Posted inRasifala

ରାଶିଫଳ: ରବିବାର, ଜୁନ୍ ୧୯ ତାରିଖ – Daily Horoscope

ମେଷ
ଲାଭ ଭାବରେ ଚନ୍ଦ୍ର ରହିଥିବାରୁ ଆଜି ଦିନରେ ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଉନ୍ନତ ରହିବ। ଯେ କୌଣସି ପରିସ୍ଥିତି ଓ ପରିବେଶରେ ନିଜକୁ ଚଳାଇନେଇ ପାରିଲେ କୃତକାର୍ଯ୍ୟ ହେବେ। ବନ୍ଧୁଙ୍କ ଆଗମନରେ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ଦୀର୍ଘ ଦିନରୁ ଥିବା ବିବାଦ ସମାଧାନର ରାସ୍ଥା ସୁଗମ ହେବ।
ବୃଷ
ବୃଷ
ଘରୋଇ ସମସ୍ୟା ମଧ୍ୟରେ ଅଣନିଃଶ୍ୱାସୀ ହୋଇ ଏକ ପ୍ରକାର ବ୍ୟତିବ୍ୟସ୍ତ ହୋଇପାରନ୍ତି। ପ୍ରକାଶନ, କଚେରି ମାମଲା ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ। ପୂର୍ବ ଯୋଜନା ଅନୁଯାୟୀ କାମକରି କିଛିଟା ସଫଳତା ପାଇବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ସମସ୍ୟା ଦୂର ହେବ।
ମିଥୁନ
ମିଥୁନ
କେତେକ ଗୁରୁତ୍ୱପୂର୍ଣ୍ଣ କାମ ଅଟକି ରହିଥିବାରୁ ସେହି କଥା ଭାବି ଅନ୍ୟମନସ୍କ ରହିପାରନ୍ତି। ଛୋଟ କଥାକୁ କେନ୍ଦ୍ରକରି ପରିବାରରେ ବିତର୍କ ସୃଷ୍ଟି ହେବାର ସମ୍ଭାବନା ରହିଛି। ଯାନବାହନ, ଜମିଜମା, ଗୃହସୀମା, ମାଲିମକଦ୍ଦମା ଓ ଆନୁଷ୍ଠାନିକ କର୍ମରେ ସମସ୍ୟା ଲାଗି ରହିବ। ପଡ଼ୋଶୀଙ୍କ ସହ ସାମାନ୍ୟ କାରଣରୁ ସମ୍ପର୍କ ହାନି ଘଟିପାରେ।
କର୍କଟ
କର୍କଟ
ଦକ୍ଷତା ହେତୁ ଅର୍ଥ ଓ ସମ୍ମାନ ଲାଭରେ ଗୌରବାନ୍ବିତ ମନେ କରିବାର ସୁଯୋଗ ଲଭିବେ। ପାରିବାରିକ ଶୃଙ୍ଖଳା ରକ୍ଷା ଦିଗରେ ଅଭିଜ୍ଞତା ଓ ଦୂରଦର୍ଶିତା ସାହାଯ୍ୟ କରିବ। ସଭାସମିତି, ଆନୁଷ୍ଠାନିକ କାମ ଓ ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ଲାଭ କରିବେ। ଆନୁଷ୍ଠାନିକ କ୍ଷେତ୍ରରେ ପ୍ରତିବନ୍ଧକ କାରଣରୁ କାମ ସଂପନ୍ନ କଷ୍ଟକର ହେବ।
ସି˚ହ
ସି˚ହ
ଆଜି କାମ ହାସଲ ସକାଶେ ଖର୍ଚ୍ଚ ପରିମାଣ ବୃଦ୍ଧି ହେତୁ ମାନସିକ ସ୍ଥିରତା ରହି ନ ପାରେ। ଭୁଲ୍‌ ବୁଝାମଣା କାରଣରୁ ପରିବାରରେ ସମ୍ପର୍କ ହାନି ଆଶଙ୍କା ରହିଛି। ସାଧାରଣ କଥାକୁ ଜଟିଳ ଆକାରରେ ଗ୍ରହଣ କରି ଦ୍ୱନ୍ଦ୍ୱର ସମ୍ମୁଖୀନ ହେବାକୁ ପଡ଼ିପାରେ। ସାହିତ୍ୟ, କଳା ଓ ରଚନାମତ୍କ କାମରେ ଉଚ୍ଚ ପ୍ରଶଂସା ମିଳିବ।
କନ୍ୟା
ଅତୀତ ଘଟଣା ମନରେ ଆଲୋଡ଼ନ ସୃଷ୍ଟି କରିବା ଫଳରେ ଆପଣ ସ୍ଥିର ଭାବରେ ରହିପାରିବେ ନାହିଁ। ନିଜ ସ୍ବାର୍ଥ ସାଧନ ପରିପ୍ରେକ୍ଷୀରେ ମିତ୍ରମାନେ ଶତ୍ରୁତା ଆଚରଣ କରିପାରନ୍ତି। ପ୍ରତିଦ୍ୱନ୍ଦ୍ୱିତା ବୃଦ୍ଧି କାରଣରୁ ବ୍ୟବସାୟରେ ମନାନ୍ତର ଦେଖାଦେଇପାରେ। ଅବଶ୍ୟ ପ୍ରତ୍ୟେକ କ୍ଷେତ୍ରରେ ବନ୍ଧୁମାନେ ଆବଶ୍ୟକ ସହଯୋଗ କରିବେ।
ତୁଳା
ତୁଳା
କର୍ମକ୍ଷେତ୍ରରେ କେତେକ କାର୍ଯ୍ୟରେ ସଫଳତା ହାସଲ କରିବାରେ ନିକଟସ୍ଥ ବନ୍ଧୁମାନେ ସାହାଯ୍ୟ କରିବେ। ସାହିତ୍ୟ, ସାମ୍ବାଦିକତା, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରୁ ସୁଫଳ ମିଳିବ। ଜମିଜମା ପ୍ରଭୃତି କିଣାବିକାରେ ସତର୍କ ନ ହେଲେ ଠକାମିରେ ପଡ଼ିପାରନ୍ତି। ଅଫିସରେ ଅଫିସର ମାନଙ୍କ ସହ ମତଭେଦ କିମ୍ବା ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ।
ବିଛା
ବିଛା
ସାହାଯ୍ୟକାରୀ ମନୋବୃତ୍ତି ହେତୁ ସହକର୍ମୀଙ୍କ ସହ ସଦ୍ଭାବ ବୃଦ୍ଧି ହୋଇପାରେ। ଆଜି ଘରକୁ ଫେରିବା ସମୟରେ ମୂଲ୍ୟବାନ୍‌ ଜିନିଷ ଆଣି ପାରନ୍ତି। ମାଲିମକଦ୍ଦମାରେ ସ୍ଥିତି ଅନୁକୂଳ ହୋଇପାରେ। ପାରିବାରିକ ସମସ୍ୟା ନେଇ ମାନସିକ ଅସ୍ଥିରତା ସୃଷ୍ଟି ହେବାର ସୂଚନା ରହିଛି। ସନ୍ତାନହେତୁକ ଚିନ୍ତା ଦୂର ହେବ।
ଧନୁ
ଧନୁ
ନିଜ ଘର ଅପେକ୍ଷା ବାହାର ଲୋକମାନେ ଆପଣଙ୍କୁ ସମର୍ଥନ କରିବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟରେ ସାଧାରଣ ସମସ୍ୟାଟି ପାଇଁ ବିଶେଷ ଅସୁବିଧା ହେବ ନାହିଁ। ଅଫିସ୍‌ରେ କୌଣସି ବ୍ୟକ୍ତିଠାରୁ କିଛି କଥା ଶୁଣି ନିଜ ଲୋକଙ୍କୁ ଭୁଲ୍‌ ବୁଝିବେ। ନୂତନ କର୍ମସଂସ୍ଥାନ ପାଇଁ ମନ ବଳିବ ଏବଂ ଏଥିପାଇଁ ଜଣାଶୁଣା ବ୍ୟକ୍ତିଙ୍କ ପରାମର୍ଶ ମାନିବା ଠିକ୍‌ ହେବ।
ମକର
ମକର
ସମ୍ପର୍କୀୟଙ୍କୁ ସାହାଯ୍ୟ କରିବାକୁ ଯାଇ ନିଜେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ବାକି ପଡ଼ିଥିବା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ପ୍ରତ୍ୟୁଷ ଯାତ୍ରାରେ ସଫଳତା ପାଇଲେ ମଧ୍ୟ ସାମୟିକ ଅସ୍ଥିରତା ଦେଖାଦେବାର ସମ୍ଭାବନା ରହିଛି। ପ୍ରତିବେଶୀଙ୍କ ସହ ସମ୍ପର୍କ ମଧୁର ରଖିବା ପାଇଁ ଚେଷ୍ଟା ବିଫଳ ହେବ ନାହିଁ।
କୁମ୍ଭ
କୁମ୍ଭ
କର୍ମକ୍ଷେତ୍ରରେ ପ୍ରତ୍ୟେକ କାର୍ଯ୍ୟ ସୁଚାରୁ ରୂପେ ସମ୍ପାଦନ କରିପାରିବେ। ବିଭିନ୍ନ ପ୍ରକାରର ପ୍ରତିବନ୍ଧକ ରହିଥିଲେ ମଧ୍ୟ ବାଣିଜ୍ୟ, ବ୍ୟବସାୟରେ ସମସ୍ୟାକୁ ସୁଧାରି ନେବେ। ପରିବହନ କ୍ଷେତ୍ରରେ ଅଯଥା ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ। ପରିବାରରେ ପିଲାମାନଙ୍କ ସଫଳତାରେ ଆନନ୍ଦ ଅନୁଭବ କରିପାରନ୍ତି।
ମୀନମୀନ
କର୍ମକ୍ଷେତ୍ରରେ ଅସମର୍ଥିତ ସୂତ୍ରରୁ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ସାମାଜିକ ସ୍ତରରେ ନୀଚ ବର୍ଗ ଦ୍ୱାରା ସମସ୍ୟା ସୃଷ୍ଟି ହୋଇପାରେ। ପ୍ରତ୍ୟେକ କ୍ଷେତ୍ରରେ ପ୍ରତିରୋଧ ଦୂରେଇ ଯିବ ଓ ପ୍ରତିଦ୍ୱନ୍ଦ୍ୱିତାରେ ସଫଳତା ଅର୍ଜନ କରିବେ। ଆନୁଷ୍ଠାନିକ କାମର ବନ୍ଧୁ ମେଳରେ ପ୍ରଶଂସିତ ହେବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୦ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଦ୍ୱିଜା ନକ୍ଷତ୍ରର ମନ ହର୍ଷିତ ରହିବ। ସ୍ଥଗତି କାମକୁ ସମ୍ପନ୍ନ କରିବା ସକାଶେ ଉତ୍ସହ, ଉଦ୍ଦୀପନା ବୃଦ୍ଧି ପାଇପାରେ। ପରିସ୍ଥିତିବଶତଃ…

ରାଶିଫଳ: ଗୁରୁବାର, ଏପ୍ରିଲ ୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଭାଗ୍ୟସ୍ଥାନରେ ରହିଥିବାରୁ ଯାହା ଚାହିଁବେ ତାହା ସୁବିଧାରେ ପ୍ରାପ୍ତ ହେବ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି କାର୍ଯ୍ୟକାରୀ କରିବା ପାଇଁ ମନ ବଳାଇପାରନ୍ତି।…

ରାଶିଫଳ: ବୁଧବାର, ଏପ୍ରିଲ ୮ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି କଲେ ମଧ୍ୟ ମାନସିକ ଶାନ୍ତିଠାରୁ ଦୂରେଇ ରଖିପାରନ୍ତି। ପାରିବାରିକ ସଦ୍‌ଭାବ ଅକ୍ଷୁଣ୍ଣ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଉପୁଜିପାରେ।…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri