Posted inRasifala

ରାଶିଫଳ: ରବିବାର, ସେପ୍ଟେମ୍ବର ୧୮ ତାରିଖ – Daily Horoscope

ମେଷ
ଶୁଭେଚ୍ଛୁଙ୍କ ପରାମର୍ଶରେ ନୂଆ କାମ ସକାଶେ ମନ ବଳାଇବେ। ଅଶ୍ୱିନୀ ନକ୍ଷତ୍ରର ଦୈହିକ ଦୁର୍ବଳତା ସାଙ୍ଗକୁ ନୈରାଶ୍ୟ ବ୍ୟସ୍ତ ଓ ବିବ୍ରତ କରାଇପାରେ। ସଠିକ୍‌ ବୁଝାମଣା ମାଧ୍ୟମରେ ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ। ଟଙ୍କା ଭିନ୍ନ ବାଟରେ ଖର୍ଚ୍ଚ ହୋଇଯିବା କାରଣରୁ ଦୁଃଖ ପ୍ରକାଶ କରିପାରନ୍ତି।
ବୃଷ
ବୃଷ
କୃତ୍ତିକା ନକ୍ଷତ୍ର ବିଭିନ୍ନ ସମସ୍ୟା ଜାଲରେ ଛନ୍ଦି ହୋଇ ମନୋବଳ ଭାଙ୍ଗିଲା ଭଳି ଅନୁଭବ କରିବେ। ଅଟକି ରହିଥିବା କାମର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟ ଭଲରେ ଚାଲିବ। ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି।
ମିଥୁନ
ମିଥୁନ
ଆଜି ଆର୍ଦ୍ରା ନକ୍ଷତ୍ର ସଙ୍ଗଠନ, ରାଜନୀତି, ଆନୁଷ୍ଠାନିକ କାମ କ୍ଷେତ୍ରରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ବ୍ୟବସାୟୀମାନେ ନୂତନ ବ୍ୟବସାୟ ଯୋଡ଼ିବା ପାଇଁ ଚିନ୍ତା କରିପାରନ୍ତି। କିନ୍ତୁ ପ୍ରତ୍ୟେକ କ୍ଷେତ୍ରରେ ସଂଯମତାର ଅଭାବ ଓ ଧନହାନି ଦୁଶ୍ଚିନ୍ତାର କାରଣ ହୋଇପାରେ।
କର୍କଟ
କର୍କଟ
କାର୍ଯ୍ୟବ୍ୟସ୍ତତା କାରଣରୁ ଆଜି କୌଣସି ଗୋଟିଏ ସ୍ଥାନରେ ସ୍ଥିର ଭାବରେ ରହିପାରିବେ ନାହିଁ। ଆଲୋଚନା ପରିସରରେ ବିପକ୍ଷ ବ୍ୟକ୍ତିଙ୍କ ଅକାଟ୍ୟ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ। ନିଜ ପରିସରରେ ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିବ। ଶିଳ୍ପ, ବାଣିଜ୍ୟ, ପ୍ରଶାସନ ଓ ପରିବହନ କ୍ଷେତ୍ରରୁ ସମସ୍ୟା ଦୂର ହୋଇଯିବ।
ସି˚ହ
ସି˚ହ
ପୂର୍ବା ଫାଲ୍‌ଗୁନୀ ନକ୍ଷତ୍ର ଆର୍ଥିକ ଦିଗରୁ ଉପକୃତ ହେବେ, କିନ୍ତୁ ପୂର୍ଣ୍ଣ ଆବଶ୍ୟକତା ଅପୂରଣୀୟ ରହିବ। ପାରସ୍ପରିକ ସହଯୋଗ ପାରିବାରିକ ଜୀବନକୁ ସରସ ସୁନ୍ଦର କରିପାରେ। ଆଲୋଚନା ପରିସରରେ ସତକଥା କହି ବିବାଦ ଘେରରେ ପଡ଼ିପାରନ୍ତି, ଏଣୁ ଭାବିଚିନ୍ତି କୁହନ୍ତୁ। ଆଜିର ଯାତ୍ରାରେ ଲକ୍ଷ୍ୟ ପୂରଣ କରିବାରେ ସଫଳ ହେବେ।
କନ୍ୟା
ହସ୍ତା ନକ୍ଷତ୍ର ସକାଶେ କୌଣସି ଗୁଜବ ମନକୁ ଚହଲାଇ ଦେଇପାରେ। ଆତ୍ମୀୟଙ୍କ ଅସହଯୋଗ, ଅସମ୍ମାନ ପାଇ ଦୁଃଖିତ ହେବେ। କୌଣସି ବନ୍ଧୁଙ୍କୁ ଅର୍ଥ କିମ୍ବା ଅଳଙ୍କାର ଦେବାନେବାକୁ କେନ୍ଦ୍ର କରି ସାମାନ୍ୟ ଝଗଡ଼ା ସୃଷ୍ଟି ହୋଇପାରେ। ପରିବାରର ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧି ପାଇବା କାରଣରୁ ସାମୟିକ ଚିନ୍ତା କରିପାରନ୍ତି ।
ତୁଳା
ତୁଳା
ଦୈହିକ ଓ ମାନସିକ ସୁସ୍ଥତା ଅଭାବରୁ କୌଣସି କାର୍ଯ୍ୟ ଶୃଙ୍ଖଳିତ ହୋଇପାରିବ ନାହିଁ। ସାମାଜିକ ସ୍ତରରେ ଅନୁଷ୍ଠାନ ପାଇଁ ସତ୍‌ସଙ୍ଗୀଙ୍କ ପ୍ରେରଣା ମିଳିପାରେ। ପିଲାଙ୍କ ଆଚରଣରେ ଅସନ୍ତୋଷ ବ୍ୟକ୍ତ କରିପାରନ୍ତି। ଯାତ୍ରା, ବାଣିଜ୍ୟ, ବ୍ୟବସାୟ ତଥା ବିଶିଷ୍ଟବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭରୁ ଉପକୃତ ହୋଇପାରନ୍ତି।
ବିଛା
ବିଛା
ଅନୁରାଧା ନକ୍ଷତ୍ର ଦୀର୍ଘଦିନରୁ ଯାହା ମନରେ ଆଶା ବାନ୍ଧି ବସିଛନ୍ତି ଆଜି ତାହା ଅବଶ୍ୟ ପାଇବେ। ଧୈର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କଲେ ଉପକୃତ ହେବେ। ସାହିତ୍ୟ, ସାମ୍ବାଦିକତା, ସଭା ସମିତି ଓ ମନୋରଞ୍ଜନରେ ଆଗ୍ରହୀ ହେବେ। ଆନୁଷ୍ଠାନିକ କ୍ଷେତ୍ରରେ, ବ୍ୟବସାୟ ଓ ପରିବହନରେ ଲାଭବାନ୍‌ ହୋଇପାରନ୍ତି।
ଧନୁ
ଧନୁ
ଆରମ୍ଭ କରିବାକୁ ଯାଉଥିବା ଯୋଜନା କାର୍ଯ୍ୟକାରୀ କରିବାରେ ସମସ୍ୟା ଆସିପାରେ। ପୂର୍ବରୁ ଅପେକ୍ଷା କରିବାକୁ କହିଥିବା ବନ୍ଧୁଙ୍କୁ ନିର୍ଦ୍ଦିଷ୍ଟ ସ୍ଥାନରେ ନ ପାଇ ବ୍ୟସ୍ତ ହୋଇପଡ଼ିବେ। ଉତ୍ତରାଷାଢ଼ା ନକ୍ଷତ୍ର ବିବାଦୀୟ ଘଟଣାରେ ଦୁଃସାହସିକ ପଦକ୍ଷେପ ନେବା ଠିକ୍‌ ହେବନି। ପ୍ରିୟଜନ ସହ ନୂତନ ସ୍ଥାନ ଭ୍ରମଣ ସୁଯୋଗ ଜୁଟିବ।
ମକର
ମକର
କର୍ମକ୍ଷେତ୍ରରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ସମସ୍ୟା ଆସିପାରେ। ପରିବାର ସକାଶେ ଧାର କରଜ କରି କାମ ତୁଲାଇବାକୁ ବାଧ୍ୟ ହେବେ। ଧନିଷ୍ଠା ନକ୍ଷତ୍ର କର୍ମକ୍ଷେତ୍ରରେ ସମସ୍ୟା ସୃଷ୍ଟି ହେଲେ ମଧ୍ୟ ସମାଧାନ କରିବାରେ ସମର୍ଥ ହୋଇପାରନ୍ତି। ପରିଜନଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଘଟିବାର ସାମୟିକ ଆଶ୍ୱସ୍ତି ଅନୁଭବ କରିବେ।
କୁମ୍ଭ
କୁମ୍ଭ
କର୍ମକ୍ଷେତ୍ରରେ ଦକ୍ଷତାଭିତ୍ତିକ ପ୍ରତିଷ୍ଠା ଓ ପ୍ରାଧାନ୍ୟତାକୁ ଅନ୍ୟମାନେ ଭିନ୍ନ ଦୃଷ୍ଟିରେ ଦେଖିପାରନ୍ତି। ଆଜିର ପ୍ରତ୍ୟୁଷ ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରହନ୍ତୁ। ଦୀର୍ଘ ଦିନରୁ ଲାଗି ରହିଥିବା ପୁରାତନ ରୋଗପୀଡ଼ାରୁ ବିଶେଷ କଷ୍ଟ ପାଇବେ। ପ୍ରଶାସନିକ ସଫଳତା ପାଇବା ସାଙ୍ଗକୁ କଚେରି ମାମଲାରେ ବିଜୟଲାଭ କରିବାର ସମ୍ଭାବନା ରହିଛି।
ମୀନମୀନ
ପାରିବାରିକ ସହମତିରେ ଆଗାମୀକାଲିର ଯୋଜନା ପ୍ରସ୍ତୁତ କରିପାରନ୍ତି। ଅର୍ଥ ଆଦାୟରେ ସକ୍ଷମ ହେବେ, ତଥାପି ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ବୁଝାମଣାରେ ଉନ୍ନତି ଆଶା ରହିଛି। ରୋଗପୀଡ଼ା, ଋଣ ପରିଶୋଧ ଏବଂ ପରୋକ୍ଷ ଶତ୍ରୁତା ପ୍ରଗତିର ଗତିରୋଧ କରିପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଫେବ୍ରୁଆରି ୧୮ ତାରିଖ – Daily Horoscope

ମେଷ ରବି ଧନିଷ୍ଠା ନକ୍ଷତ୍ରରେ ରହିଥିବାରୁ ସାମୟିକ ପ୍ରତିବନ୍ଧକ ଥିଲେ ମଧ୍ୟ ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍‌ ହୋଇଯିବ। ଆଜିର ଯାତ୍ରାରେ ଅଭିଳଷିତ ଫଳ...

ରାଶିଫଳ: ଶନିବାର, ଫେବୃୟାରୀ ୨୭ ତାରିଖ – Daily Horoscope

ମେଷ ରାହୁ ମଙ୍ଗଳ ଯୋଗରୁ ପ୍ରତ୍ୟେକ ପ୍ରକାର ପରିସ୍ଥିତିକୁ ସାମ୍‌ନା କରି ବିବାଦୀୟ ପରିସ୍ଥିତିର ଦୃଢ଼ ମୁକାବିଲା କରିବେ। ଶୁଭକାର୍ଯ୍ୟ ପରିପ୍ରେକ୍ଷୀରେ ଆତ୍ମୀୟଙ୍କ ପରୋକ୍ଷ ଶତ୍ରୁତା...

ରାଶିଫଳ: ବୁଧବାର, ଡିସେମ୍ବର ୯ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ରରେ ଠିକ୍ ପରାମର୍ଶ ଦେଇ ଅନ୍ୟମାନଙ୍କ ପ୍ରଶଂସାର ପାତ୍ର ହେବେ। ପାରିବାରିକ କ୍ଷେତ୍ରରେ ଇଚ୍ଛା ନ ଥାଇ ମଧ୍ୟ କେତେକ କାମ କରିବାକୁ...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୬ ତାରିଖ – Daily Horoscope

ମେଷ ଆଜି ରାହୁ ଓ ଚନ୍ଦ୍ରଙ୍କ ସଂଯୋଗରେ ସାହାଯ୍ୟ ମାଗୁଥିବା ଲୋକଟିର ଇଚ୍ଛା ପୂରଣ କରି ଆମତ୍ସନ୍ତୋଷ ଲାଭ କରିବେ। ସାହିତ୍ୟ, ସାମ୍ବାଦିକତା, ସଙ୍ଗଠନ ଓ...

ରାଶିଫଳ: ବୁଧବାର, ଜାନୁଆରି ୨୨ ତାରିଖ – Daily Horoscope

ମେଷ ରୋଜଗାର ସ୍ଥାନରେ ଶୁକ୍ର ଆପଣଙ୍କୁ ଅଭିଳଷିତ ଅର୍ଥ, ବିଳାସ ସାମଗ୍ରୀ, ଯାନବାହନ ପ୍ରଭୃତି ଲାଭ କରିବାରେ ସହାୟକ ହେବେ। ବାଧ୍ୟବାଧକତାରେ ଦୂରସ୍ଥାନକୁ ଯାତ୍ରା କରିବାକୁ...

ରାଶିଫଳ: ବୁଧବାର, ଅକ୍ଟୋବର ୧୯ ତାରିଖ – Daily Horoscope

ମେଷ ଏମିତି କେତେକ କାମ ରହିଛି ଯାହାକି ମନ ଚାହୁଁଥିଲେ ମଧ୍ୟ ଆପଣ ସମ୍ପନ୍ନ କରିବାକୁ ଅସମର୍ଥ ହୋଇପଡ଼ିବେ। ପାରିବାରିକ ସ୍ଥିତି ସାଙ୍ଗକୁ କର୍ମକ୍ଷେତ୍ରର ସମସ୍ୟା...

ରାଶିଫଳ: ବୁଧବାର, ଅଗଷ୍ଟ ୧୮ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ମଧ୍ୟ ସ୍ବାଧୀନ ଭାବରେ କାର୍ଯ୍ୟ କରିବାରେ ସୁଯୋଗ ପାଇବେ। ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖାଦେବ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ...

ରାଶିଫଳ: ଗୁରୁବାର, ଫେବୃୟାରୀ ୨ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ଏକାଧାରାରେ ଅର୍ଥ, ସମ୍ମାନ ଓ ପାରିବାରିକ ସୁଖ, ସୌହାର୍ଦ୍ଦ୍ୟ ପ୍ରଦାନ କରିବ। ଭଲ ସମ୍ପର୍କ ନ ଥିବା ବ୍ୟକ୍ତି କିମ୍ବା ନିଜ...

Advertisement
Archives

Model This Week