Posted inRasifala

ରାଶିଫଳ: ବୁଧବାର, ଜୁଲାଇ ୧୯ ତାରିଖ – Daily Horoscope

ମେଷ
ଆଜିର ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟସାଧନ ସଙ୍ଗକୁ ପାରିବାରିକ ସମସ୍ୟାକୁ ସୁଧାରି ନେବାର ପ୍ରଯନତ୍ କରିପାରନ୍ତି। ଧାରକରଜ କରିବାକୁ ବନ୍ଧୁଙ୍କୁ ଅନୁରୋଧ କରିବାକୁ ପଡ଼ିପାରେ। ବିଶେଷ ଭ୍ରମଣଜନିତ ଶାରୀରିକ କ୍ଳାନ୍ତି ଓ ଅବସାଦ ଦେଖାଦେବାର ଆଶଙ୍କା ରହିଛି। ବନ୍ଧୁମାନଙ୍କ ଗହଣରେ ନୂତନ ସ୍ଥାନ ପରିଦର୍ଶନରେ ଯିବା ସକାଶେ ମନ ବଳାଇପାରନ୍ତି।
ବୃଷ
ବୃଷ
ଆପଣଙ୍କ ବ୍ୟବହାରରେ କଠୋରତା ପ୍ରଦାନ କରି ସମସ୍ୟା ସୃଷ୍ଟିର କାରଣ ପାଲଟି ଯିବ। ବନ୍ଧୁମାନଙ୍କ କାର୍ଯ୍ୟଶୈଳୀକୁ ନାପସନ୍ଦ କରି ଅପ୍ରିୟତା ଅର୍ଜନ କରିବେ। ଆସନ୍ତାକାଲିର ଆନୁଷ୍ଠାନିକ କାମ ସକାଶେ ବିଶେଷ ଭାବେ ଧାଁଦଉଡ଼ କରିବାକୁ ପଡ଼ିପାରେ। ନିକଟ ସମ୍ପର୍କୀୟମାନଙ୍କ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ।
ମିଥୁନ
ମିଥୁନ
ସାଧାରଣ କଥାରେ ଉତ୍ତେଜିତ ହେବା ଦ୍ୱାରା କଳହ ଜନିତ ପଡ଼ୋଶୀମାନଙ୍କ ସହ ସମ୍ପର୍କରେ ହ୍ରାସ ଘଟିବ। କର୍ମକ୍ଷେତ୍ରର ସମସ୍ୟାକୁ କେନ୍ଦ୍ରକରି ମାନସିକ ସ୍ଥିରତା ରହି ନ ପାରେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନ ସାମୟିକ ବାଧାପ୍ରାପ୍ତ ହେବାର ଆଶଙ୍କା ରହିଛି। ମାଲିମକଦ୍ଦମାରେ ବିଚାର ବିଳମ୍ବିତ ହେବାରୁ ବ୍ୟସ୍ତତା ପ୍ରକାଶ କରିପାରନ୍ତି।
କର୍କଟ
କର୍କଟ
ଅତୀତ ଘଟଣା, ବନ୍ଧୁଙ୍କ ଅବିବେକୀ କାମ, ସହକର୍ମୀଙ୍କ କୂଟନୀତି ଓ ଆମତ୍ୀୟଙ୍କ ବେଖାତିର କଥା ସକାଶେ ଅନୁତାପ କରିପାରନ୍ତି। କର୍ମକ୍ଷେତ୍ରସ୍ଥ ବନ୍ଧୁଙ୍କ ଆଶ୍ୱାସନା କ୍ରମେ ଅର୍ଥ ସମ୍ପର୍କୀୟ କୌଣସି ଅନୁଚିନ୍ତା ସାୟାହ୍ନେ ଦୂର ହେବ। କର୍ମକ୍ଷେତ୍ରର ସ୍ଥିତି ଅନୁକୂଳ ହୋଇପାରେ। ପରିବାରରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ।
ସି˚ହ
ସି˚ହ
ଆଜି ମନ ବୁଝିଲାଭଳି କଥା କହି କାମ ହାସଲ କରିପାରିବେ। ଟଙ୍କା ପଇସା ଯୋଗାଡ଼ ସକାଶେ ବିଭିନ୍ନ ଯୋଜନା କରିପାରନ୍ତି। ପରିବାରର ଆକସ୍ମିକ ଭାବରେ କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରିବେ। ଶିଳ୍ପ, ବାଣିଜ୍ୟ ଓ ପରିବହନ, ଏଜେନ୍ସି, ଗଣ ଯୋଗାଯୋଗ ଓ ସାମ୍ବାଦିକତାରେ ପ୍ରଶଂସିତ ହେବେ।
କନ୍ୟା
ଗତକାଲିର ଘରୋଇ ବ୍ୟାପାରକୁ ନେଇ ମାନସିକ ସ୍ଥିତି ଭଲ ରହି ନ ପାରେ। ତରବର ନ ହୋଇ କାମକଲେ ସମସ୍ୟାର ସରଳ ସମାଧାନ ହେବାରେ କୌଣସି ଅସୁବିଧା ରହିବ ନାହିଁ। ସ୍ବାର୍ଥର ବଶବର୍ତ୍ତୀ ହୋଇ ଆମତ୍ୀୟମାନେ ହଠାତ୍‌ ଶତ୍ରୁତା କରିପାରନ୍ତି। ବନ୍ଧୁଙ୍କ ସହାୟତାରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ।
ତୁଳା
ତୁଳା
ପରିବାରରେ କାହା ମନ କାହା ସଙ୍ଗରେ ନ ମିଶିବା କାରଣରୁ ମନ ଭଲ ରହିବ ନାହିଁ। ଆଜି ହିଁ ଶେଷ କରିବାକୁ ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା କଷ୍ଟ ହୋଇଯିବ। କୌଣସି ଜିନିଷ କ୍ରୟ ସକାଶେ ହଠାତ୍‌ ମୋଟା ଅଙ୍କ ଅର୍ଥର ଆବଶ୍ୟକତା ଅନୁଭବ କରିବେ। ଘରକୁ ଆସିଥିବା ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ରକରି ଝଗଡ଼ା ଲାଗିପାରେ।
ବିଛା
ବିଛା
ସ୍ଥଗିତକାର୍ଯ୍ୟକୁ ତ୍ୱରାନ୍ବିତ କରିବାରେ ପାରିବାରିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିପାରେ। ପ୍ରଶାସନିକ ସ୍ତରରେ ଅନ୍ୟମାନଙ୍କୁ ନିଜ କାମରେ ସହଭାଗିତା କରାଇପାରିବେ। ପୂର୍ବରାଗ କ୍ରମରେ ଗୁପ୍ତ ଶତ୍ରୁମାନଙ୍କର ସକ୍ରିୟତା ବୃଦ୍ଧି ପାଇବାର ସୂଚନା ରହିଛି। ପାରିବାରିକ କ୍ଷେତ୍ରରେ ଜାଣିଶୁଣି ସବୁ କଥାରେ ନୀରବ ରହିବାକୁ ପଡ଼ିବ।
ଧନୁ
ଧନୁ
କର୍ମକ୍ଷେତ୍ରରେ ପ୍ରତିବନ୍ଧକ ଲାଗି ରହିଥିଲେ ମଧ୍ୟ ଭାବୁଥିବା କଥାଟି ଆଜି ଯଥା ସମୟରେ ହୋଇଯିବ। ଅଳଙ୍କାର, ଔଷଧପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି। କଳା, ସାହିତ୍ୟ, ସଙ୍ଗୀତ, ସାମ୍ବାଦିକତା ଓ ରଚନାମତ୍କ କାର୍ଯ୍ୟରେ ଅଗ୍ରଗତି ଘଟିବ। ବ୍ୟବସାୟ, ପରିବହନ, ଅର୍ଥ ସମ୍ପର୍କ ଓ ଆନୁଷ୍ଠାନିକ କାମରୁ ମନ ଖୁସି ରହିବ।
ମକର
ମକର
ସ୍ଥଗିତ ରହିଥିବା କାମଗୁଡ଼ିକ ସୁବିଧାରେ ସମ୍ପନ୍ନ ହୋଇଯିବ କିନ୍ତୁ ବହୁତ ଖର୍ଚ୍ଚାନ୍ତ ହେବାକୁ ପଡ଼ିବ। ବନ୍ଧୁ ମାନଙ୍କ ସହ ବ୍ୟବହାରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇ ପଡ଼ିବେ। କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ରରେ ଉନ୍ନତି କରିବେ ଓ ସୁନାମ ମଧ୍ୟ ପାଇବେ। ପ୍ରତ୍ୟାବର୍ତ୍ତନ ପଥରେ ନିର୍ଦ୍ଦିଷ୍ଟ ସ୍ଥାନରେ ବନ୍ଧୁଙ୍କୁ ନ ପାଇ ବ୍ୟସ୍ତ ହୋଇପାରନ୍ତି।
କୁମ୍ଭ
କୁମ୍ଭ
ନିଜର ଲୋକମାନେ ଯେତେ ସମସ୍ୟା ସୃଷ୍ଟି କଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତି ହୋଇପାରେ। ଏକ ଭିନ୍ନ ପରିସ୍ଥିତିରେ ଦୀର୍ଘ ଦିନରୁ ଭାଙ୍ଗି ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ି ହୋଇଯିବ। ବନ୍ଧୁଙ୍କ ସମର୍ଥନ କର୍ମକ୍ଷେତ୍ରକୁ ତ୍ୱରାନ୍ବିତ କରିବାରେ ସାହାଯ୍ୟ କରିବ।
ମୀନମୀନ

ପରୋକ୍ଷ ଶତ୍ରୁତା କାରଣରୁ କର୍ମକ୍ଷେତ୍ରରେ ସତର୍କରେ ନ ଚଳିଲେ ବିବାଦ ଭିତରକୁ ଟାଣି ହୋଇପାରନ୍ତି। ପାରିବାରିକ ସମସ୍ୟା ସମାଧାନ କ୍ଷେତ୍ରରେ ବନ୍ଧୁ ମାନଙ୍କ ହସ୍ତକ୍ଷେପ ଫଳରେ ପରିସ୍ଥିତିକୁ ସୁଧାରି ନେବେ। ଏକାଧିକ କାମରେ ହାତ ଦିଅନ୍ତୁ ନାହିଁ, ଯାହାକି ବ୍ୟସ୍ତତାର କାରଣ ହୋଇପାରେ। ସାଂସ୍କୃତିକ କାର୍ଯ୍ୟରେ ଆମତ୍ୀୟଙ୍କ ପ୍ରେରଣାରୁ ଉପକୃତ ହୋଇପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ସେପ୍ଟେମ୍ବର ୩୦ ତାରିଖ – Daily Horoscope

ମେଷ ଅଟକି ରହିଥିବା କାମଗୁଡ଼ିକ ଯୋଗୁ ମାନସିକ ଶାନ୍ତି ବ୍ୟାହତ ହେବ। କର୍ମକ୍ଷେତ୍ର, ବ୍ୟବସାୟ, ପରିବହନ, ସଭାସମିତିରେ ପ୍ରତିକୂଳ ପରିସ୍ଥିତିର ଚାପ ବଢ଼ିପାରେ। ସମ୍ପର୍କୀୟଙ୍କ ମିଥ୍ୟା ଅଭିଯୋଗ…

ରାଶିଫଳ: ମଙ୍ଗଳବାର , ସେପ୍ଟେମ୍ବର ୨୯ ତାରିଖ – Daily Horoscope

ମେଷ ଅସୁସ୍ଥ ପାରିବେଶିକ କୁପ୍ରଭାବ, ମାନସିକ ଓ ଶାରୀରିକ ଦିଗ ପାଇଁ ଅନୁକୂଳ ହେବ ନାହିଁ। ତଥାପି ଆର୍ଥିକ ଅଭିବୃଦ୍ଧି, ଧର୍ମୀୟ ଭାବନା, ବନ୍ଧୁମିଳନରୁ ଖୁସି ରହିବେ।…

ରାଶିଫଳ: ସୋମବାର, ସେପ୍ଟେମ୍ବର ୨୮ ତାରିଖ – Daily Horoscope

ମେଷ ଅଟକି ରହିଯାଇଥିବା ସବୁ କାମ ସୁବିଧାରେ ହେବା ଦୁରୂହ ହୋଇପଡିବ। ପରିସ୍ଥିତି ପ୍ରତି ଦୃଷ୍ଟି ରଖି କାମ କରନ୍ତୁ ଅନ୍ୟଥା ପରୋକ୍ଷ ଶତ୍ରୁତା ସାମୟିକ ବାଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?