଓ ମନୋରଞ୍ଜନରେ ଆଗ୍ରହୀ ହେବେ। ଆନୁଷ୍ଠାନିକ କ୍ଷେତ୍ରରେ, ବ୍ୟବସାୟ ଓ ପରିବହନରେ ଲାଭବାନ୍‌ ହୋଇପାରନ୍ତି।
ଧନୁ
ଧନୁ
ଆରମ୍ଭ କରିବାକୁ ଯାଉଥିବା ଯୋଜନା କାର୍ଯ୍ୟକାରୀ କରିବାରେ ସମସ୍ୟା ଆସିପାରେ। ପୂର୍ବରୁ ଅପେକ୍ଷା କରିବାକୁ କହିଥିବା ବନ୍ଧୁଙ୍କୁ ନିର୍ଦ୍ଦିଷ୍ଟ ସ୍ଥାନରେ ନ ପାଇ ବ୍ୟସ୍ତ ହୋଇପଡ଼ିବେ। ଉତ୍ତରାଷାଢ଼ା ନକ୍ଷତ୍ର ବିବାଦୀୟ ଘଟଣାରେ ଦୁଃସାହସିକ ପଦକ୍ଷେପ ନେବା ଠିକ୍‌ ହେବନି। ପ୍ରିୟଜନ ସହ ନୂତନ ସ୍ଥାନ ଭ୍ରମଣ ସୁଯୋଗ ଜୁଟିବ।
ମକର
ମକର
କର୍ମକ୍ଷେତ୍ରରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ସମସ୍ୟା ଆସିପାରେ। ପରିବାର ସକାଶେ ଧାର କରଜ କରି କାମ ତୁଲାଇବାକୁ ବାଧ୍ୟ ହେବେ। ଧନିଷ୍ଠା ନକ୍ଷତ୍ର କର୍ମକ୍ଷେତ୍ରରେ ସମସ୍ୟା ସୃଷ୍ଟି ହେଲେ ମଧ୍ୟ ସମାଧାନ କରିବାରେ ସମର୍ଥ ହୋଇପାରନ୍ତି। ପରିଜନଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଘଟିବାର ସାମୟିକ ଆଶ୍ୱସ୍ତି ଅନୁଭବ କରିବେ।
କୁମ୍ଭ
କୁମ୍ଭ
କର୍ମକ୍ଷେତ୍ରରେ ଦକ୍ଷତାଭିତ୍ତିକ ପ୍ରତିଷ୍ଠା ଓ ପ୍ରାଧାନ୍ୟତାକୁ ଅନ୍ୟମାନେ ଭିନ୍ନ ଦୃଷ୍ଟିରେ ଦେଖିପାରନ୍ତି। ଆଜିର ପ୍ରତ୍ୟୁଷ ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରହନ୍ତୁ। ଦୀର୍ଘ ଦିନରୁ ଲାଗି ରହିଥିବା ପୁରାତନ ରୋଗପୀଡ଼ାରୁ ବିଶେଷ କଷ୍ଟ ପାଇବେ। ପ୍ରଶାସନିକ ସଫଳତା ପାଇବା ସାଙ୍ଗକୁ କଚେରି ମାମଲାରେ ବିଜୟଲାଭ କରିବାର ସମ୍ଭାବନା ରହିଛି।
ମୀନମୀନ
ପାରିବାରିକ ସହମତିରେ ଆଗାମୀକାଲିର ଯୋଜନା ପ୍ରସ୍ତୁତ କରିପାରନ୍ତି। ଅର୍ଥ ଆଦାୟରେ ସକ୍ଷମ ହେବେ, ତଥାପି ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ବୁଝାମଣାରେ ଉନ୍ନତି ଆଶା ରହିଛି। ରୋଗପୀଡ଼ା, ଋଣ ପରିଶୋଧ ଏବଂ ପରୋକ୍ଷ ଶତ୍ରୁତା ପ୍ରଗତିର ଗତିରୋଧ କରିପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ମେ ୨୪ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ କେତୁଙ୍କ ସଂଯୋଗରୁ ବିଭିନ୍ନ କାରଣରୁ ମନ ଭଲ ରହିନପାରେ। ବନ୍ଧୁବାନ୍ଧବ, ସହକର୍ମୀ, କରଜ, ଟଙ୍କା ପଇସାକୁ କେନ୍ଦ୍ରକରି କଳହ ଲାଗିପାରେ। ଦୈହିକ…

ରାଶିଫଳ: ଶନିବାର, ମେ ୨୩ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଏକାଦଶରେ ଶୁକ୍ର ପ୍ରଭାବରେ ବନ୍ଧୁମିଳନରୁ ଖୁସିରେ ସମୟ କାଟିବେ। ଦ୍ୱିଜା ନକ୍ଷତ୍ର କର୍ମକ୍ଷେତ୍ର ଓ ପାରିବାରିକ ତଥା ସାମାଜିକ ସ୍ତରରେ ଚର୍ଚ୍ଚିତ ହୋଇପାରନ୍ତି। ନିଜ…

ରାଶିଫଳ: ଶୁକ୍ରବାର , ମେ ୨୨ ତାରିଖ – Daily Horoscope

ମେଷ ଶାରୀରିକ ସୁସ୍ଥତା ସାଙ୍ଗକୁ ଦୃଢ ମାନସିକତା ଯୋଗୁ ଅଭିଳଷିତ କାର୍ଯ୍ୟକୁ ନିର୍ବିଘ୍ନରେ ସମାପନ କରିବେ। ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ। ବାହାର ଜାଗାରେ…

ରାଶିଫଳ: ଗୁରୁବାର, ମେ ୨୧ ତାରିଖ – Daily Horoscope

ମେଷ ଆଜି କର୍ମାଧିପତିଙ୍କ ନକ୍ଷତ୍ରରେ ଚନ୍ଦ୍ର ରହିଥିବାରୁ ଆପଣ ଉନ୍ନତ ଚିନ୍ତା ଓ ନୂତନ ଯୋଜନାର ଶୁଭାରମ୍ଭ କରିବେ। ଉଚ୍ଚପଦାଧିକାରୀଙ୍କ ସହଯୋଗ ମନକୁ ପ୍ରଫୁଲ୍ଲିତ କରାଇବ। ପରିବାରରେ…

ରାଶିଫଳ: ମଙ୍ଗଳବାର, ମେ ୧୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଆପଣଙ୍କ ଉଦ୍ୟମକୁ ଚରିତାର୍ଥ କରାଇବାରେ ସହାୟକ ହେବ ା ଉଚ୍ଚମନ, ଉକତ୍ୃଷ୍ଟ ବିଚାରଧାରା, ପାରିବାରିକ ସହଯୋଗରେ କାମ ହାସଲ କରିବାରେ ମଧ୍ୟ କିଛି…

ରାଶିଫଳ: ସୋମବାର, ମେ ୧୮ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ର ଏବଂ ପାରିବାରିକ ସ୍ଥିତି ପ୍ରୀତିପ୍ରଦ ରହିବ। ବ୍ୟବହାରରେ ସଂଯମତା ଅଭାବରୁ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। ବିଭିନ୍ନ ପ୍ରକାର କାର୍ଯ୍ୟ ବ୍ୟସ୍ତତା କାରଣରୁ…

ରାଶିଫଳ: ରବିବାର, ମେ ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ରସ୍ଥ ଚନ୍ଦ୍ର ଆର୍ଥିକ, ସାମାଜିକ ଏବଂ ପାରିବାରିକ ଜୀବନକୁ ଋଦ୍ଧିମନ୍ତ କରିବ। ଦ୍ୱାଦଶସ୍ଥ ମଙ୍ଗଳ ଭ୍ରାତୃ ସମ୍ପର୍କରେ ତିକ୍ତତା ସୃଷ୍ଟି ହେବ। କର୍ମକ୍ଷେତ୍ରରେ…

ରାଶିଫଳ: ଶନିବାର, ମେ ୧୬ ତାରିଖ – Daily Horoscope

ମେଷ ଆଜି କାମ ହାସଲ କରିବାରେ ଜଣେ ପୁରୁଣା ବନ୍ଧୁ ସାହାଯ୍ୟ କରିବେ। ଘାତଚନ୍ଦ୍ର ଯୋଗୁ ବାଣିଜ୍ୟ ବାଧାପ୍ରାପ୍ତ ହୋଇପାରେ। ପାରିବାରିକ ଜୀବନରେ ବୁଝାମଣା କ୍ଷେତ୍ରରେ ମତାନ୍ତରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri