Posted inRasifala

ରାଶିଫଳ: ଶନିବାର, ଜୁଲାଇ ୧୯ ତାରିଖ – Daily Horoscope

ମେଷ
ଆଜି ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣାଧୀନ ରହିବା ସହ ପାରିବାରିକ ଜୀବନରେ ସ୍ନେହ, ସହାନୁଭୂତିର ଅଭାବ ରହିବ ନାହିଁ। ଆବଶ୍ୟକତା ପୂରଣ ସକାଶେ କରଜ କରିବାକୁ ବନ୍ଧୁଙ୍କୁ ଅନୁରୋଧ କରିବାକୁ ପଡ଼ିପାରେ। ଜନ୍ମ ଚନ୍ଦ୍ର ଯୋଗୁ ଦୂରଯାତ୍ରା, ବିବାଦ, ଗୃହାରମ୍ଭ ଆଦି କାର୍ଯ୍ୟରେ ସମସ୍ୟା ଉପୁଜିପାରେ।
ବୃଷ
ବୃଷ
ଶନିଙ୍କ ଦୃଷ୍ଟିରେ ଶୁକ୍ର ରହିଥିବାରୁ କୌଣସି ବିଜାତୀୟ ବ୍ୟକ୍ତିଙ୍କ ଦ୍ୱାରା ଅର୍ଥହାନିର ଯୋଗ ରହିଛି। ବନ୍ଧୁଙ୍କ କାର୍ଯ୍ୟଶୈଳୀକୁ ନାପସନ୍ଦ କରି ଅପ୍ରିୟତା ଅର୍ଜନ କରିବେ। ଆସନ୍ତାକାଲିର ଆନୁଷ୍ଠାନିକ କାମ ସକାଶେ ଧାଁ ଧଉଡ କରିବାକୁ ପଡ଼ିବ। ବନ୍ଧୁଙ୍କ ସହାୟତାରେ ବ୍ୟବସାୟ ଏବଂ ପରିବହନ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ।
ମିଥୁନ
ମିଥୁନ
ଧନାଧିପତି ଏକାଦଶସ୍ଥ ଯୋଗୁ ଅର୍ଥଲାଭ ହେଲେ ମଧ୍ୟ ପାପଗ୍ରହ ପ୍ରଭାବରୁ ଝିନଝଟ୍‌ ଭିତରେ ଗତି କରିବାକୁ ପଡ଼ିବ। ସାଧାରଣ କଥାରେ ଉତ୍ତେଜିତ ହେବା ଦ୍ୱାରା ପଡ଼ୋଶୀଙ୍କ ସହ ସମ୍ପର୍କ ହ୍ରାସ ଘଟିପାରେ। କର୍ମକ୍ଷେତ୍ରର ସମସ୍ୟାକୁ କେନ୍ଦ୍ରକରି ମାନସିକ ସ୍ଥିରତା ରହିବନାହିଁ। ମକଦ୍ଦମାରେ ବିଚାର ବିଳମ୍ବିତ ହେବ।
କର୍କଟ
କର୍କଟ
ଆଜି ସହକର୍ମୀଙ୍କ କୂଟନୀତି ଓ ଆତ୍ମୀୟଙ୍କ ବେଖାତିର କଥା ସକାଶେ ଅନୁତାପ କରିପାରନ୍ତି। ବନ୍ଧୁଙ୍କ ଆଶ୍ୱାସନା କ୍ରମେ ଅର୍ଥ ସମ୍ପର୍କୀୟ ଅନୁଚିନ୍ତା ସାୟାହ୍ନେ ଦୂର ହେବ। ଚନ୍ଦ୍ର କର୍ମକ୍ଷେତ୍ରରେ ଥିବାରୁ ଦୀର୍ଘ ଦିନରୁ ଅଟକି ରହିଥିବା କର୍ମକ୍ଷେତ୍ରର ସ୍ଥିତି ଅନୁକୂଳ ହୋଇପାରେ। ପାରିବାରିକ ସ୍ତରରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ।
ସି˚ହ
ସି˚ହ
ଆଜି ଆବଶ୍ୟକ ଟଙ୍କା ପଇସା ଯୋଗାଡ ସକାଶେ ବିଭିନ୍ନ ପ୍ରକାରର ଯୋଜନା କରିପାରନ୍ତି। ସହକର୍ମୀଙ୍କ ସହ କର୍ମ କ୍ଷେତ୍ରରେ ଏକ ମାମୁଲି ଘଟଣାରେ ଉଚ୍ଚବାଚ୍ଚ ଘଟିପାରେ। ଶିଳ୍ପ,ବାଣିଜ୍ୟ ଓ ପରିବହନ, ଏଜେନ୍ସି, ଗଣ ଯୋଗାଯୋଗ ଓ ସାମ୍ବାଦିକତାରେ ପ୍ରଂଶସିତ ହେବେ। ମଙ୍ଗଳଙ୍କ ଦୁର୍ବଳତା କାରଣରୁ ପାରିବାରିକ ସ୍ଥିତି ବିଶେଷ ଭଲ ରହି ନପାରେ।
କନ୍ୟା
ଅଷ୍ଟମ ଚନ୍ଦ୍ରଙ୍କ ପ୍ରଭାବରୁ ଆପଣଙ୍କ ସ୍ଥଗିତ ପ୍ରାପ୍ୟଅର୍ଥ ପାଇବାର ସମ୍ଭାବନା ଦେଖାଦେଇପାରେ। ବହୁପୂର୍ବରୁ ମନେ ମନେ ଭାବିଥିବା ନୂତନ କାର୍ଯ୍ୟଟିକୁ ଆରମ୍ଭକରି କୃତକାର୍ଯ୍ୟ ହେବେ। କଠିନ ପରିଶ୍ରମ ଜନିତ କ୍ଳାନ୍ତି ଓ ଅବସାଦ ଦଖାଦେଇପାରେ। ସାଧାରଣ କଥାରେ ତର୍କବିତର୍କ କାରଣରୁ ଭାଙ୍ଗିପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ି ହୋଇଯିବ।
ତୁଳା
ତୁଳା
ସ୍ଥଗିତ କାମଟି ଆଜି ପୂର୍ଣ୍ଣାଙ୍ଗ କରିବା କଷ୍ଟକର ହୋଇପାରେ। କୌଣସି ଜିନିଷ କ୍ରୟ କରିବା ସକାଶେ ହଠାତ୍‌ ମୋଟା ଅଙ୍କର ଅର୍ଥର ଆବଶ୍ୟକତା ଅନୁଭବ କରିବେ। ଘରକୁ ଆସିଥିବା ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ର କରି ପରିବାରରେ ଝଗଡ଼ା ଲାଗିପାରେ। କର୍ମକ୍ଷେତ୍ରରେ, ସଭାସମିତିରେ,ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧିପାଇବ।
ବିଛା
ବିଛା
ଷଷ୍ଠସ୍ଥ ଚନ୍ଦ୍ର ଯୋଗୁ ଆଜିର କୌଣସି କାମ ସୁବିଧାରେ ହେବନାହିଁ। କାର୍ଯ୍ୟକୁ ତ୍ୱରାନ୍ବିତ କରିବାରେ ପାରିବାରିିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବାର ଆଶଙ୍କା ରହିଛି। ପ୍ରଶାସନିକ ସ୍ତରରେ ଅନ୍ୟମାନଙ୍କୁ ନିଜ କାମରେ ସହଭାଗିତା କରାଇପାରିବେ। ଅତୀତର ବିବାଦକୁ କେନ୍ଦ୍ରକରି ବନ୍ଧୁଙ୍କ ସହ ବାକ୍‌ବିତଣ୍ଡା ସୃଷ୍ଟି ହେବାର ସୂଚନା ରହିଛି।
ଧନୁ
ଧନୁ
କର୍ମକ୍ଷେତ୍ରରେ ପ୍ରତିବନ୍ଧକ ରହିଥିଲେ ମଧ୍ୟ ଭାବୁଥିବା କଥାଟି ଆଜି ଯଥା ସମୟରେ ହୋଇଯିବ। ପରିବାରର ଆବଶ୍ୟକତାକୁ ଉପଲବ୍ଧିକରି ଅଳଙ୍କାର, ଔଷଧପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିବେ। ସାହିତ୍ୟ, ସଙ୍ଗୀତ, ସାମ୍ବାଦିକତା ଓ ରଚନାତ୍ମକ କାର୍ଯ୍ୟରେ ଅଗ୍ରଗତି ଘଟିବ। ବ୍ୟବସାୟ, ପରିବହନ, ଅର୍ଥ ସମ୍ପର୍କ, ଆନୁଷ୍ଠାନିକ କାମରୁ ମନ ଖୁସି ରହିବ।
ମକର
ମକର
ସ୍ଥଗିତ କାମଗୁଡ଼ିକ ସୁବିଧାରେ ସମ୍ପନ୍ନ କରିବା ସକାଶେ ବନ୍ଧୁଙ୍କ ସହଯୋଗର ଆବଶ୍ୟକତା ଅନୁଭବ କରିବେ। ବନ୍ଧୁଙ୍କ ସହ ବ୍ୟବହାରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହେବେ। କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ରରେ ଉନ୍ନତି ସହ ସୁନାମ ଅର୍ଜନ କରିବେ। ପ୍ରତ୍ୟାବର୍ତ୍ତନ ପଥରେ ନିର୍ଦ୍ଦିଷ୍ଟ ସ୍ଥାନରେ ବନ୍ଧୁଙ୍କୁ ନ ପାଇ ବ୍ୟସ୍ତ ହୋଇପାରନ୍ତି।
କୁମ୍ଭ
କୁମ୍ଭ
ଭଲ ସମ୍ପର୍କ ନ ଥିବା ଲୋକ ଯେତେ ସମସ୍ୟା ସୃଷ୍ଟି କଲେ ମଧ୍ୟ କିଛି କରିପାରିବେ ନାହିଁ । ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତି ହୋଇପାରେ। ଏକ ଭିନ୍ନ ପରିସ୍ଥିତିରେ ଦୀର୍ଘ ଦିନରୁ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡ଼ି ହୋଇଯିବ। ପରିବାରରେ ପିଲାମାନଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକାନ୍ତ ରହିପାରେ।
ମୀନମୀନ

ପରୋକ୍ଷ ଶତ୍ରୁତା କାରଣରୁ କର୍ମକ୍ଷେତ୍ରରେ ସତର୍କରେ ନଚଳିଲେ ବିବାଦକୁ ଟାଣି ହୋଇପାରନ୍ତି। ପାରିବାରିକ ସମସ୍ୟା ସମାଧାନ କ୍ଷେତ୍ରରେ ବନ୍ଧୁଙ୍କ ହସ୍ତକ୍ଷେପ ଫଳରେ ପରିସ୍ଥିତିକୁ ସୁଧାରି ନେବେ। ଏକାଧିକ କାମରେ ହାତ ଦେଲେ ବ୍ୟସ୍ତତା ବଢ଼ିଯିବ। ଆଗାମୀ ମାଙ୍ଗଳିକ କାମ ସକାଶେ ଆତ୍ମୀୟଙ୍କ ପ୍ରେରଣାରୁ ଉପକୃତ ହୋଇପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ:ଶନିବାର , ସେପ୍ଟେମ୍ବର ୧୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ଜନିତ ବନ୍ଧୁ ସମ୍ପର୍କରେ ଉନ୍ନତି ହେବ। ଯାତ୍ରା, ବିବାଦ, ଗୃହାରମ୍ଭ ପାଇଁ ପ୍ରତିକୂଳତା ଆସିଲେ ମଧ୍ୟ କୌଣସି ଅସୁବିଧା ହେବନାହିଁ। ପାରିବାରିକ…

ରାଶିଫଳ: ଶୁକ୍ରବାର , ସେପ୍ଟେମ୍ବର ୧୮ ତାରିଖ – Daily Horoscope

ମେଷ ବୃହସ୍ପତିଙ୍କ ଦୃଷ୍ଟିରେ କର୍ମାଧିପ ଥିବାରୁ ଶୁଭେଚ୍ଛୁଙ୍କ ପରାମର୍ଶରେ ନୂଆ କାମ ସକାଶେ ମନ ବଳାଇବେ। ଦୈହିକ ଦୁର୍ବଳତା ସାଙ୍ଗକୁ ପାରିବାରିକ ଦ୍ୱନ୍ଦ୍ୱଜନିତ ନୈରାଶ୍ୟରୁ ଚିନ୍ତିତ ରହିପାରନ୍ତି।…

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ର କର୍ମାରମ୍ଭ ସକାଶେ ସାହାଯ୍ୟ, ସହଯୋଗର ଅଭାବ ରହିବ ନାହିଁ। ଆନୁଷ୍ଠାନିକ, ସଭାସମିତି, ଧର୍ମକାର୍ଯ୍ୟ, ବନ୍ଧୁମିଳନ ପାଇଁ ଦିନଟି ଭଲ। ଛୋଟ ଛୋଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?