Posted inRasifala

ରାଶିଫଳ: ସୋମବାର, ଅଗଷ୍ଟ ୧୯ ତାରିଖ – Daily Horoscope

ମେଷ
ଆଜି କର୍ମଭାବରେ ଚନ୍ଦ୍ର ରହିଥିବାରୁ ଯାହା ଚାହୁଁଛନ୍ତି, ତାହା ପାରିବାରେ ଅସୁବିଧା ହେବନାହିଁ। ଅଫିସି ସମସ୍ୟା ସୁଧୁରି ଯିବ। ବାଣିଜ୍ୟ, ପରିବହନ, ଆନୁଷ୍ଠାନିକ କାମ ସାଙ୍ଗକୁ ଗାଡିମୋଟର ମରାମତି କାମ ସମ୍ପନ୍ନ କରିବେ। ପଡୋଶୀ, ସହକର୍ମୀ, ଭାଇଭଉଣୀରେ ସତର୍କତାର ସହ କିଛି କହିବା କିମ୍ବା କରିବା ଭଲ ହେବ।
ବୃଷ
ବୃଷ
ଗ୍ରହଙ୍କ ଶୁଭ ସଂସ୍ଥାନରୁ କାର୍ଯ୍ୟସିଦ୍ଧି ସହ ଶୁଭଖବର ମନକୁ ଆହ୍ଲାଦିତ କରିବ। ଅଫିସ୍‌ ଯିବା ବାଟରେ ଅଜଣା ବ୍ୟକ୍ତି ଦ୍ୱାରା ଅସମ୍ମାନିତ ହୋଇପାରନ୍ତି। ଚେଷ୍ଟା କରୁଥିବା କାମ ଶୀଘ୍ର ଶେଷ କରିବା ପାଇଁ ଖୁବ୍‌ ଆଶାବାଦୀ ହେବେ। ରାଜନୀତି, ପ୍ରଶାସନ, ପ୍ରକାଶନ, ସାହିତ୍ୟ ଓ ସାମ୍ବାଦିକତା, ରାଜନୀତି ଓ ସଂଗଠନ ପାଇଁ ଦିନଟି ଭଲ।
ମିଥୁନ
ମିଥୁନ
ବହୁତ ଦିନ ହେଲା ଯାହା କରିବା ପାଇଁ ମନସ୍ଥ କରିଛନ୍ତି, ତାହା ଶୀଘ୍ର ଆରମ୍ଭ କରିଦେବା ଭଲ। ଚେଷ୍ଟା କରୁଥିବା କାମରେ ସଫଳତା ପାଇଁ ଲଢେଇ ଜାରି ରଖିବାକୁ ହେବ। ଛୋଟ କଥାଟିକୁ ବଡ଼ ଆକାରରେ ଚିନ୍ତା କରି ଅନ୍ୟମନସ୍କ ରହିବେ। ବ୍ୟବସାୟ କିମ୍ବା ପରିବହନରେ ପ୍ରତିଦ୍ୱନ୍ଦ୍ୱିତା ବୃଦ୍ଧି କାରଣକୁ ନେଇ ଅଶାନ୍ତି ଲାଗିରହିବ।
କର୍କଟ
କର୍କଟ
କର୍ମ ପରିସର ବୃଦ୍ଧି ହେତୁ କାର୍ଯ୍ୟବ୍ୟସ୍ତତା କାରଣରୁ ଜମା ଫୁର୍‌ସତ୍‌ ପାଇବେ ନାହିଁ। ଅର୍ଥର ଅଭାବ ନ ଥିଲେ ମଧ୍ୟ ହାତ ଖୋଲା ଖର୍ଚ୍ଚ କରିପାରିବେ ନାହିଁ, ଫଳରେ ନିଜ ଲୋକଙ୍କ ଦ୍ୱାରା ସମାଲୋଚିତ ହେବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ। କୃଷି, ସଭାସମିତି,ଆନୁଷ୍ଠାନିକ କାମରେ ପ୍ରଶଂସିତ ହେବେ।
ସି˚ହ
ସି˚ହ
ପ୍ରତିବନ୍ଧକ କାରଣରୁ ଅଟକି ରହିଥିବା କୌଣସି ନୂଆ କାମ ହାତକୁ ନେଇପାରନ୍ତି। ନିରପେକ୍ଷତା ଅବଲମ୍ବନ ନ କଲେ ସମାଲୋଚିତ ହେବେ। ସ୍ନାୟବିକ ଦୁର୍ବଳତାଜନିତ କ୍ଳାନ୍ତିବୋଧ କରିବେ। ଅଧିକାଂଶ ସମୟ ସହକର୍ମୀ କିମ୍ବା ବନ୍ଧୁ ମେଳରେ କଟାଇପାରନ୍ତି। ପରିବାରରେ ପରସ୍ପରକୁ ଦୋଷ ଦେଇ ଅଶାନ୍ତ ପରିସ୍ଥିତି ସୃଷ୍ଟି କରିପାରନ୍ତି।
କନ୍ୟା
ବିଭିନ୍ନ ଘାତ, ପ୍ରତିଘାତ ମଧ୍ୟରେ ଗତି କରିବା କାରଣରୁ ଧୈର୍ଯ୍ୟଚ୍ୟୁତି ଘଟିପାରେ। ନିଜ ପରିସରରେ ପରୋକ୍ଷ ଶତ୍ରୁତା କାରଣରୁ ଟେନ୍‌ସନ ଲାଗିରହିବ। ଭୁଲ୍‌ ବୁଝାମଣା ହେତୁ ଘରୋଇ କଳହକୁ ନେଇ ଅଶାନ୍ତି ଦେଖାଦେଇପାରେ। ଆଜିର ପ୍ରତ୍ୟୁଷ ଯାତ୍ରାରେ ଆଶା ପୂରଣ ହେବ, କିନ୍ତୁ କୌଣସି ଅଜଣା ବ୍ୟକ୍ତି କଳହ କରିପାରନ୍ତି।
ତୁଳା
ତୁଳା
ସମ୍ପର୍କୀୟ ବ୍ୟକ୍ତି ପଛରେ ବିଭିନ୍ନ ଅଶାଳୀନ ମନ୍ତବ୍ୟ ଦେଇପାରନ୍ତି। ଯେତେ ନୀରବ ରହିଲେ ମଧ୍ୟ ପରିବାରରେ ପ୍ରଶଂସା ସୂଚକ ପଦୁଟିଏ ଶୁଣିବାକୁ ମିଳିବ ନାହିଁ। ବ୍ୟବସାୟରେ ଲାଭ କମ୍‌ ମିଳିଲେ ମଧ୍ୟ ଆଗାମୀ କ୍ଷେତ୍ର ପ୍ରସ୍ତୁତ ହୋଇ ରହିବ। ଉପରିସ୍ଥଙ୍କ ଆଦେଶାନୁସାରେ ଦୂରସ୍ଥାନକୁ ଯିବା ପାଇଁ ବାଧ୍ୟ ହେବେ।
ବିଛା
ବିଛା
କୌଣସି ଗୁରୁତ୍ୱପୂର୍ଣ୍ଣ କାମ ସକାଶେ ବନ୍ଧୁଙ୍କ ସହଯୋଗ ଆଶା କରିବେ। ପରୋକ୍ଷ ଶତ୍ରୁତା କରୁଥିବା ବ୍ୟକ୍ତିଙ୍କ ନିକଟରୁ ଦୂରେଇ ରହିବା ଭଲ। ଅସଂଗତି ନିରାକରଣ କ୍ଷେତ୍ରରେ ଉଚ୍ଚ ପଦାଧିକାରୀ ସହଯୋଗ କରିବାର ପ୍ରତିଶ୍ରୁତି ଦେବେ। ବାଣିଜ୍ୟ, ବ୍ୟବସାୟ, ପରିବହନ, ରାଜନୀତି, ସାହିତ୍ୟ, ସାମ୍ବାଦିକତା କ୍ଷେତ୍ରରୁ ଶୁଭଫଳ ମିଳିବ।
ଧନୁ
ଧନୁ
ଛୋଟ କଥାକୁ କେନ୍ଦ୍ରକରି ପରିବାରରେ ବିବାଦୀୟ ପରିସ୍ଥିତି ସୃଷ୍ଟି କରିପାରନ୍ତି। ଯୋଜନାରମ୍ଭ ସକାଶେ ସମ୍ପର୍କୀୟଙ୍କ ସାହାଯ୍ୟ ଅବଶ୍ୟ ମିଳିବ। ପରିବାରରେ ମନ ଭୁଲାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ। ମଙ୍ଗଳୋସତ୍ବ କାର୍ଯ୍ୟ ସମ୍ପନ୍ନ କରିବା ପାଇଁ ବନ୍ଧୁଙ୍କ ସହ ଆଲୋଚନା କଲେ ଉପକୃତ ହୋଇପାରନ୍ତିି।
ମକର
ମକର
ଆନୁଷଙ୍ଗିକ ସାହାଯ୍ୟ, ସହଯୋଗ ଲାଭକରି କର୍ମକ୍ଷେତ୍ରରେ ଆଶାନୁରୂପକ ସଫଳତା ହାସଲ କରିବେ। ସାମାନ୍ୟ କଥାରେ ସ୍ତ୍ରୀଙ୍କ ସହ ମତପାର୍ଥକ୍ୟ ଦେଖାଦେଇପାରେ। ବ୍ୟବସାୟ ଓ ବାଣିଜ୍ୟ ପାଇଁ ପ୍ରତିବନ୍ଧକର ସାମ୍‌ନା କରିବାକୁ ପଡିବ। ଅର୍ଥସଙ୍କଟ ଲାଗି ରହିଲେ ମଧ୍ୟ କୈାଣସି କାମ ଅଟକି ରହିବ ନାହିଁ।
କୁମ୍ଭ
କୁମ୍ଭ
ସାଧାରଣ କଥାକୁ ବଡ ଆକାରରେ ଚିନ୍ତା କରି ଅଯଥା ଟେନ୍‌ସନ ଭିତରକୁ ଟାଣି ହେବେ। ପରିବାରରେ ଆପଣ ସରଳତା ପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ଫେରିବା ରାସ୍ତାରେ ଅପରିଚିତ ବ୍ୟକ୍ତି ଜଣକ ସକାଶେ ବ୍ୟସ୍ତତା ବୃଦ୍ଧି ପାଇବ। କଳା, ସାହିତ୍ୟ, ଏଜେନ୍ସି ଓ ସାମ୍ବାଦିକତାରେ ପ୍ରଶଂସିତ ହୋଇପାରନ୍ତି।
ମୀନମୀନ

ପରିବାର ସଦସ୍ୟଙ୍କର ଯେତେପ୍ରକାର ମନ ଧରି କାମ କଲେ ମଧ୍ୟ ସେମାନଙ୍କୁ ପୂର୍ଣ୍ଣମାତ୍ରାରେ ସନ୍ତୁଷ୍ଟ କରିପାରିବେ ନାହିଁ। କର୍ମକ୍ଷେତ୍ରରେ ମିଥ୍ୟାଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ଉତ୍ତମ ବୁଝାମଣା ଓ ଆପୋସ ମିଳାମିଶାରୁ ଆନୁଷ୍ଠାନିକ ସମସ୍ୟାର ସମାଧାନ ଘଟିବ। ଆଶା କରିଥିବା ଦିଗରୁ ଅର୍ଥ ଲାଭ ସକାଶେ ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri