Posted inRasifala

ରାଶିଫଳ: ରବିବାର, ଜାନୁଆରୀ ୧୯ ତାରିଖ – Daily Horoscope

ମେଷ
ଆଜି ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେଲେ ମଧ୍ୟ ଆତ୍ମୀୟଙ୍କ ଅନାଦରଭାବ ବ୍ୟଥିତ କରିବ। ଯାତ୍ରା, ବାଣିଜ୍ୟ, ଯୋଗାଯୋଗ, ପଦସ୍ଥ ବ୍ୟକ୍ତିଙ୍କ ସାକ୍ଷାତ୍‌କାରରେ ସଫଳତା ମିଳିବ। ରଚନାତ୍ମକ କାର୍ଯ୍ୟ, ସନ୍ତାନ ହେତୁକ କୃତିତ୍ୱ ଏବଂ ଋଣ ପରିଶୋଧ ଜନିତ ଆତ୍ମତୃପ୍ତି ଲାଭ କରିପାରନ୍ତି।
ବୃଷ
ବୃଷ
ପ୍ରତ୍ୟେକ କ୍ଷେତ୍ରରେ ଯୁକ୍ତିଯୁକ୍ତ ବିଚାର ଓ ସୁଚିନ୍ତିତ ପରାମର୍ଶ ବନ୍ଧୁଙ୍କ ମନକୁ ପାଇବ। ନିଜ କ୍ଷେତ୍ରରେ ଅଟକି ରହିଥିବା କାମକୁ ନେଇ ମନ ବିଚଳିତ ରହିବ। ବ୍ୟସ୍ତତାର ଗୁରୁତ୍ୱ ହୃଦୟଙ୍ଗମ ପୂର୍ବକ ବନ୍ଧୁଙ୍କ କୌଣସି ନିର୍ଭରଯୋଗ୍ୟ ପ୍ରତିଶ୍ରୁତି ପାଇ ଆଶ୍ୱସ୍ତି ଅନୁଭବ କରିବେ। ଶିଳ୍ପ, ବାଣିଜ୍ୟ, ପରିବହନ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ।
ମିଥୁନ
ମିଥୁନ
ବାଦାନୁବାଦ କାରଣରୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଅମିମାଂସିତ ରହିବ। କର୍ମକ୍ଷେତ୍ରରେ ଉପରିସ୍ଥଙ୍କ ଆଦେଶାନୁସାରେ ଦୂରକୁ ଯିବାକୁ ପଡ଼ିପାରେ। ମନର ଗୋପନ କଥାକୁ ଇଚ୍ଛା ଥିଲେ ମଧ୍ୟ ବନ୍ଧୁଙ୍କ ନିକଟରେ ପ୍ରକାଶ କରିପାରିବେ ନାହିଁ। ପରିବାରରେ ଆର୍ଥିକ ଅନଟନ ଲାଗି ରହିବା କାରଣରୁ ବିଚଳିତବୋଧ କରିପାରନ୍ତି।
କର୍କଟ
କର୍କଟ
ସାମାଜିକ ସ୍ତରରେ ଜନହିତକର କାମ କରି ପ୍ରଶଂସାଭାଜନ ହେବେ। ପରିବାରରେ ମତଭେଦ ଘଟି କୌଣସି ବ୍ୟକ୍ତିଙ୍କ ମନରେ ସରସତା ଆଗଭଳି ରହିବ ନାହିଁ। ମାଲିମକଦ୍ଦମାରେ, ବ୍ୟବସାୟରେ, ବିବାଦୀୟ ଘଟଣାରେ ସ୍ଥିତି ଅନୁକୂଳ ରହିପାରେ। ବନ୍ଧୁମାନଙ୍କ ସବୁ କଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ।
ସି˚ହ
ସି˚ହ
କର୍ମକ୍ଷେତ୍ରରେ ସମସ୍ୟାର ସରଳ ସମାଧାନ କରି ଆଶ୍ୱସ୍ତି ଅନୁଭବ କରିବେ। ଆବଶ୍ୟକତା ପୂରଣ ସକାଶେ ଟଙ୍କା ଯୋଗାଡ଼ ପାଇଁ ଫନ୍ଦିଫିକର କରିପାରନ୍ତି। ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରିବେ, ମାତ୍ର ଆଶାନୁରୂପ ସାହାଯ୍ୟ ମିଳି ନ ପାରେ। ଆଜି ଅଫିସିଆଲି ଆଲୋଚନାରେ ସହକର୍ମୀଙ୍କ ସହ ଉଚ୍ଚବାଚ ଘଟିପାରେ।
କନ୍ୟା
ଆର୍ଥିକ ଉନ୍ନତି, ବନ୍ଧୁଙ୍କ ସମାଦର, ସମସ୍ୟାର ସମାଧାନ ଓ ସୁସ୍ବାଦୁଭୋଜନ ପ୍ରାପ୍ତି ହେବ। ବ୍ୟସ୍ତତା ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ଆନୁଷ୍ଠାନିକ କାର୍ଯ୍ୟ ସମ୍ପାଦନ ହେବ। ପୂର୍ବ ରାଗକୁ ଶୁଝାଇବାକୁ ଯାଇ ଆତ୍ମୀୟମାନେ ଉଦ୍ଦେଶ୍ୟ ପ୍ରଣୋଦିତ ହୋଇ ଶତ୍ରୁତା କରିପାରନ୍ତି। ସଭାସମିତିରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ।
ତୁଳା
ତୁଳା
ବନ୍ଧୁଙ୍କ ସହଯୋଗ ଲାଭ କରି ନୂତନ କାର୍ଯ୍ୟଟି ସୁରୁଖୁରୁରେ ସମ୍ପନ୍ନ କରିବେ। ଶିଳ୍ପ, ବାଣିଜ୍ୟ, କାରିଗରି, ଆଇନ ଅଦାଲତ ଓ ଗଣତାନ୍ତ୍ରିକ ପଦ୍ଧତିର କାର୍ଯ୍ୟରେ ସଫଳତା ପାଇବେ। ମୂଲ୍ୟବାନ୍‌ ଜିନିଷ କ୍ରୟ ସକାଶେ ଅର୍ଥର ଆବଶ୍ୟକତା ପଡ଼ିପାରେ। ପାରସ୍ପରିକ ଆଲୋଚନା କରି କାମ କଲେ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହେବ।
ବିଛା
ବିଛା
ଆତ୍ମୀୟଙ୍କ ସାହାଯ୍ୟରୁ ପ୍ରତ୍ୟେକ କାମ ସରଳ ଓ ସହଜରେ ସମ୍ପନ୍ନ ହେବ। ବନ୍ଧୁଙ୍କ ପରାମର୍ଶକ୍ରମେ ଦୈନିକ କାର୍ଯ୍ୟଶୈଳୀର ପରିବର୍ତ୍ତନ କରି ଆମତ୍ତୃପ୍ତି ଲାଭ କରିବେ। ପାରିବାରିକ ସ୍ତରରେ ଭୁଲ୍‌ ବୁଝାମଣା ଯୋଗୁ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି। ଅତୀତ ଘଟଣା ମନକୁ ବାରମ୍ବାର ଆଲୋଡ଼ିତ କରି ମନକୁ ବିଚଳିତ କରିପାରେ।
ଧନୁ
ଧନୁ
ସ୍ବାସ୍ଥ୍ୟ ଭଲ ରହିଲେ ମଧ୍ୟ କାର୍ଯ୍ୟହାନି କାରଣରୁ ମାନସିକ ସ୍ତରରେ ଅସ୍ଥିରତା ଅନୁଭବ କରିବେ। ପ୍ରତିକୂଳ ସମୟ ଚାଲିଥିବାରୁ ଅବହେଳିତ ହୋଇ ରହିଯାଇଥିବା କାର୍ଯ୍ୟ ସକାଶେ ଅନୁତାପ କରିପାରନ୍ତି। କଳା, ସାହିତ୍ୟ, ସାମ୍ବାଦିକତା ଓ ରଚନାମତ୍କ କାର୍ଯ୍ୟରେ ଅଗ୍ରଗତି ଘଟିବ। ଆର୍ଥିକ ଦୁରବସ୍ଥା କାର୍ଯ୍ୟଧାରାର ଗତିରୋଧ କରିବ।
ମକର
ମକର
ତୀକ୍ଷ୍‌ଣ ବୁଦ୍ଧିମତ୍ତାର ପରିଚୟ ଦେଇ ପ୍ରତ୍ୟେକ ସମସ୍ୟାର ସରଳ ସମାଧାନ କରିପାରିବେ। ସହକର୍ମୀଙ୍କ ସହାୟତାରେ ଆଜିର କାମ ସୁବିଧାରେ ସମ୍ପନ୍ନ ହେବ। ନୂତନ ବନ୍ଧୁତ୍ୱ, ରପ୍ତାନି ବାଣିଜ୍ୟ, କଳା, ସାହିତ୍ୟ ଚର୍ଚ୍ଚା, ସଙ୍ଗୀତ ସାଧନାରେ ଉନ୍ନତି କରିବେ। ଛୋଟ କଥାରେ ରାଗିବା ଫଳରେ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହୋଇପାରେ।
କୁମ୍ଭ
କୁମ୍ଭ
ସକାଳୁ ବଚସାଜନିତ ମନ ଖରାପ ହୋଇଯାଇଥିଲେ ମଧ୍ୟ ପରେ ସବୁ କିଛି ଠିକ୍‌ ହୋଇଯିବ। କୌଣସି ବନ୍ଧୁଙ୍କ ସହାୟତାରେ ପ୍ରିୟ ବନ୍ଧୁଟି ସହ ଭାଙ୍ଗି ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ି ହୋଇଯିବ। ପରୋକ୍ଷ ଶତ୍ରୁତା ହେତୁ କାମ ଶୃଙ୍ଖଳିତ ହେବା ସୂଚନା ରହିଛି। ଜମିଜମା, କଚେରି ମାମଲା, ଚୁକ୍ତିପତ୍ର, ବିବାଦର ସମାଧାନ କରିବାରେ ସଫଳ ହେବେ।
ମୀନମୀନ

ଆଜି କୌଣସି କାମ ଅଟକିବ ନାହିଁ, ମାତ୍ର ତରବରିଆ ପଦକ୍ଷେପ ନେବା ଠିକ୍‌ ହେବ ନାହିଁ। ପରିବାରରେ ସନ୍ତାନମାନଙ୍କ ବିଶୃଙ୍ଖଳିତ ଆଚରଣ, କିଛିଟା ଅଭାବ ଓ ଅସୁବିଧା ମନକୁ ଭାରାକ୍ରାନ୍ତ କରିପାରେ। ଜମିଜମା କାରବାର, ଗୃହ ନିର୍ମାଣ, ବାଣିଜ୍ୟ, ବ୍ୟବସାୟ କ୍ଷେତ୍ର ଗତାନୁଗତିକ ରୀତିରେ ଗଡ଼ିଚାଲିବ। ଏକାଧିକ ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ବନ୍ଧୁଙ୍କ କାର୍ଯ୍ୟକଳାପ ଆପଣଙ୍କୁ ଅସନ୍ତୁଷ୍ଟ କରିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ମାର୍ଚ୍ଚ ୧୬ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତିରୁ ଯେଉଁ କାମରେ ହାତଦେବେ ସଫଳତା ନିଶ୍ଚିତ। ବିବାଦୀୟ ସ୍ଥିତି ସୁଧୁରିବ ଏବଂ ଦୂରେଇ ଯାଇଥିବା ବନ୍ଧୁ ପାଖେଇ ଆସିବେ। ପରିବାରରେ ମତାନ୍ତର…

ରାଶିଫଳ: ରବିବାର, ମାର୍ଚ୍ଚ ୧୫ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଦଶମ ସ୍ଥାନରେ ରହିଥିବାରୁ ସ୍ବାସ୍ଥ୍ୟରେ ଉନ୍ନତି, ଉନ୍ନତ ଚିନ୍ତା ଓ ନୂତନ କାମ କରିବାକୁ ମନସ୍ଥ କରିବେ। କେତେକ କ୍ଷେତ୍ରରେ ନିଜର ପ୍ରତିକୂଳ…

ରାଶିଫଳ: ଶନିବାର, ମାର୍ଚ୍ଚ ୧୪ ତାରିଖ – Daily Horoscope

ମେଷ ଆଜି ବୃହସ୍ପତି କ୍ଷେତ୍ରସ୍ଥ ଚନ୍ଦ୍ର ଭଲ କାମରେ ଖର୍ଚ୍ଚାନ୍ତ କରାଇପାରନ୍ତି। ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟାକୁ କେନ୍ଦ୍ର କରି ଅସ୍ଥିରତା କ୍ରମଶଃ ଦୂରେଇଯିବ। ଯାନବାହନ ଚଳାଚଳରେ,…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୧୩ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା, ଅବହେଳାରୁ କାର୍ଯହାନି ଏବଂ ସମ୍ପର୍କ ସ୍ଥାପନରେ ପ୍ରତିବନ୍ଧକ, ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିଲେ ମଧ୍ୟ କିଛି ଗୁରୁତର ହେବନାହିଁ।…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଗହଣରେ ଆମୋଦ ପ୍ରମୋଦର ମଉକା ଜୁଟିବ ଏବଂ ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ। କୃତ୍ତିକା ନକ୍ଷତ୍ର ବିଶିଷ୍ଟ ବ୍ୟକ୍ତିଙ୍କ ଅନୁକମ୍ପାରୁ ପଦମର୍ଯ୍ୟାଦା ବୃଦ୍ଧି ଘଟିବ।…

ରାଶିଫଳ: ବୁଧବାର, ମାର୍ଚ୍ଚ ୧୧ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ମନ ଚଞ୍ଚଳ ରହିବ କିନ୍ତୁ ଅର୍ଥପ୍ରାପ୍ତିରେ ବାଧା ଉପୁଜିବ ନାହିଁ। ଦ୍ୱିଜା ନକ୍ଷତ୍ରର ପାରିବାରିକ ସୁଖ, ସୌଭାଗ୍ୟ ସଙ୍ଗକୁ ଯାତ୍ରା, ବାଣିଜ୍ୟ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧୦ ତାରିଖ – Daily Horoscope

ମେଷ ଆଜି ବିଶିଷ୍ଟ ବ୍ୟକ୍ତିଙ୍କ ପରାମର୍ଶ ଆଶା ଓ ଅଭିଳାଷକୁ ସମ୍ପୂର୍ଣ୍ଣ କରିବାରେ ସାହାଯ୍ୟ କରିବ। ସ୍ବାସ୍ଥ୍ୟ, ବାଣିଜ୍ୟ, କର୍ମାରମ୍ଭ ସକାଶେ ଦିନଟି ଭଲ। ନୂତନ ଯୋଜନା…

ରାଶିଫଳ: ସୋମବାର, ମାର୍ଚ୍ଚ ୯ ତାରିଖ – Daily Horoscope

ମେଷ ଦୈହିକ ସୁସ୍ଥତା ମନୋବଳ ବୃଦ୍ଧି ସହ କାର୍ଯ୍ୟଦକ୍ଷତାରୁ ପ୍ରଶଂସିତ ହେବେ। ମାଙ୍ଗଳିକ କାର୍ଯ୍ୟରେ ଯୋଗଦେବା ସକାଶେ ପଡୋଶୀଙ୍କ ସହଯାତ୍ରୀ ହୋଇପାରନ୍ତି। ସାଧାରଣ କଥାକୁ ନେଇ ଭାବାନ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri