Posted inRasifala

ରାଶିଫଳ: ଗୁରୁବାର, ଜାନୁୟାରୀ ୧୯ ତାରିଖ – Daily Horoscope

ମେଷ
ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖାଦେବ। ଅର୍ଥ ସମ୍ବନ୍ଧୀୟ କୌଣସି କଥା ବନ୍ଧୁଙ୍କ ନିକଟରୁ ଶୁଣି ଉଲ୍ଲସିତ ହେବେ। ଅନ୍ୟର କଥାରେ ପ୍ରଭାବିତ ହୋଇ କିମ୍ବା ସତର୍କତାର ସହ କାମ ନ କଲେ ଫସିଯାଇପାରନ୍ତି। ପାରିବାରିକ, ପ୍ରଶାସନିକ ତଥା ସାମାଜିକ କ୍ଷେତ୍ର ମଧ୍ୟମ ପ୍ରକାର ରହିବ।
ବୃଷ
ବୃଷ
ପୂର୍ବ ରାଗ ଶୁଝାଇବାକୁ ଯାଇ ସାଧାରଣ କଥାରେ ବନ୍ଧୁ ମୁହଁ ଫେରାଇ ନେଇପାରନ୍ତି। ସାହିତ୍ୟ, କଳା, ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ ଏବଂ ସ୍ବାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ରହିପାରନ୍ତି। କିଛି ଜିନିଷ ହଜାଇବା ସମ୍ଭାବନା ରହିଛି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନାଦି କ୍ଷେତ୍ରରେ ବିଶେଷ ସଫଳତା ହାସଲ କରିବେ।
ମିଥୁନ
ମିଥୁନ
କର୍ମକ୍ଷେତ୍ରରେ ଉପରିସ୍ଥଙ୍କ ଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ। ଶିଳ୍ପ, ବାଣିଜ୍ୟ, କଳକାରଖାନା, ହୋଟେଲ ବ୍ୟବସାୟରୁ ସୁଫଳ ପାଇବେ। ପାରିବାରିକ କ୍ଷେତ୍ର ଗତାନୁଗତିକ ରୀତିରେ ଚାଲିବ। ସାଂସ୍କୃତିକ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି ସାମୟିକ ଆନନ୍ଦିତ ରହିପାରନ୍ତି।
କର୍କଟ
କର୍କଟ
ପାରିବାରିକ ସ୍ତରରେ ଭାବପ୍ରବଣତା କିମ୍ବା ଅନ୍ୟମନସ୍କତା କାରଣରୁ କେତେକ ଭୁଲ୍‌ କରିପାରନ୍ତି। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ। କରଜଦାତାଙ୍କ ଚାପ ବୃଦ୍ଧି ପାଇବା କାରଣରୁ ସାମୟିକ ଦୁଶ୍ଚିନ୍ତା ବୃଦ୍ଧି ପାଇବ। ସ୍ନାୟବିକ ଦୁର୍ବଳତା କିମ୍ବା ଆଣ୍ଠୁଗଣ୍ଠିରେ ଦରଜଜନିତ ପୀଡ଼ା ଅନୁଭବ କରିବେ।
ସି˚ହ
ସି˚ହ
ସାମାଜିକ ସ୍ତରରେ ଅନ୍ୟମାନଙ୍କ କାର୍ଯ୍ୟକଳାପ ନିଜ ପାଇଁ ଅସନ୍ତୋଷ ସୃଷ୍ଟି କରିପାରେ। ଆବଶ୍ୟକତା ପୂରଣ ଲାଗି ଧାର କରଜ କରି କାମ ଚଳାଇନେବେ। ଅସୁବିଧାଜନକ ସ୍ଥିତିରେ ଗୁରୁଜନଙ୍କ ସାନ୍ତ୍ବନାବାଣୀ ମନରେ ଆଶ୍ୱସ୍ତି ଭରିପାରେ। ବନ୍ଧୁମାନଙ୍କୁ ଗଠନମୂଳକ ପ୍ରସ୍ତାବ ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ।
କନ୍ୟା
ପରିବାରର ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦେଲେ ଅଶାନ୍ତି ସୃଷ୍ଟି ହୋଇପାରେ। ଖୋଜୁଥିବା ଜିନିଷ ହଠାତ୍‌ ନ ପାଇବା କାରଣରୁ ବିରକ୍ତ ହେବେ। ଖୁସି ରହିବା ଓ ଅନ୍ୟକୁ ଖୁସିରେ ରଖିବା ସକାଶେ ଯେତେ ଚେଷ୍ଟା କଲେ ମଧ୍ୟ ବିଫଳ ହୋଇପାରନ୍ତି। ବାଣିଜ୍ୟ, ଶିଳ୍ପ ଏବଂ ପ୍ଲଟିଂ କାରବାର ସମସ୍ୟା ବିଜଡ଼ିତ ରହିପାରେ।
ତୁଳା
ତୁଳା
କର୍ମକ୍ଷେତ୍ରରେ ଅଟକି ରହିଥିବା ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ। ଗୃହସୀମା କିମ୍ବା ଘରଭଡ଼ାକୁ କେନ୍ଦ୍ରକରି ବିତର୍କର ସମ୍ମୁଖୀନ ହୋଇପାରନ୍ତି। ସୁଯୋଗ ଆପଣାଛାଏଁ ପାଖରେ ଆସି ଜୁଟିବ ଓ ଆଶା ନିଶ୍ଚିତ ପୂରଣ ହୋଇଯିବ। ନିଜ ଲୋକମାନଙ୍କ ଅନାଦର ଭାବ ମନକୁ ସାମୟିକ ବ୍ୟଥିତ କରିପାରେ।
ବିଛା
ବିଛା
ପ୍ରଶାସନିକ ସ୍ତରରେ ଅସମ୍ପୂର୍ଣ୍ଣ କାମ ପୂର୍ଣ୍ଣାଙ୍ଗ କରିବେ କିନ୍ତୁ ସୁବିଧାରେ ନୁହେଁ। ଅର୍ଥନୈତିକ, ପ୍ରଶାସନିକ, ସାମାଜିକ ଓ ରାଜନୈତିକ ସ୍ଥିତି ମଧ୍ୟମ ପ୍ରକାର ରହିବ। ସାହିତ୍ୟ, ସାମ୍ବାଦିକତା, ବ୍ୟବସାୟ କ୍ଷେତ୍ରରୁ ପ୍ରତିବନ୍ଧକ ଦୂରେଇଯିବ। ବୁଝାମଣାରେ ଉନ୍ନତି ହେତୁ ପାରିବାରିକ କ୍ଷେତ୍ରରେ ମିଶ୍ରିତ ଫଳ ଅନୁଭବ କରିବେ।
ଧନୁ
ଧନୁ
ଆଜିର ଯାତ୍ରାରେ ଯେଉଁଥିଲାଗି ଯାଉଛନ୍ତି ସେଥିରେ ସଫଳତା ଅବଶ୍ୟମ୍ଭାବୀ। ସଭାସମିତିରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପଡ଼ିବେ। ପାରିବାରିକ ସମସ୍ୟା ସମାଧାନର ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ। ଅଫିସ୍‌ରେ ପୂର୍ବାହ୍ନରେ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ।
ମକର
ମକର
ଅବସର ବିନୋଦନ ପରିପ୍ରେକ୍ଷୀରେ ବନ୍ଧୁଙ୍କ ମେଳରେ ରହିବାର ସୁଯୋଗ ପାଇବେ। ପାରିବାରିକ ସ୍ଥିତି ପୂର୍ବପରି ରହିବ ଏବଂ ପିଲାଙ୍କ ସହ ଖୁସିଗପ କରିବାର ମଉକା ଜୁଟିବ। ପ୍ରକାଶନ, ସଂଗଠନ, ରାଜନୀତି, ପ୍ରତିଦ୍ୱନ୍ଦ୍ୱିତା ତଥା ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ। ବ୍ୟବସାୟିକ ସଫଳତା ମିଳିବ କିନ୍ତୁ ପୂର୍ଣ୍ଣ ସନ୍ତୋଷଜନକ ହେବନାହିଁ।
କୁମ୍ଭ
କୁମ୍ଭ
ବନ୍ଧୁଙ୍କ କାର୍ଯ୍ୟ ମନକୁ ନ ପାଇଲେ ମଧ୍ୟ କିଛି କରିବାର ଉପାୟ ନାହିଁ। ଅସୁବିଧା ନ ହେଲେ ମଧ୍ୟ କେତେକ ଗୁରୁତ୍ୱପୂର୍ଣ୍ଣ କାମ ଅଧାରେ ଅଟକିଯିବ। କର୍ମକ୍ଷେତ୍ରରେ ଅନ୍ୟମନସ୍କ ହେତୁ କେତେକ ବ୍ୟତିକ୍ରମ ପରିଲକ୍ଷିତ ହେବ। ଶିଳ୍ପ, ବାଣିଜ୍ୟ ଓ ପରିବହନ ପାଇଁ ଦିନଟି ମନ୍ଦ ନୁହେଁ।
ମୀନମୀନ
ପରିବାରର ଖର୍ଚ୍ଚ ପରିମାଣ କ୍ରମଶଃ ବଢ଼ିବା କାରଣରୁ ବ୍ୟସ୍ତତା ବୃଦ୍ଧି ପାଇବ। ଅପ୍ରିୟ ସତକଥା କହି ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିପାରେ। କର୍ମକ୍ଷେତ୍ରରେ ଅନ୍ୟମନସ୍କତା ହେତୁ କେତେକ ଭୁଲ୍‌ କରିପାରନ୍ତି। କଳା, ସାହିତ୍ୟ, ସଙ୍ଗୀତ, ଚଳଚ୍ଚିତ୍ର କ୍ଷେତ୍ରରେ ବେଶ୍‌ ଆଦୃତ ହେବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri