Posted inRasifala

ରାଶିଫଳ: ସୋମବାର, ଜୁନ୍ ୧୯ ତାରିଖ – Daily Horoscope

ମେଷ
ଆଜି ସକାଳୁ କୌଣସି କାମରେ ନିଜକୁ ନିୟୋଜିତ କରି ଅନ୍ୟମାନଙ୍କ କୃପାଭାଜନ ହେବେ। ଶୁଭ ଗ୍ରହ ପ୍ରଭାବରୁ ଆଜି ଦିନଟି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତିକୁ ବୃଦ୍ଧି କରିବ। ଯେକୈାଣସି ପରିସ୍ଥିତି ଓ ପରିବେଶରେ ନିଜକୁ ଚଳାଇନେଇ ପାରିଲେ କୃତକାର୍ଯ୍ୟ ହେବେ। ଦ୍ୱିଜା ନକ୍ଷତ୍ର ସକାଶେ ବନ୍ଧୁଙ୍କ ଆଗମନରେ କିଛି ସମୟ ଅତିବାହିତ କରିବେ।
ବୃଷ
ବୃଷ
ଆଜି ଶୁଭଗ୍ରହ ବୁଧଙ୍କ ସୁପ୍ରଭାବରୁ କର୍ମଧାରାରେ ପରିବର୍ତ୍ତନ ଆଣିବାକୁ ପଡ଼ିପାରେ। ମୃଗଶିରା ନକ୍ଷତ୍ର ଘରୋଇ ସମସ୍ୟା ମଧ୍ୟରେ ଅଣନିଃଶ୍ୱାସୀ ହୋଇ ଏକପ୍ରକାର ବ୍ୟତିବ୍ୟସ୍ତ ହୋଇପାରନ୍ତି। ପ୍ରକାଶନ, କଚେରି ମାମଲା ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ। ପୂର୍ବ ଯୋଜନା ଅନୁଯାୟୀ କାମ କରି କିଛିଟା ସଫଳତା ମଧ୍ୟ ପାଇବେ।
ମିଥୁନ
ମିଥୁନ
କେତେକ ଗୁରୁତ୍ୱପୂର୍ଣ୍ଣ କାମ ଅଟକି ରହିଥିବା କାରଣରୁ ସେହିକଥା ଭାବି ଅନ୍ୟମନସ୍କ ରହିପାରନ୍ତି। ଛୋଟ କଥାକୁ କେନ୍ଦ୍ରକରି ପରିବାରରେ ବିତର୍କ ସୃଷ୍ଟି ସମ୍ଭାବନା ରହିଛି। ଯାନବାହନ, ଜମିଜମା, ଗୃହସୀମା ଓ ଆନୁଷ୍ଠାନିକ କର୍ମରେ ସମସ୍ୟା ଲାଗି ରହିବ। ପୁନର୍ବସୁ ନକ୍ଷତ୍ରର ପଡ଼ୋଶୀଙ୍କ ସହ ସାମାନ୍ୟ କାରଣରୁ ସମ୍ପର୍କ ହାନି ଘଟିପାରେ।
କର୍କଟ
କର୍କଟ
ଆଜି ନିଜର ଦକ୍ଷତା ହେତୁ ଅର୍ଥ ଓ ସମ୍ମାନ ଲାଭରେ ନିଜକୁ ଗୌରବାନ୍ବିତ ମନେକରିବେ। ପାରିବାରିକ ଶୃଙ୍ଖଳା ରକ୍ଷା ଦିଗରେ ନିଜର ଅଭିଜ୍ଞତା ଓ ଦୂରଦର୍ଶିତା ଆପଣଙ୍କୁ ସାହାଯ୍ୟ କରିବ। ପୁଷ୍ୟା ନକ୍ଷତ୍ର ସଭାସମିତି, ଆନୁଷ୍ଠାନିକ କାମ ଓ ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ଲାଭ କରିବେ। ଆନୁଷ୍ଠାନିକ କ୍ଷେତ୍ରରେ ସାମୟିକ ପ୍ରତିବନ୍ଧକ ଦେଖାଦେଇପାରେ।
ସି˚ହ
ସି˚ହ
ଭଲ କଥା କହିଲେ ମଧ୍ୟ ଭୁଲ ବୁଝାମଣା କାରଣରୁ ପରିବାରରେ ସମ୍ପର୍କ ହାନି ଆଶଙ୍କା ରହିଛି। ସାଧାରଣ କଥାକୁ ଜଟିଳ ଆକାରରେ ଗ୍ରହଣ କରି ଦ୍ୱନ୍ଦ୍ୱର ସମ୍ମୁଖୀନ ହେବେ। ପୂର୍ବାଫାଲଗୁନୀ ନକ୍ଷତ୍ର ସାହିତ୍ୟ, କଳା ଓ ରଚନାମତ୍କ କାମରେ ଉଚ୍ଚ ପ୍ରଶଂସା ମିଳିବ। ବନ୍ଧୁମାନଙ୍କର ପ୍ରଶଂସା ସୂଚକ ବାକ୍ୟରେ ନିଜକୁ ଭାଗ୍ୟବାନ ମନେକରିବେ।
କନ୍ୟା
ଅତୀତ ଘଟଣା ମନକୁ ବାରମ୍ବାର ଆଲୋଡନ କରିବା ଫଳରେ ଆପଣ ସ୍ଥିର ଭାବରେ ରହିପାରିବେ ନାହିଁ। ସ୍ବାର୍ଥସାଧନ ପରିପ୍ରେକ୍ଷୀରେ ମିତ୍ରମାନେ ପରୋକ୍ଷ ଶତ୍ରୁତା ଆଚରଣ କରିପାରନ୍ତି। ପ୍ରତିଦ୍ୱନ୍ଦ୍ୱିିତା ବୃଦ୍ଧି କାରଣରୁ ବ୍ୟବସାୟରେ ମନାନ୍ତର ଦେଖା ଦେଇପାରେ। ହସ୍ତା ନକ୍ଷତ୍ରର ଟେନସନ୍‌ ଦୂର ହେବ।
ତୁଳା
ତୁଳା
କର୍ମକ୍ଷେତ୍ରରେ କେତେକ କାର୍ଯ୍ୟରେ ସଫଳତା ହାସଲ କରିବାରେ ନିକଟସ୍ଥ ବନ୍ଧୁମାନେ ସାହାଯ୍ୟ କରିବେ। ବିଶାଖା ନକ୍ଷତ୍ର ସକାଶେ ସାହିତ୍ୟ, ସାମ୍ବାଦିକତା, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରୁ ସୁଫଳ ମିଳିବ। ଜମିଜମା ପ୍ରଭୃତି କିଣାବିକାରେ ସତର୍କ ନ ହେଲେ ଠକାମିରେ ପଡ଼ିପାରନ୍ତି। ସନ୍ତାନଙ୍କ ସ୍ବାସ୍ଥ୍ୟ ଓ ସ୍ବଭାବ ଯୋଗୁ ସାମୟିକ ବିଚଳିତ ହେବେ।
ବିଛା
ବିଛା
ଆପଣଙ୍କ ସାହାଯ୍ୟକାରୀ ମନୋବୃତ୍ତି ହେତୁ ସହକର୍ମୀଙ୍କ ସହ ସଦ୍‌ଭାବ ବଢ଼ିବ। ଘରୁ ବରାଦ ପାଇ ଆଜି ଘରକୁ ଫେରିବା ସମୟରେ କିଛି ମୂଲ୍ୟବାନ ଜିନିଷ ଆଣିପାରନ୍ତି। ମାଲିମକଦ୍ଦମାରେ ସ୍ଥିତି ଅନୁକୂଳ ହୋଇପାରେ। ଅନୁରାଧା ନକ୍ଷତ୍ରର ପାରିବାରିକ ସମସ୍ୟା ନେଇ ମାନସିକ ଅସ୍ଥିରତା ସୃଷ୍ଟି ହେବାର ସୂଚନା ରହିଛି।
ଧନୁ
ଧନୁ
ବିବାଦୀୟ ପରିସ୍ଥିତିରେ ନିଜ ଘର ଅପେକ୍ଷା ବାହାର ଲୋକ ଆପଣଙ୍କ ପକ୍ଷ ସମର୍ଥନ କରିବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟରେ ସାଧାରଣ ସମସ୍ୟାଟି ପାଇଁ ବିଶେଷ ଅସୁବିଧା ହେବ ନାହିଁ। ଅଫିସ୍‌ରେ କୌଣସି ବ୍ୟକ୍ତିଠାରୁ କିଛି ଗୋପନୀୟ କଥା ଶୁଣି ନିଜ ଲୋକଙ୍କୁ ଭୁଲ୍‌ ବୁଝିବେ। ନୂତନ କର୍ମସଂସ୍ଥାନ ପାଇଁ ମନ ବଳିବ।
ମକର
ମକର
ସମ୍ପର୍କୀୟଙ୍କୁ ସାହାଯ୍ୟ କରିବାକୁ ଯାଇ ନିଜେ ଅସୁବିଧାରେ ପଡ଼ିପାରନ୍ତି। ବହୁତ ଦିନରୁ ବାକି ପଡ଼ିଥିବା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ପ୍ରତ୍ୟୁଷ ଯାତ୍ରାରେ ସଫଳତା ପାଇଲେ ମଧ୍ୟ ସାମୟିକ ଅସ୍ଥିରତା ଦେଖାଦେବାର ସମ୍ଭାବନା ରହିଛି। ଶ୍ରବଣା ନକ୍ଷତ୍ର ପ୍ରତିବେଶୀଙ୍କ ସହ ସମ୍ପର୍କ ମଧୁର ରଖିବା ପାଇଁ ଚେଷ୍ଟା ବିଫଳ ହେବ ନାହିଁ।
କୁମ୍ଭ
କୁମ୍ଭ
ଆଜି ପୂର୍ବଭାଦ୍ରବ ନକ୍ଷତ୍ର ପ୍ରତ୍ୟେକ କାର୍ଯ୍ୟ ସୁଚାରୁ ରୂପେ ସମ୍ପାଦନ କରିପାରିବେ। ବାଣିଜ୍ୟ, ବ୍ୟବସାୟରେ ରହିଥିବା ପୂର୍ବ ସମସ୍ୟାକୁ ସୁଧାରି ନେବେ। ପରିବାରରେ ପିଲାମାନଙ୍କ ସଫଳତାରେ ଆନନ୍ଦ ଅନୁଭବ କରିପାରନ୍ତି। ଅଶାନ୍ତିଜନିତ ମାନସିକ ଯନ୍ତ୍ରଣା କେତେକାଂଶରେ ବନ୍ଧୁଙ୍କ ଆଶ୍ୱାସନାରୁ ଉପଶମ ହେବ।
ମୀନମୀନ
କର୍ମକ୍ଷେତ୍ରରେ ଅସମର୍ଥିତ ସୂତ୍ରରୁ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ଉତ୍ତରଭାଦ୍ରବ ନକ୍ଷତ୍ରର ସାମାଜିକ ସ୍ତରରେ ନୀଚ ବର୍ଗ ଦ୍ୱାରା ସମସ୍ୟା ସୃଷ୍ଟି ହୋଇପାରେ। କର୍ମକ୍ଷେତ୍ରରେ ବହୁତ ଖଟଣି ହେତୁ ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି। ପ୍ରତ୍ୟେକ କ୍ଷେତ୍ରରେ ପ୍ରତିରୋଧ ଦୂରେଇ ଯିବ ଓ ପ୍ରତିଦ୍ୱନ୍ଦ୍ୱିତାରେ ସଫଳତା ଅର୍ଜନ କରିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର , ଅକ୍ଟୋବର ୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିହେବ। ସମ୍ପର୍କୀୟଙ୍କ ସହାୟତାରେ ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ। ସଭାସମିତି,…

ରାଶିଫଳ: ଗୁରୁବାର, ଅକ୍ଟୋବର ୧ ତାରିଖ – Daily Horoscope

ମେଷ ଆଜି ମୁଖଭାବସ୍ଥ ଚନ୍ଦ୍ରଙ୍କ ଯୋଗୁ କୋମଳ ବଚନ ମାଧ୍ୟମରେ ପାରିବାରିକ ଅଶାନ୍ତିକୁ ବଦଳାଇଦେଇ ପାରିବେ। ମଙ୍ଗଳଙ୍କ ଦୁର୍ବଳତା ଯୋଗୁ ସ୍ବାସ୍ଥ୍ୟ ଭଲ ରହି ନ ପାରେ।…

ରାଶିଫଳ: ବୁଧବାର, ସେପ୍ଟେମ୍ବର ୩୦ ତାରିଖ – Daily Horoscope

ମେଷ ଅଟକି ରହିଥିବା କାମଗୁଡ଼ିକ ଯୋଗୁ ମାନସିକ ଶାନ୍ତି ବ୍ୟାହତ ହେବ। କର୍ମକ୍ଷେତ୍ର, ବ୍ୟବସାୟ, ପରିବହନ, ସଭାସମିତିରେ ପ୍ରତିକୂଳ ପରିସ୍ଥିତିର ଚାପ ବଢ଼ିପାରେ। ସମ୍ପର୍କୀୟଙ୍କ ମିଥ୍ୟା ଅଭିଯୋଗ…

ରାଶିଫଳ: ମଙ୍ଗଳବାର , ସେପ୍ଟେମ୍ବର ୨୯ ତାରିଖ – Daily Horoscope

ମେଷ ଅସୁସ୍ଥ ପାରିବେଶିକ କୁପ୍ରଭାବ, ମାନସିକ ଓ ଶାରୀରିକ ଦିଗ ପାଇଁ ଅନୁକୂଳ ହେବ ନାହିଁ। ତଥାପି ଆର୍ଥିକ ଅଭିବୃଦ୍ଧି, ଧର୍ମୀୟ ଭାବନା, ବନ୍ଧୁମିଳନରୁ ଖୁସି ରହିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?