Posted inRasifala

ରାଶିଫଳ: ବୁଧବାର, ଜାନୁୟାରୀ ୧୯ ତାରିଖ – Daily Horoscope

ମେଷ
ଆଜିର କର୍ମକ୍ଷେତ୍ରର ସବୁକଥାକୁ ଭଲରୂପେ ବିଚାର କରି କାମ କରିବା ଭଲ । ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେଲେ ମଧ୍ୟ ଆତ୍ମୀୟଙ୍କ ଅନାଦର ବ୍ୟଥିତ କରିବ। ଆଗାମୀ ଆନୁଷ୍ଠାନିକ କାମକୁ ଆଖି ଆଗରେ ରଖି ଘରକୁ ସଜାଡ଼ିବାରେ ସମୟ ନେଇପାରନ୍ତି। ପୂର୍ବରୁ ଶତ୍ରୁତା ଲାଗି ରହିଥିବା ବ୍ୟକ୍ତିମାନଙ୍କ ପ୍ରତି ନଜର ରଖି କାମ କରିବା ଭଲ ହେବ।
ବୃଷ
ବୃଷ
ପ୍ରତ୍ୟେକ କ୍ଷେତ୍ରରେ ଆପଣଙ୍କ ଯୁକ୍ତିଯୁକ୍ତ ବିଚାର ଓ ସୁଚିନ୍ତିତ ପରାମର୍ଶ ବନ୍ଧୁଙ୍କ ମନକୁ ପାଇବ। ଆନୁଷ୍ଠାନିକ କାମ ସକାଶେ ଧାଁ ଦଉଡ଼ କରିବାକୁ ପଡ଼ିପାରେ। ବ୍ୟସ୍ତତାର ଗୁରୁତ୍ୱ ହୃଦୟଙ୍ଗମ ପୂର୍ବକ ବନ୍ଧୁଙ୍କ ନିର୍ଭରଯୋଗ୍ୟ ପ୍ରତିଶ୍ରୁତି ପାଇ ଆଶ୍ୱସ୍ତି ହେବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ।
ମିଥୁନ
ମିଥୁନ
ଉପରିସ୍ଥଙ୍କ ଆଦେଶରେ ହଠାତ୍‌ ଦୂରକୁ ଯିବାକୁ ପଡ଼ିପାରେ। ନିଜର ବିଚାର ବୁଦ୍ଧି ପ୍ରୟୋଗକରି ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବେ। ବନ୍ଧୁଙ୍କ ନିକଟରେ ମନକଥା ପ୍ରକାଶ କରିପାରିବେ ନାହିଁ। ଆନୁଷ୍ଠାନିକ କାମରେ ବୃଥା ସନ୍ଦେହ କରି ଅନ୍ୟମାନଙ୍କ ବିରାଗଭାଜନ ହେବେ। ମାଲିମକଦ୍ଦମାରେ ବିଚାର ବିଳମ୍ବିତ ହେବ।
କର୍କଟ
କର୍କଟ
ସାମାନ୍ୟ କଥାରେ ମତଭେଦ ଘଟି ମନରେ ସରସତା ଆଗଭଳି ରହିବ ନାହିଁ। କୌଣସି ହିତୈଷୀଙ୍କ ଦ୍ୱରା ସାୟାହ୍ନେ ମାନସିକ ଅବସାଦ ଦୂର ହେବ। ମାଲିମକଦ୍ଦମାରେ, ବ୍ୟବସାୟରେ, ବିବାଦୀୟ ଘଟଣାରେ ସ୍ଥିତି ଅନୁକୂଳ ହେବ। ବନ୍ଧୁମାନଙ୍କ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ।
ସି˚ହ
ସି˚ହ
କର୍ମକ୍ଷେତ୍ରରେ ସମସ୍ୟାର ସରଳ ସମାଧାନ କରି ଆଶ୍ୱସ୍ତି ଅନୁଭବ କରିବେ। ଟଙ୍କା ପଇସା ଯୋଗାଡ଼ କରିବା ପାଇଁ ବିଭିନ୍ନ ଫନ୍ଦି ଫିକର କରିପାରନ୍ତି। ଗୃହକୁ ସୌଖୀନ ପଦାର୍ଥ ଆଣିବା ସଙ୍ଗକୁ ଖୋଜୁଥିବା ଜିନିଷର ସନ୍ଧାନ ଡେରିରେ ମିଳିବ। କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରିବେ, ମାତ୍ର ଆଶାନୁରୂପ ସାହାଯ୍ୟ ମିଳି ନ ପାରେ।
କନ୍ୟା
ବିଭିନ୍ନ କାର୍ଯ୍ୟବ୍ୟସ୍ତତା ମଧ୍ୟରେ ଆଜିର ମାନସିକ ସ୍ଥିତି ଭଲ ରହି ନ ପାରେ। ତରବର ନ ହୋଇ କାମ କଲେ ସମସ୍ୟା ସମାଧାନରେ ଅସୁବିଧା ରହିବ ନାହିଁ। ପୂର୍ବରାଗକୁ ଶୁଝାଇବାକୁ ଯାଇ ଆତ୍ମୀୟମାନେ ହଠାତ୍‌ ଶତ୍ରୁତା କରିପାରନ୍ତି। ସଭାସମିତିରେ ମନକୁ ନ ପାଇଲେ ମଧ୍ୟ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ।
ତୁଳା
ତୁଳା
ଅସୁବିଧା ଲାଗିରହିବାରୁ ମାନସିକ ଅବସ୍ଥା ଭଲ ରହିବ ନାହିଁ। କୌଣସି ଜିନିଷ କ୍ରୟ ସକାଶେ ମୋଟା ଅଙ୍କର ଅର୍ଥର ଆବଶ୍ୟକତା ପଡ଼ିପାରେ। ଯିବା ରାସ୍ତାରେ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ର କରି ଝଗଡ଼ା ଲାଗିପାରେ। ଘର କଥାନେଇ ସ୍ବାମୀଙ୍କ ସହ ଆଲୋଚନା କରି କାମ କଲେ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ।
ବିଛା
ବିଛା
ପାରିବାରିକ ସ୍ତରରେ ଭୁଲ୍‌ ବୁଝାମଣା ଯୋଗୁ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି। ଅତୀତ ଘଟଣା ମନକୁ ଆନ୍ଦୋଳିତ କରିପାରେ । ପାରିବାରିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କଲେ ମଧ୍ୟ ଉପସ୍ଥିତ ବୁଦ୍ଧି ଦ୍ୱାରା କାମ ହାସଲରେ ସମର୍ଥ ହେବେ। ଆନୁଷ୍ଠାନିକ କାମରେ ଛୋଟ ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦେଲେ ଅଶାନ୍ତି ସୃଷ୍ଟି ହେବ।
ଧନୁ
ଧନୁ
ରାଶିରେ ବୁଧ ଅବସ୍ଥାନ କରି ବୌଦ୍ଧିକ ବିକାଶ ଘଟାଇବା ସହ ନିବିଡ ବନ୍ଧୁତ୍ୱ ସୃଷ୍ଟିରେ ସହାୟକ ହେବେ। ସ୍ବାସ୍ଥ୍ୟ ଭଲ ରହିଲେ ମଧ୍ୟ କାର୍ଯ୍ୟହାନି କାରଣରୁ ମାନସିକ ଅସ୍ଥିରତା ଅନୁଭବ କରିବେ। ପ୍ରତିକୂଳ ସମୟ ଚାଲିଥିବାରୁ ପରିସ୍ଥିତିବଶତଃ ଅବହେଳିତ ହୋଇ ରହିଯାଇଥିବା କାର୍ଯ୍ୟ ସକାଶେ ଅନୁତାପ କରିପାରନ୍ତି।
ମକର
ମକର
ପ୍ରତ୍ୟେକ କାମରେ କିଛିନା କିଛି ସମସ୍ୟା ଲାଗି ରହୁଥିବାରୁ ମନ ଭଲ ରହିବ ନାହିଁ। ଆନୁଷ୍ଠାନିକ ଉସତ୍ବ ନିମନ୍ତେ ପ୍ରସ୍ତୁତି ଆରମ୍ଭ କରିବାକୁ ମନସ୍ଥ କରିପାରନ୍ତି। ଜଣେ ବନ୍ଧୁଙ୍କ ସାହାଯ୍ୟରେ ଆଜିର କାମ ସୁବିଧାରେ ସମ୍ପନ୍ନ ହୋଇଯିବ, ମାତ୍ର ଯୁକ୍ତିତର୍କଠାରୁ ଦୂରେଇ ରହିବା ଭଲ। ବାଣିଜ୍ୟ, ବ୍ୟବସାୟ, କଳା, ସାହିତ୍ୟ, ସଙ୍ଗୀତରେ ଉନ୍ନତି କରିବେ।
କୁମ୍ଭ
କୁମ୍ଭ
ସାମାନ୍ୟ ବଚସାଜନିତ ମନ ଖରାପ ହୋଇଯାଇଥିଲେ ମଧ୍ୟ ଅଳ୍ପ ସମୟ ପରେ ସବୁ ଠିକ୍‌ ହୋଇଯିବ। ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ଦୂରେଇଯିବ ଓ ଲାଭବାନ ହେବେ। ପ୍ରିୟ ବନ୍ଧୁଟି ସହ ଭାଙ୍ଗି ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ି ହୋଇଯିବ। ପରୋକ୍ଷ ଶତ୍ରୁତା ହେତୁ କାମଗୁଡ଼ିକ ଶୃଙ୍ଖଳିତ ହେବା ଆଶା ମଉଳିଯିବ।
ମୀନମୀନ
ଆଜିର କର୍ମକ୍ଷେତ୍ରରେ ବନ୍ଧୁକାରକ ଗ୍ରହ ସାହାଯ୍ୟ ଓ ସହାନୁଭୂତି ଦାନରେ ସମର୍ଥ ହେବେ। ଆପଣଙ୍କର କୌଣସି କାମ ଅଟକିବ ନାହିଁ । ପରିବାରରେ ସନ୍ତାନଙ୍କ ବିଶୃଙ୍ଖଳିତ ଆଚରଣ, କିଛିଟା ଅଭାବ ଓ ଅସୁବିଧା ମନକୁ ଭାରାକ୍ରାନ୍ତ କରିବ। ଜମିଜମା କାରବାର, ଗୃହ ନିର୍ମାଣ, ବାଣିଜ୍ୟ, ବ୍ୟବସାୟ କ୍ଷେତ୍ର ଗତାନୁଗତିକ ରୀତିରେ ଗଡ଼ି ଚାଲିବ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଅକ୍ଟୋବର ୧୦ ତାରିଖ – Daily Horoscope

ମେଷ ଆଜି ରାଶ୍ୟାଧିପତିଙ୍କ ନକ୍ଷତ୍ରସ୍ଥ ଚନ୍ଦ୍ର ସାହସିକତାର ପଦକ୍ଷେପ ନେଇ ପାରିବାରିକ ଏବଂ କର୍ମକ୍ଷେତ୍ରର ସମସ୍ୟା ସମାଧାନ କରିବେ। ଆବଶ୍ୟକତା ପୂରଣ ସକାଶେ ଅର୍ଥର ଅଭାବ ରହିବ…

ରାଶିଫଳ: ଶୁକ୍ରବାର, ଅକ୍ଟୋବର ୯ ତାରିଖ – Daily Horoscope

ମେଷ ଆଜି ଋଣ ପରିଶୋଧ, ବିବାଦୀୟ ଘଟଣା, ଦୂରଯାତ୍ରା କିମ୍ବା ଶତ୍ରୁତା କରୁଥିବା ବ୍ୟକ୍ତି ବିଷୟରେ ଚିନ୍ତା କରିବେ। ସାଧାରଣ କଥାରେ ବନ୍ଧୁ ସମ୍ପର୍କ ଫିକା ପଡିଯିବାରୁ…

ରାଶିଫଳ: ଗୁରୁବାର, ଅକ୍ଟୋବର ୮ ତାରିଖ – Daily Horoscope

ମେଷ ଆଜି ଜମିଜମା କାରବାରକୁ ନେଇ ମତାନ୍ତର ଉପୁଜିବ। ବନ୍ଧୁ ଏବଂ ପରିଜନଙ୍କ ସହିତ ପ୍ରତ୍ୟୁଷ ଯାତ୍ରା ମନକୁ ଆନନ୍ଦ ପ୍ରଦାନ କରିପାରେ। କୃତ୍ତିକା ନକ୍ଷତ୍ରର ମନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?