Posted inRasifala

ରାଶିଫଳ: ସୋମବାର, ଏପ୍ରିଲ୍‌ ୧୯ ତାରିଖ – Daily Horoscope

ମେଷ
ନିଜ ରାଶିରେ ଗ୍ରହସନ୍ନିବେଶଜନିତ ଉଚ୍ଚ ସ୍ତରରେ ସମ୍ପର୍କ ସ୍ଥାପିତ ହେବ ଏବଂ ବିଶିଷ୍ଟ ବ୍ୟକ୍ତିଙ୍କ ଶୁଭେଚ୍ଛା ଲାଭ କରିବେ। ଅର୍ଥନୈତିକ ସ୍ଥିତିର ଅଭିବୃଦ୍ଧି, କଳା, ସାହିତ୍ୟ, ସଙ୍ଗୀତରେ ଉନ୍ନତି, ଯାନ୍ତ୍ରିକ ଦ୍ରବ୍ୟ ଲାଭରୁ ମନ ଖୁସି ରହିବ। ଆନୁଷ୍ଠାନିକ କାମ ପରିପ୍ରେକ୍ଷୀରେ ବନ୍ଧୁମିଳନ ସାଙ୍ଗକୁ ହସ ଖୁସିରେ ମସଗୁଲ୍‌ ରହିପାରନ୍ତି।
ବୃଷ
ବୃଷ
ଆଜି ନୂତନ ସ୍ଥାନ ପରିଦର୍ଶନ ସାଙ୍ଗକୁ ମିତ୍ରତାର ସମ୍ପର୍କ ଯୋଡ଼ି ହୋଇଯିବ। କର୍ମକ୍ଷେତ୍ରରେ ସମସ୍ୟା ରହିଥିଲେ ମଧ୍ୟ ଉପସ୍ଥିତ ବୁଦ୍ଧି ବଳରେ ସମାଧାନ କରିବେ। ବ୍ୟବସାୟ ଓ ବାଣିଜ୍ୟରେ ଉନ୍ନତି କରିବେ। ଆର୍ଥିକ ଦିଗରୁ ଆଜି ଯାହା ପାଇବେ, ତାହାଠାରୁ ଅଧିକ ବ୍ୟୟ କରିବାକୁ ବାଧ୍ୟ ହେବେ।
ମିଥୁନ
ମିଥୁନ
ଗତକାଲିର ପରିଶ୍ରମ କାରଣରୁ ଆଜି ସକାଳୁ ଦେହଟା ଟିକିଏ ଭଲ ଲାଗି ନ ପାରେ। ଶନିଙ୍କ ପ୍ରଭାବରେ କଚେରି ମାମଲାର ଶୁଣାଣି ବିଳମ୍ବରେ ଘଟିବା କାରଣରୁ ବ୍ୟସ୍ତତା ଅନୁଭବ କରିପାରନ୍ତି। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି କାମ ହାସଲ କରିପାରନ୍ତି। ପାରିବାରିକ କ୍ଷେତ୍ରରେ ଜାଣିଶୁଣି ମଧ୍ୟ ନୀରବ ରହିବାକୁ ବାଧ୍ୟ ହେବେ।
କର୍କଟ
କର୍କଟ
ପାରିବାରିକ ସଦ୍ଭାବ ସାଙ୍ଗକୁ କର୍ମକ୍ଷେତ୍ରର ସାବଲୀଳତା ମନକୁ ହର୍ଷୋତ୍‌ଫୁଲ୍ଲ କରିବ। ସମ୍ପର୍କୀୟଙ୍କ ଅସହଯୋଗ ମନୋଭାବ କାମକୁ ନିମ୍ନାଭିମୁଖୀ କରାଇପାରେ। ବିଶ୍ୱସ୍ତ ଲୋକଠାରୁ ଭୁଲ୍‌ ଖବର ପାଇ ବିବ୍ରତ ହେବେ। ନିର୍ମାଣାଧୀନ କାମଟିକୁ ହଠାତ୍‌ ଆରମ୍ଭ କରିବାକୁ ବନ୍ଧୁମାନଙ୍କ ସହ ଆଲୋଚନା କରିପାରନ୍ତି।
ସି˚ହ
ସି˚ହ
ପାରିବାରିକ ସମସ୍ୟା ହେତୁ ଅଫିସରେ ମନ କଥା ମନରେ ମାରି ରହିବାକୁ ବାଧ୍ୟହେବେ। ମଘା ନକ୍ଷତ୍ରର ବ୍ୟବସାୟ, ନିର୍ମାଣ, ପରିବହନ ପ୍ରଭୃତିରେ ସମସ୍ୟା ରହିବ ନାହିଁ। ଗଠନମୂଳକ ପ୍ରସ୍ତାବ ଦେଇ ବନ୍ଧୁ ଗହଣରେ ପ୍ରଶଂସିତ ହେବେ। ଆନୁଷ୍ଠାନିକ କାର୍ଯ୍ୟରେ ଯୋଗଦେଲେ ସାମୟିକ ଭାବରେ ଅଶାନ୍ତି ଦୂରେଇ ରହିବ।
କନ୍ୟା
ନୂତନ ଯୋଜନାଟିର ଆରମ୍ଭ ଓ ଶେଷର ମଧ୍ୟବର୍ତ୍ତୀ ସମୟ ଆପଣଙ୍କ ପାଇଁ ଟେନ୍‌ସନର କାରଣ ପାଲଟିବ। ଆର୍ଥିକ ସ୍ଥିତି ଓ ବୈଷୟିକ ସମୃଦ୍ଧିର ଅଭାବ ନ ଥିଲେ ମଧ୍ୟ ମାନସିକ ସ୍ଥିରତା ରହି ନ ପାରେ। ଲେଖାପଢ଼ା, ପ୍ରକାଶନ, ମକଦ୍ଦମା ଓ ସଭାସମିତି କ୍ଷେତ୍ରରେ ଶୁଭଫଳ ପାଇବେ। ଗୃହ, ଭୂମି, ଗାଡ଼ିମୋଟର ସମ୍ବନ୍ଧୀୟ ଚିନ୍ତା ବନ୍ଧୁଙ୍କ ଦ୍ୱାରା ଦୂର ହେବ।
ତୁଳା
ତୁଳା
ଶୁକ୍ରଙ୍କ ପ୍ରଭାବରୁ ସାଂସ୍କୃତିକ କାର୍ଯ୍ୟକ୍ରମରେ ଅଧିକାଂଶ ସମୟ କଟାଇବେ। ଅଫିସରେ ଭୁଲ୍‌ ଖବର ପାଇ କିମ୍ବା ଉପରିସ୍ଥଙ୍କ ଚାପରେ ବିବ୍ରତ ହୋଇପାରନ୍ତି। ରବିରଶ୍ମିରେ ଶୁକ୍ରଙ୍କ ନିଷ୍ପ୍ରଭତା, ଦୈହିକ ଦୁର୍ବଳତା ହେତୁ କର୍ମକ୍ଷେତ୍ରରେ ବ୍ୟତିକ୍ରମ ସୃଷ୍ଟି ହୋଇପାରେ। ବିଶାଖା ନକ୍ଷତ୍ର ଯୋଗୁ ଜମିଜମା କ୍ରୟ ବିକ୍ରୟ କ୍ଷେତ୍ରରେ ଦ୍ୱନ୍ଦ୍ୱର ସମ୍ମୁଖୀନ ହେବେ।
ବିଛା
ବିଛା
ବିଭିନ୍ନ ସମସ୍ୟାରେ ଛନ୍ଦି ହେବାରୁ କାର୍ଯ୍ୟ ସମ୍ପନ୍ନ କ୍ଷେତ୍ରରେ ଅନ୍ତରାୟ ସୃଷ୍ଟି ହେବ। ଅନୁରାଧା ନକ୍ଷତ୍ର ସାଧାରଣ କଥାକୁ ଅସାଧାରଣ ଭାବେ କଳ୍ପନା କରି ଆଶଙ୍କାଗ୍ରସ୍ତ ହୋଇପାରନ୍ତି। ଅବଶ୍ୟ କ୍ରୟ, ବାଣିଜ୍ୟ, ମାଙ୍ଗଳିକ କାମକୁ ଶାନ୍ତ ମନରେ କରିବାରେ ଧୈର୍ଯ୍ୟ ଧାରଣ କରିବେ।
ଧନୁ
ଧନୁ
ଶନିଙ୍କ ପ୍ରଭାବରୁ ଏକାଧିକ ବିଷୟର ଚିନ୍ତା ମନକୁ ବିବ୍ରତ କରିପାରେ। ବନ୍ଧୁମାନେ ସମ୍ମୁଖରେ କିଛି ନ କହି ପଛରେ ସମାଲୋଚନାମୂଳକ କଥା କହିବେ। କେତେକ କ୍ଷେତ୍ରରେ ନିଜ ଲୋକମାନେ ଶତ୍ରୁତା କରି ସମସ୍ୟାକୁ ବଢ଼ାଇଦେବେ। କିନ୍ତୁ ରାଜନୈତିକ, ପ୍ରଶାସନିକ, ରଚନାମତ୍କ ତଥା ସାମାଜିକ କ୍ଷେତ୍ରରେ ଉନ୍ନତମାନର ସୁଫଳ ମିଳିବ।
ମକର
ମକର
ଆଜି ଦିନଟିରେ ପରକାର୍ଯ୍ୟରେ ତପତ୍ରତା ପ୍ରକାଶ କରିବାକୁ ପଡ଼ିପାରେ। ବହୁ ଦିନରୁ ଅଟକି ରହିଥିବା କାମ ସକାଶେ ଅନୁତାପ କରିବେ। ପରିବହନ, ବାଣିଜ୍ୟ, ବ୍ୟବସାୟ କ୍ଷେତ୍ରରେ ଆଶଙ୍କା କରୁଥିବା ଘଟଣା ସେମିତି କିଛି ହେବ ନାହିଁ। କାହାର କଥାରେ ଭାସି ନ ଯାଇ ବିଚାରପୂର୍ବକ କାମ ନକଲେ ହଇରାଣ ହେବାକୁ ପଡ଼ିପାରେ।
କୁମ୍ଭ
କୁମ୍ଭ
ନୀଚାଭିମୁଖୀ ମଙ୍ଗଳଙ୍କ ପ୍ରଭାବଜନିତ କର୍ମକ୍ଷେତ୍ରରେ ଧିମେଇ ଧିମେଇ ଗତି କରିବାକୁ ପଡ଼ିପାରେ। ପାରିବାରିକ ସ୍ଥିତି ବିଶେଷ ପ୍ରୀତିଦାୟକ ରହିବ ଏବଂ ବନ୍ଧୁମିଳନ ଜନିତ ଆନନ୍ଦ ଅନୁଭବ କରିପାରନ୍ତି। ଯାତ୍ରା, ପ୍ରଶାସନ, ଆଇନ, କଳା, ସାହିତ୍ୟ କ୍ଷେତ୍ର ମନ୍ଦ ହେବନି। ଆଜିର ଯାତ୍ରା ସମୟରେ ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରିବା ଭଲ।
ମୀନମୀନ
ଆଜି ଦିନଟି ସାମଗ୍ରିକ ଦୃଷ୍ଟିକୋଣରୁ ବିଶେଷ ଅନୁକୂଳ ରହିବ। ନିଜର ସଂଯମ କଥାବାର୍ତ୍ତା ସମସ୍ୟା ସମାଧାନ କରି ସମ୍ମାନ ଦାନରେ ସାହାଯ୍ୟ କରିବ। ବାଣିଜ୍ୟ, ବ୍ୟବସାୟ, ପରିବହନ, ଆଇନ ଅଦାଲତ ଓ ଜମିଜମା କ୍ଷେତ୍ରରୁ ସଫଳତା ହାସଲ କରିବେ। ଉତ୍ତରଭାଦ୍ରବ ନକ୍ଷତ୍ରର ଆଶା ପୂରଣ ହେତୁ ମାନସିକ ସ୍ଥିତି ପ୍ରାୟତଃ ଠିକ୍‌ ରହିବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଫେବୃଆରୀ ୧୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସମସ୍ତ କାର୍ଯ୍ୟ ସକାଶେ ଅନୁକୂଳ ବାତାବରଣ ସୃଷ୍ଟି କରିବ। କିନ୍ତୁ ଅଶ୍ଳେଷା ସକାଶେ ଯେତେ ଭଲ କଲେ ମଧ୍ୟ ଅନ୍ୟମାନଙ୍କର ଆନ୍ତରିକତା ରହିବନି।…

ରାଶିଫଳ: ରବିବାର, ଫେବୃଆରୀ ୧୫ ତାରିଖ – Daily Horoscope

ମେଷ ଆଜିର କର୍ମଭାବସ୍ଥ ଚନ୍ଦ୍ରମଙ୍ଗଳଯାଗ ଆପଣଙ୍କୁ ଧୈର୍ଯ୍ୟର ସହ କାମ ହାସଲ ଦିଗରେ ସାହାଯ୍ୟ କରିବ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ…

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୦ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବନ୍ଧୁ ଓ ପରିଜନଙ୍କ ସହ ଦୂରଯାତ୍ରା କରି ଖୁସି ମନେଇବେ। ପାରସ୍ପରିକ ଆଲୋଚନା କ୍ରମରେ ଘରର କେତେକ କାମକୁ ସମ୍ପନ୍ନ କରିବା…

ରାଶିଫଳ: ସୋମବାର, ଫେବୃଆରୀ ୯ ତାରିଖ – Daily Horoscope

ମେଷ ଆଗାମୀ ମାଙ୍ଗଳିକ କାର୍ଯ୍ୟ ପରିପ୍ରେକ୍ଷୀରେ ପାରିବାରିକ ବନ୍ଧୁମିଳନର ସୂଚନା ରହିଛି। ମାନସିକ ଅସ୍ଥିରତା ଲାଗିରହିଲେ ମଧ୍ୟ ଶାରୀରିକ ସ୍ବାସ୍ଥ୍ୟ ଭଲ ରହିବ ଏବଂ କୌଣସି କାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri