Posted inRasifala

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୯ ତାରିଖ – Daily Horoscope

ମେଷ
ଚନ୍ଦ୍ରଙ୍କ ଶୁଭସଂସ୍ଥିତି ପ୍ରଭାବରେ ପାରିବାରିକ ଶାନ୍ତି ଓ ସ୍ଥିରତା ସଙ୍ଗକୁ ବୈଷୟିକ ଅଭିବୃଦ୍ଧି ଘଟିବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ସମ୍ପର୍କୀୟଙ୍କ ସହାନୁଭୂତି ଲାଭ କରି କାମ ହାସଲ କରିବେ। କଳ କାରଖାନା, ଶିଳ୍ପ, ବାଣିଜ୍ୟ, ବ୍ୟବସାୟରୁ ଲାଭବାନ ହେବେ। ଆଜିର ଫେରିବା ବାଟରେ ବନ୍ଧୁଠାରୁ ଅର୍ଥ ସାହାଯ୍ୟ ପାଇ ଖୁସି ହେବେ।
ବୃଷ
ବୃଷ
ପାପଗ୍ରହ ଦୃଷ୍ଟ ଚନ୍ଦ୍ରଙ୍କ ଯୋଗୁ ମନ ଅନୁଯାୟୀ କୌଣସି କାର୍ଯ୍ୟ ସମ୍ପନ୍ନ ହେବ ନାହିଁ। ଦୂରଦର୍ଶିତା ଅଭାବରୁ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ। ବିବାଦୀୟ ପରିସ୍ଥିତି, ପିଲାଙ୍କ ବୈବାହିକ ସମସ୍ୟା, ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଲାଗିରହିବ। କଳା, କ୍ରୀଡ଼ା, ସାହିତ୍ୟ ଚର୍ଚ୍ଚା, ସଙ୍ଗୀତ ଓ ଚଳଚ୍ଚିତ୍ର କ୍ଷେତ୍ରରେ ସୁନାମ ଅର୍ଜନ କରିବେ।
ମିଥୁନ
ମିଥୁନ
ଧନାଧିପଙ୍କ ଭାଗ୍ୟସ୍ଥାନକୁ ଦୃଷ୍ଟି ପ୍ରଭାବରୁ ଆର୍ଥିକ, ପ୍ରଶାସନିକ, ରାଜନୈତିକ ଓ ଆନୁଷ୍ଠାନିକ କାମରେ ସଫଳତା ପାଇବେ। ଶୁକ୍ରଙ୍କ ସୁପ୍ରଭାବରୁ ବିଳାସ ସାମଗ୍ରୀ କ୍ରୟ ସହ ମନୋରଞ୍ଜନ କାର୍ଯ୍ୟକ୍ରମରେ ସାମିଲ୍‌ ହେବେ। ଶିଳ୍ପ, ବାଣିଜ୍ୟ, ପରିବହନ ଓ ବ୍ୟବସାୟରେ ସଫଳତା ହାସଲ କରିପାରିବେ। ପିଲାଙ୍କ କୃତିତ୍ୱ କାରଣରୁ ଖୁସି ରହିବେ।
କର୍କଟ
କର୍କଟ
ସରକାରୀ କାମରେ କେହି ଅଯଥା କିଛି ଅଭିଯୋଗ ଆଣିପାରନ୍ତି। ଅବଶ୍ୟ ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ, ଯାହା କି ବନ୍ଧୁ ଗହଣରେ ଆପଣ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟି ଯିବେ। ପ୍ରଶାସନ, ସାମ୍ବାଦିକତା ଓ ସଂଗଠନ କ୍ଷେତ୍ରରେ ପ୍ରତିବନ୍ଧକ ଦୂରେଇଯିବ। ବନ୍ଧୁମିଳନ ମାଧ୍ୟମରେ ମନୋରଞ୍ଜନ କାର୍ଯ୍ୟକ୍ରମରୁ ପ୍ରଶଂସିତ ହେବେ।
ସି˚ହ
ସି˚ହ
ଶନି ଓ ମଙ୍ଗଳଙ୍କ ପ୍ରତ୍ୟକ୍ଷ ଦୃଷ୍ଟରେ ଚନ୍ଦ୍ର ମାନସିକ ସ୍ତରକୁ କ୍ଷତବିକ୍ଷତ କରିପାରେ। ବନ୍ଧୁଙ୍କ ଅନୁରୋଧ କିମ୍ବା ଅଫିସ୍‌ କାମରେ ଇଚ୍ଛା ନ ଥାଇ ମଧ୍ୟ ଦୂରସ୍ଥାନକୁ ଯିବାକୁ ବାଧ୍ୟ ହେବେ। ଆର୍ଥିକ ସମସ୍ୟା ମଧ୍ୟରେ ପିଲାଙ୍କ ଆବଶ୍ୟକତା ଅପୂରଣ ରହିବ ନାହିଁ। ରବିଙ୍କ ସବଳତାରୁ ସ୍ବାସ୍ଥ୍ୟ, ପ୍ରଶାସନିକ କ୍ଷେତ୍ର, ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ।
କନ୍ୟା
ଭାଗ୍ୟାଧିପତି ଉଚ୍ଚସ୍ଥ ହେତୁ ଯେଉଁ କାମରେ ହାତ ଦେବେ ସେଥିରେ ସଫଳତା ନିଶ୍ଚିତ। କୌଣସି ଶୁଭ ଖବର ପାଇ ମନଟି ଏକପ୍ରକାର ଖୁସି ହୋଇଯିବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ନିର୍ମାଣ କାମରୁ ଲାଭବାନ୍‌ ହେବେ। ଅପରିଚିତ ଲୋକଟି ମିତ୍ରତା ଛଳରେ ପାଖେଇ ଆସିବା ହେତୁ ବିରକ୍ତି ଅନୁଭବ କରିପାରନ୍ତି।
ତୁଳା
ତୁଳା
ନିରାମୟ ସ୍ବାସ୍ଥ୍ୟ ସଙ୍ଗକୁ ସରଳ ସାବଲୀଳ ଭାବରେ ଆଜିର ଜୀବନଯାତ୍ରା ସ୍ବାଭାବିକ ରହିବ। ମଙ୍ଗଳ ଓ ଶନିଙ୍କ ସ୍ଥିତିଜନିତ ପାରିବାରିକ ସ୍ଥିତି ପରିବର୍ତ୍ତନର ଆଶା କରାଯାଇ ନ ପାରେ। ଆଇନ ଅଦାଲତ, ସଂଗଠନ, ପ୍ରଶାସନିକ ସ୍ତରରେ ସମସ୍ୟାର ସମାଧାନ ହୋଇଯିବ। ହଠାତ୍‌ ଜଣେ ପ୍ରିୟବନ୍ଧୁଙ୍କ ଦର୍ଶନ ପାଇଁ ମନ ଛଟପଟ ହୋଇପାରେ।
ବିଛା
ବିଛା
ଅଯଥା ବ୍ୟୟ ସାଙ୍ଗକୁ ସମ୍ପର୍କୀୟଙ୍କ ବେଖାତିର କଥା ବେଶି ବାଧିବ। ପାରିବାରିକ କ୍ଷେତ୍ରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା କାରଣରୁ ମତାନ୍ତର ଘଟିବାର ସୂଚନା ରହିଛି। କଳା, ସାହିତ୍ୟ, ସଙ୍ଗୀତ, ସାମ୍ବାଦିକତା ଓ ରାଜନୀତି କ୍ଷେତ୍ରରେ ଆଦୃତ ହେବେ। ଆନୁଷ୍ଠାନିକ କାମରେ କିମ୍ବା ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହୋଇପାରନ୍ତି।
ଧନୁ
ଧନୁ
ଅଷ୍ଟମାଧିପ ନବମସ୍ଥ ଯୋଗୁ ପ୍ରତ୍ୟେକ କାର୍ଯ୍ୟରେ ପ୍ରତିବନ୍ଧକର ସମ୍ମୁଖୀନ ହେବେ। ଅତୀତ ଘଟଣା କିମ୍ବା ଅନ୍ୟମାନଙ୍କ ଘରୋଇ କଥା ଆଲୋଚନାରେ ମନ ଅଶାନ୍ତ ରହିବ। ବନ୍ଧୁଙ୍କ ସହ ଭଟ୍ଟା ପଡ଼ିଥିବା ସମ୍ପର୍କ ଯୋଡ଼ିବା ସକାଶେ ପ୍ରଯନତ୍ କଲେ ସଫଳ ହେବେ। ଯାତ୍ରା, ପ୍ରତିଯୋଗିତା, ପରିବହନ, ଶିଳ୍ପ, ବାଣିଜ୍ୟରେ ଉନ୍ନତି କରିପାରନ୍ତି।
ମକର
ମକର
ସପ୍ତମାଧିପ ଦୁଃସ୍ଥାନସ୍ଥ ଯୋଗୁ ଯାତ୍ରା, ବାଣିଜ୍ୟ, ବ୍ୟବସାୟ, ପ୍ରତିଦ୍ୱନ୍ଦ୍ୱିତାରେ ବିଫଳ ହେବେ। ଛୋଟ କଥାକୁ କେନ୍ଦ୍ରକରି ପରିବାରରେ କଳହ ଲାଗିପାରେ। ପ୍ରତ୍ୟେକ କ୍ଷେତ୍ରରେ ବିଶେଷ ଖର୍ଚ୍ଚାନ୍ତ ହେବେ ସିନା କାମ ଅଟକିବ ନାହିଁ। ପ୍ରତିଦ୍ୱନ୍ଦ୍ୱିତା, ମାଲିମକଦ୍ଦମା, ନିର୍ମାଣ, ପରିବହନ ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ।
କୁମ୍ଭ
କୁମ୍ଭ
ରାଶିରେ ମଙ୍ଗଳ ଅବସ୍ଥାନ କରୁଥିବାରୁ କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତି ସହାୟତା କରିବେ। ଶୁକ୍ରଙ୍କ ସୁପ୍ରଭାବରୁ ପଡ଼ୋଶୀଙ୍କ ସହ ସୁସମ୍ପର୍କ ରକ୍ଷାରେ ସମର୍ଥ ହେବେ। ଧନିଷ୍ଠା ନକ୍ଷତ୍ର ସକାଶେ କେତୁ ପ୍ରଭାବରୁ ମାନସିକ ଓ ଶାରୀରିକ ସୁସ୍ଥତା ରହି ନ ପାରେ। ପାରିବାରିକ ଜୀବନରେ ଉଚିତ ବୁଝାମଣା ରହିବ।
ମୀନମୀନ

ମନ ପ୍ରଫୁଲ୍ଲ ରହିବ ଓ ଏବଂ କାମଗୁଡ଼ିକ ସୁରୁଖୁରୁରେ ସମ୍ପାଦିତ ହୋଇଯିବ। କୌଣସି ବନ୍ଧୁଙ୍କ ସାହାଯ୍ୟରୁ ଯାନବାହନ, ନୂତନ ମେଶିନାରି ଜିନିଷ କିଣି ପାରନ୍ତି। ରେବତୀ ନକ୍ଷତ୍ରର ଆମତ୍ୀୟଙ୍କ ସ୍ବାସ୍ଥ୍ୟରେ ଉନ୍ନତି ଘଟିବା ହେତୁ ସାମୟିକ ଦୁଶ୍ଚିନ୍ତାମୁକ୍ତ ହେବେ। ସହକର୍ମୀଙ୍କ ସହ ଆଲୋଚନା ଅନୁଯାୟୀ ଆଜିର ଅଫିସିଆଲି କାମଗୁଡ଼ିକ ସବୁ ଠିକ୍‌ ଠିକ୍‌ ହୋଇଯିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ମାର୍ଚ୍ଚ ୮ ତାରିଖ – Daily Horoscope

ମେଷ ଆଜି ଗ୍ରହସ୍ଥିତିର ସୁପ୍ରଭାବରେ କର୍ମକ୍ଷେତ୍ର ଓ ପାରିବାରିକ ଜୀବନ ଶୃଙ୍ଖଳିତ ରହିବ। ପିଲାଙ୍କ ଆବଶ୍ୟକତା ଅନୁସାରେ ଜିନିଷ ନ ଆଣିବାରୁ ମାନସିକ ଅଶାନ୍ତିର ସମ୍ମୁଖୀନ ହେବେ।…

ରାଶିଫଳ: ଶନିବାର, ମାର୍ଚ୍ଚ ୭ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଭାଗ୍ୟାଧିପତି ବୃହସ୍ପତିଙ୍କ ଦୃଷ୍ଟିରେ ଥିବାରୁ ନୂତନ ଯୋଜନାରମ୍ଭ କରିବାକୁ ମନ ବଳାଇପାରନ୍ତି। ଆତ୍ମୀୟଙ୍କ ସହଯୋଗରେ ଧାର୍ମିକ କାର୍ଯ୍ୟ ସକାଶେ ପୂର୍ବ ପ୍ରସ୍ତୁତି ଶେଷ…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୬ ତାରିଖ – Daily Horoscope

ମେଷ ରାଶ୍ୟାଧିପତିଙ୍କ ସୁପ୍ରଭାବରୁ ସ୍ବାସ୍ଥ୍ୟରେ ଉନ୍ନତି ହେବ ଏବଂ ଅଭିଳାଷ ମଧ୍ୟ ପୂର୍ଣ୍ଣ ହୋଇଯିବ। ପାରିବାରିକ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଭଲ ରହି ନ ପାରେ। ଅର୍ଥ…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୫ ତାରିଖ – Daily Horoscope

ମେଷ ଆଜି ଶୁଭଚନ୍ଦ୍ର ପ୍ରଭାବରୁ ଆର୍ଥିକ ଅଭିବୃଦ୍ଧି ସହିତ ନୂତନ ସମ୍ପର୍କ ସୃଷ୍ଟି ହୋଇପାରିବ। ଶନିଙ୍କ ଦୃଷ୍ଟି ପଥାରୁଢ ହେତୁ ଉପରିସ୍ଥଙ୍କ ଦାୟିତ୍ୱପୂର୍ଣ୍ଣ କାମଟି ପୂର୍ଣ୍ଣାଙ୍ଗ ନହୋଇପାରେ।…

ରାଶିଫଳ: ବୁଧବାର, ମାର୍ଚ୍ଚ ୪ ତାରିଖ – Daily Horoscope

ମେଷ ଆଜି ଅନୁକୂଳ ଗ୍ରହସ୍ଥିତିରୁ ଆପଣଙ୍କ ଏକାଧାରରେ କାର୍ଯ୍ୟସିଦ୍ଧି ସଙ୍ଗକୁ ବନ୍ଧୁ ମିଳନରୁ ଖୁସୀ ରହିବେ। ଦୀର୍ଘ ସମୟ ଧରି ଅପେକ୍ଷା କରିଥିବା କାମରେ ଶୁଭ ସୂଚନା…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩ ତାରିଖ – Daily Horoscope

ମେଷ ପାପଗ୍ରହଯୁକ୍ତ ଚନ୍ଦ୍ର କୋଣଭାବରେ ରହିଥିବାରୁ ପାରିବାରିକ ସ୍ତରରେ ସାଧାରଣ ବ୍ୟତିକ୍ରମ ବେଶି କ୍ଷଣ ତିଷ୍ଠିରହିବ ନାହିଁ। କଥା ପ୍ରସଙ୍ଗରେ ବନ୍ଧୁଙ୍କ ଦୁଃଖଦ ପରିସ୍ଥିତି ଶ୍ରବଣ କରି…

ରାଶିଫଳ: ସୋମବାର, ମାର୍ଚ୍ଚ ୨ ତାରିଖ – Daily Horoscope

ମେଷ ଦ୍ୱାଦଶଭାବସ୍ଥ କର୍ମାଧିପ ଶନି ଆପଣଙ୍କ କର୍ମ ସମୂହକୁ ସମ୍ପନ୍ନ କରିବାରେ ବହୁତ ସମୟ ନେଇପାରେ। ବୁଧଙ୍କ ଦୁର୍ବଳତା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ ଅନ୍ୟମାନଙ୍କୁ ସରଳ ଭାବରେ…

ରାଶିଫଳ: ରବିବାର, ମାର୍ଚ୍ଚ ୧ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ର ଚତୁର୍ଥ କେନ୍ଦ୍ରସ୍ଥ ହେତୁ ପରିବାର ଓ କର୍ମକ୍ଷେତ୍ରର ସ୍ଥିତି ଆନନ୍ଦଦାୟକ ରହିବ। ବିବାଦୀୟ ପରିସ୍ଥିତିରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri