Posted inRasifala

ରାଶିଫଳ: ରବିବାର, ଜୁନ୍ ୧୯ ତାରିଖ – Daily Horoscope

ମେଷ
ଲାଭ ଭାବରେ ଚନ୍ଦ୍ର ରହିଥିବାରୁ ଆଜି ଦିନରେ ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଉନ୍ନତ ରହିବ। ଯେ କୌଣସି ପରିସ୍ଥିତି ଓ ପରିବେଶରେ ନିଜକୁ ଚଳାଇନେଇ ପାରିଲେ କୃତକାର୍ଯ୍ୟ ହେବେ। ବନ୍ଧୁଙ୍କ ଆଗମନରେ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ଦୀର୍ଘ ଦିନରୁ ଥିବା ବିବାଦ ସମାଧାନର ରାସ୍ଥା ସୁଗମ ହେବ।
ବୃଷ
ବୃଷ
ଘରୋଇ ସମସ୍ୟା ମଧ୍ୟରେ ଅଣନିଃଶ୍ୱାସୀ ହୋଇ ଏକ ପ୍ରକାର ବ୍ୟତିବ୍ୟସ୍ତ ହୋଇପାରନ୍ତି। ପ୍ରକାଶନ, କଚେରି ମାମଲା ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ। ପୂର୍ବ ଯୋଜନା ଅନୁଯାୟୀ କାମକରି କିଛିଟା ସଫଳତା ପାଇବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ସମସ୍ୟା ଦୂର ହେବ।
ମିଥୁନ
ମିଥୁନ
କେତେକ ଗୁରୁତ୍ୱପୂର୍ଣ୍ଣ କାମ ଅଟକି ରହିଥିବାରୁ ସେହି କଥା ଭାବି ଅନ୍ୟମନସ୍କ ରହିପାରନ୍ତି। ଛୋଟ କଥାକୁ କେନ୍ଦ୍ରକରି ପରିବାରରେ ବିତର୍କ ସୃଷ୍ଟି ହେବାର ସମ୍ଭାବନା ରହିଛି। ଯାନବାହନ, ଜମିଜମା, ଗୃହସୀମା, ମାଲିମକଦ୍ଦମା ଓ ଆନୁଷ୍ଠାନିକ କର୍ମରେ ସମସ୍ୟା ଲାଗି ରହିବ। ପଡ଼ୋଶୀଙ୍କ ସହ ସାମାନ୍ୟ କାରଣରୁ ସମ୍ପର୍କ ହାନି ଘଟିପାରେ।
କର୍କଟ
କର୍କଟ
ଦକ୍ଷତା ହେତୁ ଅର୍ଥ ଓ ସମ୍ମାନ ଲାଭରେ ଗୌରବାନ୍ବିତ ମନେ କରିବାର ସୁଯୋଗ ଲଭିବେ। ପାରିବାରିକ ଶୃଙ୍ଖଳା ରକ୍ଷା ଦିଗରେ ଅଭିଜ୍ଞତା ଓ ଦୂରଦର୍ଶିତା ସାହାଯ୍ୟ କରିବ। ସଭାସମିତି, ଆନୁଷ୍ଠାନିକ କାମ ଓ ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ଲାଭ କରିବେ। ଆନୁଷ୍ଠାନିକ କ୍ଷେତ୍ରରେ ପ୍ରତିବନ୍ଧକ କାରଣରୁ କାମ ସଂପନ୍ନ କଷ୍ଟକର ହେବ।
ସି˚ହ
ସି˚ହ
ଆଜି କାମ ହାସଲ ସକାଶେ ଖର୍ଚ୍ଚ ପରିମାଣ ବୃଦ୍ଧି ହେତୁ ମାନସିକ ସ୍ଥିରତା ରହି ନ ପାରେ। ଭୁଲ୍‌ ବୁଝାମଣା କାରଣରୁ ପରିବାରରେ ସମ୍ପର୍କ ହାନି ଆଶଙ୍କା ରହିଛି। ସାଧାରଣ କଥାକୁ ଜଟିଳ ଆକାରରେ ଗ୍ରହଣ କରି ଦ୍ୱନ୍ଦ୍ୱର ସମ୍ମୁଖୀନ ହେବାକୁ ପଡ଼ିପାରେ। ସାହିତ୍ୟ, କଳା ଓ ରଚନାମତ୍କ କାମରେ ଉଚ୍ଚ ପ୍ରଶଂସା ମିଳିବ।
କନ୍ୟା
ଅତୀତ ଘଟଣା ମନରେ ଆଲୋଡ଼ନ ସୃଷ୍ଟି କରିବା ଫଳରେ ଆପଣ ସ୍ଥିର ଭାବରେ ରହିପାରିବେ ନାହିଁ। ନିଜ ସ୍ବାର୍ଥ ସାଧନ ପରିପ୍ରେକ୍ଷୀରେ ମିତ୍ରମାନେ ଶତ୍ରୁତା ଆଚରଣ କରିପାରନ୍ତି। ପ୍ରତିଦ୍ୱନ୍ଦ୍ୱିତା ବୃଦ୍ଧି କାରଣରୁ ବ୍ୟବସାୟରେ ମନାନ୍ତର ଦେଖାଦେଇପାରେ। ଅବଶ୍ୟ ପ୍ରତ୍ୟେକ କ୍ଷେତ୍ରରେ ବନ୍ଧୁମାନେ ଆବଶ୍ୟକ ସହଯୋଗ କରିବେ।
ତୁଳା
ତୁଳା
କର୍ମକ୍ଷେତ୍ରରେ କେତେକ କାର୍ଯ୍ୟରେ ସଫଳତା ହାସଲ କରିବାରେ ନିକଟସ୍ଥ ବନ୍ଧୁମାନେ ସାହାଯ୍ୟ କରିବେ। ସାହିତ୍ୟ, ସାମ୍ବାଦିକତା, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରୁ ସୁଫଳ ମିଳିବ। ଜମିଜମା ପ୍ରଭୃତି କିଣାବିକାରେ ସତର୍କ ନ ହେଲେ ଠକାମିରେ ପଡ଼ିପାରନ୍ତି। ଅଫିସରେ ଅଫିସର ମାନଙ୍କ ସହ ମତଭେଦ କିମ୍ବା ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ।
ବିଛା
ବିଛା
ସାହାଯ୍ୟକାରୀ ମନୋବୃତ୍ତି ହେତୁ ସହକର୍ମୀଙ୍କ ସହ ସଦ୍ଭାବ ବୃଦ୍ଧି ହୋଇପାରେ। ଆଜି ଘରକୁ ଫେରିବା ସମୟରେ ମୂଲ୍ୟବାନ୍‌ ଜିନିଷ ଆଣି ପାରନ୍ତି। ମାଲିମକଦ୍ଦମାରେ ସ୍ଥିତି ଅନୁକୂଳ ହୋଇପାରେ। ପାରିବାରିକ ସମସ୍ୟା ନେଇ ମାନସିକ ଅସ୍ଥିରତା ସୃଷ୍ଟି ହେବାର ସୂଚନା ରହିଛି। ସନ୍ତାନହେତୁକ ଚିନ୍ତା ଦୂର ହେବ।
ଧନୁ
ଧନୁ
ନିଜ ଘର ଅପେକ୍ଷା ବାହାର ଲୋକମାନେ ଆପଣଙ୍କୁ ସମର୍ଥନ କରିବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟରେ ସାଧାରଣ ସମସ୍ୟାଟି ପାଇଁ ବିଶେଷ ଅସୁବିଧା ହେବ ନାହିଁ। ଅଫିସ୍‌ରେ କୌଣସି ବ୍ୟକ୍ତିଠାରୁ କିଛି କଥା ଶୁଣି ନିଜ ଲୋକଙ୍କୁ ଭୁଲ୍‌ ବୁଝିବେ। ନୂତନ କର୍ମସଂସ୍ଥାନ ପାଇଁ ମନ ବଳିବ ଏବଂ ଏଥିପାଇଁ ଜଣାଶୁଣା ବ୍ୟକ୍ତିଙ୍କ ପରାମର୍ଶ ମାନିବା ଠିକ୍‌ ହେବ।
ମକର
ମକର
ସମ୍ପର୍କୀୟଙ୍କୁ ସାହାଯ୍ୟ କରିବାକୁ ଯାଇ ନିଜେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ବାକି ପଡ଼ିଥିବା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ପ୍ରତ୍ୟୁଷ ଯାତ୍ରାରେ ସଫଳତା ପାଇଲେ ମଧ୍ୟ ସାମୟିକ ଅସ୍ଥିରତା ଦେଖାଦେବାର ସମ୍ଭାବନା ରହିଛି। ପ୍ରତିବେଶୀଙ୍କ ସହ ସମ୍ପର୍କ ମଧୁର ରଖିବା ପାଇଁ ଚେଷ୍ଟା ବିଫଳ ହେବ ନାହିଁ।
କୁମ୍ଭ
କୁମ୍ଭ
କର୍ମକ୍ଷେତ୍ରରେ ପ୍ରତ୍ୟେକ କାର୍ଯ୍ୟ ସୁଚାରୁ ରୂପେ ସମ୍ପାଦନ କରିପାରିବେ। ବିଭିନ୍ନ ପ୍ରକାରର ପ୍ରତିବନ୍ଧକ ରହିଥିଲେ ମଧ୍ୟ ବାଣିଜ୍ୟ, ବ୍ୟବସାୟରେ ସମସ୍ୟାକୁ ସୁଧାରି ନେବେ। ପରିବହନ କ୍ଷେତ୍ରରେ ଅଯଥା ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ। ପରିବାରରେ ପିଲାମାନଙ୍କ ସଫଳତାରେ ଆନନ୍ଦ ଅନୁଭବ କରିପାରନ୍ତି।
ମୀନମୀନ
କର୍ମକ୍ଷେତ୍ରରେ ଅସମର୍ଥିତ ସୂତ୍ରରୁ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ସାମାଜିକ ସ୍ତରରେ ନୀଚ ବର୍ଗ ଦ୍ୱାରା ସମସ୍ୟା ସୃଷ୍ଟି ହୋଇପାରେ। ପ୍ରତ୍ୟେକ କ୍ଷେତ୍ରରେ ପ୍ରତିରୋଧ ଦୂରେଇ ଯିବ ଓ ପ୍ରତିଦ୍ୱନ୍ଦ୍ୱିତାରେ ସଫଳତା ଅର୍ଜନ କରିବେ। ଆନୁଷ୍ଠାନିକ କାମର ବନ୍ଧୁ ମେଳରେ ପ୍ରଶଂସିତ ହେବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜି ମଙ୍ଗଳ ସହ ଶନିଙ୍କ ସଂଯୋଗ ହେତୁ ସ୍ବାସ୍ଥ୍ୟ ଭଲ ରହି ନ ପାରେ। ବ୍ୟବସାୟ,ବାଣିଜ୍ୟ, ପରିବହନ, ଆନୁଷ୍ଠାନିକ କାମ ସାଧନ ପାଇଁ କୌଣସି...

ରାଶିଫଳ: ଗୁରୁବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ନିଜ ପରିବେଶରେ ବନ୍ଧୁମାନଙ୍କ ଦ୍ୱାରା ପ୍ରଭାବିତ ହୋଇ ଭୁଲ୍‌ ନିଷ୍ପତ୍ତି ନେଇପାରନ୍ତି। ଅର୍ଥନୈତିକ ଅଭିବୃଦ୍ଧିଜନିତ ବୈଷୟିକ ସୁଖ, ସମୃଦ୍ଧି ପାଇପାରିବେ। ଆଲୋଚନା ସଭାରେ ଅନ୍ୟମାନଙ୍କ...

ରାଶିଫଳ: ବୁଧବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମନକୁ ସୁହାଇଲା ଭଳି କଥାରୁ ପ୍ରଶଂସିତ ହେବେ। ଶିକ୍ଷା କ୍ଷେତ୍ରରେ ସୁନାମ, ପିଲାଙ୍କ ସଫଳତା, ଉନ୍ନତ ମାନର ଆଲୋଚନା କାରଣରୁ ଖୁସି...

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୨୬ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଯୁକ୍ତ କେତୁ କାରଣରୁ ମାନସିକ ସ୍ବାସ୍ଥ୍ୟହାନି ଅଶାନ୍ତ ରହିପାରନ୍ତି। ପାରିବାରିକ କ୍ଷେତ୍ରରେ ସୁସମ୍ପର୍କ ଅଭାବଜନିତ ଦୁଶ୍ଚିନ୍ତା ସୃଷ୍ଟିହୋଇପାରେ। କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ...

ରାଶିଫଳ: ସୋମବାର, ମାର୍ଚ୍ଚ ୨୫ ତାରିଖ – Daily Horoscope

ମେଷ ଆପଣଙ୍କ ରାଶିରେ ମଙ୍ଗଳ ସ୍ବାସ୍ଥ୍ୟକୁ ନିୟନ୍ତ୍ରଣ ମଧ୍ୟରେ ରଖିବ। ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରଖିବା ସକାଶେ ଚେଷ୍ଟା କରି ବିଫଳ...

ରାଶିଫଳ: ରବିବାର, ମାର୍ଚ୍ଚ ୨୪ ତାରିଖ – Daily Horoscope

ମେଷ ଆଜି ପାରିବାରିକ ଓ ସାମାଜିକ ସ୍ତରରେ ନିଜର ପ୍ରାଧାନ୍ୟ ବୃଦ୍ଧି କରିପାରିବେ। କର୍ମକ୍ଷେତ୍ର, ଆନୁଷ୍ଠାନିକ କାମ, ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶା...

ରାଶିଫଳ: ଶନିବାର , ମାର୍ଚ୍ଚ ୨୩ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ କାମକୁ ତ୍ୱରାନ୍ବିତ କରିବାରେ ସହାୟ ହେବ। ଖାଦ୍ୟପେୟର ଅନିୟମିତତା କାରଣରୁ ସ୍ବାସ୍ଥ୍ୟରେ ବ୍ୟତିକ୍ରମ ଦେଖାଦେବ। ଆର୍ଥିକ ସ୍ବଚ୍ଛଳତା ଫେରିପାଇବେ...

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୨ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ରରେ ଉତ୍ସାହର ସହ କାମ କରିବାରେ ସମର୍ଥ ହେବେ। ଭୁଲ୍‌ ବୁଝାମଣା କାରଣରୁ ସବୁ ସୁବିଧା ଥିଲେ ମଧ୍ୟ ପାରିବାରିକ ଶାନ୍ତି ବ୍ୟାହତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri