Posted inRasifala

ରାଶିଫଳ: ଗୁରୁବାର, ଅଗଷ୍ଟ ୧୯ ତାରିଖ – Daily Horoscope

ମେଷ
ଭାଗ୍ୟ ସ୍ଥାନରେ ଚନ୍ଦ୍ର ଅବସ୍ଥାନ କରିଥିବାରୁ ପ୍ରତ୍ୟେକ କ୍ଷେତ୍ରରେ ଦୃଢ଼ ପଦକ୍ଷେପ ନେଇ କୃତକାର୍ଯ୍ୟ ହେବେ। କର୍ମକ୍ଷେତ୍ରରେ ବୁଝାମଣା ଭିତିରେ କାମ କଲେ ଉପକୃତ ହେବେ। ବନ୍ଧୁ ସାହାଯ୍ୟ ସହଯୋଗର ପ୍ରତିଶ୍ରୁତି ଦେବେ କିନ୍ତୁ କିଛି ବି କରି ନ ପାରନ୍ତି। ନିଜର ଲୋକମାନଙ୍କୁ ବୃଥା ସନ୍ଦେହ କରନ୍ତୁ ନାହିଁ।
ବୃଷ
ବୃଷ
ଆଜି କୌଣସି ଦ୍ରବ୍ୟପ୍ରାପ୍ତିରେ ବିଜାତୀୟ ବ୍ୟକ୍ତି ଅସହଯୋଗ କରିପାରେ। ଶୁକ୍ରଙ୍କ ଦୁର୍ବଳତାଜନିତ ଶାରୀରିକ ଦୁର୍ବଳତା ଯୋଗୁ କାମ କରିବାକୁ ଆଗ୍ରହୀ ହେବେନାହିଁ। ପାରିବାରିକ ସ୍ଥିତିରେ ଉନ୍ନତି ଦେଖାଦେବାରୁ ଖୁସି ଅନୁଭବ କରିବେ। ନିଜ ପରିସରରେ ସମ୍ମାନନୀୟ ବ୍ୟକ୍ତିବିଶେଷ ସହାୟତା କରିବାର ସୁଯୋଗ ପ୍ରାପ୍ତ ହେବ।
ମିଥୁନ
ମିଥୁନ
କର୍ମାଧିପଙ୍କ ଶୁଭାବସ୍ଥାନ ହେତୁ କର୍ମକ୍ଷେତ୍ରରେ ଥିବା ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ। ବନ୍ଧୁମାନଙ୍କ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିପାରନ୍ତି। ଅଳଙ୍କାର, ଔଷଧପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିବାକୁ ମନ ବଳାଇବେ। ଅନ୍ୟମନସ୍କ ହେତୁକ କୌଣସି ଭୁଲ୍‌ କାମ କରି ଅନୁତପ୍ତ ହେବାକୁ ପଡ଼ିପାରେ।
କର୍କଟ
କର୍କଟ
ସ୍ବାସ୍ଥ୍ୟ ସମସ୍ୟା ଅନେକାଂଶରେ ନିୟନ୍ତ୍ରଣ ମଧ୍ୟରେ ରହିବ। ମଙ୍ଗଳ ଧନାଧିପଙ୍କ ଆଶ୍ରୟରେ ଥିବାରୁ ଦୀର୍ଘ ଦିନରୁ ଭାଙ୍ଗି ପଡ଼ିଥିବା କୌଣସି ସମ୍ପର୍କ ପୁନଃ ପ୍ରତିଷ୍ଠିତ ହେବ। କିନ୍ତୁ ପୁନର୍ବସୁ ଭାବପ୍ରବଣ ବଶତଃ ଓଲଟା କଥା କହି ବନ୍ଧୁ ଗହଣରେ ଅପଦସ୍ଥ ହୋଇପାରନ୍ତି। ନିକଟ ସମ୍ପର୍କୀୟଙ୍କ ପ୍ରେରଣାରେ ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ଲାଭ କରିବେ।
ସି˚ହ
ସି˚ହ
ବ୍ୟୟାଧିପଙ୍କ ପ୍ରଭାବରେ ପରିସ୍ଥିତିରେ ପଡ଼ି ହଠାତ୍‌ ବହୁତ ଟଙ୍କା ଖର୍ଚ୍ଚ କରିବାକୁ ବାଧ୍ୟ ହୋଇପାରନ୍ତି। ଫଳତଃ ମାନସିକ ଅବସାଦ ଯୋଗୁ କୌଣସି କାମ ମଧ୍ୟ ଉତ୍ସାହପ୍ରଦ ହେବ ନାହିଁ। ଈର୍ଷାପରାୟଣ ବ୍ୟକ୍ତିମାନଙ୍କ ମିଥ୍ୟା ଗୁଜବରେ ଆତଙ୍କିତ ହୁଅନ୍ତୁ ନାହିଁ। ପ୍ରତିଯୋଗିତା କିମ୍ବା ବିବାଦୀୟ ଘଟଣାରେ ବିଜୟୀ ହେବେ।
କନ୍ୟା
ସ୍ବଗୃହାଭିମୁଖୀ ବୁଧଙ୍କ ଯୋଗୁ ଯେଉଁ କାମ ହାତକୁ ନେଇଛନ୍ତି ସେଥିରେ କୃତକାର୍ଯ୍ୟ ହେବେ ଓ ଆଶାଜନକ ଫଳ ପାଇବେ। କଳା, ସଙ୍ଗୀତ, ସାହିତ୍ୟ, ସାମ୍ବାଦିକତା, ଗବେଷଣା, ଏଜେନ୍ସିପରୁ ଖୁସି ରହିବେ। ନିଜର ଅବହେଳା ଯୋଗୁ ସ୍ବାସ୍ଥ୍ୟରେ ସମସ୍ୟା ଦେଖାଦେଇପାରେ। ଅର୍ଥ ସମ୍ପର୍କକୁ ନେଇ ଭ୍ରାତୃ ବିବାଦର ଆଶଙ୍କା ରହିଛି ।
ତୁଳା
ତୁଳା
କର୍ମସ୍ଥାନ ପ୍ରତି ବଳବାନ୍‌ ରାଜଯୋଗକାରକ ଗ୍ରହ ଦୃଷ୍ଟିପାତ କରୁଥିବାରୁ ସମସ୍ୟା ସମାଧାନର ମାର୍ଗ ଉନ୍ମୁକ୍ତ ହେବ। ବିଭିନ୍ନ ସୂତ୍ରରୁ ରୋଜଗାର ସାଙ୍ଗକୁ ପ୍ରାଚୁର୍ଯ୍ୟ ମଧ୍ୟରେ ସମୟ ଅତିବାହିତ କରିବେ। ବହୁ ପ୍ରତୀକ୍ଷିତ ଖବରଟି ଆଜି ପାଇ ଖୁସି ହେବେ। ପରିବାରରେ, ପଡ଼ୋଶୀ କିମ୍ବା ସହକର୍ମୀଙ୍କ ସହ ମତାନ୍ତର ଦେଖାଦେଇପାରେ।
ବିଛା
ବିଛା
ସ୍ବତନ୍ତ୍ର ଭାବରେ ନିମନ୍ତ୍ରିତ ହୋଇ ଆକସ୍ମିକ ଭାବରେ ବନ୍ଧୁଙ୍କ ମେଳରେ ରହିବାର ସୁଯୋଗ ପାଇବେ। ଦୂରଯାତ୍ରାରେ କାର୍ଯ୍ୟସିଦ୍ଧି ହେବ ଓ ଅଭିଳଷିତ ଜିନିଷ ପାଇବେ। ପାରିବାରିକ ଜୀବନରେ ସହନଶୀଳତା ଗୁଣର ଅଭାବ ଅଶାନ୍ତିର କାରଣ ହେବ। ସାମାଜିକ ପ୍ରତିଷ୍ଠା ବଢ଼ିବା ସାଙ୍ଗକୁ ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହୋଇଯିବ।
ଧନୁ
ଧନୁ
ବୃହସ୍ପତି ଓ ଶନିଙ୍କ ପରୋକ୍ଷ ସମ୍ବନ୍ଧ କାରଣରୁ ଆଜି ଆପଣଙ୍କ ଆଶା ପୂରଣ ହେବାରେ ଜଣେ ବନ୍ଧୁ ସାହାଯ୍ୟ କରିବେ। କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ କମିପାରେ। ଠିକ୍‌ ଭୁଲ ବିଚାର ନ କରି କାମ କଲେ ନିଶ୍ଚିତ ଭାବରେ ପ୍ରତାରିତ ହେବେ। ଆଜିର ପ୍ରତ୍ୟୁଷ ଯାତ୍ରାରେ ସଫଳତା ପାଇବେ।
ମକର
ମକର
ଗ୍ରହ ଅନୁକୂଳତା କାରଣରୁ କାମ କରିବାର ସ୍ପୃହା ଜାଗ୍ରତ ହେବ ଓ ମନୋବଳ କ୍ରମଶଃ ବୃଦ୍ଧି ପାଇବ। ପରିଶ୍ରମର ପାରିଶ୍ରମିକ ପାଇବେ, ଯାହାଦ୍ୱାରା କି ମନ ଖୁସି ହୋଇଯିବ। ଶ୍ରବଣାର ଅତୀତ ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। ଅନ୍ୟମାନଙ୍କ ଭୁଲ୍‌ ଧାରଣା ଯୋଗୁ ଭଲ କାମ କରି ମଧ୍ୟ ନିନ୍ଦା ଶୁଣିପାରନ୍ତି।
କୁମ୍ଭ
କୁମ୍ଭ
ମଙ୍ଗଳ ଓ ଶନି ପାରସ୍ପରିକ ଶତ୍ରୁତା କାରଣରୁ ଆଜି ପରକଥାରେ ମୁଣ୍ଡ ପୂରାଇଲେ ମନ ଭାରାକ୍ରାନ୍ତ ରହିବ। ସଭାସମିତିରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ। ଆଗାମୀ ଆନୁଷ୍ଠାନିକ କାମ ସକାଶେ ଘର ସାଜସଜ୍ଜାରେ ମଜି ରହିପାରନ୍ତି। ଦୂରଯାତ୍ରା, ବାଣିଜ୍ୟ, ବ୍ୟବସାୟ, ଆନୁଷ୍ଠାନିକ କାମରେ ସଫଳତା ହାସଲ କରିପାରିବେ।
ମୀନମୀନ
ଷଷ୍ଠାଧିପ କର୍ମସ୍ଥାନରେ ଥିବାରୁ ଆଜିର କର୍ମକ୍ଷେତ୍ରରେ ଜଣେ ବ୍ୟକ୍ତି ଅସହଯୋଗ କରିପାରେ। ଯେତେ ଭଲ କାମ କରନ୍ତୁନା କାହିଁକି ପରିବାର ମଧ୍ୟରେ ସମାଲୋଚିତ ହେବେ। ଆକସ୍ମିକ ଭାବରେ ଏକ ଭିନ୍ନ ପରିିସ୍ଥିତିରେ ବାହାର ସ୍ଥାନରେ ମିତ୍ରତାର ବନ୍ଧନରେ ଆବଦ୍ଧ ହୋଇପାରନ୍ତି। ରାଜନୀତି କ୍ଷେତ୍ରରେ ଲକ୍ଷ୍ୟ ହାସଲ କରିବେ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଏପ୍ରିଲ ୮ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି କଲେ ମଧ୍ୟ ମାନସିକ ଶାନ୍ତିଠାରୁ ଦୂରେଇ ରଖିପାରନ୍ତି। ପାରିବାରିକ ସଦ୍‌ଭାବ ଅକ୍ଷୁଣ୍ଣ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଉପୁଜିପାରେ।…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri