Posted inRasifala

ରାଶିଫଳ: ସୋମବାର, ସେପ୍ଟେମ୍ବର ୧୮ ତାରିଖ – Daily Horoscope

ମେଷ
ଆଜି କୃତିକା ନକ୍ଷତ୍ରର ଅସୁବିଧା ନହେଲେ ମଧ୍ୟ ଦୈହିକ ଦୁର୍ବଳତା ସଙ୍ଗକୁ ଧୈର୍ଯ୍ୟହରା ଓ ନୈରାଶ୍ୟ ବ୍ୟସ୍ତବିବ୍ରତ କରାଇବ। ଉପସ୍ଥିତି ବୁଦ୍ଧି ଓ କୈାଶଳପୂର୍ଣ୍ଣ ବ୍ୟବହାର ଅନ୍ୟମାନଙ୍କୁ ଆପଣାର କରିବାରେ ସାହାଯ୍ୟ କରିବ। ପାରିବାରରେ ଶାନ୍ତି ଅବ୍ୟାହତ ରହିବ। ଅଫିସରେ ଜଣେ ବନ୍ଧୁଙ୍କ କେନ୍ଦ୍ର କରି ଝଗଡ଼ା ଲାଗିପାରେ।
ବୃଷ
ବୃଷ
ସମସ୍ୟା ଜାଲରେ ଛନ୍ଦି ହୋଇ ମନୋବଳ ବିଗିଡ଼ିଯିବ। ଅନ୍ୟମାନଙ୍କ ଉପରେ ବିରକ୍ତି ପ୍ରକାଶ କରନ୍ତୁ ନାହିଁ। ଅଟକି ରହିଥିବା କାମର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ। ରୋହିଣୀ ନକ୍ଷତ୍ର ବହୁ ପ୍ରତୀକ୍ଷିତ ଖବରଟି ଆଜି ପାଇପାରନ୍ତି। ପରିବହନରେ କ୍ଷତି ଆଶଙ୍କା ରହିଛି। ସ୍ବାସ୍ଥ୍ୟରେ ଉନ୍ନତି ହେବାରୁ ସାମୟିକ ଆଶ୍ୱସ୍‌ଥି ଲାଭ କରିବେ।
ମିଥୁନ
ମିଥୁନ
ଆନୁସଙ୍ଗିକ ସାହାଯ୍ୟ ଲାଭକରି ବିଭିନ୍ନ ଯୋଜନା କ୍ଷେତ୍ରରେ ଅନୁକୂଳ ବାତାବରଣ ସୃଷ୍ଟି ହେବ। ପୁନର୍ବସୁ ନକ୍ଷତ୍ର ପରିବାର ଭିତରେ ସମ୍ପର୍କ ହାନି ଫଳରେ ଚିନ୍ତା ପ୍ରକଟ କରି ପାରନ୍ତି। ସଂଗଠନ, ରାଜନୀତି କ୍ଷେତ୍ରରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ନିଜ ନିଜର କର୍ମକ୍ଷେତ୍ରରେ ସାଧାରଣ ପରିଶ୍ରମରେ ବେଶି ସଫଳତା ପାଇବେ।
କର୍କଟ
କର୍କଟ
ବିଶେଷ ଖର୍ଚ୍ଚାନ୍ତ ଓ ପରିଶ୍ରମ କାରଣରୁ ଟେନସନ୍‌ ଲାଗି ରହିବ। ପୂର୍ବ ସମସ୍ୟା ସମାଧାନରେ କୈାଣସି ନୀଚ୍ଚ ଜାତିର ବ୍ୟକ୍ତି ମୂଖ୍ୟ ଭୂମିକା ଗ୍ରହଣ କରିବେ। ସଭାସମିତିରେ କାହା କଥା ସହ ଅନ୍ୟ କାହାର କଥା ମିଶିବ ନାହିଁ, ଫଳରେ ବିତର୍କ ଲାଗିପାରେ। ଅଶ୍ଳେଷା ନକ୍ଷତ୍ରର ପ୍ରତିକୁଳ ପରିସ୍ଥିତି ଯୋଗୁ ଯୋଜନାଗୁଡିକ ସମ୍ପୁର୍ଣ୍ଣ ହେବ ନାହିଁ।
ସି˚ହ
ସି˚ହ
ଅତୀତରେ ସୃଷ୍ଟି ହୋଇଥିବା ସମସ୍ୟା ସମାଧାନ କରିବାରେ ସମର୍ଥ ହେବେ। ଆର୍ଥିକ ଦିଗରୁ ଉପକୃତ ହେବେ କିନ୍ତୁ ପୂର୍ଣ୍ଣ ଆବଶ୍ୟକତା ଅପୂରଣୀୟ ରହିବ। ପାରସ୍ପରିକ ସହଯୋଗ ପାରିବାରିକ ଜୀବନକୁ ରସାଣିତ ଓ ମଧୁମୟ କରିବାରେ ସହାୟକ ହେବ। ପୂର୍ବାଫାଲଗୁନୀ ନକ୍ଷତ୍ର ତରବର ହେଲେ ଅସୁବିଧାରେ ପଡିବେ।
କନ୍ୟା
ଈର୍ଷାପରାୟଣ ବନ୍ଧୁଙ୍କ ଦ୍ୱାରା ମିଥ୍ୟା ଗୁଜବ ମନକୁ ଚହଲାଇ ଦେବ। ସମ୍ପର୍କୀୟଙ୍କୁ ଅର୍ଥ କିମ୍ବା ଅଳଙ୍କାର ଦେବା ନେବାକୁ କେନ୍ଦ୍ରକରି ସମାନ୍ୟ ଝଗଡା ସୃଷ୍ଟି ହୋଇପାରେ। ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବେ। ଚିତ୍ରା ନକ୍ଷତ୍ରର ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇବା କାରଣରୁ ସାମୟିକ ଚିନ୍ତା କରି ପାରନ୍ତି।
ତୁଳା
ତୁଳା
ଆଜି ଆକସ୍ମିକ ଭାବରେ ନୂତନ ବନ୍ଧୁ ସମ୍ପର୍କ ସ୍ଥାପିତ ହୋଇପାରେ। ଜଣେ ପଡୋଶୀ କିମ୍ବା ବନ୍ଧୁଙ୍କ ଜରିଆରେ ଦୀର୍ଘଦିନର ଆଶା ଫଳବତୀ ହେବ। କୌଣସି ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗିବ ନାହିଁ। ସ୍ବାତୀ ନକ୍ଷତ୍ର ପିଲାଙ୍କ ଆଚରଣରେ ଅସନ୍ତୋଷ ବ୍ୟକ୍ତ କରି ମନେ ମନେ ବିରକ୍ତ ହେବେ।
ବିଛା
ବିଛା
ଅନୁରାଧା ନକ୍ଷତ୍ର ଯାହା ମନରରେ ଆଶାବାନ୍ଧି ବସିଛନ୍ତି ଆଜି ତାହା ଅବଶ୍ୟ ପାଇବେ। ଧୈର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କରନ୍ତ, ଅବଶ୍ୟ ଅପକୃତ ହେବେ। ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବା ସକାଶେ ଦିନଟି ବହୁତ ଭଲ। କଳା, ସାହିତ୍ୟ, ସାମ୍ବାଦିକତା, ସଭା ସମିତି ଓ ମନୋରନରେ ଆଗ୍ରହୀ ହେବେ।
ଧନୁ
ଧନୁ
ବହୁ ଦିନରୁ ଚିନ୍ତା କରିଥିବା ଯୋଜନାଟିକୁ କାଯର୍‌ୟକାରୀ କରିବା ସକାଶେ ମନ ବଳାଇ ପାରନ୍ତି। ଯେଉଁ କଥା ପାଇଁ ଆଶଙ୍କା କରୁଛନ୍ତି ସେଥିରେ କିଛି ହେବ ନାହିଁ। କିଛି ସମୟ ପୂର୍ବରୁ ଅପେକ୍ଷା କରିବାକୁ କହିଥିବା ବନ୍ଧୁଙ୍କୁ ନିର୍ଦ୍ଦିଷ୍ଟ ସ୍ଥାନରେ ନ ପାଇ ବ୍ୟସ୍ତ ହେବେ। ଉତରାଷାଢା ନକ୍ଷତ୍ର ବିବାଦୀୟ ଘଟଣାରେ ଦୁଃସାହାସିକ ପଦକ୍ଷେପ ନେବା ଠିକ୍‌ ହେବନି।
ମକର
ମକର
ପୂର୍ବ ଶତ୍ରୁତା କେନ୍ଦ୍ର କରି ହଠାତ୍‌ ସମସ୍ୟା ଭିତରକୁ ଟାଣି ହୋଇ ପାରନ୍ତି। ଧନିଷ୍ଠା ନକ୍ଷତ୍ରର ଦୁଶ୍ଚିନ୍ତା କାରଣରୁ ରକ୍ତଚାପ ମଧ୍ୟ ବଢିଯାଇପାରେ। ନିକଟ ସମ୍ପର୍କୀୟମାନେ କାଳେ ଦେବାକୁ ପଡିବ, ଏହି କାରଣରୁ ପାଖ ମାଡିବେ ନାହିଁ। ପରିହାସ ଯୁକ୍ତ କଥା କର୍ମ କ୍ଷେତ୍ରରେ ସମସ୍ୟା ସୃଷ୍ଟି କରିବାରେ ସାହାଯ୍ୟ କରିବ।
କୁମ୍ଭ
କୁମ୍ଭ
କର୍ମ କ୍ଷେତ୍ରରେ ତରବରିଆ ପଦକ୍ଷେପ ନିଅନ୍ତୁ ନାହିଁ, ଯାହାକି ହେବା ଜିନିଷ ହୋଇ ପାରିବ ନାହିଁ। ଶତଭିଷା ନକ୍ଷତ୍ର ବନ୍ଧୁଙ୍କ ଦ୍ୱାରା କାମଟି କରାଇ ନେବେ। ପରିବାର ମଧ୍ୟରେ ଛୋଟ କଥାକୁ ଧରି ବସନ୍ତୁ ନାହିଁ, ଯାହାକି ସମସ୍ୟା ସୃଷ୍ଟି କରିବ। ଆଜିର ପ୍ରତ୍ୟୁଷ ଯାତ୍ରାରେ ଜିନିଷ ପତ୍ର ପ୍ରତି ସତର୍କ ରହନ୍ତୁ।
ମୀନମୀନ

ଆଜି କର୍ମ କ୍ଷେତ୍ରରୁ ଫେରିବା ବେଳକୁ ଘରର ଅଶାନ୍ତ ପରିବେଶ କେତେକାଂଶରେ ଶାନ୍ତ ପଡି ଯାଇଥିବ। ବାଟରେ ବନ୍ଧୁଙ୍କୁ ଭେଟି ଆଗାମୀ କାଲିର ଯୋଜନା ପ୍ରସ୍ତୁତ କରି ପାରନ୍ତି। ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ ତଥାପି ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ। ବ୍ୟବସାୟର ଅର୍ଥକୁ କୈାଣସି ଅନ୍ୟ ଏକ ଉଦ୍ଦେଶ୍ୟରେ ସେହି ଟଙ୍କାକୁ ବିନିଯୋଗ କରିପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଜୁନ୍ ୧୫ ତାରିଖ – Daily Horoscope

ମେଷ ଶୁକ୍ର ମୁଖଭାବରେ ରହି ଏକାଧାରରେ ଅର୍ଥ, ବସ୍ତ୍ରଭୂଷଣ, ବନ୍ଧୁଙ୍କ ଆତିଥ୍ୟଯୋଗ ଲାଭ କରି ଖୁସୀ ହେବେ ା ଅଫିସରେ ସହକର୍ମୀଙ୍କ ସୈାହାର୍ଦ୍ଦ୍ୟ ମଧ୍ୟରେ ନୂତନ ଯୋଜନା…

ରାଶିଫଳ: ରବିବାର, ଜୁନ୍ ୧୪ ତାରିଖ – Daily Horoscope

ମେଷ ଆଜି ସ୍ବଗୃହୀ ମଙ୍ଗଳଙ୍କ ଯୋଗୁ ଦୈହିକ ସ୍ବାସ୍ଥ୍ୟ ଭଲ ରହିବ। ବନ୍ଧୁଙ୍କ ସହଯୋଗରୁ ଅଟକି ରହିଥିବା କାର୍ଯ୍ୟଗୁଡ଼ିକ ତ୍ୱରାନ୍ବିତ କରିପାରିବେ। ପାରିବାରିକ ସ୍ତରରେ ଭାବ ପ୍ରବଣତା…

ରାଶିଫଳ: ଶନିବାର, ଜୁନ୍ ୧୩ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ରମଙ୍ଗଳ ଯୋଗ ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସହ ବୈଷୟିକ ଅଭିବୃଦ୍ଧି ଘଟିବ। ପାପଗ୍ରହ ମଧ୍ୟସ୍ଥ ଚନ୍ଦ୍ର ହେତୁ ପାରିବାରିକ କ୍ଷେତ୍ରରେ ମାନସିକ ଦ୍ୱନ୍ଦ୍ୱ କାର୍ଯ୍ୟରେ…

ରାଶିଫଳ: ଶୁକ୍ରବାର, ଜୁନ୍ ୧୨ ତାରିଖ – Daily Horoscope

ମେଷ ଗ୍ରହମାନଙ୍କ ଶୁଭ ସମ୍ବନ୍ଧ ଅଭାବରୁ ଯେ କୌଣସି ପ୍ରକାରର ପରିସ୍ଥିତିରେ ମଧ୍ୟ ଆପଣ ନିଜକୁ ଠିକ୍‌ ଭାବେ ଆଡ୍‌ଜଷ୍ଟ କରି ଚଳାଇ ନେଇ ପାରିବେ ନାହିଁ।…

ରାଶିଫଳ: ଗୁରୁବାର , ଜୁନ୍ ୧୧ ତାରିଖ – Daily Horoscope

ମେଷ ଆଜି ରାଶ୍ୟାଧିପତି ସ୍ବଗୃହରେ ଶୁକ୍ରନକ୍ଷତ୍ରସ୍ଥ ଯୋଗୁ ସ୍ବାସ୍ଥ୍ୟ ଭଲ ରହିବା ସହ ଖୁସିରେ ସମୟ କଟିବ। ଶନିଙ୍କ ସଂଯୋଗଜନିତ ଦ୍ୱାଦଶସ୍ଥ ଚନ୍ଦ୍ର ଯାତ୍ରା, ଆଧ୍ୟାତ୍ମିକ ଚିନ୍ତନ…

ରାଶିଫଳ: ବୁଧବାର, ଜୁନ୍ ୧୦ ତାରିଖ – Daily Horoscope

ମେଷ ଆପଣଙ୍କ ଦକ୍ଷତା ଏବଂ କର୍ତ୍ତବ୍ୟନିଷ୍ଠା କାରଣରୁ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଈର୍ଷାପରାୟଣ ବନ୍ଧୁ ଓ ସହକର୍ମୀ ଅପପ୍ରଚାର ଚଳାଇପାରନ୍ତି। ବାଣିଜ୍ୟ, ବ୍ୟବସାୟିକ କ୍ଷେତ୍ରରେ ଅର୍ଥ ସମ୍ପର୍କକୁ…

ରାଶିଫଳ: ମଙ୍ଗଳବାର , ଜୁନ୍ ୯ ତାରିଖ – Daily Horoscope

ମେଷ ଶ୍ରୁତିମଧୁର ବାକ୍ୟାଳାପ ଦ୍ୱାରା ବନ୍ଧୁଙ୍କୁ ଆପ୍ୟାୟିତ କରିବେ। ଶନିଙ୍କ ପ୍ରଭାବରୁ ମୃଦୁ ମନ୍ଦ ଗତିରେ କର୍ମପ୍ରବାହକୁ ଆଗକୁ ଗଡ଼ାଇନେବାରେ ସାହାଯ୍ୟ କରିପାରନ୍ତି। ବନ୍ଧୁଙ୍କ ସହ ଆନୁଷ୍ଠାନିକ…

ରାଶିଫଳ: ସୋମବାର, ଜୁନ୍ ୮ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ସମସ୍ୟା, ଜମିଜମା କଥା, ସମ୍ପର୍କୀୟଙ୍କ ସହ ଆଲୋଚନାରେ ସମୟ ଅତିବାହିତ କରିପାରନ୍ତି। ଆର୍ଥିକ ସ୍ଥିତିରେ ସୁଧାର ଆସିପାରେ। ପାରିବାରିକ ସ୍ତରରେ ମନ ଭୁଲାଣିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri