Posted inRasifala

ରାଶିଫଳ: ମଙ୍ଗଳବାର, ଜୁଲାଇ ୧୯ ତାରିଖ – Daily Horoscope

ମେଷ
ଆଜି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟସାଧନ ସାଙ୍ଗକୁ ପାରିବାରିକ ସମସ୍ୟା ସୁଧାରିବାର ପ୍ରଯତ୍ନ କରିପାରନ୍ତି। ଆବଶ୍ୟକତା ପୂରଣ ସକାଶେ ଧାରକରଜ କରିବାକୁ ବନ୍ଧୁଙ୍କୁ ଅନୁରୋଧ କରିବାକୁ ପଡ଼ିପାରେ। ଭ୍ରମଣଜନିତ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ବନ୍ଧୁଙ୍କ ଗହଣରେ ନୂତନ ସ୍ଥାନ ପରିଦର୍ଶନରେ ଯିବା ସକାଶେ ମନ ବଳାଇପାରନ୍ତି।
ବୃଷ
ବୃଷ
ବନ୍ଧୁମାନଙ୍କ କାର୍ଯ୍ୟଶୈଳୀକୁ ନାପସନ୍ଦ କରି ଅପ୍ରିୟତା ଅର୍ଜନ କରିବେ। ଆସନ୍ତାକାଲିର ଆନୁଷ୍ଠାନିକ କାମ ସକାଶେ ବିଶେଷ ଭାବେ ଧାଁ ଧଉଡ଼ କରିବାକୁ ପଡ଼ିବ। ଘରକୁ ଆସୁଥିବା ବନ୍ଧୁଙ୍କ ପାଇଁ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବ। ନିକଟ ସମ୍ପର୍କୀୟଙ୍କ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ।
ମିଥୁନ
ମିଥୁନ
ସାଧାରଣ କଥାରେ ଉତ୍ତେଜିତ ହେବା ଦ୍ୱାରା କଳହର ସମ୍ମୁଖୀନ ହେବେ। ସହକର୍ମୀ କିମ୍ବା ପଡ଼ୋଶୀଙ୍କ ସହ ସମ୍ପର୍କ ହାନି ଘଟିବ। କର୍ମକ୍ଷେତ୍ରର ସମସ୍ୟାକୁ କେନ୍ଦ୍ର କରି ମାନସିକ ସ୍ଥିରତା ରହିନପାରେ। ବାଣିଜ୍ୟ ଓ ପରିବହନ ବାଧାପ୍ରାପ୍ତ ହୋଇପାରେ। କଚେରି ମାମଲାରେ ବିଚାର ବିଳମ୍ବିତ ହେବାରୁ ବ୍ୟସ୍ତତା ପ୍ରକାଶ କରିପାରନ୍ତି।
କର୍କଟ
କର୍କଟ
କର୍ମକ୍ଷେତ୍ରସ୍ଥ ବନ୍ଧୁଙ୍କ ଆଶ୍ୱାସନା କ୍ରମେ ଅର୍ଥ ସମ୍ପର୍କୀୟ କୌଣସି ଅନୁଚିନ୍ତା ଦୂର ହେବ। ଦୀର୍ଘ ଦିନରୁ ଅଟକି ରହିଥିବା ପାରିବାରିକ ପରିସ୍ଥିତି ଅନୁକୂଳ ହୋଇପାରେ। ଅଫିସ୍‌ରୁ ଫେରନ୍ତା ବାଟରେ ବନ୍ଧୁଙ୍କ ନିକଟରୁ କୌଣସି ମୂଲ୍ୟବାନ୍‌ ଦ୍ରବ୍ୟ ଲାଭ ହେବ। ପାରିବାରିକ ସ୍ତରରେ ସବୁ କଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ।
ସି˚ହ
ସି˚ହ
ଆଜିର କର୍ମକ୍ଷେତ୍ରରେ ମନ ବୁଝିଲାଭଳି କଥା କହି କାମ ହାସଲ କରିବେ। ଅର୍ଥ ଯୋଗାଡ଼ ସକାଶେ ବିଭିନ୍ନ ପ୍ରକାରର ଯୋଜନା କରିପାରନ୍ତି। ପରିବାରର ଆକସ୍ମିକ ଭାବରେ କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରିବେ। ଶିଳ୍ପ, ବାଣିଜ୍ୟ ଓ ପରିବହନ, ଏଜେନ୍ସି, ଗଣଯୋଗାଯୋଗ ଓ ସାମ୍ବାଦିକତାରେ ପ୍ରଶଂସିତ ହେବେ।
କନ୍ୟା
ଘରୋଇ ବ୍ୟାପାରକୁ ନେଇ ମାନସିକ ସ୍ଥିତି ସେତେଟା ଭଲ ରହି ନପାରେ। ସ୍ବାର୍ଥର ବଶବର୍ତ୍ତୀ ହୋଇ ନିଜର ଆତ୍ମୀୟମାନେ ହଠାତ୍‌ ଶତ୍ରୁତା ଆଚରଣ କରିବେ। ଇଚ୍ଛା ନ ଥିଲେ ମଧ୍ୟ ଆଲୋଚନା କ୍ଷେତ୍ରରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ। ପଡ଼ୋଶୀଙ୍କ ସହାୟତାରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ।
ତୁଳା
ତୁଳା
ପରିବାରରେ କାହା ମନ କାହା ସଙ୍ଗରେ ମିଶିବନି। ଆଜିହିଁ ଶେଷ କରିବାକୁ ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା କଷ୍ଟ ହୋଇଯିବ। ଘରକୁ ଆସିଥିବା ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ର କରି ଝଗଡ଼ା ଲାଗିପାରେ। କର୍ମକ୍ଷେତ୍ରରେ, ସଭା ସମିତିରେ, ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବା ଆଶା ରହିଛି।
ବିଛା
ବିଛା
ଆରମ୍ଭ କରିଥିବା କାର୍ଯ୍ୟଟିକୁ ତ୍ୱରାନ୍ବିତ କରିବାରେ ପାରିବାରିକ ପ୍ରତିରୋଧ ଘଟିପାରେ। ପ୍ରଶାସନିକ ସ୍ତରରେ ଅନ୍ୟମାନଙ୍କୁ ନିଜ କାମରେ ସହଭାଗିତା କରାଇପାରିବେ। ପୂର୍ବରାଗକ୍ରମରେ ଗୁପ୍ତ ଶତ୍ରୁମାନଙ୍କର ସକ୍ରିୟତା ବୃଦ୍ଧି ପାଇପାରେ। ମହିଳାମାନଙ୍କୁ ପ୍ରଶାସନିକ କ୍ଷେତ୍ରରେ ଜାଣିଶୁଣି ସବୁ କଥାରେ ନୀରବ ରହିବାକୁ ପଡ଼ିବ।
ଧନୁ
ଧନୁ
ଭାବୁଥିବା କଥାଟି ଆଜି ଯଥାସମୟରେ ହୋଇଯିବ। ପରିବାରର ଆବଶ୍ୟକତାକୁ ଉପଲବ୍ଧି କରି ଅଳଙ୍କାର, ଔଷଧପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି। କଳା, ସାହିତ୍ୟ, ସଙ୍ଗୀତ, ସାମ୍ବାଦିକତା ଓ ରଚନାମତ୍କ କାର୍ଯ୍ୟରେ ଅଗ୍ରଗତି ଘଟିବ। ବ୍ୟବସାୟ, ପରିବହନ, ଅର୍ଥ ସମ୍ପର୍କ, ସଭା ସମିତି ଓ ଆନୁଷ୍ଠାନିକ କାମରୁ ମନ ଖୁସି ରହିବ।
ମକର
ମକର
ଖର୍ଚ୍ଚାନ୍ତ ହୋଇ ସ୍ଥଗିତ ରହିଥିବା କାମଗୁଡ଼ିକ ସମ୍ପନ୍ନ କରିବେ। ଆଜି ଦିନଟିରେ ପ୍ରତ୍ୟେକ କ୍ଷେତ୍ରରେ ଯୁକ୍ତିତର୍କଠାରୁ ଦୂରେଇ ରହିବା ଭଲ। ବନ୍ଧୁମାନଙ୍କ ସହ ବ୍ୟବହାରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପାରନ୍ତି। କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ରରେ ଉନ୍ନତି କରିବେ ଓ ସୁନାମ ମଧ୍ୟ ପାଇବେ।
କୁମ୍ଭ
କୁମ୍ଭ
ନିଜର ଲୋକମାନେ ଯେତେ ପ୍ରକାରର ସମସ୍ୟା ସୃଷ୍ଟି କଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତି ହୋଇପାରେ। ଦୀର୍ଘ ଦିନରୁ ଭାଙ୍ଗି ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ି ହୋଇଯିବ। ପରିବାରରେ ପିଲାମାନଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକାନ୍ତ ରହିପାରେ।
ମୀନମୀନ
ପରୋକ୍ଷ ଶତ୍ରୁତା କାରଣରୁ ସତର୍କରେ ନ ଚଳିଲେ ବିବାଦକୁ ଟାଣି ହୋଇପାରନ୍ତି। ପାରିବାରିକ ସମସ୍ୟା ସମାଧାନ କ୍ଷେତ୍ରରେ ବନ୍ଧୁଙ୍କ ହସ୍ତକ୍ଷେପ ଫଳରେ ପରିସ୍ଥିତି ସୁଧାରି ନେବେ। ଆଜି ଏକାଧିକ କାମରେ ହାତ ଦିଅନ୍ତୁ ନାହିଁ, ବ୍ୟସ୍ତତାର କାରଣ ହୋଇପାରେ। ଶୁଭକାର୍ଯ୍ୟରେ ଆମତ୍ୀୟଙ୍କ ପ୍ରେରଣାରୁ ଉପକୃତ ହୋଇପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଏପ୍ରିଲ ୮ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି କଲେ ମଧ୍ୟ ମାନସିକ ଶାନ୍ତିଠାରୁ ଦୂରେଇ ରଖିପାରନ୍ତି। ପାରିବାରିକ ସଦ୍‌ଭାବ ଅକ୍ଷୁଣ୍ଣ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଉପୁଜିପାରେ।…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri